ଡଙ୍ଗରିଆ କନ୍ଧ ଜନଜାତିଙ୍କ ‘ଶ୍ରମ ସମବାୟ’ ସମ୍ପର୍କରେ ଜାଣିବେ ଦର୍ଶକ

ଭୁବନେଶ୍ୱର, ୧୩।୬ (ବ୍ୟୁରୋ): ଡଙ୍ଗରିଆ କନ୍ଧମାନେ ସାଧାରଣତଃ ରାୟଗଡ଼ା ଜିଲାର ବିଷମକଟକ, କଲ୍ୟାଣସିଂପୁର ଓ ମୁନିଗୁଡ଼ା ବ୍ଲକ୍‌ରେ ବସବାସ କରିଥାନ୍ତି । ସେମାନଙ୍କର ମୁଖ୍ୟ ପେସା ହେଉଛି ଖାଦ୍ୟ ପ୍ରକ୍ରିୟାକରଣ, ସପୁରି ଚାଷ, ଏମ୍ବ୍ରଡରୀ, ପଥର ଖୋଦେଇ, ପାନିଆ ତିଆରି କରିବା ଇତ୍ୟାଦି। ଧରଣୀପେନୁ ଡଙ୍ଗରିଆଙ୍କର ପରମ ଦେବତା। ପ୍ରତି ଗ୍ରାମ ରାସ୍ତାରେ ଏକ କୁଡ଼ିଆ ‘କୁଡ଼ି’ ମଧ୍ୟରେ ତିନୋଟି ପଥର ପୂଜା ପାଇଥାନ୍ତି । ଗୋଟେ ବାଲି ପେନୁ ଏକ ଲମ୍ବା ପଥର, ଯାହାକୁ ଡଙ୍ଗରିଆମାନେ ପୂଜା କରିଥାନ୍ତି। ଡଙ୍ଗରିଆ ଜନଜାତିଙ୍କ ମୁଖ୍ୟ ଉତ୍ସବ ହେଉଛି ଘଣ୍ଟ ପରବ, ସାଳଙ୍ଗୀ, ମାଣ୍ଡିଆ ରାଣୀ, ଧାନ ନୂଆଖିଆ ଇତ୍ୟାଦି। ସାମାଜିକ ସମାନତା ହେଉଛି ଡଙ୍ଗରିଆ କନ୍ଧ ସମାଜର ବିଶେଷତା। ଜନ୍ମରୁ ସେମାନେ ପାହାଡ଼ ଉପରେ ଶ୍ରମ କରି କୃଷି କରିଥାନ୍ତି । ସମବାୟ ମାଧ୍ୟମରେ ପ୍ରାପ୍ତବୟସ୍କ ଝିଅ ଓ ପୁଅମାନେ, ମହିଳା ଓ ବୃଦ୍ଧମାନେ ଗ୍ରାମର ଜମି କିମ୍ବା ବଗିଚାରେ ସମାନ ଭାବରେ ଶ୍ରମ ପ୍ରଦାନ କରିଥାନ୍ତି ।

ଡଙ୍ଗରିଆ ଓ ସେମାନଙ୍କ ବିଭିନ୍ନ ପ୍ରକାର ଶ୍ରମ ସମବାୟ ଉପରେ ଅଧିକ ତଥ୍ୟ ଦେବ ରାଜ୍ୟ ଜନଜାତି ସଂଗ୍ରହାଳୟର ଭର୍ଚୁଆଲ ଟୁର୍‌। ଏଥିପାଇଁ ଆଗ୍ରହୀ ଦର୍ଶକମାନେ ରବିବାର ଫେସ୍‌ବୁକ୍‌ ଓ ଟୁଇଟୁର ପେଜ୍‌ @stscdev କିମ୍ବା @scstrtiକୁ ଯିବାକୁ ଏସ୍‌ସିଏସ୍‌ଟିଆର୍‌ଟିଆଇର ନିର୍ଦ୍ଦେଶକ ପ୍ରଫେସର ଡ. ଅଖିଳ ବିହାରୀ ଓତା ପ୍ରକାଶ କରିଛନ୍ତି। ସୂଚନା ଯୋଗ୍ୟ, କରୋନା ପାଇଁ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଅଧୀନ ଏସ୍‌ସିଏସ୍‌ଟିଆର୍‌ଟିଆଇ ପରିସରରେ ଥିବା ଜନଜାତି ସଂଗ୍ରହାଳୟ ବନ୍ଦ ରହିଛି । ବିଭାଗ ପକ୍ଷରୁ ପ୍ରତି ରବିବାର ଏପରି ଭର୍ଚୁଆଲ ଟୁର୍‌ର ବ୍ୟବସ୍ଥା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

ରାଲିରେ ଯାଇ ନିଲମ୍ବିତ ହୋଇଥିଲେ ଶିକ୍ଷୟିତ୍ରୀ: ଏବେ ସଭାକୁ ଯାଇ ଶିକ୍ଷକଙ୍କୁ ପଡ଼ିଲା ମହଙ୍ଗା

ବୌଦ୍ଧ/ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ଅଜିତ କୁମାର ବାରିକ/ ପ୍ରଭାତ କୁମାର ସାହୁ/ ମକରନ୍ଦ ସାହୁ): ବୌଦ୍ଧ ଜିଲା କଣ୍ଟାମାଳ ନିର୍ବାଚନ ମଣ୍ଡଳୀରେ ଏକ ଦଳର ନିର୍ବାଚନୀ ସଭାରେ ଯୋଗ...

ଟ୍ୱିନ୍ ସିଟିରେ ମହିଳାଙ୍କ ସୁରକ୍ଷା ପାଇଁ ସ୍ୱତନ୍ତ୍ର ଟିମ୍ ଗଠନ କଲା କମିସନରେଟ ପୋଲିସ

ଭୁବନେଶ୍ୱର,୧୮।୪: ସର୍ବସାଧାରଣ ସ୍ଥାନରେ ମହିଳାଙ୍କ ସୁରକ୍ଷା ସୁନିଶ୍ଚିତ କରିବା ଦିଗରେ ଏକ ବଡ ପଦକ୍ଷେପ ନେଇଛି କମିଶନରେଟ୍ ପୋଲିସ୍। ମହିଳା ମାନଙ୍କ ସୁରକ୍ଷା ପାଇଁ ଏଣିକି...

ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି, ଏହୁ ସବୁ ଜିଲାକୁ ସତର୍କ ସୂଚନା ଜାରି

ଭୁବନେଶ୍ୱର,୧୮।୪: ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି । ପାଣିପାଗ କେନ୍ଦ୍ରର ଆକଳନ ଅନୁଯାୟୀ ଗୁରୁବାର ଦିନ ଆଜି ଦିନ ୨ଟା ୩୦ ସୁଦ୍ଧା ଭୁବନେଶ୍ୱରରେ...

ସତ୍ୟବାଦୀରୁ ମନୋଜ ରଥଙ୍କୁ ପ୍ରାର୍ଥୀ କରିବା ପରେ ପ୍ରସାଦ ହରିଚନ୍ଦନ କହିଲେ…

ଭୁବନେଶ୍ୱର,୧୮।୪: ଆଜି କଂଗ୍ରେସ ଆଉ ୪ ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି। ମାହାଙ୍ଗାରୁ ଦେବେନ୍ଦ୍ର ସାହୁ, ସତ୍ୟବାଦୀରୁ ମନୋଜ ରଥ, ଭୁବନେଶ୍ୱର-ମଧ୍ୟରୁ ପ୍ରକାଶ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri