ପୁଣି ଥାନାର ଦ୍ୱାରସ୍ଥ ହେଲେ ବିଦୁସ୍ମିତା

ଭୁବନେଶ୍ୱର,୮।୮(ବ୍ୟୁରୋ): ଠକେଇ ଅଭିଯୋଗ ନେଇ ପୁଣି ଖଣ୍ଡଗିରି ଥାନାର ଦ୍ୱାରସ୍ଥ ହୋଇଛନ୍ତି ଓଡ଼ିଆ ଅଭିନେତ୍ରୀ ବିଦୁସ୍ମିତା ମନ୍ତ୍ରୀ। ତାଙ୍କୁ ଏକ ରିଅଲ ଇଷ୍ଟେଟ କମ୍ପାନୀ ୨୫ ଲକ୍ଷ ଟଙ୍କା ଠକିଥିବା ନେଇ ସେ ଥାନାରେ ଅଭିଯୋଗ କରିଛନ୍ତି।
ଅଭିଯୋଗ ଅନୁସାରେ ବିଦୁସ୍ମିତା ଓ ତାଙ୍କ ମା’ ଦୁଇଟି ଡୁପ୍ଲେକ୍ସ ପାଇଁ ବିଭିନ୍ନ କିସ୍ତିରେ ୨୫ ଲକ୍ଷ ଟଙ୍କା ଦେଇଥିଲେ । ୨୦୧୯ ପୂର୍ବରୁ ବିଦୁସ୍ମିତା ୧୫ ଲକ୍ଷ ଓ ତାଙ୍କ ମା’ ୧୦ ଲକ୍ଷ ଟଙ୍କା ରିଅଲ ଇଷ୍ଟେଟ କମ୍ପାନୀକୁ ଦେଇଥିଲେ । ୨ ବର୍ଷ ପରେ ତାଙ୍କୁ ଘର ଦେବାକୁ କମ୍ପାନୀ ପ୍ରତିଶ୍ରୁତି ଦେଇଥିଲା । ଜାଗା ଦେଖାଇ ଡିଲ୍‌ ମଧ୍ୟ ଫାଇନାଲ ହୋଇଥିଲା । ମାତ୍ର ବିଳମ୍ବ ଯୋଗୁ ବାରମ୍ବାର କହିବା ପରେ କମ୍ପାନୀ କିଛି ଟଙ୍କା ଫେରାଇଥିଲା ।
ଏ ନେଇ ଗତ ଫେବୃୟାରିରେ ଭୁବନେଶ୍ବର ଖଣ୍ଡଗିରି ଥାନାରେ ଅଭିଯୋଗ କରିବା ପରେ ୩ ମାସ ଭିତରେ ଟଙ୍କା ଫେରାଇବାକୁ ପୋଲିସ ଉପସ୍ଥିତିରେ କମ୍ପାନୀ କର୍ତ୍ତୃପକ୍ଷ ପ୍ରତିଶ୍ରୁତି ଦେଇଥିଲେ । ହେଲେ ୬ ମାସ ବିତିଥିଲେ ସୁଦ୍ଧା ଟଙ୍କା ଫେରି ନପାଇବାରୁ ପୁଣି ଅଭିନେତ୍ରୀ ଥାନାର ଦ୍ୱାରସ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପଶ୍ଚିମବଙ୍ଗ ଫାଲ୍‌ଟା ନିର୍ବାଚନ: ଭାଜପା ପ୍ରାର୍ଥୀ ବିଜୟୀ

କୋଲକାତା,୨୪ା୫: ପଶ୍ଚିମବଙ୍ଗର ଫାଲ୍‌ଟା ଆସନ ଲାଗି ହୋଇଥିବା ପୁନଃ ମତଦାନରେ ଭାଜପା ପ୍ରାର୍ଥୀ ଦେବାଙ୍ଗଶୁ ପଣ୍ଡା ବିପୁଳ ବିଜୟ ହାସଲ କରିଛନ୍ତି। ସେ ତାଙ୍କ ନିକଟତମ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ…

CUET-UG 2026 ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୨୪।୫: CUET-UG 2026 ପରୀକ୍ଷା ସମ୍ପର୍କରେ ଜାତୀୟ ପରୀକ୍ଷା ଏଜେନ୍ସି (NTA) ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛି। ମେ ୨୮ତାରିଖରେ ହେବାକୁ ଥିବା ପରୀକ୍ଷାକୁ ବର୍ତ୍ତମାନ…

ସୁନା ଗହଣା ଚୋରି ମାମଲା, ୨୪ ଘଣ୍ଟାରେ ୪ଅଭିଯୁକ୍ତ ଗିରଫ

ବରଗଡ଼,୨୪।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଥାନା ଅନ୍ତର୍ଗତ କୁଶନପୁରୀ ଗ୍ରାମର ଦନାର୍ଦ୍ଦନ ମେହେର(୬୫)ଙ୍କ ଘରେ ଶୁକ୍ରବାର ବିଳମ୍ବିତ ରାତିରେ ହୋଇଥିବା ସୁନା ଗହଣା ଚୋରି ଘଟଣାର…

ମୁମ୍ବାଇକୁ ହରାଇ ପ୍ଲେଅଫ୍‌ରେ ରାଜସ୍ଥାନ: ବାଦ୍‌ ପଡ଼ିଲେ କୋଲକାତା, ପଞ୍ଜାବ

ମୁମ୍ବାଇ,୨୪ା୫: ଜୋଫ୍ରା ଆର୍ଚ୍ଚରଙ୍କ ଅଲରାଉଣ୍ଡ ପ୍ରଦର୍ଶନ ବଳରେ ରବିବାର ଖେଳାଯାଇଥିବା ଗୁରୁତ୍ୱପୂର୍ଣ୍ଣ ଆଇପିଏଲ୍‌ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ ୩୦ ରନରେ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ଏହି…

ମୁଖ୍ୟମନ୍ତ୍ରୀ ବସ୍‌ ଧକ୍କାରେ ଚାଲିଗଲା ବାଇକ୍‌ ଆରୋହୀଙ୍କ ଜୀବନ

ବାଲିଗୁଡ଼ା,୨୪।୫(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ଥାନା ସଲାଗୁଡ଼ା ପଞ୍ଚାୟତ କୁଡକେଲକିଆ ଘାଟି ବୁଲାଣିରେ ରବିବାର ସନ୍ଧ୍ୟାରେ ଏକ ସରକାରୀ ମୁଖ୍ୟମନ୍ତ୍ରୀ ବସ୍‌ ଏବଂ ବାଇକ୍‌…

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡ଼ିଲା ଟିଣ ଛପର-ପଡିଲା ବିଦ୍ୟୁତ ଖୁଣ୍ଟ, ଦୁଇ ଗୁରୁତର ୩ ଆହତ

ମୋହନା,୨୪।୫( ମନ୍ମଥ ମିଶ୍ର ): ରବିବାର ଅପରାହ୍ନରେ କାଳବୈଶାଖି ପ୍ରଭାବରେ ମୋହନା ବ୍ଲକ ଅନ୍ତର୍ଗତ ଲିଲିଗଡ଼ ପଞ୍ଚାୟତ ଅଧିନ ରାମଗଡ଼ ଗ୍ରାମରେ ବିପୁଳ ପରିମାଣର କ୍ଷତକ୍ଷତି ଘଟିଛି…

ଭାଜପା କର୍ମକର୍ତ୍ତାଙ୍କୁ ଗୁରୁମନ୍ତ୍ର

ଭଞ୍ଜନଗର,୨୪।୫(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଭାଜପା ସାଂଗଠନିକ ଜିଲା(ଘୁମୁସର) ପକ୍ଷରୁ ଦୁଇ ଦିନିଆ ପଣ୍ଡିତ ଦିନଦୟାଲ ଉପାଧ୍ୟାୟ ଜିଲା ପ୍ରଶିକ୍ଷଣ ଶିବିର ଭଞ୍ଜନଗର ବ୍ଲକ ଲେମ୍ଭେଇଠାରେ…

ଜଙ୍ଗଲରେ ପଡ଼ିଛି ଦନ୍ତାହାତୀର ମୃତଦେହ, ଅନ୍ୟ ହାତୀ ସହ ଲଢ଼େଇ କରି…

ଲାଞ୍ଜିଗଡ଼/ଭବାନୀପାଟଣା,୨୪।୫(ରମେଶ ଚନ୍ଦ୍ର ନାୟକ,ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଉତ୍ତର ବନଖଣ୍ଡ ନର୍ଲା ରେଞ୍ଜ ଲାଞ୍ଜିଗଡ ବ୍ଲକ ଅନ୍ତର୍ଗତ କମର୍ଦ୍ଧା ଗାଁ ପୋଖରୀ ଉପରେ ଥିବା ପୋରଙ୍ଗଲ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri