ମହିଳା ଓାର୍ଡମେମ୍ବରଙ୍କ ଚୋରାମଦ କାରବାର ଭିଡିଓ ଭାଇରାଲ: ଦୋକାନରେ ମଦ ବିକୁଛନ୍ତି ଜନ ପ୍ରତିନିଧି

ପାଟଣା,୧୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲାର ଉଭୟ ପାଟଣା ଅବକାରୀ ପୋଲିସ ନିଷ୍କ୍ରିୟତା ଯୋଗୁ ଗାଁଗାଁରେ ଚୋରା ମଦ କାରବାର ବୃଦ୍ଧି ପାଉଥିବା ବେଳେ ଜଣେ ମହିଳା ଜନ ପ୍ରତିନିଧି ନିଜ ଦୋକାନରେ ଚୋରା ବିଦେଶୀ ମଦକୁ ଚଢା ରେଟରେ ବିକ୍ରି କରୁଥିବା ଭିଡିଓ ଭାଇରାଲ ହୋଇଛି। ଭିଡିଓରେ ଚୋରା ମଦ ବିକ୍ରି କରୁଥିବା ମହିଳା ଜଣଙ୍କ ହେଲେ ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ୭ ନମ୍ବର ୱାର୍ଡର ୱାର୍ଡ ମେମ୍ବର ବିଦ୍ୟୁତ ପ୍ରଭା ବେଜ। ସେ ଏରେଣ୍ଡେଇ ସିଂହ ସାହିର ଘରେ ଥିବା ଭେରାଇଟି ଷ୍ଟୋରରେ ବିଦେଶୀ ମଦ ବିକ୍ରି କରୁଥିବା ଭଡିଓରେ ଦେଖିବାକୁ ମିଳୁଛି। ଭଡ଼ିଓ ଭାଇରାଲ ପରେ ଘଟଣାକୁ ନେଇ ପାଟଣା ବ୍ଲକ ଅଞ୍ଚଳରେ ବେଶ ଚର୍ଚ୍ଚା ହୋଇଛି। ଜଣେ ମହିଳା ୱାର୍ଡ ମେମ୍ବର ଚୋରା ମଦ କାରବାରରେ ଲିପ୍ତ ରହିଲେ ଲୋକଙ୍କ ସମସ୍ୟା କିପରି ଦୂର ହେବ ସେ ନେଇ ଆଲୋଚନା ହେଉଛି । ଏନେଇ ମହିଳା ୱାର୍ଡ ମେମ୍ବରଙ୍କ ପ୍ରତିକ୍ରିୟା ମିଳି ପାରି ନାହିଁ । ପାଟଣା ଅବକାରୀ ପୋଲିସ ଚୋରା ମଦ ବିକ୍ରି କରୁଥିବା ବ୍ୟବସାୟୀଙ୍କ ଠାରୁ ମାସିକିଆ ଚାନ୍ଦା ନେଇ କୌଣସି କାର୍ଯ୍ୟାନୁଷ୍ଠାନ ନେଉ ନ ଥିବା ଅଞ୍ଚଳରେ ଚର୍ଚ୍ଚା ହେଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଗ୍ରାମରେ ପଶିଗଲା ଗୋଠଛଡ଼ା ଦନ୍ତା: ଘର ଭାଙ୍ଗି ଚାଉଳ ଖାଇଲା, ଜଙ୍ଗଲରେ ୩ ହାତୀଙ୍କୁ ନେଇ ଆତଙ୍କ!

ବଣାଇଁ,୧୭।୯(ପ୍ରଦୀପ ତ୍ରିପାଠୀ): ବୁଧବାର ସନ୍ଧ୍ୟାରେ ବଣାଇଁ ବନାଞ୍ଚଳ ଅନ୍ତର୍ଗତ ବଡ଼ପୋଷ ଗ୍ରାମରେ ଏକ ଗୋଠଛଡା ଦନ୍ତା ହଠାତ୍ ଘରେ ପଶି ଯାଇଥିଲା । ଖାଦ୍ୟ ଅନ୍ୱେଷଣରେ ଘୂରିବୁଲୁଥିବା…

ସ୍କୁଟିରେ ଗଞ୍ଜେଇ ଚାଲାଣ ବେଳେ ମାଡିବସିଲା ଅଡବା ପୋଲିସ, ବ୍ୟାଗରୁ ମିଳିଲା

ମୋହନା,୧୭।୯(ମନ୍ମଥ ମିଶ୍ର): ସ୍କୁଟିରେ ଚାଲାଣ ହେଉଥିଲା ୪୦ କେଜି ଗଞ୍ଜେଇ । ପୋଲିସ ଚେକିଂ ବେଳେ ଧରାପଡ଼ିଲା ଚାଲାଣକାରୀ । ଏଭଳି ଘଟଣା ଦେଖିବାକୁ ମିଳିଛି ଗଜପତି…

ପାରାଦୀପ ଚଳଚଞ୍ଚଳ: ଆଜିଠାରୁ ୨୩ ପର୍ଯ୍ୟନ୍ତ ପୂଜା ପାଇବେ ପ୍ରଭୁ ବିଶ୍ୱକର୍ମା

ପାରାଦୀପ,୧୭।୯(ଶରତ ରାଉତ): ପାରାଦୀପର ପ୍ରସିଦ୍ଧ ବିଶ୍ୱକର୍ମା ପୂଜା ମହୋତ୍ସବ ଗୁରୁବାରଠାରୁ ଆରମ୍ଭ ହେଉଛି। ଏହା ସେପ୍ଟେମ୍ବର ୨୩ ପର୍ଯ୍ୟନ୍ତ ଚାଲିବ। ଏଥିପାଇଁ ଆୟୋଜକମାନଙ୍କ ପ୍ରସ୍ତୁତି କାର୍ଯ୍ୟ ଚୂଡ଼ାନ୍ତ…

ସ୍ବାମୀଙ୍କୁ ପିଟିଦେଲା ବାଇକ୍‌, ରକ୍ତାକ୍ତ ଅବସ୍ଥାରେ ରାସ୍ତା ଉପରେ ପଡ଼ିଥିବା ଖବର ଶୁଣି ସ୍ତ୍ରୀଙ୍କୁ ହେଲା…

କଲ୍ୟାଣସିଂହପୁର,୧୭ା୯(ଦୀପକ କୁମାର ପରିଡ଼ା): ଦ୍ରୁତଗତିରେ ଆସୁଥିବା ଏକ ବାଇକ୍‌ ଧକ୍କାରେ ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ଗୁରୁତର ଜଣକ ହେଲେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା…

ଓରାଙ୍ଗ୍‌ଉଟାନଙ୍କ ସ୍ବାସ୍ଥ୍ୟକୁ ନେଇ ବଡ଼ ଅପଡେଟ୍; ୩ ରକ୍ତହୀନତାରେ ପୀଡ଼ିତ

ଭୁବନେଶ୍ୱର/ବାରଙ୍ଗ,୧୭।୯(ବନ୍ଦନା ସେଠୀ/ଲିଙ୍ଗରାଜ ରାଉତ): ଓଡ଼ିଶାରୁ ଉଦ୍ଧାର କରାଯାଇଥିବା ୫ଟି ଶାବକ ଓରାଙ୍ଗ୍‌ଉଟାନଙ୍କ ମଧ୍ୟରୁ ୩ ଜଣ ରକ୍ତହୀନତା (ଆନେମିଆ) ରୋଗରେ ପୀଡ଼ିତ ଥିବା ବୁଧବାର ନନ୍ଦନକାନନ ପ୍ରାଣୀଉଦ୍ୟାନ…

ପ୍ରଶଂସା ସାଉଁଟିଛନ୍ତି ପୁରୁଷୋତ୍ତମପୁର ସବ୍‌ଇନ୍ସପେକ୍ଟର , ତାଙ୍କର କାର୍ଯ୍ୟଦକ୍ଷତାକୁ ନେଇ ଆଜି…

ପୁରୁଷୋତ୍ତମପୁର,୧୭ା୯(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପକ୍ଷରୁ ସିନିୟର ସବଇନ୍ସପେକ୍ଟର ସୁଶାନ୍ତ କୁମାର ମିଶ୍ରଙ୍କ ବଦଳି ଅବସରରେ ଏକ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏସ୍‌ଆଇ…

ପୁରୀର ଖଜା ଦୋକାନରେ ଚଢ଼ାଉ, ଗୁଣବତ୍ତା ସହ ଲାଇସେନ୍ସ ଯାଞ୍ଚ

ପୁରୀ, ୧୭।୯( ଅଜିତ୍ କୁମାର ମହାନ୍ତି ): ନିମ୍ନମାନର ଓ ଭେଜାଲ ଖଜା ବିକ୍ରି ନେଇ ଆସୁଥିବା ଅଭିଯୋଗକୁ ଆଧାର କରି ପୁରୀ ସହରର ବିଭିନ୍ନ ଖଜା…

ପୂଜା ମଣ୍ଡପରେ ପୂର୍ବତନ ବିଧାୟକ, ଯୁବଗୋଷ୍ଠୀଙ୍କୁ ଭେଟି…

ଗଞ୍ଜାମ,୧୭ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସାହିରେ ଧୂମ୍‌ଧାମରେ ଚାଲିଛି ଅଗ୍ର୍ୟ ପୂଜ୍ୟ ଗଜାନନଙ୍କ ପୂଜା। ଆକର୍ଷଣୀୟ ମେଢ଼ ଅତ୍ୟାଧୁନିକ ଆଲୋକ ମାଳାରେ ସହର ଝଲସି ଉଠୁଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?