Posted inଖେଳ

Video: ଇଦ୍‌ ଶୁଭେଚ୍ଛା ଜଣାଇବା ପାଇଁ ୩୬ଥର ଟେକ୍‌ ନେଲେ ସ୍ତ୍ରୀ: ରାଗିଗଲେ ପାକିସ୍ତାନ ଖେଳାଳି

ଇସଲାମାବାଦ୍‌,୩୧।୩: ପାକିସ୍ତାନ କ୍ରିକେଟ ଦଳର ପୂର୍ବତନ ଖେଳାଳି ୱାସିମ ଆକ୍ରମ ସମସ୍ତଙ୍କୁ ଇଦ ଅବସରରେ ଶୁଭେଚ୍ଛା ଜଣାଇଛନ୍ତି। ଆକ୍ରମ ସୋସିଆଲ ମିଡିଆରେ ଏକ ଭିଡିଓ ଶେୟାର କରିଛନ୍ତି। ଏଥିରେ ସେ ତାଙ୍କ ସ୍ତ୍ରୀ ଶନାୟାରାଙ୍କ ସହିତ ନଜର ଆସିଛନ୍ତି। ଭିଡିଓରେ ଆକ୍ରମ ଏକ ଆକର୍ଷଣୀୟ କଥା ମଧ୍ୟ ପ୍ରକାଶ କରିଛନ୍ତି। ଏହି ଗୋଟିଏ ଭିଡିଓ ପାଇଁ ୩୬ଟି ଟେକ ନିଆଯାଇଥିଲା। ଯାହାଦ୍ୱାରା ଆକ୍ରମ ବିରକ୍ତ ହୋଇଯାଇଥିଲେ।

ଆକ୍ରମ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଭିଡିଓଟି ଶେୟାର କରିଛନ୍ତି। ଆକ୍ରମ ଏବଂ ଶନାୟାରା କହିଛନ୍ତି,ଆଜି ଇଦ ପାଳନ କରୁଥିବା ସମସ୍ତଙ୍କୁ, ଅଷ୍ଟ୍ରେଲିଆର ମେଲବୋର୍ନରୁ ଇଦ ମୁବାରକ। ମୋର ଶୁଭେଚ୍ଛା, ପ୍ରାର୍ଥନା। ଏହା ଆମର ୩୬ତମ ଟେକ୍‌। ମୁଁ ଭୁଲ କରିଥିଲି କାରଣ ମାଡାମ ଭାବିଥିଲେ ଲାଇଟ୍‌ ଠିକ ନାହିଁ।

ଆକ୍ରମ ୩୦ ବର୍ଷ ବୟସରେ ହୁମା ନାମକ ଜଣେ ଝିଅକୁ ବିବାହ କରିଥିଲେ। ଉଭୟ ୧୯୯୫ ମସିହାରେ ବିବାହ କରିଥିଲେ। କିନ୍ତୁ କିଛି ସମୟ ପରେ ତାଙ୍କ ସ୍ତ୍ରୀ ଅସୁସ୍ଥ ହୋଇଗଲେ ଏବଂ ୨୦୦୯ରେ ସେ ଦୁନିଆକୁ ବିଦାୟ ଦେଲେ। ଏହା ପରେ ୨୦୧୧ରେ, ଆକ୍ରମ କମେଣ୍ଟ୍ରି ପାଇଁ ଅଷ୍ଟ୍ରେଲିଆ ଯାଇଥିଲେ। ସେଠାରେ ସେ ସମାଜସେବୀ ଶନାୟରାଙ୍କୁ ଭେଟିଥିଲେ। ଉଭୟଙ୍କ ମଧ୍ୟରେ ବନ୍ଧୁତା ବୃଦ୍ଧି ପାଇଲା।

୨୦୧୩ ମସିହାରେ ଆକ୍ରମ ଶନାୟରାଙ୍କୁ ବିବାହ ପାଇଁ ପ୍ରସ୍ତାବ ଦେଇଥିଲେ। ସେମାନଙ୍କ ବୟସ ମଧ୍ୟରେ ୧୭ ବର୍ଷର ପାର୍ଥକ୍ୟ ଅଛି। ବିବାହବେଳେ ଆକ୍ରମଙ୍କର ବୟସ ୪୭ ବର୍ଷ ଥିବାବେଳେ ଶନାୟରାଙ୍କ ବୟସ ମାତ୍ର ୩୦ ବର୍ଷ ଥିଲା। ବିବାହର ଗୋଟିଏ ବର୍ଷ ପରେ, ସେମାନଙ୍କ ଔରସରେ ଏକ ଝିଅ ଜନ୍ମ ହେଲା। ଦୁହେଁ ତାଙ୍କର ନାମ ଆଏଲା ରଖିଛନ୍ତି।

ପୂର୍ବତନ ପାକିସ୍ତାନୀ ଦ୍ରୁତ ବୋଲର ଆକ୍ରମଙ୍କର ଏକ ଚମତ୍କାର ଅନ୍ତର୍ଜାତୀୟ କ୍ୟାରିଅର ରହିଛି। ସେ ପାକିସ୍ତାନ ପାଇଁ ୧୦୪ଟି ଟେଷ୍ଟ ଏବଂ ୩୫୬ଟି ଦିନିକିଆ ଖେଳିଛନ୍ତି। ଆକ୍ରମ ଟେଷ୍ଟରେ ୪୧୪ ଏବଂ ଦିନିକିଆରେ ୫୦୨ ଉଇକେଟ ନେଇଛନ୍ତି। ସେ ଟେଷ୍ଟରେ ୨୮୯୮ ଏବଂ ଦିନିକିଆରେ ୩୭୧୭ ରନ ମଧ୍ୟ କରିଛନ୍ତି।

 

 

 

 


Enter your email to get our daily news in your inbox.

All Right Reserved By Dharitri.Com

କେନ୍ଦ୍ରାପଡ଼ା: ୨୧ ବର୍ଷ ପରେ କାର୍ଯ୍ୟାନୁଷ୍ଠାନ; ୩ ବାଂଲାଦେଶୀଙ୍କୁ ଦେଶାନ୍ତର କଲା ଜିଲା ପ୍ରଶାସନ

କେନ୍ଦ୍ରାପଡ଼ା, ୩୦ା୧ (ଜଗନ୍ନାଥ ଧଳ): ଦୀର୍ଘ ୨୧ ବର୍ଷ ପରେ କେନ୍ଦ୍ରାପଡ଼ା ଜିଲାରେ ଅନୁପ୍ରବେଶକାରୀଙ୍କ ଉପରେ କଠୋର କାର୍ଯ୍ୟାନୁଷ୍ଠାନ ନିଆଯାଇଛି। ୩ ଜଣ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କୁ ଜିଲା…

କୈଳାସ ସାହୁଙ୍କୁ ଗଳା କାଟି ହତ୍ୟା, ପହଞ୍ଚିଲା ବିଷମ କଟକ ପୋଲିସ… 

ବିଷମ କଟକ, ୩୦।୧(ପ୍ରସନ୍ନ କୁମାର ପଣ୍ଡା): ରାୟଗଡା ଜିଲା ବିଷମ କଟକ ସଦର ସ୍ଥିତ ବ୍ରାହ୍ମଣ ସାହି ନିବାସୀ କୈଳାସ ଚନ୍ଦ୍ରଙ୍କୁ କେହି ଦୁର୍ବୃତ୍ତ ଗଳା କାଟି…

ଅଭିଯୋଗ ଆଣିଲେ ଏମ୍‌ପି:ଦେଶର ଅର୍ଥନୈତିକ ଅଭିବୃଦ୍ଧି ଚିନ୍ତାଜନକ; ଗ୍ରାମୀଣ ବିକାଶକୁ ଅଣଦେଖା, ବଡ଼ ବଡ଼ …

ରାୟଗଡ଼ା,୩୦।୧(ଆଶିଷ ରଞ୍ଜନ ପଣ୍ଡା): ଆର୍ଥିକ ସର୍ବେକ୍ଷଣ ୨୦୨୫-୨୬ ଅନୁସାରେ ଭାରତର ଅର୍ଥନୈତିକ ଅଭିବୃଦ୍ଧି ପ୍ରାୟ ୭% ରହିବାର ପୂର୍ବାନୁମାନ କରାଯାଇଛି। ଯାହା ବିଶ୍ୱସ୍ତରୀୟ ଅନିଶ୍ଚିତତା ସତ୍ୱେ ଦେଶର ସାମଗ୍ରିକ…

ସରକାରଙ୍କ ବଡ଼ ଘୋଷଣା : ଝାରବନ୍ଧ ଓଡ଼ିଶାର ପ୍ରଥମ ଦୁଗ୍ଧ ଗ୍ରାମ; ସମୃଦ୍ଧି, ସଶକ୍ତିକରଣ ସ୍ଥାୟୀ ଗ୍ରାମୀଣ ବିକାଶର…

ବରଗଡ଼, ୩୦।୧( ପ୍ରେମାନନ୍ଦ ଖମାରୀ) – ସାମୁହିକ ପ୍ରଚେଷ୍ଟାରେ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ କରିବା ଦିଗରେ ବରଗଡ଼ ଜିଲା ପଦ୍ମପୁର ଉପଖଣ୍ଡ ଅନ୍ତର୍ଗତ ଉପାନ୍ତ ଝାରବନ୍ଧ ଦୁଗ୍ଧ…

ଗୁଣପୁର-ବିଷମକଟକ ବିଧାନସଭା ଆସନ ଉପରେ ଭାଜପାର ଫୋକସ୍‌: ପୂର୍ବତନ ଜିଲା ପରିଷଦ ଦମ୍ପତିଙ୍କ ପୁଅ ମିଶିଲେ ଭାଜପାରେ

ରାୟଗଡ଼ା,୩୧।୧(ଆଶିଷ ରଞ୍ଜନ ପଣ୍ଡା): ୨୦୨୪ ସାଧାରଣ ନିର୍ବାଚନ ପରେ ରାଜ୍ୟରେ ଭାଜପା ଏକାକୀ ସରକାର ଗଠନ କରିବା ପରେ ଜିଲାରେ ସକ୍ରିୟ ହୋଇଛନ୍ତି ଭାଜପା କାର୍ଯ୍ୟକର୍ତ୍ତା। ଆଗାମୀ…

YouTube ଏବଂ Instagramରୁ କେମିତି କରିବେ ମୋଟା ଅଙ୍କର ରୋଜଗାର? ସରଳ ଭାଷାରେ ବୁଝନ୍ତୁ…

ନୂଆଦିଲ୍ଲୀ,୩୦।୧:  ଆଜିର ଡିଜିଟାଲ୍ ଯୁଗରେ ଯୁଟ୍ୟୁବ୍ ଓ ଇନ୍‌ଷ୍ଟାଗ୍ରାମ୍ ଅନେକ ଲୋକଙ୍କ ପାଇଁ ମୋଟା ଅଙ୍କର ରୋଜଗାରର ଏକ ମାଧ୍ୟମ ହୋଇଛି। ଏହି ଦୁଇଟି ପ୍ଲାଟଫର୍ମରେ ଆଡ୍ସ…

ଋଷିମାଳରେ କନ୍ଧମାଳ ଜିଲାପାଳ: ବ୍ରାହ୍ମଣୀଗାଁର ବିଭିନ୍ନ ଉନ୍ନୟନ କାର୍ଯ୍ୟ ଦେଖିଲେ

ଦାରିଙ୍ଗବାଡି,୩୦।୧(ଅରୁଣ ସାହୁ): କନ୍ଧମାଳ ଜିଲାପାଳ ବେଦ ଭୂଷଣ ଶୁକ୍ରବାର ଅପରାହ୍ନରେ ହଟାତ ଦାରିଙ୍ଗବାଡି ଗସ୍ତରେ ଆସିଥିଲେ। ସେ ଉକ୍ତ ବ୍ଲକର ଦୁର୍ଗମ ବ୍ରାହ୍ମଣୀଗାଁ ଥାନା ଅଞ୍ଚଳ ହାତୀମୁଣ୍ଡା…

ଗଲା ଗୋଟିଏ ପରେ ଗୋଟିଏ ଜୀବନ: ୫ ମଇଁଷି ମୃତ

ଖଜୁରିପଡ଼ା,୩୦ା୧ ( ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ଅନ୍ତର୍ଗତ ଚାରିପଡ଼ା ଗ୍ରାମରେ ବିଦ୍ୟୁତ୍‌ ସଂସ୍ପର୍ଶରେ ଆସି ୫ଟି ମଇଁଷିଙ୍କ ମୃତ୍ୟୁ ହୋଇଥିବା ଅଭିଯୋଗ ହୋଇଛି। ବିଦ୍ୟୁତ୍‌ ଖୁଣ୍ଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri