ସ୍ବାସ୍ଥ୍ୟ ଅଧିକାରୀଙ୍କ ନିଶା ସେବନ ଭିଡିଓ ଭାଇରାଲ

ବ୍ରହ୍ମପୁର ଅଫିସ,୨୮।୯: ସରକାର ହସ୍ପିଟାଲରେ ରୋଗୀମାନଙ୍କୁ ଉତ୍ତମ ସେବା ଯୋଗାଇ ଦେବା ପାଇଁ ଅନେକ ବିଭାଗ ଖୋଲିଛନ୍ତି। ହେଲେ ହସ୍ପିଟାଲ ଭିତରେ ଥିବା ନିଜ କାର୍ଯ୍ୟାଳୟରେ ଜଣେ ସ୍ବାସ୍ଥ୍ୟ ଅଧିକାରୀ ନିଶା ସେବନ କରୁଥିବା ଭିଡିଓ ଭାଇରାଲ ହୋଇଛି। ପରେ ଜଣେ ମହିଳା କର୍ମଚାରୀଙ୍କୁ ମଧ୍ୟ ଦୁର୍ବ୍ୟବହାର କରିବା ଅଭିଯୋଗ ହୋଇଛି।
ଗଞ୍ଜାମ ଜିଲା ବ୍ରହ୍ମପୁର ସିଟି ହସ୍ପିଟାଲରେ ଥିବା ରାଷ୍ଟ୍ରୀୟ ବାଲ ସ୍ବାସ୍ଥ୍ୟ କାର୍ଯ୍ୟକ୍ରମ (ଆରବିଏସ୍‌କେ)କାର୍ଯ୍ୟାଳୟରେ ମଙ୍ଗଳବାର ଏହା ଦେଖିବାକୁ ମିଳିଛି। ଆରବିଏସ୍‌କେ ସହକାରୀ ମ୍ୟାନେଜର ସନ୍ଦୀପ ତ୍ରିପାଠୀ ନିଜ ଅଫିସ ଭିତରେ ଫିଲ୍ମ ଷ୍ଟାଇଲରେ ନିଶାପାନ କରୁଥିବା ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଥିଲା। ଏ ସମ୍ପର୍କରେ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ଉମାଶଙ୍କର ମିଶ୍ର ଜାଣିବାକୁ ପାଇଥିଲେ। ପରେ ସେ ତ୍ରିପାଠୀଙ୍କୁ କାରଣ ଦର୍ଶାଅ ନୋଟିସ ଜାରି କରିଥିଲେ। ଅନ୍ୟପଟେ ଏହି ଘଟଣାର ତଦନ୍ତ କରିବା ପାଇଁ ଅତିରିକ୍ତ ଜନସ୍ବାସ୍ଥ୍ୟ ଅଧିକାରୀ(ପରିବାର/କଲ୍ୟାଣ) ଡା. ଭି.ସରୋଜିନୀ ଦେବୀ ଓ ସିଟି ହସ୍ପିଟାଲ ଅଧୀକ୍ଷକ ଡା. ବିଶ୍ୱମ୍ଭର ବେହେରାଙ୍କୁ ନେଇ ଏକ କମିଟି ଗଠନ କରାଯାଇଥିଲା। ମଙ୍ଗଳବାର ଘଟଣାର ତଦନ୍ତ ସରିଛି ବୋଲି ସିଡିଏମ୍‌ଓ ମିଶ୍ର କହିଛନ୍ତି। ରିପୋର୍ଟ ମିଳିବା ପରେ ତାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ସୂଚନା ଦେଇଛନ୍ତି। ଅନ୍ୟପଟେ ଆରବିଏସ୍‌କେର ସହକାରୀ ମ୍ୟାନେଜର ସନ୍ଦୀପ ତ୍ରିପାଠୀଙ୍କୁ ପଚାରିବାରୁ ମୋ ବିରୋଧରେ ଷଡ଼ଯନ୍ତ୍ର କରାଯାଇଛି। ମୁଁ ଅଫିସ ଭିତରେ ନିଶାପାନ କରିନାହିଁ। ମୋ ବିରୋଧରେ ସୋସିଆଲ ମିଡିଆରେ ଭାଇରାଲ ହୋଇଥିବା ଦୃଶ୍ୟଟି ଭିତ୍ତିହୀନ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କାର-ବାଇକ୍‌ ମୁହାଁମୁହିଁ ଧକ୍କା: ସ୍ବାମୀ, ସ୍ତ୍ରୀ ଗୁରୁତର

ବଲାଙ୍ଗୀର,୫।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା କୁଶଙ୍ଗ-ନର୍ଲାକଟା ନିକଟରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର-ବାଇକ୍‌ ମଧ୍ୟରେ ମୁହାଁମୁହିଁ ଧକ୍କା ହେବାରୁ ବାଇକ୍‌ରେ ଥିବା…

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri