ଓସ୍କାର କମିଟିର ସଦସ୍ୟ ହେଲେ ବିଦ୍ୟା-ଏକତା

ମୁମ୍ବାଇ,୨।୭: ନିକଟରେ ଅମାଜନ ପ୍ରାଇମ୍‌ରେ ରିଲିଜ୍‌ ହୋଇଥିବା ଫିଲ୍ମ ‘ଶେରନୀ’କୁ ଦର୍ଶକ ବେଶ୍‌ ପସନ୍ଦ କରିଛନ୍ତି। ଏହି ଫିଲ୍ମରେ ବଲିଉଡ୍‌ ଡାର୍ଟି ଗର୍ଲ ବିଦ୍ୟା ବାଲାନଙ୍କ ଚରିତ୍ର ଓ ତାଙ୍କର ଅଭିନୟ ପ୍ରଶଂସକ ମନକୁ ବେଶ୍‌ ଛୁଇଁପାରିଛି। ଇତିମଧ୍ୟରେ ବିଦ୍ୟା ବାଲାନ, ପ୍ରଯୋଜକ ଏକତା କପୁର ଓ ତାଙ୍କ ମା’ ଶୋଭା କପୁରଙ୍କୁ ଓସ୍କାର ପକ୍ଷରୁ ନିମନ୍ତ୍ରଣ ମିଳିଛି। ଏହି ତିନି ଜଣ ଓସ୍କାର ଏକାଡେମୀ ଆଓ୍ବାର୍ଡର କ୍ଲାସ୍‌-୨୦୨୧ର ସଦସ୍ୟରେ ଏବେ ସାମିଲ ହୋଇଛନ୍ତି। ଓସ୍କାରର ଗଭର୍ନିଂ ବଡିର ମୋସନ ପିକଚର୍ସ ଆଣ୍ଡ ସାଇନ୍ସ ଦ୍ୱାରା ସାରା ବିଶ୍ୱରୁ ୩୯୫ଜଣଙ୍କୁ ଚୟନ କରାଯାଇଛି।

ଏହି ଚୟନରେ ବିଦ୍ୟା, ଏକତା ଓ ଶୋଭା କପୁର ସାମିଲ ଅଛନ୍ତି। ତେବେ ଏହି ଚୟନ ହୋଇଥିବା ସମସ୍ତ ସଦସ୍ୟ ଓସ୍କାରରେ ଭୋଟ ଦେଇପାରିବେ ବୋଲି ଜଣାପଡ଼ିଛି। ବିଦ୍ୟାଙ୍କ ଅଭିନୀତ ଫିଲ୍ମ ‘ତୁମହାରୀ ସୁଲୁ’ ଓ ‘କାହାଣୀ’ ପାଇଁ ତାଙ୍କୁ ପରିଚୟ ମିଳିଥିବା ବେଳେ ‘ଡ୍ରିମ୍‌ ଗର୍ଲ’ ଓ ‘ଓ୍ବାନ୍ସ ଅପନ୍‌ ଏ ଟାଇମ୍‌ ଇନ୍‌ ମୁମ୍ବାଇ’ ପାଇଁ ଏକତାଙ୍କୁ ଓ ଶୋଭା କପୁରଙ୍କୁ ‘ଉଡ୍‌ତା ପଞ୍ଜାବ’ ଓ ‘ଡାର୍ଟି ପିକଚର ଲାଗି ଚୟନ କରାଯାଇଥିବା ଜଣାପଡ଼ିଛି। ସାରା ବିଶ୍ୱରୁ ଚୟନ କରାଯାଇଥିବା ୩୯୫ ସଦସ୍ୟଙ୍କ ମଧ୍ୟରେ କଳାକାର, ନିର୍ଦ୍ଦେଶକ, ପ୍ରଯୋଜକ ଓ ଫିଲ୍ମ ସହ ଜଡ଼ିତ ଥିବା ବିଭିନ୍ନ ଟେକ୍ନିସିଆନ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସିଲା ବଡ଼ ଅପଡେଟ୍‌: ଏମାନଙ୍କୁ ମିଳିବନି ପେଟ୍ରୋଲ-ଡିଜେଲ! ଶୀଘ୍ର କରନ୍ତୁ ଏହି କାମ…

ନୂଆଦିଲ୍ଲୀ,୧୮।୯: ଗାଡ଼ି ଚଳାଉଥିବା ଲୋକଙ୍କ ପାଇଁ ଆସିଛି ବଡ଼ ଖବର। ଯଦି ଗାଡ଼ିର ବୈଧ ଥାର୍ଡ-ପାର୍ଟି ଇନ୍ସୁରାନ୍ସ ନଥାଏ, ତେବେ ଆଗାମୀ ଦିନରେ ପେଟ୍ରୋଲ ପମ୍ପରେ ଇନ୍ଧନ…

ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା: ରାତାରାତି ଖେଳିଲେ ବଡ଼ ଗେମ୍‌, ECଙ୍କୁ ରାତିରେ ଦେଲେ…

କୋଲକାତା,୧୮।୯: ତୃଣମୂଳ କଂଗ୍ରେସ (ଟିଏମ୍‌ସି)ର ନାମ ଓ ନିର୍ବାଚନୀ ଚିହ୍ନକୁ ନେଇ ବିବାଦ ମଧ୍ୟରେ ନୂଆ ମୋଡ଼ ଆସିଛି। ନିର୍ବାଚନ ଆୟୋଗଙ୍କ ଅନ୍ତରୀଣ ଆଦେଶର କିଛି ଘଣ୍ଟା…

ସୁପ୍ରିମକୋର୍ଟଙ୍କ ପରାମର୍ଶ, ଆଗାମୀ ବର୍ଷଠାରୁ ୬ଷ୍ଠ ଶ୍ରେଣୀ ପାଇଁ ତ୍ରିଭାଷା ନୀତି ଲାଗୁ…

ନୂଆଦିଲ୍ଲୀ,୧୮।୯: ଛାତ୍ରୀଛାତ୍ରମାନଙ୍କୁ ଆଶ୍ୱସ୍ତି ଏବଂ ମାନସିକ ଚାପରୁ ମୁକ୍ତ ରଖିବା ଉଦ୍ଦେଶ୍ୟରେ ସୁପ୍ରିମକୋର୍ଟ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ଗ୍ରହଣ କରିଛନ୍ତି । ଆଗାମୀ ୨୦୨୭ ଶିକ୍ଷାବର୍ଷ ଠାରୁ…

ଟ୍ରଫି ନେବା ସମୟରେ ଶ୍ରେୟସ କଲେ ଏମିତି କାମ, ଚାରିଆଡ଼େ ହେଉଛି ପ୍ରଶଂସା; ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ତଥା ଶେଷ ଟି-୨୦ ମ୍ୟାଚରେ ୧୨୭ ରନର ବଡ଼ ବ୍ୟବଧାନରେ ବିଜୟୀ ହୋଇଛି ଭାରତ। ଅଭିଷେକ ଶର୍ମା ଓ ସଞ୍ଜୁ ସାମସନଙ୍କ…

ଶତକ ପରେ କାହିଁକି ‘ଓଁ ନମଃ ଶିବାୟ’ଜପିଲେ ଅଭିଷେକ? ବଡ଼ ରାଜ୍‌ ଖୋଲିଲେ ବାପା, କହିଲେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ଭାରତ ୧୨୭ ରନରେ ବିଜୟୀ ହୋଇଥିବା ବେଳେ ଅଭିଷେକ ଶର୍ମାଙ୍କ ଐତିହାସିକ ଶତକ ସବୁଠୁ ଅଧିକ ଚର୍ଚ୍ଚାରେ ରହିଛି।…

‘ଓଁ ନମଃ ଶିବାୟ’ : ଶତକ ପରେ ମଇଦାନ ମଝିରେ ବସି ମନ୍ତ୍ର ଜପିଲେ ଅଭିଷେକ ଶର୍ମା, ତା’ପରେ…

ନୂଆଦିଲ୍ଲୀ,୧୮।୯: ଆଫଗାନିସ୍ତାନ ବିପକ୍ଷ ତୃତୀୟ ଟି-୨୦ ମ୍ୟାଚରେ ବ୍ୟାଟର ଝଡ଼ ଆଣିଛନ୍ତି ଭାରତୀୟ ଯୁବ ବ୍ୟାଟର୍‌ ଅଭିଷେକ ଶର୍ମା। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଧୂଆଁଧାର ଶତକ…

ଘରେ ବାହାର ପଟୁ ତାଲା ପକାଇ ୫ ଛେଳି ଚୋରି, ୨ ଜଣଙ୍କୁ ଧରି…

ପାରପାଟଣା,୧୮ା୯(ବୀରକିଶୋର ଦାଶ): କିଛିଦିନ ହେବ ପାଟଣା, ଘଟଗାଁ, ତୁରୁମୁଙ୍ଗା ଥାନା ଅଞ୍ଚଳର ପାଟଣା ଓ ସାହାରପଡ଼ା ବ୍ଲକ ଅଞ୍ଚଳରେ ଛେଳି ଚୋରି ବୃଦ୍ଧି ପାଇଛି। ବହୁ ସଂଖ୍ୟକ…

୩୧ ଦିନ ପରେ ଉଦୟ ହେଲେ ବୁଧ: ବୃଷ ସମେତ ୫ ରାଶିଙ୍କ ଉପରେ ଧନବର୍ଷା! ଘର-ଗାଡ଼ି କିଣିବାର ରହିଛି ଯୋଗ

ଭୁବନେଶ୍ୱର: ୩୧ ଦିନ ଅସ୍ତ ରହିବା ପରେ ୨୦୨୬ ସେପ୍ଟେମ୍ବର ୧୭ ତାରିଖ ସନ୍ଧ୍ୟା ୬ଟା ୫୫ ମିନିଟରେ ଉଦୟ ହୋଇଛନ୍ତି ବୁଧ। ଜ୍ୟୋତିଷାଚାର୍ଯ୍ୟଙ୍କ ମତରେ, ମଙ୍ଗଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?