ପ୍ରତ୍ୟେକ ଚରିତ୍ର ମୋତେ କିଛି ନା କିଛି ଶିକ୍ଷା ଦେଇଛି: ବିଦ୍ୟା

ମୁମ୍ବାଇ: ନିଜର ଦମଦାର ଅଭିନୟକୁ ନେଇ ଦର୍ଶକଙ୍କ ନିକଟରେ ଏକ ନିଆରା ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ବିଦ୍ୟା ବଲାନ ଏବେ ନିଜ କ୍ୟାରିୟର ବିଷୟରେ ଖୋଲାଖୋଲି କଥା ହୋଇଛନ୍ତି । ସେ କହିଛନ୍ତି ଏପର୍ଯ୍ୟନ୍ତ ସେ ଯେତୋଟି କ୍ୟାରେକ୍ଟରରେ ଅଭିନୟ କରିଛନ୍ତି ସବୁୁ ଚରିତ୍ରରୁ ସେ କିଛି ନା କିଛି ଶିକ୍ଷା ପାଇଛନ୍ତି । ଯେତେବେଳେ ସେ ୨୦୦୫ରେ ଫିଲ୍ମ ‘ପରିଣିତା’ ମାଧ୍ୟମରେ ବଲିଉଡ୍‌ରେ ଏଣ୍ଟ୍ରି କରିଥିଲେ ସେତେବେଳେ ସେ ଆଉ ପଛକୁ ଫେରି ଚାହିଁ ନ ଥିଲେ । ଏହାପରେ ସେ ଭୁଲ ଭୁଳେୟା, ନୋ ୱାନ କିଲ୍‌ଡ ଜେସିକା, ଦ ଡାର୍ଟି ପିକଚର, ପା, କହାନୀ, ଇସକିୟାଁ, ମିଶନ ମଙ୍ଗଲ, ତୁମ୍ବାରି ସୁଲ୍ଲୁ ଓ ଶକୁନ୍ତଳା ଦେବୀ ଭଳି ଚଳଚ୍ଚିତ୍ରରେ ନିଜ ଅଭିନୟର ପାରଦର୍ଶିତା ଦେଖାଇ ଦର୍ଶକଙ୍କ ନିକଟତର ହୋଇ ପାରିଛନ୍ତି । ବିଦ୍ୟାଙ୍କ ମତରେ ସେ ଯଦି ଗୋଟିଏ କ୍ୟାରେକ୍ଟରରେ ୪ ମାସ ପର୍ଯ୍ୟନ୍ତ ବୁଡି ରୁହନ୍ତି ତେବେ ସେଥିରୁ ବାହାରିବା ତ ମୁସ୍କିଲ ହୋଇଯାଏ । ଏହାସହ ସେ ସେହି କ୍ୟାରେକ୍ଟରରୁ କିଛି ନା କିଛି ଶିକ୍ଷା ନିଶ୍ଚୟ କରନ୍ତି । ନିକଟରେ ଆଇଏଏନ୍‌ଏସ୍‌କୁ ଦେଇଥିବା ଏକ ସାକ୍ଷାତ୍‌କାରରେ ସେ ଏହା କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ସେପ୍ଟେମ୍ୱରରେ ଚମକିବ ୫ ରାଶିର ଭାଗ୍ୟ: ୪ ଗ୍ରହଙ୍କ ଚଳନରେ ପ୍ରଚୁର ଧନଲାଭ, ଚାକିରିରେ ମିଳିବ ବଡ଼ ଅଫର୍‌…

ସେପ୍ଟେମ୍ୱର ୨୦୨୬ରେ ସୂର୍ଯ୍ୟ, ମଙ୍ଗଳ, ବୁଧ ଏବଂ ଶୁକ୍ର ଗ୍ରହ ରାଶି ପରିବର୍ତ୍ତନ (ଗୋଚର) କରିବାକୁ ଯାଉଛନ୍ତି। ଏହି ଗ୍ରହମାନଙ୍କ ଗୋଚର ଯୋଗୁଁ ଅନେକ ଶୁଭ ରାଜଯୋଗ…

ସମ୍ପର୍କରେ ସନ୍ଦେହ ହେଲା କାଳ, ବିଷ ମିଶା କୋଲ୍ଡ ଡ୍ରିଙ୍କ ପିଆଇ ପ୍ରେମିକାଙ୍କୁ ହତ୍ୟା

ମୁମ୍ବାଇ,୩୦ା୮: ମହାରାଷ୍ଟ୍ରର ରାଜଧାନୀ ମୁମ୍ବାଇର ଚେମ୍ବୁର ଅଞ୍ଚଳରୁ ୨୪ ବର୍ଷୀୟ ଜଣେ ମହିଳାଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା ସାମ୍ନାକୁ ଆସିଛି । ଏହି ମାମଲାରେ ପୋଲିସ ମହିଳାଙ୍କ…

ପୁଣିଥରେ ସେଲଫି ଭିଡ଼ିଓ ଶେୟାର କରି ଚର୍ଚ୍ଚାରେ ମୋଦି, ଏଥର କିନ୍ତୁ ଦେଶରୁ ନୁହେଁ…

ତାସକେଣ୍ଟ,୩୦।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇ ଦିନିଆ ଉଜବେକିସ୍ତାନ ଗସ୍ତରେ ଅଛନ୍ତି। ତାସକେଣ୍ଟରେ ପହଞ୍ଚିବା ପରେ, ସେ ଉଜବେକିସ୍ତାନ ଯୋଗ ଫେଡେରେଶନ ଦ୍ୱାରା ଆୟୋଜିତ ଏକ ସ୍ବତନ୍ତ୍ର…

ଯୌତୁକ ନିର୍ଯାତନା: ଥାନାରେ ଏତଲା, ଅଭିଯୋଗକୁ ଶ୍ବଶୁର ଘର ଲୋକଙ୍କ ….

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ପଞ୍ଚାୟତ ତେଣ୍ଟୁଆପଡ଼ା ଗ୍ରାମର ନିରଞ୍ଜନ ପାଣିଗ୍ରାହୀଙ୍କ ଝିଅ ଅଂଶିତାଙ୍କୁ ତାଙ୍କ ସ୍ଵାମୀ,ଶାଶୁ,ଶ୍ବଶୁର ଯୌତୁକ ପାଇଁ ଶାରିରୀକ…

ପେନଶନ ବନ୍ଦ ଚର୍ଚ୍ଚା ଭିତରେ ଆସିଲା ଅପଡେଟ୍‌; ରିଟାୟର୍ଡ କର୍ମଚାରୀଙ୍କ ପାଇଁ ବଡ଼ ଖବର

ନୂଆଦିଲ୍‌ୀ,୩୦।୮: ୮ମ ବେତନ ଆୟୋଗ (8th Pay Commission) କୁ ନେଇ ସୋସିଆଲ ମିଡିଆରେ ଚାଲିଥିବା ଏକ ଖବର କେନ୍ଦ୍ରୀୟ କର୍ମଚାରୀ ଏବଂ ପେନ୍ସନ୍ଭୋଗୀଙ୍କ ଚିନ୍ତା ବଢ଼ାଇ…

୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଲେ ଲହୁଣୀପଡ଼ା ଥାନା ଏଏସ୍‌ଆଇ ଓ ସହଯୋଗୀ

ସୁନ୍ଦରଗଡ଼, ୩୦।୮ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ଲହୁଣୀପଡ଼ା ଥାନାର ଏଏସ୍‌ଆଇ ମଦନ ମୋହନ ପ୍ରଧାନ ଏବଂ ତାଙ୍କ ସହଯୋଗୀ ମନଦୀପ କୁମାର ଦାସମୋଦକ (ଘରୋଇ…

ପାକିସ୍ତାନ ସହିତ ହାତ ମିଳାଇବା ପ୍ରଶ୍ନର ଉତ୍ତରରେ ଭାରତୀୟ ମୁଖ୍ୟ ପ୍ରଶିକ୍ଷକ ଦେଲେ ଏମିତି ବିବୃତ୍ତି…

ନୂଆଦିଲ୍ଲୀ,୩୦।୮: ମହିଳା ଏସିଆ କପ ୨୦୨୬ ଚାଲିଛି। UAE ଦ୍ୱାରା ଆୟୋଜିତ, ସମ୍ପୂର୍ଣ୍ଣ ଟୁର୍ଣ୍ଣାମେଣ୍ଟ ଦୁବାଇରେ ଖେଳାଯାଉଛି। ଭାରତୀୟ ଦଳ ଅଗଷ୍ଟ ୩୦ରେ ଦୁବାଇ ଆନ୍ତର୍ଜାତୀୟ କ୍ରିକେଟ…

ଖେମୁଣ୍ଡି କଲେଜରେ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି …

ଦିଗପହଣ୍ଡି,୩୦|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜରେ ଶକ୍ତିଶ୍ରୀ ମହିଳା ସଶକ୍ତିକରଣ ସେଲ୍ ପକ୍ଷରୁ ମହିଳାଙ୍କ ଆର୍ଥିକ ଅଭିବୃଦ୍ଧି ଓ ବ୍ୟାଙ୍କ ସମ୍ପର୍କିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri