Posted inଜାତୀୟ

ଢୋଲ ବଜାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୯।୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର କର୍ନାଟକର କୋଡାକାଲରେ ଜଳସେଚନ, ପାନୀୟ ଜଳ ଏବଂ ଜାତୀୟ ରାଜପଥ ବିକାଶ ପ୍ରକଳ୍ପ ସହ ଜଡିତ ବିଭିନ୍ନ ବିକାଶମୂଳକ ପ୍ରକଳ୍ପର ମୂଳଦୁଆ ପକାଇଛନ୍ତି। ଚଳିତ ମାସରେ ଏହା ହେଉଛି ମୋଦିଙ୍କର ଦ୍ୱିତୀୟ କର୍ନାଟକ ଗସ୍ତ। ଏହି ଗସ୍ତ ସମୟରେ କର୍ନାଟକର କାଲାବୁରାଗି ଜିଲାରେ ମୋଦି ଢୋଲ ବଜାଇଛନ୍ତି। ମୋଦି ଢୋଲ ବଜାଇବା ସମୟରେ ବେଶ୍‌ ଖୁସି ଜଣାପଡୁଥିଲେ। ଉପସ୍ଥିତ ଜନତା ଏବଂ ନେତା କରତାଳି ଦେଇ ଉତ୍ସାହିତ କରିଥିଲେ।
ଏହି ଅବସରରେ ପ୍ରଧାନମନ୍ତ୍ରୀ କହିଛନ୍ତି, ଅଧିକାଂଶ ଦଳିତ, ପଛୁଆ, ଆଦିବାସୀ ଯଉଁମାନେ କେବେ ବି ବ୍ୟାଙ୍କର ଦ୍ୱାର ଦେଖି ନ ଥିଲେ, ଜନ ଧନ ବ୍ୟାଙ୍କ ଆକାଉଣ୍ଟଗୁଡିକ କୋଟି କୋଟି ବଞ୍ଚିତ ଲୋକଙ୍କୁ ବ୍ୟାଙ୍କ ସହିତ ସଂଯୋଗ କରିଛି। ପୂର୍ବ ସରକାର କେବଳ ଅଳ୍ପ ଜଙ୍ଗଲଜାତ ଦ୍ରବ୍ୟ ଉପରେ ଏମଏସପି ଦେଉଥିବାବେଳେ ଆମ ସରକାର ୯୦ରୁ ଅଧିକ ଜଙ୍ଗଲ ଉତ୍ପାଦ ଉପରେ ଏମଏସପି ଦେଉଛନ୍ତି। କର୍ନାଟକ ସରକାରଙ୍କ ନିଷ୍ପତ୍ତି ପରେ, ବର୍ତ୍ତମାନ ଏହାର ସୁବିଧା ତାଣ୍ଡାରେ ରହୁଥିବା ସମସ୍ତ ପରିବାର ପାଇଁ ମଧ୍ୟ ଉପଲବ୍ଧ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଲୋକ ସଭା ଆସନ ୮୧୬କୁ ବଢ଼ିବ: ୧୬ରୁ ୩ ଦିନ ପାଇଁ ପୁଣି ବଜେଟ ଅଧିବେଶନ

ନୂଆଦିଲ୍ଲୀ,୩ା୪(ପି.ଟି.):ପାର୍ଲାମେଣ୍ଟର ବଜେଟ ଅଧିବେଶନ ସ୍ବଳ୍ପକାଳୀନ ଅବକାଶ ପରେ ଏପ୍ରିଲ ୧୬ରୁ ପୁଣି ଚାଲିବ। ବିଶେଷକରି ଲୋକ ସଭାର ଆସନ ସଂଖ୍ୟା ୫୪୩ରୁ ୮୧୬କୁ ବୃଦ୍ଧି କରାଯିବା ସଂକ୍ରାନ୍ତ…

ଏଇ ଭାରତରେ

ଅସହାୟ ପିଲାଙ୍କ ଆଶାବାଡ଼ି ପୋର୍ତ୍ତିଆ ପୁଟାଟୁଣ୍ଡା। ସେ ତାଙ୍କ ପିତାଙ୍କ ସ୍ମୃତିରେ ଏକ ଆବାସିକ ସ୍କୁଲ ଖୋଲି ମାଗଣାରେ ପିଲାମାନଙ୍କୁ ପଢାଉଛନ୍ତି। ସେମାନଙ୍କୁ ଖାଦ୍ୟ, ଚିକିତ୍ସା, ପୋଷାକ…

ଅଦୃଶ୍ୟ ଈଶ୍ୱରଙ୍କ ଦୃଶ୍ୟ ପ୍ରତିମା

ଭୁ ଯିଶୁଖ୍ରୀଷ୍ଟ ଦୁଇ ହଜାରରୁ ଅଧିକ ବର୍ଷ ତଳେ, ରୋମୀୟ ସାମ୍ରାଜ୍ୟ ସମୟରେ, ନିଜର ପରିଚୟ ଓ ବ୍ୟକ୍ତିତ୍ୱକୁ ଖୋଲାଖୋଲି ଭାବେ ପ୍ରକାଶ କରିଥିଲେ। ତାଙ୍କ ବିରୋଧରେ…

ଯୁଦ୍ଧ ମଧ୍ୟରେ ଆମେରିକାରେ ବଡ଼ ଆକ୍ସନ: ସେନାମୁଖ୍ୟ ବିଦା

ଓ୍ବାଶିଂଟନ୍‌,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ଯୁଦ୍ଧ ମଧ୍ୟରେ ଆମେରିକାରେ ଏକ ବଡ଼ ସାମରିକ ଅଦଳବଦଳ ହୋଇଛି। ପ୍ରତିରକ୍ଷା ସଚିବ ପିଟ ହେଗସେଥ ଆମେରିକୀୟ ସେନାର ମୁଖ୍ୟ ଜେନେରାଲ ରେଣ୍ଡି…

ଜନଜାତୀୟ ଖେଳ ପ୍ରତିଭା: ଆମ ଜାତୀୟ ଗୌରବ

ମୁଁ  ଦେଖିଛି ଯେ ଆମ ଦେଶର ଗ୍ରାମାଞ୍ଚଳ ଓ ବନାଞ୍ଚଳରେ ପିଲାମାନେ ସେମାନଙ୍କ ଦୈନନ୍ଦିନ ଜୀବନର ଅଧିକାଂଶ ସମୟ ପ୍ରକୃତି କୋଳରେ ଅତିବାହିତ କରିଥା’ନ୍ତି। ସେମାନେ ପ୍ରାକୃତିକ…

ଆଣବିକ ପ୍ରତିରୋଧ ଓ ମହାଶକ୍ତି

ଆଣବିକ ଅସ୍ତ୍ରଶସ୍ତ୍ର ଯୋଗୁ ମହାଶକ୍ତିଙ୍କ ମଧ୍ୟରେ ଯୁଦ୍ଧର ବିଜୟ ଅସମ୍ଭବ ହୋଇଯାଇଛି। ଅର୍ଥାତ୍‌ ମହାଶକ୍ତିଙ୍କ ନିକଟରେ ଏତେ ଅଣୁ ଅସ୍ତ୍ରଶସ୍ତ୍ର ରହିଛି ଯେ, ଯଦି ସେମାନଙ୍କ ମଧ୍ୟରେ…

ସହରରେ ବୁଲୁଛି ଦନ୍ତା, ଲୋକେ ଭୟଭୀତ

ଭୁବନ,୩ା୪(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଏନ୍‌ଏସିର ବିଭିନ୍ନ ସ୍ଥାନରେ ଦନ୍ତାହାତୀ ଜନଗହଳିରେ ଯାତାୟାତ କରୁଥିବା ଦେଖିବାକୁ ମିଳିଛି। ଦନ୍ତାହାତୀଟି ସୁକିନ୍ଦା ଅଞ୍ଚଳରୁ ଆସି ଭୁବନ…

କନିଷ୍ଠ ଶିକ୍ଷକଙ୍କୁ ନିୟମିତ ନେଇ ପ୍ରକାଶ ପାଇଲା ବିଜ୍ଞପ୍ତି: ପିଛିଲା ଭାବେ ମିଳିବ ମୋଟାଅଙ୍କର ଦରମା …

ଭୁବନେଶ୍ୱର,୩ା୪ (ସୁଚିସ୍ମିତା ସାହୁ):କନିଷ୍ଠ ଶିକ୍ଷକ (ସ୍କିମାଟିକ୍‌)ଙ୍କୁ ନିୟମିତ କରିବା ପାଇଁ ଗୁରୁବାର ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହି କନିଷ୍ଠ ଶିକ୍ଷକମାନେ ସହକାରୀ ଶିକ୍ଷକ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri