କେନ୍ଦ୍ରାପଡ଼ା ଏବେ କୁମ୍ଭୀରପଡ଼ା

କେନ୍ଦ୍ରାପଡ଼ା, ୩୦ା୯ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ପେଣ୍ଠର ଖଣ୍ଡମରା ରାସ୍ତାରେ ଏକ ବଉଳା କୁମ୍ଭୀର ବୁଲୁଥିବା ଭିଡିଓ ଭାଇରାଲ ହୋଇଥିଲା। ନିକଟସ୍ଥ ଦୋବନ୍ଧି ମାଛଘେରିରୁ ଗୁରୁବାର ଏକ କୁମ୍ଭୀର ଉଦ୍ଧାର ହୋଇଛି। ବନ ବିଭାଗ ଏହାକୁ ଉଦ୍ଧାର କରିଥିଲେ ମଧ୍ୟ ଜିଲାରେ କୁମ୍ଭୀର ଏବେ ଆତଙ୍କରେ ପରିଣତ ହୋଇଛି। ଜୁନ, ଜୁଲାଇ ମାସର ୪୫ ଦିନ ମଧ୍ୟରେ ଜିଲାର ୫ ଜଣଙ୍କୁ କୁମ୍ଭୀର ମାରି ସାରିଛି। ସେହିପରି ଗତ ୨ ମାସ ମଧ୍ୟରେ ୭ଟି ସ୍ଥାନରେ ଗୋବରୀ, ପାଇକା, ବ୍ରାହ୍ମଣୀ, କଣ୍ଠିଆ ଆଦି ନାଳ ଓ ନଦୀରେ କୁମ୍ଭୀର ଭାସୁଥିବା ସ୍ଥାନୀୟ ଅଞ୍ଚଳବାସୀ ଦେଖିଛନ୍ତି। ଏହି କାରଣରୁ କେନ୍ଦ୍ରାପଡ଼ା ବଦଳରେ ଏହାକୁ କୁମ୍ଭୀରପଡ଼ା ଜିଲା ଭାବେ ନାମିତ କରାଯାଉ ବୋଲି ସାମାଜିକ ଗଣମାଧ୍ୟମରେ ଆଲୋଚନା ଜୋର ଧରିଛି। ଅପରପକ୍ଷରେ ଜଳବନ୍ଦୀ ଘେରରେ ଥିବା ଗ୍ରାମଗୁଡ଼ିକରେ ବିଭିନ୍ନ ବିଷଧର ସାପ ଦେଖିବାକୁ ମିଳୁଛନ୍ତି। ବର୍ଷା ଓ ବନ୍ୟା ଜଳରେ ନଷ୍ଟ ହୋଇଥିବା କଚ୍ଚା ଘରେ ଏମାନଙ୍କୁ ଦେଖିବାକୁ ମିଳୁଥିବା ବେଳେ ସର୍ପାଘାତ ରୋଗୀଙ୍କ ସଂଖ୍ୟା ବଢ଼ୁଛି। ଜିଲାର ଉପାନ୍ତ ଅଞ୍ଚଳରେ ସର୍ପାଘାତ ରୋଗୀଙ୍କ ସଂଖ୍ୟା ବଢ଼ିଛି। ଗ୍ରାମାଞ୍ଚଳର ପ୍ରତ୍ୟେକ ସ୍ବାସ୍ଥ୍ୟକେନ୍ଦ୍ରରେ ସାପ ବିଷରୁ ରକ୍ଷା ପାଇଁ ଇଞ୍ଜେକ୍‌ସନ ରଖିବାକୁ ଦାବି ହୋଇଛି।
ଏ ସମ୍ପର୍କରେ ମହାକାଳପଡାର ହରେକୃଷ୍ଣ ପାତ୍ର କହିଛନ୍ତି, ଲଗାଣ ବର୍ଷା ଓ ବନ୍ୟାଜନିତ ପାଣି ଉପାନ୍ତ ଅଞ୍ଚଳବାସୀଙ୍କ ସ୍ବାଭାବିକ ଜୀବନଯାତ୍ରାକୁ ବ୍ୟାହତ କରିଛି। ପାନୀୟ ଜଳ, ଚାଷ, ସ୍ବାସ୍ଥ୍ୟ ଆଦି କ୍ଷେତ୍ରରେ ସମସ୍ୟା ସୃଷ୍ଟି ହୋଇଥିବା ବେଳେ ଏବେ ସରୀସୃପ ଆତଙ୍କ ଖେଳିଯାଇଛି। ଦୀର୍ଘଦିନ ଧରି ପାଣି ଜମି ରହିବା ଫଳରେ ନିକଟସ୍ଥ ଭିତରକନିକା ଅଞ୍ଚଳରୁ ସରୀସୃପ ଗ୍ରାମ ମଧ୍ୟକୁ ପଶି ଆସୁଛନ୍ତି। ନଦୀ, ନାଳ, ପୋଖରୀ ଏପରି କି ଚାଷ ଜମିରେ ଏବେ କୁମ୍ଭୀର ଦେଖାଯାଉଛନ୍ତି। କିଛିଦିନ ପୂର୍ବେ ଜଉଦିଆଠାରେ ୧୨ଫୁଟ ଲମ୍ବର ଅଜଗର ଉଦ୍ଧାର ହୋଇଛି। ଅପରପକ୍ଷରେ ବର୍ଷା ଓ ବନ୍ୟା ପାଇଁ ବିଷଧର ସାପ ଗ୍ରାମ ମଧ୍ୟରେ ଦେଖାଯାଉଛନ୍ତି। ଆଳି, ରାଜନଗର, ରାଜକନିକା, ପଟ୍ଟାମୁଣ୍ଡାଇ, ମହାକାଳପଡ଼ା, ମାର୍ଶାଘାଇ, ଗରଦପୁର ବ୍ଲକ ଅଞ୍ଚଳରେ ସାପ ଦେଖାଯିବା ସମସ୍ୟା ଗୁରୁତର ହୋଇଛି। ସର୍ପାଘାତରେ କେତେଜଣଙ୍କର ଜୀବନ ମଧ୍ୟ ଯାଇଥିବା ସେ ସୂଚନା ଦେଇଛନ୍ତି। ପଟ୍ଟାମୁଣ୍ଡାଇ ବ୍ଲକ ସିଂହଗଁାର ରମେଶ ମଲ୍ଲିକ କହିଛନ୍ତି, ବିଭିନ୍ନ ନଦୀରେ ବନ୍ୟା, ବର୍ଷା ପାଇଁ କୁମ୍ଭୀର ଓ ସାପ ଦେଖାଯାଉଥିବାରୁ ଧୋୟାଞ୍ଚଳରେ ଆତଙ୍କ ଖେଳିଯାଇଛି। ଗତ ୩ ମାସ ମଧ୍ୟରେ କୁମ୍ଭୀର ଟାଣି ନେଇଥିବାରୁ ୫ ଜଣଙ୍କର ଜୀବନ ଅକାଳରେ ଯାଇଛି। ଏବେ ସିଂହଗଁା ସମେତ ବଡ଼ ରାଉଳିଆ, ସାନ ରାଉଳିଆ ଆଦି ଗ୍ରାମର କଚ୍ଚା ଘରେ ବିଷଧର ସର୍ପ ଦେଖାଯାଉଛନ୍ତି। ବିଶେଷକରି ସନ୍ତସନ୍ତିଆ ଘରଗୁଡ଼ିକରେ ଏସବୁ ଦେଖା ଦେଉଥିବାରୁ ରାତିରେ ଯାତାୟାତ ବନ୍ଦ ସହ ପରିବାର ସଦସ୍ୟ ରାତି ଅନିଦ୍ରା ହେଉଛନ୍ତି। ଏ ସମ୍ପର୍କରେ ଏଡିଏମ୍‌ଓ ଡା. ସଚ୍ଚିଦାନନ୍ଦ ମିଶ୍ରଙ୍କୁ ପଚାରିବାରେ ପ୍ରତ୍ୟେକ ସିଏଚ୍‌ସିକୁ ସାପ କାମୁଡା ଇଞ୍ଜେକସନ ଯୋଗାଇ ଦିଆଯାଇଛି। ସର୍ପ ଆଘାତ କ୍ଷେତ୍ରରେ କେତେକ ସତର୍କତା ଅବଲମ୍ବନ କରିବାକୁ ପଡ଼ିବ। ସାପ କାମୁଡ଼ି ଥିବା ବ୍ୟକ୍ତିଙ୍କୁ ଆଶ୍ୱାସନା ଦିଅନ୍ତୁ। କାମୁଡ଼ି ଥିବା ସ୍ଥାନରେ ପିନ୍ଧିଥିବା ମୁଦି, ଘଣ୍ଟା, ବ୍ରତ, ପାଉଁଜି ଆଦି ଖୋଲି ଦେବା ଆବଶ୍ୟକ। ତୁରନ୍ତ ଡାକ୍ତରଖାନା ନେବା ଜରୁରୀ। ସେହିପରି ଏହି ସମୟରେ ଆଦୌ ଡରିବା ବା ବିଚଳିତ ହେବା ଉଚିତ ନୁହେଁ। ରୋଗୀକୁ ଚଲାବୁଲା ବା କାମ କରିବାକୁ ନ ଦେଇ ଟେକିଟେକି ନେବା ଦରକାର। କ୍ଷତ ସ୍ଥାନକୁ ଧୁଅନ୍ତୁ ନାହିଁ କିମ୍ବା ବରଫ, ବିଦ୍ୟୁତ୍‌ ସକ୍‌ ଦିଅନ୍ତୁ ନାହିଁ। ଅଧିକାଂଶ ସମୟରେ ସାପ ବିଷ ଉପରକୁ ଚଢ଼ିଯିବା ଭୟରେ କ୍ଷତ ସ୍ଥାନକୁ ସୁତୁଲି, କତା ଦଉଡି, କଟା ରବର ଟ୍ୟୁବ, ଇଲେକ୍‌ଟ୍ରିକ ତାର ବ୍ୟବହାର ହେଉଥିବା ଲକ୍ଷ୍ୟ କରାଯାଉଛି। ଏହାର କୌଣସି ଆବଶ୍ୟକତା ନାହିଁ। ବ୍ଲେଡ ଓ ଛୁରିରେ କ୍ଷତସ୍ଥାନକୁ କାଟନ୍ତୁ ନାହିଁ। ଏହି ସମୟରେ ଖାଦ୍ୟ ପଦାର୍ଥ କିମ୍ବା ନିଶାଦ୍ରବ୍ୟ ବ୍ୟବହାର ରୋଗୀର କ୍ଷତି ପହଞ୍ଚାଇ ପାରେ। ସବୁ ସାମୁଦ୍ରିକ ସାପ ବିଷଧର ବୋଲି ସେ ସଚେତନ କରାଇଛନ୍ତି। ସେହିପରି କୁମ୍ଭୀର ଆତଙ୍କ ସମ୍ପର୍କରେ ଡିଏଫ୍‌ଓ ସୁଦର୍ଶନ ଗୋପୀନାଥ ଯାଦବଙ୍କୁ ପଚାରିବାରେ କୁମ୍ଭୀର ପ୍ରତି ସାବଧାନ ରହିବାକୁ ସଚେତନତା କାର୍ଯ୍ୟକ୍ରମ ଜାରି ରହିଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri