Posted inଜାତୀୟ

ଋଣ ଦୁର୍ନୀତି ମାମଲାରେ ବେଣୁଗୋପାଳଙ୍କୁ ମିଳିଲା ଜାମିନ

ମୁମ୍ବାଇ,୨୦।୧: ଭିଡିଓକନ୍‌ ପ୍ରତିଷ୍ଠାତା ବେଣୁଗୋପାଳ ଧୁତଙ୍କୁ ବମ୍ବେ ହାଇକୋର୍ଟରୁ ଆଶ୍ୱସ୍ତି ମିଳିଛି। ବ୍ୟାଙ୍କ ଋଣ ଦୁର୍ନୀତି ମାମଲାରେ ଶୁକ୍ରବାର ବମ୍ବେ ହାଇକୋର୍ଟ ତାଙ୍କୁ ଅନ୍ତରୀଣ ଜାମିନ ପ୍ରଦାନ କରିଛନ୍ତି। ସୂଚନା ମୁତାବକ, ୨୦୨୨ ଡିସେମ୍ବର ୨୬ରେ ଧୁତଙ୍କୁ ସିବିଆଇ ଗିରଫ କରିଥିଲା। ୨୦୨୩ ଜାନୁୟାରୀ ୧୩ରେ, ବମ୍ବେ ହାଇକୋର୍ଟରେ ଆଇସିଆଇସିଆଇ ବ୍ୟାଙ୍କ ଋଣ ଦୁର୍ନୀତି ମାମଲାରେ ସିବିଆଇ ଜବାବ ଦାଖଲ କରିବା ପରେ କୋର୍ଟ ରାୟ ସଂରକ୍ଷିତ ରଖିଥିଲେ। ଅନ୍ୟପଟେ ବ୍ୟାଙ୍କ ଋଣ ଦୁର୍ନୀତି ମାମଲାରେ ଦାଖଲ ହୋଇଥିବା ଏଫ୍‌ଆଇଆରକୁ ରଦ୍ଦ କରିବାକୁ ବେଣୁଗୋପାଳଙ୍କ ଓକିଲ ଦାବି କରିଥିଲେ। କାରଣ ଧୁତ ତାଙ୍କ ଗିରଫଦାରୀକୁ ବେଆଇନ ବୋଲି କହିଛନ୍ତି। ଅନ୍ୟପଟେ ଧୁତଙ୍କ ହୃଦୟରେ ୯୯ପ୍ରତିଶତ ବ୍ଲକେଜ୍‌ ରହିଛି ବୋଲି ତାଙ୍କ ଓକିଲ କୋର୍ଟଙ୍କୁ କହିଛନ୍ତି। ତେଣୁ ସ୍ବାସ୍ଥ୍ୟଗତ କାରଣରୁ ତାଙ୍କୁ ଜାମିନ ଦେବାକୁ ଦାବି କରାଯାଇଥିଲା। ଗତ ଶୁଣାଣି ସମୟରେ ବେନୁଗୋପାଳଙ୍କ ପରାମର୍ଶଦାତା ଗିରଫ ପ୍ରସଙ୍ଗ ଉଠାଇଥିଲେ ଏବଂ ଏତେ ବର୍ଷ ପରେ କାହିଁକି ଗିରଫ କରାଯାଇଛି ବୋଲି ପ୍ରଶ୍ନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

Christmas: ଖ୍ରୀଷ୍ଟମାସ ଅବସରରେ ଚର୍ଚ୍ଚ ଗଲେ ମୋଦି, ପ୍ରାର୍ଥନା ସଭାରେ ଯୋଗଦେଇ….

ନୂଆଦିଲ୍ଲୀ,୨୫।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଖ୍ରୀଷ୍ଟମାସ ଅବସରରେ ଦିଲ୍ଲୀର କ୍ୟାଥେଡ୍ରାଲ୍ ଚର୍ଚ୍ଚ ପରିଦର୍ଶନ କରିଥିଲେ। ସେ ସେଠାରେ ପ୍ରାର୍ଥନା ସେବାରେ ମଧ୍ୟ ଅଂଶଗ୍ରହଣ କରିଥିଲେ।...

ବାବା ଭେଙ୍ଗାଙ୍କ ବଡ଼ ଭବିଷ୍ୟବାଣୀ, ୨୦୨୬ରେ ମାଲାମାଲ୍‌ ହେବେ ଏହି ୫ ରାଶି

ବାବା ଭେଙ୍ଗା ଅନେକ ଭବିଷ୍ୟବାଣୀ କରିଛନ୍ତି। ନୂଆ ବର୍ଷ ଆରମ୍ଭ ହେବା ପୂର୍ୱରୁ, ଆଗାମୀ ବର୍ଷ ବିଷୟରେ ଅନେକ ଭବିଷ୍ୟବାଣୀ ଭାଇରାଲ ହେଉଛି। ବାବା ଭାଙ୍ଗା...

‘ଶ୍ରେଷ୍ଠତା ପଦ ଦ୍ୱାରା ନୁହେଁ ଆଚରଣ ଦ୍ୱାରା ପ୍ରତିଷ୍ଠିତ ହୋଇଥାଏ’,‘ସଦୈବ ଅଟଳ’ରେ ବାଜପେୟୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଲେ ମୋଦି

ନୂଆଦିଲ୍ଲୀ,୨୫।୧୨: ଗୁରୁବାର ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିହାରୀ ବାଜପେୟୀଙ୍କ ୧୦୧ତମ ଜନ୍ମବାର୍ଷିକୀ। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀର ସଦୈବ ଅଟଳ ସ୍ମାରକ ପରିଦର୍ଶନ...

କେମିତି ପାଇବେ ପ୍ରଦୂଷଣ ସାର୍ଟିଫିକେଟ? ଜାଣନ୍ତୁ ଷ୍ଟେପ ବାଏ ଷ୍ଟେପ…

ଜୋରଦାର ହେବ ଟ୍ରାଫିକ ଧରପଗଡ଼ । ଗାଡ଼ିରେ ଯଦି ଆପଣ ସବୁଜ ଷ୍ଟିକର ଲଗାଇ ନ ଥିବେ, ତେବେ ମୋଟା ଅଙ୍କର ଫାଇନ ଦେବାକୁ ପଡ଼ିବ...

୬ଦିନରେ ସାରି ଦିଅନ୍ତୁ ଏହି ଜରୁରୀ କାମ, ନ ହେଲେ କଟିଯିବ…

ନୂଆଦିଲ୍ଲୀ,୨୫।୧୨: ବର୍ଷ ଶେଷ ହେବାକୁ ଆଉ ମାତ୍ର ଛଅ ଦିନ ବାକି ଥିବାରୁ, ଏକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସମାପ୍ତ କରିବାର ଶେଷ ତାରିଖ ପାଖେଇ ଆସୁଛି।...

ବାଂଲାଦେଶ ପହଞ୍ଚିଲେ ତାରିକ ରହମାନ, ୟୁନୁସଙ୍କୁ ଲାଗିଲା ବଡ଼ ଝଟକା

ଢାକା,୨୫।୧୨: ଭାରତର ପଡ଼ୋଶୀ ଦେଶ ବାଂଲାଦେଶରେ ଚାଲିଥିବା ଅଶାନ୍ତି ମଧ୍ୟରେ, ଅନ୍ତରୀଣ ସରକାରକୁ ଏକ ବଡ଼ ଝଟକା ଲାଗିଛି। ଅନ୍ତରୀଣ ସରକାରଙ୍କ ମୁଖ୍ୟ ପରାମର୍ଶଦାତା ମହମ୍ମଦ...

କରଡା ଘାଟିରେ ଗାର୍ଡ ୱାଲ ନାହିଁ, କାମରେ ବିଳମ୍ବ କରୁଛି ଠିକା ସଂସ୍ଥା

ରାଇକିଆ,୨୫।୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ବ୍ଲକର ଚାରୋଟି ପ୍ରମୁଖ ପଞ୍ଚାୟତ କରଡ଼ା, ଇନ୍ଦ୍ରଗଡ଼, ବଡ଼ ବରବା ଏବଂ ରଣବା ରହିଛି ଘାଟି ତଳ...

କାର୍‌ ନା ବାଇକ୍‌, କେଉଁ ଗାଡିର ଅଧିକ ଚାଲାଣ କାଟେ ଟ୍ରାଫିକ୍‌ ପୋଲିସ?

ନୂଆଦିଲ୍ଲୀ,୨୫।୧୨: ଦିଲ୍ଲୀର ଟ୍ରାଫିକ ପୋଲିସ ପ୍ରଦୂଷଣ ନିୟନ୍ତ୍ରଣ ନିୟମ ପ୍ରତି କ୍ରମଶଃ କଠୋର ହେବାରେ ଲାଗିଛି। ଏହା ସତ୍ତ୍ୱେ, ବହୁ ସଂଖ୍ୟକ ଡ୍ରାଇଭର PUCCକୁ ହାଲୁକା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri