ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା ସ୍ପେଶାଲ୍‌ ଲିଭ୍‌ ପିଟିସନ୍‌ ଆବେଦନକୁ ସର୍ବୋଚ୍ଚ ନ୍ୟାୟାଳୟ ଖାରଜ କରିଛନ୍ତି। ଏହା ସହ ହାଇକୋର୍ଟଙ୍କ ପୂର୍ବ ଆଦେଶକୁ ବଳବତ୍ତର ରଖିଛନ୍ତି ସୁପ୍ରିମକୋର୍ଟ।
ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାକୁ ନେଇ ଦୀର୍ଘଦିନ ଧରି ଆଇନଗତ ପ୍ରକ୍ରିୟା ଜାରି ରହିଛି। ମାମଲାରେ ବିଦ୍ୟାଭାରତୀଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ ଏହି ରାୟ ପରେ ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ଅବ୍ୟାହତ ରହିବ।
ସୂଚନାଯୋଗ୍ୟ, ଗଜପତି ଜିଲା ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ACF) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ ମାମଲାରେ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡାଙ୍କ ପାଇଁ ଆଇନଗତ ଅଡ଼ୁଆ ଆହୁରି ବଢ଼ିଯାଇଛି। କୋର୍ଟରେ ବ୍ୟକ୍ତିଗତ ହାଜିରାରୁ ମୁକ୍ତି ପାଇଁ ବିଦ୍ୟାଭାରତୀ ଯେଉଁ ଆବେଦନ କରିଥିଲେ ତାହାକୁ ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଥିଲେ। ଏହାପରେ ସେ ସୁପ୍ରିମକୋର୍ଟ ଯାଇଥିଲେ।

ଟ୍ରାଏଲ କୋର୍ଟରେ ବ୍ୟକ୍ତିଗତ ଉପସ୍ଥିତିରୁ ଛାଡ଼ ଓ ନିମ୍ନ ଅଦାଲତଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସେ ଦାଖଲ କରିଥିବା CRLMC ଆବେଦନକୁ ଖାରଜ କରିଥିଲେ ହାଇକୋର୍ଟ। ଏଥିସହ ଆସନ୍ତା ଅକ୍ଟୋବର ୧ ତାରିଖ ସୁଦ୍ଧା ପାରଳାଖେମୁଣ୍ଡି SDJM କୋର୍ଟରେ ହାଜର ହେବାକୁ ବିଦ୍ୟାଭାରତୀଙ୍କୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ। ତେବେ ନିମ୍ନ ଅଦାଲତରେ ହାଜର ହେବା ପରେ ସେ ନିମ୍ନ ଅଦାଲତ ଏହା ପରେ ଜିଲା ଦୌରା ଜଜ କୋର୍ଟରେ ଜାମିନ ପାଇଁ ଆବେଦନ କରି ପାରିବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।
୨୦୨୧ ମସିହାରେ ପାରଳାଖେମୁଣ୍ଡି ଥାନାରେ ରୁଜୁ ହୋଇଥିବା ମାମଲାରେ ପ୍ରଥମେ ୩୦୨ ଏବଂ ୧୨୦-ବି ଆଇପିସି ଧାରାରେ ମାମଲା ରୁଜୁ ହୋଇଥିଲା। ତଦନ୍ତ ପରେ କ୍ରାଇମବ୍ରାଞ୍ଚ ବିଦ୍ୟାଭାରତୀଙ୍କ ବିରୋଧରେ ୩୦୪-ଏ ଧାରାରେ ଚାର୍ଜସିଟ ଦାଖଲ କରିଥିଲା। କିନ୍ତୁ ପୋଲିସର ଚାର୍ଜସିଟ୍‌ରେ ୩୦୨ ଧାରା ନଥିବାରୁ ଅଭିଯୋଗକାରୀ ଅଭିରାମ ମହାପାତ୍ର ପ୍ରୋଟେଷ୍ଟ ପିଟିସନ ଦାଖଲ କରିଥିଲେ। ଏହା ଉପରେ ତଦନ୍ତ ପରେ SDJM କୋର୍ଟ ୧୨ ଏପ୍ରିଲ ୨୦୨୩ରେ ବିଦ୍ୟାଭାରତୀଙ୍କ ସମେତ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ ୩୦୨/୧୨୦-ବି ଧାରାରେ କଗ୍ନିଜାନ୍ସ ନେଇଥିଲେ। ଯାହାକୁ ବିରୋଧ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବିଦ୍ୟାଭାରତୀ। ଏହା ପୂର୍ବରୁ ତତ୍କାଳୀନ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କ ଆବେଦନକୁ ହାଇକୋର୍ଟ ଖାରଜ କରିଥିଲେ। ପରେ ସେ ଗିରଫ ମଧ୍ୟ ହୋଇଥିଲେ। ତେବେ ହାଇକୋର୍ଟରେ ଏହି ମାମଲାର ଶୁଣାଣି ସମୟରେ ନିୟମିତ କୋର୍ଟରେ ହାଜର ହେବାରୁ ଛାଡ଼ ପାଇଁ ବିଦ୍ୟାଭାରତୀ ଆବେଦନ କରିଥିଲେ।
୨୦୨୧ ଜୁଲାଇ ୧୧ରେ ଘଟିଥିଲା ଏକ ଲୋମ ଟାଙ୍କୁରା ଘଟଣା। ପାରଳାଖେମୁଣ୍ଡିସ୍ଥିତ ନିଜ ସରକାରୀ ବାସଭବନରେ ଏସିଏଫ ସୌମ୍ୟରଞ୍ଜନ ଗୁରୁତର ଭାବେ ପୋଡି ହୋଇ ଯାଇଥିଲେ। ଜୁଲାଇ ୧୩ରେ ଚିକିତ୍ସାଧୀନ ଅବସ୍ଥାରେ କଟକରେ ତାଙ୍କର ମୃତ୍ୟୁ ହେଲା। ଘଟଣାକୁ ନେଇ ସୌମ୍ୟରଞ୍ଜନଙ୍କ ପରିବାର ପକ୍ଷରୁ ଅଭିଯୋଗ ପରେ ମାମଲାର ତଦନ୍ତ ହୋଇଥିଲା।ଏହି ମାମଲାରେ ତତ୍କାଳୀନ ଡିଏଫଓ ସଂଗ୍ରାମ କେଶରୀ ବେହେରା ଗିରଫ ହୋଇସାରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଆନ୍ଦୋଳନରେ ବସିଛନ୍ତି ଟାଟା ପାୱାର ଠିକା କର୍ମଚାରୀ: ଅନ୍ଧାରରେ ଉପଭୋକ୍ତା

ଭଞ୍ଜନଗର, ୮।୧୦(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଟାଟା ପାୱାର ଅଧୀକ୍ଷଣ ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ଦାବି ନେଇ ଠିକା ବିଦ୍ୟୁତ କର୍ମଚାରୀଙ୍କ ଧାରଣା ଆଜି…

ଚର୍ଚ୍ଚାରେ ଶ୍ରୀଲଙ୍କା କ୍ରିକେଟ୍‌: ଟେଷ୍ଟ ଅଧିନାୟକ ପଦ ଛାଡ଼ିଲେ ଧନଞ୍ଜୟ, ତିନି ଫର୍ମାଟ୍‌ର ଅଧିନାୟକ ହେଲେ ମେଣ୍ଡିସ୍

କଲମ୍ବୋ,୮।୧୦: ଶେଷରେ ସେହିଆ ହିଁ ହେଲା, ଯାହାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିଲା। ଶ୍ରୀଲଙ୍କା ଟେଷ୍ଟ ଦଳର ଅଧିନାୟକ ପଦରୁ ଇସ୍ତଫା ଦେଇଛନ୍ତି ଧନଞ୍ଜୟ ଡି’ସିଲ୍ଭା। ନିକଟରେ…

ମୃତ୍ୟୁର ୪ ଦିନ ପୂର୍ବରୁ ଗୋଆରେ ନାଚୁଥିଲେ ନାନା ପାଟେକର, କହିଥିଲେ ଏଭଳି କଥା

ମୁମ୍ବାଇ,୮ା୧୦: ବଲିଉଡ୍‌ର ବରିଷ୍ଠ ଅଭିନେତା ନାନା ପାଟେକରଙ୍କ ପରଲୋକ ପରେ ତାଙ୍କର ଶେଷ ପବ୍ଲିକ୍ ଅପିୟରାନ୍ସର ଭିଡିଓ ଏବେ ଚର୍ଚ୍ଚାରେ ରହିଛି । ମୃତ୍ୟୁର ମାତ୍ର ୪…

ଗେମ୍ ବି ମାନିଲା ହାର୍! କ୍ୟାଣ୍ଡି କ୍ରଶ୍‌ର ‘The End’ କରି ବିଶ୍ୱ ରେକର୍ଡ କଲେ ବିହାର ଯୁବକ

ସିୱାନ୍: ସାଧାରଣତଃ ଘରେ ପିଲାମାନେ ମୋବାଇଲ୍‌ରେ ଗେମ୍ ଖେଳିଲେ ଅଭିଭାବକମାନେ ଗାଳିଗୁଲଜ କରିବା ସହ “ପାଠ ନପଢ଼ି ଗେମ୍ ଖେଳିଲେ ଭବିଷ୍ୟତ ନଷ୍ଟ ହୋଇଯିବ” ବୋଲି ତାଚ୍ଛଲ୍ୟ…

ଗଛ ମୂଳରେ ପଡ଼ିଛି ଚପଲ, ଉପରେ ଝୁଲୁଛି ଅଜଣା ଯୁବକଙ୍କ ମୃତଦେହ

ବଲାଙ୍ଗୀର,୮ା୧୦(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସଦର ଥାନା ଅନ୍ତର୍ଗତ କୁସମେଲପଞ୍ଚାୟତର ଜାମୁଟିଆ ଗାଁ ନିକଟ ଏକ ଗଛରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଗୁରୁବାର ଜବତ ହୋଇଛି।…

ଇଣ୍ଡି ମେଣ୍ଟର ବନ୍ଦ ଡାକରା: ଗାଡ଼ିମୋଟର ଫେରାଇଦେଲେ ବିକ୍ଷୋଭକାରୀ

ପାଟଣା,୮ା୧୦(ବୀର କିଶୋର ଦାଶ): ଇଣ୍ଡିମେଣ୍ଟର ଭାରତ ବନ୍ଦ ଡାକରାକୁ ସମର୍ଥନ କରି ପାଟଣା ଓ ସାହାର ପଡ଼ା ବ୍ଲକ ଅଞ୍ଚଳର ବିଭିନ୍ନ ସ୍ଥାନରେ କଂଗ୍ରେସ ପକ୍ଷରୁ ପିକେଟିଂ…

୨୩ ଦିନରେ ବଦଳିବ ଭାଗ୍ୟ! ଗୁରୁ-ବୁଧଙ୍କ କୃପାରେ ଲାଭବାନ ହେବେ ୫ ରାଶି

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ଚଳନକୁ ବେଶ୍ ଗୁରୁତ୍ୱ ଦିଆଯାଏ । ବିଶେଷକରି ଦେବଗୁରୁ ବୃହସ୍ପତି ବା ଗୁରୁ ଗ୍ରହଙ୍କ ସ୍ଥିତିରେ ପରିବର୍ତ୍ତନ ଆସିଲେ ଏହାର ପ୍ରଭାବ ରାଶିଚକ୍ରର…

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଚାଞ୍ଚଲ୍ୟକର ମନ୍ତବ୍ୟ ଦେଲେ କପିଳ ଦେବ: କ୍ରିକେଟ୍‌ ଜଗତ ସ୍ତବ୍ଧ

ନୂଆଦିଲ୍ଲୀ,୮।୧୦: କ୍ରିକେଟ ଜଗତରେ ପାଦ ଥାପିବା ପରଠାରୁ ନିଜ ପ୍ରତିଭାର ଝଲକ ଦେଖାଇ ଆସୁଛନ୍ତି ଯୁବ ବ୍ୟାଟର୍‌ ବୈଭବ ସୂର୍ଯ୍ୟବଂଶୀ। ବୟସ ମାତ୍ର ୧୫ ବର୍ଷ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?