ମୁଖ୍ୟମନ୍ତ୍ରୀଙ୍କ ହାତକୁ ପାଣ୍ଡିଆନ ଟାଣିନେବା ଭିଡିଓ, ଜୋରଦାର କାଉଣ୍ଟର କଲେ ନବୀନ

ଭୁବନେଶ୍ୱର,୨୮।୫: ମୁଖ୍ୟମନ୍ତ୍ରୀଙ୍କ ହାତକୁ ପାଣ୍ଡିଆନ ଟାଣିନେବା ଭିଡିଓ ଭାଇରାଲ ହେବା ପରେ ସରଗରମ ହୋଇଛି ରାଜ୍ୟ ରାଜନୀତି। ଆସାମ ମୁଖ୍ୟମନ୍ତ୍ରୀ ତଥା ଓଡ଼ିଶା ପାଇଁ ଭାଜପାର ଷ୍ଟାର ପ୍ରଚାରକ ହିମନ୍ତ ବିଶ୍ୱ ଶର୍ମା ନିଜ ‘ଏକ୍ସ’ ଆକାଉଣ୍ଟରେ ନବୀନ ଏବଂ ପାଣ୍ଡିଆନଙ୍କ ଏକ ଭିଡିଓ ଶେୟାର କରିଛନ୍ତି। ଯେଉଁଥିରେ ସେ ଜଣେ ଅବସରପ୍ରାପ୍ତ ଅଫିସର କେଉଁଭଳି ଭାବେ ଓଡ଼ିଶାର ଭବିଷ୍ୟତକୁ ନିୟନ୍ତ୍ରଣ କରୁଛନ୍ତି ସେ ନେଇ ଦୁଃଖ ପ୍ରକାଶ କରିଛନ୍ତି।

ଭିଡିଓ ଜାରି କରି ହିମନ୍ତ କହିଛନ୍ତି, ଏହା ଅତ୍ୟନ୍ତ ଦୁଃଖଦାୟକ ଭିଡିଓ। ଏଥିରେ ଭି.କେ. ପାଣ୍ଡିଆନ ନବୀନ ବାବୁଙ୍କ ହାତ ଥରିବାକୁ ନିୟନ୍ତ୍ରଣ କରୁଛନ୍ତି। ତାମିଲନାଡ଼ୁର ଜଣେ ଅବସରପ୍ରାପ୍ତ ପୂର୍ବତନ ଅମଲାତନ୍ତ୍ରୀ ବର୍ତ୍ତମାନ ଓଡ଼ିଶାର ଭବିଷ୍ୟତ ଉପରେ କିଭଳି ନିୟନ୍ତ୍ରଣ କରୁଛନ୍ତି, ତାହା କଳ୍ପନା କରି ମୁଁ ହତଚକିତ ହୋଇଯାଉଛି। ତେବେ ଭାଜପା ରାଜ୍ୟବାସୀଙ୍କ ହାତରେ ପୁଣିଥରେ ଓଡ଼ିଶାର ଶାସନ ଭାର ଧରାଇ ଦେବାକୁ ବଦ୍ଧ ପରିକର ବୋଲି ସେ କହିଛନ୍ତି।

ଯାହାକୁ ନେଇ ଭିଡିଓ ଜାରି କରି ଶାଣିତ ଜବାବ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ସେ କହିଛନ୍ତି, ମୋ ହାତ ସଂପର୍କରେ ଭାଜପା ଜାଣିଶୁଣି ଅଯଥା ପ୍ରସଙ୍ଗ କରୁଛି। ଭାଜପାର ଏହି ପ୍ରସଙ୍ଗ କିଛି କାମ ଦେବନି ବୋଲି ରୋକଠୋକ ଶୁଣାଇଛନ୍ତି ମୁଖ୍ୟମନ୍ତ୍ରୀ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରୁ ଶୁଭେନ୍ଦୁ ସାମଲ ନିଲମ୍ୱିତ

ଭୁବନେଶ୍ୱର,୩।୫: ବିଜୁ ଜନତା ଦଳ(ବିଜେଡି) ପକ୍ଷରୁ ରବିବାର ଚୌଦ୍ୱାର ମ୍ୟୁନିସିପାଲିଟି ଉପାଧ୍ୟକ୍ଷ ଶୁଭେନ୍ଦୁ ସାମଲଙ୍କୁ ଦଳରୁ ନିଲମ୍ୱନ କରାଯାଇଛି। ଦଳ ବିରୋଧୀ କାର୍ଯ୍ୟ ପାଇଁ ଶୁଭେନ୍ଦୁଙ୍କୁ ନିଲମ୍ୱନ…

ଖାରବେଳଙ୍କ ଉପରୁ ଉଠିଲା ନିଲମ୍ୱନ

ଭୁବନେଶ୍ୱର,୩।୫: ବରିଷ୍ଠ ଭାଜପା ନେତା ଐର ଖାରବେଳ ସ୍ୱାଇଁଙ୍କ ଉପରୁ ରବିବାର ନିଲମ୍ୱନ ଆଦେଶ ପ୍ରତ୍ୟାହୃତ ହୋଇଛି। ଭାଜପା ରାଜ୍ୟ ଶୃଙ୍ଖଳା କମିଟି ଆବାହକ ସୁଦର୍ଶନ ନାୟକ…

ଯୌତୁକ ଜନିତ ବଧୂହତ୍ୟା ଘଟଣା, ୩ ମାସ ପରେ ବନ୍ଧା ହେଲେ ଶ୍ବଶୁର-ଦିଅର

ଦିଗପହଣ୍ଡି,୩ା୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଜକରାପଲ୍ଲୀ ଗ୍ରାମର ଅଜିତ ବିଷୋୟୀଙ୍କ ସ୍ତ୍ରୀ ସନ୍ଧ୍ୟାରାଣୀ ବିଷୋୟୀଙ୍କୁ ଗତ ଫେବୃଆରୀ ୪ ତାରିଖରେ ଅଧିକା ଯୌତୁକ…

ମଧ୍ୟପ୍ରାଚ୍ୟରେ ପୁଣି ଥରେ ଯୁଦ୍ଧର ନିଆଁ! ଇରାନ ଏପର୍ଯ୍ୟନ୍ତ ପର୍ଯ୍ୟାପ୍ତ ମୂଲ୍ୟ ଦେଇନାହିଁ କହିଲେ ଟ୍ରମ୍ପ

ଓ୍ବାଶିଂଟନ,୩ା୫: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣି ଥରେ ଇରାନ ସମ୍ପର୍କରେ କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି । ସେ କହିଛନ୍ତି ଯେ ତେହେରାନ ଏପର୍ଯ୍ୟନ୍ତ ତାଙ୍କ…

ବରଗଡ଼ ଜିଲା ପ୍ରିମିୟର ଲିଗ୍ ଉଦଘାଟିତ

ବରଗଡ଼,୩।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା କ୍ରିକେଟ୍ ଆସୋସିଏସନ୍ ଆନୁକୂଲ୍ୟରେ ରବିବାର ସନ୍ଧ୍ୟାରେ ବରଗଡ଼ ଜିଲା ପ୍ରିମିୟର ଲିଗ୍(ବିଡିପିଏଲ) ଉଦଘାଟିତ ହୋଇଛି। ବରଗଡ ଜିଲା କ୍ରିକେଟ ଏସୋସିଏସନର ସଭାପତି…

ରାସ୍ତା ଉପରେ ପଡ଼ିଲା ବିରାଟକାୟ ଗଛ; ଅଳ୍ପକେ ବର୍ତ୍ତିଲେ ପଥଚାରୀ, ଯାତାୟତ ବାଧାପ୍ରାପ୍ତ

ଥୁଆମୂଳ ରାମପୁର,୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ବିଭିନ୍ନ ସ୍ଥାନରେ ରବିବାର ବିରାଟକାୟ ଗଛ ପଡ଼ି ଯାତାୟତ ବାଧାପ୍ରାପ୍ତ ହୋଇଛି । ସୂଚନା…

ଶୁଦ୍ଧି ହେବେ ଜିତୁ ମୁଣ୍ଡା

ପାଟଣା,୩ା୫(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ୍‌ ଡିଆନାଳି ଚତୁରିସାହିର ଜିତୁ ମୁଣ୍ଡା ଭଊଣୀ କାଲାରା ମୁଣ୍ଡାଙ୍କ କଙ୍କଳା ନେଇ ମଲ୍ଲିପୋଷି ଓଡ଼ିଶା ଗ୍ରାମୀଣ ବ୍ୟାଙ୍କୁ…

‘ମୁଁ ୬ ଜଣ ପୀଡିତାଙ୍କ ମଧ୍ୟରୁ ଜଣେ’, ବ୍ରିଜଭୂଷଣ ବିରୋଧରେ ଗମ୍ଭୀର ଅଭିଯୋଗ ଆଣିଲେ ଭିନେଶ ଫୋଗଟ

ନୂଆଦିଲ୍ଲୀ,୩ା୫: ଭାରତର ପ୍ରସିଦ୍ଧ କୁସ୍ତିଯୋଦ୍ଧା ଭିନେଶ ଫୋଗଟ ରବିବାର ଏକ ଚେତାବନୀ ଜାରି କରିଛନ୍ତି । ଗୋଣ୍ଡାରେ ହେବାକୁ ଥିବା ଜାତୀୟ ଓପନ୍ ରାଙ୍କିଂ ଟୁର୍ନାମେଣ୍ଟରେ ତାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri