Posted inଜାତୀୟ

Video: ଗର୍ଭବତୀ ମହିଳା ଏବଂ ଦେଢ଼ ବର୍ଷର ଶିଶୁକୁ ହେଲିକପ୍ଟରରେ ଉଦ୍ଧାର କଲା ବାୟୁସେନା

ଚେନ୍ନାଇ,୧୯।୧୨: ତାମିଲନାଡୁରେ ପ୍ରବଳ ବର୍ଷା କାରଣରୁ ପ୍ରାୟ ଚାରି ଜିଲାରେ ବନ୍ୟା ସ୍ଥିତି ସୃଷ୍ଟି ହୋଇଛି। ବନ୍ୟାରେ ଫସିଥିବା ଲୋକମାନଙ୍କୁ ଉଦ୍ଧାର ପାଇଁ ଭାରତୀୟ ସେନା ନିୟୋଜିତ ହୋଇଛନ୍ତି। ମଙ୍ଗଳବାର ଭାରତୀୟ ବାୟୁସେନା ଜଣେ ଗର୍ଭବତୀ ମହିଳା ଏବଂ ଜଣେ ଦେଢ଼ ବର୍ଷର ଶିଶୁକୁ ହେଲିକପ୍ଟର ସାହାଯ୍ୟରେ ଉଦ୍ଧାର କରିଛି।

ଦକ୍ଷିଣ ତାମିଲନାଡୁର ଚାରିଟି ଜିଲାରେ ରେକର୍ଡ ବର୍ଷା ପରେ ପ୍ରବଳ ବନ୍ୟା ପରିସ୍ଥିତି ଦେଖାଦେଇଛି ଏବଂ ତୁରନ୍ତ ରିଲିଫ୍ ପଦକ୍ଷେପ ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ସହ ଦିଲ୍ଲୀରେ ହେବାକୁ ଥିବା ବୈଠକକୁ ଟାଳିଛନ୍ତି ମୁଖ୍ୟମନ୍ତ୍ରୀ ଏମ.କେ. ଷ୍ଟାଲିନ।

ତାମିଲନାଡୁର ଏକ ରେଲୱେ ଷ୍ଟେସନରେ ୫୦୦ ଲୋକ ରହିଥିବା ବେଳେ ମଙ୍ଗଳବାର ସେମାନଙ୍କୁ ଏକ ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ଉଦ୍ଧାର କରାଯାଇଛି। ସେମାନଙ୍କୁ ସେଠାରୁ ପ୍ରଥମେ ଚେନ୍ନାଇ ଅଣାଯିବ, ପରେ ସେମାନଙ୍କୁ ଘରକୁ ପଠାଯିବାର ବ୍ୟବସ୍ଥା କରାଯିବ।

ସେହିଭଳି ସୋମବାର ରାତିରେ ବନ୍ୟା ପ୍ରଭାବିତ ଥୋଥୁକୁଡି ଜିଲାରେ ୫୪ ଜଣ ମହିଳା, ଜଣେ ଗର୍ଭବତୀ ମହିଳା ଏବଂ ୧୯ ଜଣ ଶିଶୁଙ୍କ ସମେତ ୧୦୦ ରୁ ଅଧିକ ଲୋକଙ୍କୁ ଉଦ୍ଧାର କରାଯାଇଥିଲା।

ମୁଖ୍ୟମନ୍ତ୍ରୀ ଏମ.କେ ଷ୍ଟାଲିନ ଜିଲାପାଳ ମାନଙ୍କ ସହିତ ଭିଡିଓ କନଫରେନସିଂ ମାଧ୍ୟମରେ ବୈଠକ କରି ସ୍ଥିତିର ସମୀକ୍ଷା କରିଛନ୍ତି। ଏହାପରେ ରିଲିଫ ଏବଂ ଉଦ୍ଧାରକାର୍ଯ୍ୟ ତ୍ୱରାନ୍ୱିତ କରିବାକୁ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କେତୁଙ୍କ ଚଳନ କରିଦେବ କାଙ୍ଗାଳ! ଅକ୍ଟୋବର ପହିଲାଠୁ ଏହି ରାଶି ପାଇଁ ଅତ୍ୟନ୍ତ ଖରାପ, ଏମାନଙ୍କ ପାଇଁ ଭଲ!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ମାୟାବୀ ଗ୍ରହ କେତୁ ୩ ଅକ୍ଟୋବର ୨୦୨୬ ରାତି ୯ଟା ୪୮ ମିନିଟରେ ମଘା ନକ୍ଷତ୍ରର ପ୍ରଥମ ପାଦରେ ପ୍ରବେଶ କରିବେ। ଏହି…

ଲଗାଣ ବର୍ଷାରେ କାନ୍ଥ ପଡ଼ି ୩ ବର୍ଷର ଶିଶୁକନ୍ୟା ମୃତ

ପାଟଣା, ୨୫।୯ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ବଡ଼ପାଟଣା ପଞ୍ଚାୟତ ଅନ୍ତର୍ଗତ ସ୍ୱାମ ମୁଣ୍ଡାସାହିରେ ଶୁକ୍ରବାର ଲଗାଣ ବର୍ଷାରେ ଇଟା କାନ୍ଥ ଭୁଶୁଡ଼ି…

ପୁରୁଷୋତ୍ତମପୁର ସହରରେ ପଶିଲା ବନ୍ୟାପାଣି: ସ୍ଥିତି ପରଖିଲେ ଉପଜିଲାପାଳ

ପୁରୁଷୋତ୍ତମପୁର, ୨୫।୯ (ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଚାରିଦିନ ହେଲା ଲଗାଣ ବର୍ଷା ଲାଗିରହିଛି। ଏହି…

ଲଘୁଚାପଜନିତ ଲଗାଣ ବର୍ଷା: ଘର ଉପରେ ପଡ଼ିଲା ଗଛ

ମହାକାଳପଡ଼ା,୨୫।୯ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ ମହାକାଳପଡ଼ା ବ୍ଲକରେ ଏକ ଅଘଟଣ ଘଟିଛି। ନାଞ୍ଜୁରା ପଞ୍ଚାୟତ ଅନ୍ତର୍ଗତ ତନ୍ତିଆପାଳ-ଭୋପାଳ ଗ୍ରାମର…

ସୂର୍ଯ୍ୟ-ଶୁକ୍ରଙ୍କ ଶୁକ୍ରାଦିତ୍ୟ ରାଜଯୋଗ: ୨୦୨୭ ପୂର୍ବରୁ ମାଲାମାଲ ହେବେ ୪ ରାଶି, ଚାକିରିରେ ପଦୋନ୍ନତି!

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ସୂର୍ଯ୍ୟ ଓ ଶୁକ୍ରଙ୍କ ଯୁତିରୁ ଶୁକ୍ରାଦିତ୍ୟ ରାଜଯୋଗ ଗଠନ ହେବ। ଏହି ଯୋଗ ୪ଟି ରାଶି ପାଇଁ ଶୁଭ ଫଳ ଆଣିପାରେ। ମେଷ,…

ଭୁଶୁଡ଼ିଲା ନୀଳମାଧବ ମନ୍ଦିର ମେଘନାଦ ପାଚେରୀ ଗାର୍ଡ ୱାଲ

ଖଣ୍ଡପଡ଼ା,୨୫।୯(ଅଜୟ କୁମାର ମହାରଣା): ଜଗନ୍ନାଥ ସଂସ୍କୃତିର ଆଦିପୀଠ ଭାବେ ପରିଚିତ କଣ୍ଟିଲୋର ଶ୍ରୀ ନୀଳମାଧବ ମନ୍ଦିର। ଲଗାଣ ବର୍ଷାରେ ଶୁକ୍ରବାର ମନ୍ଦିରର ଉତ୍ତର ପୂର୍ବ(ସ୍ନାନ ମଣ୍ଡପକୁ ସଂଲଗ୍ନ)…

ବର୍ଷା କମିଛି, ଆତଙ୍କ ଥମିନି: କାନ୍ଥ ପଡ଼ି ଚାଲିଗଲା ବୃଦ୍ଧାଙ୍କ ଜୀବନ

ଭଞ୍ଜନଗର, ୨୫।୯(ବାବୁଲା ପ୍ରଧାନ):ଗଞ୍ଜାମ ଜିଲାରେ ଲଗାଣ ବର୍ଷା ପରେ ଶୁକ୍ରବାର ବର୍ଷାର ପରିମାଣ କିଛିଟା କମିଥିଲେ ମଧ୍ୟ ଲୋକଙ୍କ ମନରୁ ଆତଙ୍କ ଥମିନାହିଁ। ବେଲଗୁଣ୍ଠ ବ୍ଲକ ଉଡ୍ରା…

ବର୍ଷାରେ ଭାଙ୍ଗିଲା ଘର: ତାର୍ପୋଲିନ ଯୋଗାଇଦେଲେ ତହସିଲଦାର

କେସିଙ୍ଗା, ୨୫।୯(ତୁମେଶ୍ୱର ସାହୁ): ଲଘୁଚାପଜନିତ ଲଗାଣ ବର୍ଷା ଓ ପବନ ଯୋଗୁ କେସିଙ୍ଗା ବ୍ଲକର ବିଭିନ୍ନ ଅଞ୍ଚଳରେ ଘର ଭାଙ୍ଗିବା ସହ ଚାଷଜମିରେ ମଧ୍ୟ କ୍ଷୟକ୍ଷତି ହେଉଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?