Posted inଖେଳ

ଗୀତ ଗାଇ ଗାଇ ଜବରଦସ୍ତ ଛକା ମାରୁଥିଲେ ଏହି ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌, ଭିଡିଓ ଦେଖିଲେ…

ନୂଆଦିଲ୍ଲୀ,୨୦।୧୦: ଟିମ୍‌ ଇଣ୍ଡିଆର ପୂର୍ବତନ ବିସ୍ଫୋରକ ବ୍ୟାଟ୍ସମ୍ୟାନ୍‌ ବିରେନ୍ଦ୍ର ସେହ୍ବାଗ ଆଜି ନିଜର ୪୪ତମ ଜନ୍ମଦିନ ପାଳନ କରୁଛନ୍ତି। ୧୯୭୮ ଅକ୍ଟୋବର ୨୦ରେ ଦିଲ୍ଲୀରେ ଜନ୍ମଗ୍ରହଣ କରିଥିଲେ ସେ। ନିଜ ସମୟରେ ଆକ୍ରାମକ ବ୍ୟାଟିଂକୁ ନେଇ ସେ ଜଣାଶୁଣା ଥିଲେ। ଏଥିଲାଗି ତାଙ୍କର ଟେଷ୍ଟରେ ୮୨.୨୩, ଦିନିକିଆରେ ୧୦୪.୩୩ ଏବଂ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ୧୪୫.୩୮ ଷ୍ଟ୍ରାଇକ୍‌ ରେଟ୍‌ ରହିଥିଲା।

ମ୍ୟାଚ୍‌ରେ ପ୍ରତିଟି ବୋଲର୍‌କୁ ସାମ୍ନା କରିବା ବ୍ୟାଟ୍ସମ୍ୟାନ ଲାଗି ବଡ଼ ଚ୍ୟାଲେଞ୍ଜ ହୋଇଥାଏ। ତେବେ ସେହ୍ବାଗ ନିଜକୁ ଶାନ୍ତ କରିବା ଲାଗି ବିଭିନ୍ନ କୌଶଳ ଆପଣାଉଥିଲେ। ସେଥିରୁ ଗୋଟିଏ ଥିଲା ଗୀତ ଗାଇବା। ବ୍ୟାଟିଂ କରିବେ ବେଳେ ଗୀତ ଗାଉଥିବା ନେଇ ଏହି ଭେଟେରାନ ବ୍ୟାଟ୍ସମ୍ୟାନ୍‌ ନିଜେ ପ୍ରକାଶ କରିିଛନ୍ତି। ଏହାର ଅନେକ ଦୃଶ୍ୟ କ୍ୟାମେରାରେ କଏଦ ହୋଇଛି। ୨୦୧୫ରେ ଅଲ-ଷ୍ଟାର ସିରିଜରେ ବ୍ୟାଟିଂ କରି ସେହ୍ବାଗ ଗୀତ ଗାଇ ଛକା ମାରିଥିଲେ। ସେହ୍ବାଗ ତୃତୀୟ ଓଭରର ପଞ୍ଚମ ବଲ୍‌ରେ ବଡ୍‌ ଶଟ୍‌ ଖେଳିଥାନ୍ତେ। ‘ତୁ ଜାନେ ନା’ ଗୀତ ଗାଇ ଗାଇ ସେ ଛକା ମାରିଥିଲେ। ଏହାକୁ ଦେଖି କମେଣ୍ଟେଟର ଚକିତ ହୋଇଯାଇଥିଲେ।

ସେହ୍ବାଗ ଅଣ୍ଡର-୧୯ କ୍ରିକେଟରେ ଉଲ୍ଲେଖନୀୟ ବ୍ୟାଟିଂ କରି ଅନ୍ତର୍ଜାତୀୟ କ୍ରିକେଟ ଖେଳିବାକୁ ସୁଯୋଗ ପାଇଥିଲେ। ସେ ତାଙ୍କ କ୍ୟାରିୟର ଆରମ୍ଭରେ ମଧ୍ୟକ୍ରମରେ ବ୍ୟାଟିଂ କରୁଥିଲେ। ହେଲେ ଅଧିନାୟକ ସୌରଭ ଗାଙ୍ଗୁଲି ତାଙ୍କୁ ଓପନିଂ କରିବାକୁ ସୁଯୋଗ ଦେଇଥିଲେ। ଏହାପରଠାରୁ ସେ ପଛକୁ ଫେରି ଚାହିଁ ନାହାନ୍ତି। ଟେଷ୍ଟରେ ୮୫୮୬, ଦିନିକିଆରେ ୮୨୭୩ ଏବଂ ଟି୨୦ ଅନ୍ତର୍ଜାତୀୟ ମ୍ୟାଚ୍‌ରେ ସେ ୩୯୪ ରନ୍‌ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ଦିଲ୍ଲୀରେ ଏକ ଲାଇଭ୍ ଇଭେଣ୍ଟରେ ରୁବିଓଙ୍କୁ ଫୋନ କଲେ ଟ୍ରମ୍ପ, କହିଲେ I Love ମୋଦି

ଆମେରିକାର ବୈଦେଶିକ ସଚିବ ମାର୍କୋ ରୁବିଓ ବର୍ତ୍ତମାନ ଭାରତରେ ଅଛନ୍ତି । ରବିବାର ଦିନ ମାର୍କୋ ରୁବିଓ ଦିଲ୍ଲୀରେ ଏକ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଭାରତରେ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri