Posted inଖେଳ

Video:ଶତକ ହାସଲ ପରେ କାହିଁକି ‘ଲକେଟ୍‌’କୁ ଚୁମ୍ବନ ଦେଲେ ବିରାଟ କୋହଲି: ଜାଣନ୍ତୁ ରୋଚକ କାହାଣୀ

ଦୁବାଇ,୨୪।୨: ଆଇସିସି ଚାମ୍ପିଅନ୍ସ ଟ୍ରଫି ୨୦୨୫ର ଗ୍ରୁପ ପର୍ଯ୍ୟାୟ ମ୍ୟାଚ୍‌ରେ ବିରାଟ କୋହଲି ପାକିସ୍ତାନ ବିପକ୍ଷରେ ଏକ ଚମତ୍କାର ଇନିଂସ ଖେଳିଥିଲେ। ସେ ୧୧୧ ବଲରୁ ଅପରାଜିତ ୧୦୦ ରନ କରି ଭାରତକୁ ବିଜୟୀ କରାଇଥିଲେ। ତାଙ୍କ ଇନିଂସ ମଧ୍ୟରେ ସେ ଅନ୍ତର୍ଜାତୀୟ ଦିନିକିଆରେ ୧୪,୦୦୦ ରନ ପୂରଣ କରିବାର ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ ହାସଲ କରିଥିଲେ।
ବିରାଟ କୋହଲି ତାଙ୍କ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କୁ ବହୁତ ଭଲ ପାଆନ୍ତି ଏବଂ ଖୋଲାଖୋଲି ଭାବରେ ତାଙ୍କ ଭଲ ପାଇବାକୁ ପ୍ରକାଶ କରନ୍ତି। ପାକିସ୍ତାନ ବିପକ୍ଷରେ ୫୧ତମ ଶତକ ହାସଲ କରିବା ପରେ ବେକରେ ପିନ୍ଧିଥିବା ଳକେଟ୍‌କୁ ଚୁମ୍ବନ ଦେଇଥିଲେ। ଏହି ଲକେଟ୍‌ଟି କୋହଲିଙ୍କ ପାଇଁ ଖାସ୍‌। କାରଣ ସେ ବିବାହ ମୁଦିକୁ ଲକେଟ୍‌ କରି ପିନ୍ଧିଛନ୍ତି।
କୋହଲି ଶତକ ମାରିବା ମାତ୍ରେ ଲକେଟ୍‌କୁ କାଢି ଚୁମ୍ବନ ଦେଇଥିଲେ। ଏଥିରୁ ସ୍ତ୍ରୀ ଅନୁଷ୍କା ଶର୍ମାଙ୍କ ପ୍ରତି ଥିବା ତାଙ୍କ ଭଲ ପାଇବା ଏବଂ ସମ୍ମାନକୁ ଦର୍ଶାଏ। ଅନୁଷ୍କା ମଧ୍ୟ କୋହଲିଙ୍କ କ୍ୟାରିଅରର ଚ୍ୟାଲେଞ୍ଜିଂ ମୁହୂର୍ତ୍ତଗୁଡ଼ିକରେ ସର୍ବଦା ତାଙ୍କ ସହିତ ରହିଛନ୍ତି। ପଡ଼ିଆରେ ଖରାପ ପ୍ରଦର୍ଶନ ପାଇଁ ସମାଲୋଚନାର ସମ୍ମୁଖୀନ ହେବା ସତ୍ତ୍ୱେ, ସେ ପ୍ରତ୍ୟେକ ମୁହୂର୍ତ୍ତରେ ବିରାଟଙ୍କୁ ସମର୍ଥନ କରଛନ୍ତି।
୨୦୧୮ ମସିହାରେ ଦକ୍ଷିଣ ଆଫ୍ରିକାର ସେଞ୍ଚୁରିଅନରେ ଖେଳାଯାଇଥିବା ମ୍ୟାଚ୍‌ରେ ବିରାଟ କୋହଲି ‘ଲକେଟ ସେଲିବ୍ରେସନ’ ଆରମ୍ଭ କରିଥିଲେ। କଷ୍ଟକର ପରିସ୍ଥିତିରେ ପ୍ରଭାବଶାଳୀ ୧୫୩ ରନ କରିବା ପରେ, କୋହଲି ଏକ ଲକେଟ ବାହାର କରି ଏହାକୁ ଚୁମ୍ବନ ଦେଇଥିଲେ। ଏହାପରଠାରୁ ସେ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିବା ପରେ ଲକେଟ୍‌କୁ ଚୁମ୍ବନ କରନ୍ତି।

 

View this post on Instagram

 

A post shared by ICC (@icc)


Enter your email to get our daily news in your inbox.

All Right Reserved By Dharitri.Com

୬ ବଲ୍‌ରେ ୫ ଉଇକେଟ…ଇତିହାସ ରଚିଲେ ୨୮ ବର୍ଷୀୟ ଏହି ବୋଲର୍‌; ପ୍ରଥମ ଥର…

ନୂଆଦିଲ୍ଲୀ,୨୩।୧୨: ଟି୨୦ଆଇ କ୍ରିକେଟ୍‌ରେ ଏକ ଓଭରରେ ୫ ଉଇକେଟ୍ ନେବା ପ୍ରତ୍ୟେକ ବୋଲରଙ୍କ ସ୍ୱପ୍ନ ଅଟେ। ୪ ଓଭରର ସ୍ପେଲ୍‌ରେ ଏହି କାରନାମା କରିବା ବହୁତ...

ଆଶେସ୍‌ ଖରାପ ପ୍ରଦର୍ଶନ ପରେ ମଦ ପିଇ ମାତାଲ ହେଲେ ଇଂଲଣ୍ଡ କ୍ରିକେଟର, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୩।୧୨: ଅଷ୍ଟ୍ରେଲିଆ ବିପକ୍ଷ ଆଶେସ୍ ସିରିଜ୍ ମଧ୍ୟରେ ଇଂଲଣ୍ଡ କ୍ରିକେଟ୍ ଦଳ ପାଇଁ ଏକ ଅଡୁଆ ପରିସ୍ଥିତି ସୃଷ୍ଟି ହୋଇଛି। ଦଳର ଷ୍ଟାର୍ ବ୍ୟାଟର ବେନ୍...

ଦିଲ୍ଲୀ କ୍ୟାପିଟାଲ୍ସର ବଡ଼ ଘୋଷଣା: ୨୫ ବର୍ଷୀୟ ଏହି ଖେଳାଳି ହେଲେ ନୂଆ ଅଧିନାୟକ

ନୂଆଦିଲ୍ଲୀ,୨୩।୧୨: ଦିଲ୍ଲୀ କ୍ୟାପିଟଲ୍ସ ଏକ ବଡ଼ ଘୋଷଣା କରିଛି। ମହିଳା ପ୍ରିମିୟର ଲିଗ୍ (WPL) ୨୦୨୬ ସିଜନ୍ ପୂର୍ବରୁ ଟିମ୍‌କୁ ନୂଆ ଅଧିନାୟକ ମିଳିଛି। ଅକ୍ସନ୍...

Gotra Matching for Marriage: ସମାନ ଗୋତ୍ରରେ ବିବାହ କରିବା ଶୁଭ ନା ଅଶୁଭ? ଜାଣନ୍ତୁ କ’ଣ କୁହେ…

ହିନ୍ଦୁ ଧର୍ମରେ ବିବାହ ପୂର୍ବରୁ କୁଣ୍ଡଳୀ ମିଳନ ସହିତ ଗୋତ୍ରର ପରୀକ୍ଷା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ ବୋଲି ବିବେଚନା କରାଯାଏ। ଏକ ଗୋତ୍ରରେ ବିବାହକୁ ସାଧାରଣତଃ ଅଶୁଭ...

ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଯୁବକଙ୍କ ଆତ୍ମହତ୍ୟା: ପାଖରେ ପଡ଼ିଛି ମୋବାଇଲ, ବ୍ୟାଗ୍‌; ମିଳିନି ପରିଚୟ…

ଛତ୍ରପୁର, ୨୩।୧୨(ଦିଲ୍ଲୀପ ସାମଲ): ବିଶାଖାପାଟଣାରୁ ଭୁବନେଶ୍ୱର ଯାଉଥିବା ବନ୍ଦେ ଭାରତ ଏକ୍ସପ୍ରେସ ଆଗକୁ ଡେଇଁ ଜଣେ ଯୁବକ ଆତ୍ମହତ୍ୟା କରିଛନ୍ତି। ମୃତକଙ୍କ ପରିଚୟ ଜଣା ପଡ଼ିନାହିଁ।...

୨୦୨୬ ତାମିଲନାଡୁ ନିର୍ବାଚନ: ୩୦%ରୁ ଅଧିକ ଭୋଟ୍ ପାଇବା ନେଇ ବିଜୟଙ୍କ ଦାବି

ଚେନ୍ନାଇ,୨୩।୧୨: ୨୦୨୬ ତାମିଲନାଡୁ ବିଧାନସଭା ନିର୍ବାଚନକୁ ନେଇ ଏବେଠାରୁ ରାଜନୀତି ସରଗରମ ହେବାରେ ଲାଗିଛି। ସୁପରଷ୍ଟାର ବିଜୟଙ୍କ ନୂତନ ରାଜନୈତିକ ଦଳ ‘ତାମିଲଗା ଭେଟ୍ରି କାଝାଗାମ’...

ମହାନଦୀ ଜଳ ବିବାଦର ସମାଧାନ ପାଇଁ ତତ୍ପରତା: ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର,୨୩।୧୨: ମହାନଦୀ ଜଳ ବିବାଦର ସୌହାର୍ଦ୍ଦ୍ୟପୂର୍ଣ୍ଣ ସମାଧାନ ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଗଠିତ ଆନ୍ତଃ-ମନ୍ତ୍ରିସ୍ତରୀୟ କମିଟିର ପ୍ରଥମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଭୁବନେଶ୍ୱରସ୍ଥିତ...

ବିଜୟ ହଜାରେ ଟ୍ରଫି ଖେଳିବେ ବିରାଟ କୋହଲି, ରୋହିତ ଶର୍ମା: ପ୍ରତି ମ୍ୟାଚ୍ ପାଇଁ କେତେ ଟଙ୍କା ପାଇବେ ?

ମୁମ୍ବାଇ,୨୩।୧୨: ଭାରତୀୟ କ୍ରିକେଟର ଦୁଇ ମହାରଥୀ ବିରାଟ କୋହଲି ଏବଂ ରୋହିତ ଶର୍ମା ଚଳିତ ବିଜୟ ହଜାରେ ଟ୍ରଫିରେ ନିଜ ନିଜର ଘରୋଇ ଦଳ ପକ୍ଷରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri