Categories: HomeHome Left

କୋର୍ଟର ଦ୍ୱାରସ୍ଥ ହେଲେ ବିଦ୍ୟାଭାରତୀ

କଟକ,୨୬ା୧୧: ବହୁଚର୍ଚ୍ଚିତ ଏସିଏଫ୍‌ (ACF) ସୌମ୍ୟରଞ୍ଜନ ମହାପାତ୍ର ମୃତ୍ୟୁ ମାମଲାରେ ତାଙ୍କ ସ୍ତ୍ରୀ ତଥା ଅନ୍ୟତମ ଅଭିଯୁକ୍ତ ବିଦ୍ୟାଭାରତୀ ପଣ୍ଡା ଓଡ଼ିଶା ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଛନ୍ତି। ଏହି ମାମଲାରେ ସେ ହାଇକୋର୍ଟରେ ଜାମିନ ପାଇଁ ଆବେଦନ କରିଛନ୍ତି। ପୂର୍ବରୁ ପାରଳାଖେମୁଣ୍ଡି କୋର୍ଟରେ ତାଙ୍କର ଜାମିନ ଆବେଦନ ଖାରଜ ହୋଇଯାଇଥିଲା। ଏହା ପୂର୍ବରୁ ମଧ୍ୟ ହାଇକୋର୍ଟରେ ତାଙ୍କ ଆଗୁଆ ଜାମିନ ଆବେଦନ ଖାରଜ ହୋଇଥିଲା ଏବଂ ପରବର୍ତ୍ତୀ ସମୟରେ ସୁପ୍ରିମକୋର୍ଟରେ ମଧ୍ୟ ତାଙ୍କୁ ଆଶ୍ୱସ୍ତି ମିଳି ନ ଥିଲା। ଗତ ନଭେମ୍ବର ୧୮ ତାରିଖରେ ବିଦ୍ୟାଭାରତୀ ପାରଳାଖେମୁଣ୍ଡି ଏସ୍‌ଡିଜେଏମ୍‌ କୋର୍ଟରେ ଆତ୍ମସମର୍ପଣ କରିଥିଲେ, ଯେଉଁଠାରୁ ତାଙ୍କୁ ବିଚାର ବିଭାଗୀୟ ହାଜତକୁ ପଠାଇ ଦିଆଯାଇଥିଲା। ଏହି ଘଟଣାରେ ପୂର୍ବରୁ ତତ୍କାଳୀନ ଡିଏଫ୍‌ଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭ ମଧ୍ୟ ବିଚାର ବିଭାଗୀୟ ହାଜତରେ ଅଛନ୍ତି।

Dharitri – Odisha’s No.1 Odia Daily

Share