Posted inଫୁରସତ

ଗାଡ଼ି ଭିତରେ ନୁହେଁ, ବରଂ ଏସ୍‌ୟୁଭିର ବୋନେଟ୍‌ରେ ବସି ବିବାହସ୍ଥଳରେ ପହଞ୍ଚିଲେ କନ୍ୟା: ଭିଡିଓ ଭାଇରାଲ ପରେ…

ପୁଣେ: ଆଧୁନିକତାର ଏହି ଯୁଗରେ ମଣିଷ ନିଜ ଜୀବନର ସମସ୍ତ ଗୁରୁତ୍ୱପୁର୍ଣ୍ଣ ମୁହୂର୍ତ୍ତକୁ ସ୍ମରଣୀୟ କରିବା ପାଇଁ ଟେକ୍ନୋଲୋଜିର ସାହାଯ୍ୟ ନେଉଛି। ହେଲେ କିଛି ଲୋକ ନିଜର ସୁଖ ପାଇଁ ବେଳେବେଳେ ଅନ୍ୟମାନଙ୍କ ଜୀବନକୁ ବିପଦରେ ପକାଇବାକୁ ଦ୍ୱିଧା କରନ୍ତି ନାହିଁ। ପୁଣେରୁ ଏକ ସେଭଳି ଭିଡିଓ ସାମ୍ନାକୁ ଆସିଛି। ଏଠାରେ ଜଣେ କନ୍ୟା ଏସ୍‌ୟୁଭିର ବୋନେଟ୍‌ରେ ବସି ତାଙ୍କ ବିବାହସ୍ଥଳରେ ପହଞ୍ଚିଥିଲେ। ବାଟରେ ଯିବା ବେଳେ ସେ ନିଜର ଏକ ଭିଡିଓ କରିଥିଲେ। ସୋସିଆଲ ମିଡିଆରେ ଭିଡିଓଟି ଭାଇରାଲ ହୋଇଥିଲା। ଏହାପରେ ଦ୍ରୁତ ଗତିରେ ଗାଡ଼ି ଚଳାଇବା ଏବଂ କୋଭିଡ ସୁରକ୍ଷା ନିୟମ ଉଲ୍ଲଂଘନ କରିବା ଅଭିଯୋଗରେ କନ୍ୟା ଓ ତାଙ୍କ ସମ୍ପର୍କୀୟ ବିରୋଧରେ ମାମଲା ରୁଜୁ କରିବା ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି।

ପୋଲିସଠାରୁ ମିଳିଥିବା ସୂଚନାନୁଯାୟୀ, ମଙ୍ଗଳବାର ସକାଳର ଏହି ଘଟଣା। ଏସ୍‌ୟୁଭିର ବୋନେଟ୍‌ରେ ବସି ୨୩ ବର୍ଷର ଯୁବତୀ ତାଙ୍କର ଭିଡିଓଶୁଟ୍‌ କରିଥିଲେ। ପରେ ସେହି ନିଜର ଅନ୍ୟ ସମ୍ପର୍କୀୟଙ୍କ ସହ ବିବାହସ୍ଥଳରେ ପହଞ୍ଚିଥିଲେ। ଏଥିନେଇ ଯୁବତୀ, ଡ୍ରାଇଭର, ଭିଡିଓ ପ୍ରସ୍ତୁତ କରିଥିବା ଯୁବକ ଏବଂ ଗାଡ଼ିରେ ଥିବା ଲୋକଙ୍କ ବିରୋଧରେ ମାମଲା ରୁଜୁ ହୋଇଛି। ତେବେ ଘଟଣାରେ ଯେଉଁ ମାମଲା ରୁଜୁ ହୋଇଛି ତାହା ଜାମିନଯୋଗ୍ୟ। ଏଣୁ ଅଭିଯୁକ୍ତମାନଙ୍କୁ ଗିରଫ କରାଯାଇ ନ ଥିବା ପୋଲିସ କହିଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରିରୁ ରିଜାଇନ ଦେଲେ ଭୁବନେଶ୍ୱର ଡିସିପି, କହିଲେ ଏହି କାରଣରୁ…

ଭୁବନେଶ୍ୱର,୬ା୭: ଭୁବନେଶ୍ୱର ଡିସିପି ଜଗମୋହନ ମୀନା ଚାକିରିରୁ ରିଜାଇନ ଦେଇଛନ୍ତି। ବ୍ୟକ୍ତିଗତ କାରଣରୁ ସେ ଚାକିରି ଛାଡ଼ିଦେଇଥିବା କହିଛନ୍ତି। ଡିସିପି ଜଗମୋହନ ୨୦୧୩ ବ୍ୟାଚ୍‌ର ଆଇପିଏସ୍‌ ଅଫିସର…

ସକାଳୁ ସକାଳୁ ଚମ୍ପୁଆରେ ଏନ୍‌କାଉଣ୍ଟର, ଅପରାଧୀଙ୍କ ନାମରେ ରହିଛି…

କେନ୍ଦୁଝର,୬ା୭(ନରେଶ ଚନ୍ଦ୍ର ପଟ୍ଟନାୟକ) କେନ୍ଦୁଝର ପୋଲିସ ସୋମବାର ଚମ୍ପୁଆ ଥାନା ଅନ୍ତର୍ଗତ ପତଳା ଜଙ୍ଗଲରେ ଜଣେ ଅପରାଧୀଙ୍କୁ ଏନ୍‌କାଉଣ୍ଟର କରିଥିବା ଜଣା ପଡ଼ିଛି। ସେ ଆହତ ହୋଇ…

ଭାରତର ଏକତା ଓ ପ୍ରଗତି ପାଇଁ ସମର୍ପିତ ଏକ ଜୀବନ

ରାଷ୍ଟ୍ରବାଦ ଓ ନିଃସ୍ବାର୍ଥ ସେବାର ଆଦର୍ଶରେ ବିଶ୍ୱାସ କରୁଥିବା ଅଗଣିତ ଲୋକଙ୍କ ପାଇଁ ଆଜିର ଦିନ, ୬ ଜୁଲାଇର ବିଶେଷ ମହତ୍ତ୍ୱ ରହିଛି। ଆମେ ଡକ୍ଟର ଶ୍ୟାମା…

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭…

ଜିଲାପାଳଙ୍କ ବଡ଼ ଘୋଷଣା: କଟକରେ ସ୍କୁଲ ଛୁଟି

କଟକ,୫।୭: ସୋମବାର କଟକ ଜିଲାର ସମସ୍ତ ସରକାରୀ ଏବଂ ବେସରକାରୀ ଶିକ୍ଷାନୁଷ୍ଠାନ ଛୁଟି ରହିବ। ଲଘୁଚାପ ଜନିତ ପ୍ରବଳ ବର୍ଷାକୁ ଦୃଷ୍ଟିରେ ରଖି କଟକ ଜିଲାପାଳ ଛୁଟି…

ଗୁରଗାଁଓରେ ଚାଞ୍ଚଲ୍ୟ: ପ୍ରେମିକ ସହ ମିଶି ସ୍ବାମୀଙ୍କୁ ହତ୍ୟାକଲେ ନବବିବାହିତା ମହିଳା

ଗୁରଗାଁଓ,୫ା୭: ନିଖୋଜ ହେବାର ୨ ଦିନ ପରେ ଜଣେ ୨୧ ବର୍ଷୀୟ ଯୁବକଙ୍କ ମୃତଦେହ ରଓ୍ବୋରୀସ୍ଥିତ କେନାଲରୁ ମିଳିବା ପରେ ତାଙ୍କୁ ନବବିବାହିତା ସ୍ତ୍ରୀ ଓ ତାଙ୍କ…

ସମୁଦ୍ରରେ ଫସିଥିବା ମତ୍ସ୍ୟଜୀବୀ ଉଦ୍ଧାର

ପୁରୀ,୫ା୭(ଅଜିତ୍‌ କୁମାର ମହାନ୍ତି): ପୁରୀ ପୋଲିସର ତତ୍ପରତାରେ ସମୁଦ୍ରରେ ଫସିଥିବା ଆନ୍ଧ୍ରପ୍ରଦେଶର ୧୦ ମତ୍ସ୍ୟଜୀବୀଙ୍କ ସୁରକ୍ଷିତ ଉଦ୍ଧାର କରାଯାଇଥିବା ନେଇ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନା…

ଲଗାଣ ବର୍ଷାରେ ବେହାଲ ବଲାଙ୍ଗୀର, ବିଭିନ୍ନ ପଡ଼ାରେ ରହୁଥିବା ଲୋକଙ୍କ ଘରେ ପଶିଲା ପାଣି

ବଲାଙ୍ଗୀର,୫ା୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ ଲଗାଣ ବର୍ଷା ଜାରି ରହିଛି। ଫଳରେ ସହରର ବିଭିନ୍ନ ପଡ଼ାରେ ରହୁଥ‌ିବା ଲୋକଙ୍କ ଘର ଭିତରକୁ ବର୍ଷା ଓ ଡ୍ରେନ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri