ବିଦ୍ୟାଭାରତୀଙ୍କୁ ସୁପ୍ରିମକୋର୍ଟରୁ ମିଳିଲା ବଡ଼ ଝଟ୍‌କା: ଆବେଦନ ଖାରଜ

ଭୁବନେଶ୍ୱର,୩୦।୯: : ବହୁଚର୍ଚ୍ଚିତ ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ମାମଲାରେ ତାଙ୍କ ପତ୍ନୀ ବିଦ୍ୟାଭାରତୀ ମହାପାତ୍ରଙ୍କୁ ସୁପ୍ରିମକୋର୍ଟରୁ ବଡ଼ ଝଟ୍‌କା ଲାଗିଛି। ବିଦ୍ୟାଭାରତୀଙ୍କ ପକ୍ଷରୁ ଦାଖଲ ହୋଇଥିବା ସ୍ପେଶାଲ୍‌ ଲିଭ୍‌ ପିଟିସନ୍‌ ଆବେଦନକୁ ସର୍ବୋଚ୍ଚ ନ୍ୟାୟାଳୟ ଖାରଜ କରିଛନ୍ତି। ଏହା ସହ ହାଇକୋର୍ଟଙ୍କ ପୂର୍ବ ଆଦେଶକୁ ବଳବତ୍ତର ରଖିଛନ୍ତି ସୁପ୍ରିମକୋର୍ଟ।
ACF ସୌମ୍ୟରଞ୍ଜନ ମହାପାତ୍ରଙ୍କ ମୃତ୍ୟୁ ଘଟଣାକୁ ନେଇ ଦୀର୍ଘଦିନ ଧରି ଆଇନଗତ ପ୍ରକ୍ରିୟା ଜାରି ରହିଛି। ମାମଲାରେ ବିଦ୍ୟାଭାରତୀଙ୍କ ଆବେଦନ ଉପରେ ସୁପ୍ରିମକୋର୍ଟଙ୍କ ଏହି ରାୟ ପରେ ହାଇକୋର୍ଟଙ୍କ ପୂର୍ବ ନିର୍ଦ୍ଦେଶ ଅବ୍ୟାହତ ରହିବ।
ସୂଚନାଯୋଗ୍ୟ, ଗଜପତି ଜିଲା ପାରଳାଖେମୁଣ୍ଡିର ସହକାରୀ ବନ ସଂରକ୍ଷକ (ACF) ସୌମ୍ୟରଞ୍ଜନ ମହାପାତ୍ରଙ୍କ ସନ୍ଦେହଜନକ ମୃତ ମାମଲାରେ ତାଙ୍କ ସ୍ତ୍ରୀ ବିଦ୍ୟାଭାରତୀ ପଣ୍ଡାଙ୍କ ପାଇଁ ଆଇନଗତ ଅଡ଼ୁଆ ଆହୁରି ବଢ଼ିଯାଇଛି। କୋର୍ଟରେ ବ୍ୟକ୍ତିଗତ ହାଜିରାରୁ ମୁକ୍ତି ପାଇଁ ବିଦ୍ୟାଭାରତୀ ଯେଉଁ ଆବେଦନ କରିଥିଲେ ତାହାକୁ ଓଡ଼ିଶା ହାଇକୋର୍ଟ ଖାରଜ କରିଦେଇଥିଲେ। ଏହାପରେ ସେ ସୁପ୍ରିମକୋର୍ଟ ଯାଇଥିଲେ।

ଟ୍ରାଏଲ କୋର୍ଟରେ ବ୍ୟକ୍ତିଗତ ଉପସ୍ଥିତିରୁ ଛାଡ଼ ଓ ନିମ୍ନ ଅଦାଲତଙ୍କ ନିର୍ଦ୍ଦେଶକୁ ଚ୍ୟାଲେଞ୍ଜ କରି ସେ ଦାଖଲ କରିଥିବା CRLMC ଆବେଦନକୁ ଖାରଜ କରିଥିଲେ ହାଇକୋର୍ଟ। ଏଥିସହ ଆସନ୍ତା ଅକ୍ଟୋବର ୧ ତାରିଖ ସୁଦ୍ଧା ପାରଳାଖେମୁଣ୍ଡି SDJM କୋର୍ଟରେ ହାଜର ହେବାକୁ ବିଦ୍ୟାଭାରତୀଙ୍କୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ। ତେବେ ନିମ୍ନ ଅଦାଲତରେ ହାଜର ହେବା ପରେ ସେ ନିମ୍ନ ଅଦାଲତ ଏହା ପରେ ଜିଲା ଦୌରା ଜଜ କୋର୍ଟରେ ଜାମିନ ପାଇଁ ଆବେଦନ କରି ପାରିବେ ବୋଲି ହାଇକୋର୍ଟ ନିର୍ଦ୍ଦେଶ ଦେଇଥିଲେ।
୨୦୨୧ ମସିହାରେ ପାରଳାଖେମୁଣ୍ଡି ଥାନାରେ ରୁଜୁ ହୋଇଥିବା ମାମଲାରେ ପ୍ରଥମେ ୩୦୨ ଏବଂ ୧୨୦-ବି ଆଇପିସି ଧାରାରେ ମାମଲା ରୁଜୁ ହୋଇଥିଲା। ତଦନ୍ତ ପରେ କ୍ରାଇମବ୍ରାଞ୍ଚ ବିଦ୍ୟାଭାରତୀଙ୍କ ବିରୋଧରେ ୩୦୪-ଏ ଧାରାରେ ଚାର୍ଜସିଟ ଦାଖଲ କରିଥିଲା। କିନ୍ତୁ ପୋଲିସର ଚାର୍ଜସିଟ୍‌ରେ ୩୦୨ ଧାରା ନଥିବାରୁ ଅଭିଯୋଗକାରୀ ଅଭିରାମ ମହାପାତ୍ର ପ୍ରୋଟେଷ୍ଟ ପିଟିସନ ଦାଖଲ କରିଥିଲେ। ଏହା ଉପରେ ତଦନ୍ତ ପରେ SDJM କୋର୍ଟ ୧୨ ଏପ୍ରିଲ ୨୦୨୩ରେ ବିଦ୍ୟାଭାରତୀଙ୍କ ସମେତ ଅନ୍ୟ ଅଭିଯୁକ୍ତଙ୍କ ବିରୋଧରେ ୩୦୨/୧୨୦-ବି ଧାରାରେ କଗ୍ନିଜାନ୍ସ ନେଇଥିଲେ। ଯାହାକୁ ବିରୋଧ କରି ହାଇକୋର୍ଟଙ୍କ ଦ୍ୱାରସ୍ଥ ହୋଇଥିଲେ ବିଦ୍ୟାଭାରତୀ। ଏହା ପୂର୍ବରୁ ତତ୍କାଳୀନ ଡିଏଫଓ ସଂଗ୍ରାମ କେଶରୀ ବେହେରାଙ୍କ ଆବେଦନକୁ ହାଇକୋର୍ଟ ଖାରଜ କରିଥିଲେ। ପରେ ସେ ଗିରଫ ମଧ୍ୟ ହୋଇଥିଲେ। ତେବେ ହାଇକୋର୍ଟରେ ଏହି ମାମଲାର ଶୁଣାଣି ସମୟରେ ନିୟମିତ କୋର୍ଟରେ ହାଜର ହେବାରୁ ଛାଡ଼ ପାଇଁ ବିଦ୍ୟାଭାରତୀ ଆବେଦନ କରିଥିଲେ।
୨୦୨୧ ଜୁଲାଇ ୧୧ରେ ଘଟିଥିଲା ଏକ ଲୋମ ଟାଙ୍କୁରା ଘଟଣା। ପାରଳାଖେମୁଣ୍ଡିସ୍ଥିତ ନିଜ ସରକାରୀ ବାସଭବନରେ ଏସିଏଫ ସୌମ୍ୟରଞ୍ଜନ ଗୁରୁତର ଭାବେ ପୋଡି ହୋଇ ଯାଇଥିଲେ। ଜୁଲାଇ ୧୩ରେ ଚିକିତ୍ସାଧୀନ ଅବସ୍ଥାରେ କଟକରେ ତାଙ୍କର ମୃତ୍ୟୁ ହେଲା। ଘଟଣାକୁ ନେଇ ସୌମ୍ୟରଞ୍ଜନଙ୍କ ପରିବାର ପକ୍ଷରୁ ଅଭିଯୋଗ ପରେ ମାମଲାର ତଦନ୍ତ ହୋଇଥିଲା।ଏହି ମାମଲାରେ ତତ୍କାଳୀନ ଡିଏଫଓ ସଂଗ୍ରାମ କେଶରୀ ବେହେରା ଗିରଫ ହୋଇସାରିଛନ୍ତି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ପାଣି ପାଇଁ ତାତିଲେ ମହିଳା, ହାଣ୍ଡି-ମାଠିଆ ଧରି ରାସ୍ତାରେ ବସିଲେ

ପୁରୁଷୋତ୍ତମପୁର,୩୦ା୯(ସବିତା ପାଣି): ପାଣି ପାଇଁ ଫୁଟିଲା ଅସନ୍ତୋଷ। ହାଣ୍ଡି-ମାଠିଆ ଧରି ରାଜରାସ୍ତାକୁ ଓହ୍ଲାଇଲେ ମହିଳା। ଦୁଇ ମାସ ଧରି ପାନୀୟଜଳ ମିଳୁ ନ ଥିବା ଅଭିଯୋଗରେ ଗଞ୍ଜାମ…

ବଦଳିବ ରାହୁ-କେତୁଙ୍କ ଚାଲି: କନ୍ୟା,ମୀନ ରାଶିଙ୍କ ସମେତ ୬ ରାଶିଙ୍କ ଗୋଲଡେନ ଟାଇମ୍‌ ଆରମ୍ଭ, ଧନବର୍ଷା ସହ ବଡ଼ ଚାକିରିର ଅଫର୍‌

ରାହୁ ମକର ରାଶିକୁ ଏବଂ କେତୁ କର୍କଟ ରାଶିକୁ ଆସିବା ଫଳରେ ଡିସେମ୍ୱର ମାସରେ ଅନେକ ରାଶିଙ୍କ ପାଇଁ ଭଲ ସମୟ ଆରମ୍ଭ ହେବ। ଭାଗ୍ୟଶାଳୀ ରାଶିମାନଙ୍କ…

ମେସେଜ ପାଇଁ ଟଙ୍କା ନେବ ହ଼୍ବାଟସଆପ୍‌! ୧ ଅକ୍ଟୋବରରୁ ବଦଳିବ ନିୟମ; ସାଧାରଣ ୟୁଜର୍ସଙ୍କୁ ପଡ଼ିବ ପ୍ରଭାବ?

ନୂଆଦିଲ୍‌ଲୀ,୩୦।୯: ଯଦି ଆପଣ ହ଼୍ବାଟସଆପ (WhatsApp)ରେ କୌଣସି କମ୍ପାନୀଠାରୁ ଅର୍ଡର ଅପଡେଟ, ଡେଲିଭରି ସୂଚନା କିମ୍ୱା କଷ୍ଟମର ସର୍ଭିସ ନେଉଛନ୍ତି, ତେବେ ଆପଣଙ୍କ ପାଇଁ ଏକ ଆଶ୍ୱସ୍ତିକର…

ଲୋଇସିଂହାର ଗର୍ବ ଇଫ୍ରାତା: ‘ଇଣ୍ଡିଆ ଟ୍ୟାଲେଣ୍ଟ ଫାଇଟ’ରେ ଚମକିଲେ

ଲୋଇସିଂହା,୩୦।୯(ସୁଶାନ୍ତ ବାରିକ):ଜାତୀୟସ୍ତରୀୟ ରିଆଲିଟି ଶୋ’ ଟ୍ୟାଲେଣ୍ଟ ଫାଇଟସୁପର ମଡେଲ’ ଜୁନିୟର କାଟାଗୋରିରେ ଚାମ୍ପିୟନ ହୋଇ ଲୋଇସିଂହା ତଥା ବଲାଙ୍ଗୀର ଜିଲା ପାଇଁ ଗୌରବ ଆଣିଛନ୍ତି ଇଫ୍ରାତା। ତାଙ୍କ…

ଟ୍ରେନଯାତ୍ରୀଙ୍କ ପାଇଁ ବଡ଼ ସୂଚନା: ଅକ୍ଟୋବର ୧ରୁ କଡ଼ା ଚେକିଂ, ଟିକେଟ୍‌ ସାଙ୍ଗରେ ଏହି ID ନ ରଖିଲେ ଫସିବେ!

ନୂଆଦିଲ୍ଲୀ,୩୦।୯: ଯଦି ଆପଣ ଆଗାମୀ ଦିନରେ ଟ୍ରେନରେ ଯାତ୍ରା କରିବାକୁ ଯୋଜନା କରୁଛନ୍ତି, ତେବେ ଏହି ଖବରଟି ଆପଣଙ୍କ ପାଇଁ ଅତ୍ୟନ୍ତ ଜରୁରୀ। କେନ୍ଦ୍ରୀୟ ରେଳବାଇ ପକ୍ଷରୁ…

ବ୍ୟବସାୟୀ ଗୁଣ୍ଡା ସାହୁ ଅପହରଣ ମାମଲା: ସରିଲା କ୍ଷୀତିଶଙ୍କ ରିମାଣ୍ଡ ଅବଧି, ପୋଲିସ ହାତରେ ଲାଗିଲା କିଛି ନୂଆ ତଥ୍ୟ

ବଲାଙ୍ଗୀର,୩୦ା୯(ସୁନିଲ କୁମାର ମହାନ୍ତି): ବଲାଙ୍ଗୀରର ଜଣାଶୁଣା ବ୍ୟବସାୟୀ ଗୁଣ୍ଡା ଓରଫ ନରେନ୍ଦ୍ର ସାହୁ ଅପହରଣ ଏବଂ ନିସ୍ତୁକ ମାଡ଼ ମାମଲାର ମୁଖ୍ୟ ଅଭିଯୁକ୍ତ କ୍ଷୀତିଶ ଚନ୍ଦ୍ର ସାହୁଙ୍କ…

ବିବାଦ ଭିତରେ ନିର୍ବାଚନ କମିଶନରଙ୍କ ବଡ଼ ନିଷ୍ପତ୍ତି, ଭୋଟର ଲିଷ୍ଟକୁ ନେଇ କହିଲେ ବଡ଼କଥା…

ନୂଆଦିଲ୍ଲୀ,୩୦।୯: ନିର୍ବାଚନ ଆୟୋଗ ‘ସ୍ପେଶାଲ ଇଣ୍ଟେନସିଭ ରିଭିଜନ’ (SIR) ପ୍ରକ୍ରିୟା ଶେଷ କରିସାରିଥିବା ରାଜ୍ୟଗୁଡ଼ିକରେ ନୂଆ ଭୋଟରମାନଙ୍କ ପାଇଁ ଫର୍ମ-୬ ସହିତ ଯୋଡ଼ା ଯାଇଥିବା ଅତିରିକ୍ତ ଘୋଷଣାନାମା…

ଶୌଚ ହେବାକୁ ଯାଇଥିଲେ ଗୋବର୍ଦ୍ଧନ, ଅତର୍କିତ ଆକ୍ରମଣ କଲା ଭାଲୁ, ଆଉ ତା’ ପରେ…

ପାଟଣା,୩୦ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜ ଅନ୍ତର୍ଗତ ପୋଇପାଣି ଗ୍ରାମ ନିକଟରେ ବୁଧବାର ଭୋର୍‌ରୁ ଭାଲୁ ଆକ୍ରମଣରେ ଜଣେ ବ୍ୟକ୍ତି ଗୁରୁତର ଆହତ ହୋଇଛନ୍ତି। ଆହତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?