ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି ଘଟଣା ପୁରୀର ସୁରକ୍ଷା ବ୍ୟବସ୍ଥା ପ୍ରତି ପ୍ରଶ୍ନବାଚୀ ସୃଷ୍ଟି କରିଛି। ଭାଇରାଲ ଭିଡିଓରେ ଦେଖିବାକୁ ମିଳିଛି ଯେ, ଜଣେ ଯୁବକ ବାଇକ୍‌ରେ ବସି ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରିବା ସହ ପକେଟରେ ବନ୍ଧୁକ ରଖି ରିଲ୍ସ କରୁଛନ୍ତି। ବନ୍ଧୁକ ଧରି ଗୁଳି ଫୁଟାଇବା ଭିଡିଓ ‘ଶ୍ରୀଧର ଏକ୍ସ ଭିଲିଆନ’ ନାମକ ଆଇଡିରେ ଅପ୍‌ଲୋଡ୍‌ ହୋଇଛି। ତେବେ ସେ ବନ୍ଧୁକ କେଉଁଠାରୁ ଆଣିଲେ ତାହା ପ୍ରଶ୍ନ ପାଲଟିଛି। ତୁରନ୍ତ ତାଙ୍କୁ ଗିରଫ କରାଯିବା ସହ ବନ୍ଧୁକ ଜବତ ପାଇଁ ସାଧାରଣରେ ଦାବି ହୋଇଛି। ସମ୍ପୃକ୍ତ ଯୁବକ ପୁରୀ ଶୀତଳପିଣ୍ଡା ସାହିର କେ.କେ. ପଣ୍ଡା ବୋଲି ଜଣାପଡ଼ିଛି। ଟାଉନ ଥାନା ପୋଲିସ ତାଙ୍କୁ ଅଟକ ରଖି ତଦନ୍ତ କରୁଛି। ଏ ନେଇ ଏସ୍‌ପି ପ୍ରତୀକ୍‌ ସିଂ କହିଛନ୍ତି, ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେଉଛି, ଯାହା ଆମ ନଜରକୁ ଆସିଛି। ଭିଡିଓରେ ସେ ବନ୍ଧୁକ ଟାଇପ୍‌ର ଜିନିଷ ଧରିଥିବା ଦେଖିବାକୁ ମିଳୁଛି। ଏ ସଂକ୍ରାନ୍ତରେ ପୁରୀର ସମସ୍ତ ଥାନାକୁ ଆଲର୍ଟ କରାଯାଇଛି। ଘଟଣାର ତଦନ୍ତ ଚାଲିଛି। ସମ୍ପୃକ୍ତ ଯୁବକ ହାତରେ ଧରିଥିବା ଜିନିଷଟି ବନ୍ଧୁକ କି ଆଉ କ’ଣ ସେନେଇ ଭେରିଫାଏ କରାଯିବ। ଯଦି ବନ୍ଧୁକ ହୋଇଥିବ, ତେବେ ତାହା କେଉଁଠୁ ଆସିଛି ଓ ତାଙ୍କର ବ୍ୟାକ୍‌ଗ୍ରାଉଣ୍ଡ ଆଦି ବିଷୟରେ ତଦନ୍ତ ସହ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ମନ୍ଦିରକୁ ଯାଇଥିଲେ ମା’, ଫେରିଲା ବେଳକୁ ଝୁଲି ପଡିଥିଲେ ଝିଅ

ଉଦଳା,୨୪।୮(ସନ୍ତୋଷ ବାଛିନୀ): ଘର ଭିତରୁ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଉଦଳା ଥାନା ଏନଏସି ୧୦ ନମ୍ବର ୱାର୍ଡରେ ଏଭଳି ଅଭାବନୀୟ ଘଟଣା ଘଟିଛି…

ଟ୍ରେନରେ ସୁଟକେସ, ରୋଷେଇ ଘରେ ମଣିଷ ଶରୀରର ଅଙ୍ଗ, ସିସିଟିଭି ଖୋଲିଦେଲା ରହସ୍ୟ

ଆଗ୍ରା,୨୪।୮: କିଛି ଦିନ ପୂର୍ବରୁ, ଆଗ୍ରାରେ ଏକ ଟ୍ରେନରେ ଏକ ସୁଟକେସ ଭିତରେ ପଚିଯାଇଥିବା ଶରୀରର ଅଂଶ ମିଳିବା ସହିତ ଏକ ମାମଲା ସାମ୍ନାକୁ ଆସିଥିଲା। ଏବେ,…

ମାନବିକତା ଦେଖାଇଲେ ଶିଶୁରୋଗ ବିଶେଷଜ୍ଞ: ବାଟେଘାଟେ କରୁଛନ୍ତି ଶିଶୁଙ୍କ ଚିକିତ୍ସା

କେସିଙ୍ଗା, ୨୪/୮ (ତୁମେଶ୍ୱର ସାହୁ): ଶି ଶୁଙ୍କ ପ୍ରତି ଜଣେ ଡାକ୍ତରଙ୍କ ଅନାବିଳ ମାନବିକତା ଏବେ କେସିଙ୍ଗା ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। କଳାହାଣ୍ଡି ଜିଲାକେସିଙ୍ଗା ସହରସ୍ଥିତ…

ସରକାରୀ ସେବାରେ ବିଳମ୍ବ ହେଲେ ଅଧିକାରୀଙ୍କୁ ଜରିମାନା, ଦିନକୁ କଟିବ ୨୫୦ ଟଙ୍କା

ଭୁବନେଶ୍ବର,୨୪।୮: ସରକାରୀ ସେବା ପ୍ରଦାନ ବ୍ୟବସ୍ଥାକୁ ଅଧିକ ପାରଦର୍ଶୀ ଓ ଉତ୍ତରଦାୟୀ କରିବା ପାଇଁ ଓଡ଼ିଶା ସରକାର ଏକ ଗୁରୁତ୍ୱପୂର୍ଣ୍ଣ ବ୍ୟବସ୍ଥା ଲାଗୁ କରିଛନ୍ତି । ଏଣିକି…

ଶ୍ରାବଣ ମାସର ଶେଷ ସୋମବାରରେ ଅଦ୍ଭୁତ ଯୋଗ, ୪ ରାଶିଙ୍କ ଚମକିବ ଭାଗ୍ୟ

ଆଜି ଶ୍ରାବଣ ମାସର ଚତୁର୍ଥ ତଥା ଶେଷ ସୋମବାର । ଜ୍ୟୋତିଷ ମତାନୁସାରେ ଆଜିର ଦିନଟି ବେଶ୍ ଶୁଭ ରହିବ । ଶ୍ରାବଣ ସୋମବାରରେ ଏକାଧିକ ଶୁଭ…

ଭାଜପାକୁ ଶକ୍ତ ଧକ୍କା, ଦଳ ଛାଡୁଛନ୍ତି ଅଭିନେତା

ଚେନ୍ନାଇ,୨୪।୮: ଥାଲାପଥି ସି. ଜୋସେଫ ବିଜୟ ରାଜନୀତିରେ ପ୍ରବେଶ ଘୋଷଣା କରିବା ପରଠାରୁ, ନେତା ଏବଂ ସେଲିବ୍ରିଟିମାନେ ତାଙ୍କ ଦଳ, ତମିଜାଗା ଭେଟ୍ରି କାଝାଗମ (TVK) ରେ…

ବଦଳିଲା ସରକାର, ବଦଳିଲେ ବିଧାୟକ, ହେଲେ ବଦଳିଲାନି ହିରାପାଲି ଗ୍ରାମବାସୀଙ୍କ ଦୁର୍ଦ୍ଦଶା, ଆଜି ବି…

ଅମରପାଲି,୨୪ା୮(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ କେନଝିରିଆପାଲି ପଞ୍ଚାୟତର ହିରାପାଲି ଗ୍ରାମରେ ସରକାର ଓ ବିଧାୟକ ବଦଳିଥିଲେ ବି ଗ୍ରାମବାସୀଙ୍କ ଦୁର୍ଦ୍ଦଶା ବଦଳିନାହିଁ। ବଳିପାଲିରୁ ହିରାପାଲି…

ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ଯୋଜନା

ଭୁବନେଶ୍ୱର,୨୪ା୮(ବନ୍ଦନା ସେଠୀ): ଦେଶରେ ଖୁବ୍‌ଶୀଘ୍ର ଲାଗୁ ହେବ ‘ୱାନ୍‌ ନେଶନ ୱାନ୍‌ ହେଲ୍‌ଥ’ ବା ଏକ ଦେଶ, ଏକ ସ୍ବାସ୍ଥ୍ୟ ଯୋଜନା। ଏଥିସହ ଡାକ୍ତରମାନେ କିଭଳି ଡିଜିଟାଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri