ଡଙ୍ଗରିଆ କନ୍ଧ ଜନଜାତିଙ୍କ ‘ଶ୍ରମ ସମବାୟ’ ସମ୍ପର୍କରେ ଜାଣିବେ ଦର୍ଶକ

ଭୁବନେଶ୍ୱର, ୧୩।୬ (ବ୍ୟୁରୋ): ଡଙ୍ଗରିଆ କନ୍ଧମାନେ ସାଧାରଣତଃ ରାୟଗଡ଼ା ଜିଲାର ବିଷମକଟକ, କଲ୍ୟାଣସିଂପୁର ଓ ମୁନିଗୁଡ଼ା ବ୍ଲକ୍‌ରେ ବସବାସ କରିଥାନ୍ତି । ସେମାନଙ୍କର ମୁଖ୍ୟ ପେସା ହେଉଛି ଖାଦ୍ୟ ପ୍ରକ୍ରିୟାକରଣ, ସପୁରି ଚାଷ, ଏମ୍ବ୍ରଡରୀ, ପଥର ଖୋଦେଇ, ପାନିଆ ତିଆରି କରିବା ଇତ୍ୟାଦି। ଧରଣୀପେନୁ ଡଙ୍ଗରିଆଙ୍କର ପରମ ଦେବତା। ପ୍ରତି ଗ୍ରାମ ରାସ୍ତାରେ ଏକ କୁଡ଼ିଆ ‘କୁଡ଼ି’ ମଧ୍ୟରେ ତିନୋଟି ପଥର ପୂଜା ପାଇଥାନ୍ତି । ଗୋଟେ ବାଲି ପେନୁ ଏକ ଲମ୍ବା ପଥର, ଯାହାକୁ ଡଙ୍ଗରିଆମାନେ ପୂଜା କରିଥାନ୍ତି। ଡଙ୍ଗରିଆ ଜନଜାତିଙ୍କ ମୁଖ୍ୟ ଉତ୍ସବ ହେଉଛି ଘଣ୍ଟ ପରବ, ସାଳଙ୍ଗୀ, ମାଣ୍ଡିଆ ରାଣୀ, ଧାନ ନୂଆଖିଆ ଇତ୍ୟାଦି। ସାମାଜିକ ସମାନତା ହେଉଛି ଡଙ୍ଗରିଆ କନ୍ଧ ସମାଜର ବିଶେଷତା। ଜନ୍ମରୁ ସେମାନେ ପାହାଡ଼ ଉପରେ ଶ୍ରମ କରି କୃଷି କରିଥାନ୍ତି । ସମବାୟ ମାଧ୍ୟମରେ ପ୍ରାପ୍ତବୟସ୍କ ଝିଅ ଓ ପୁଅମାନେ, ମହିଳା ଓ ବୃଦ୍ଧମାନେ ଗ୍ରାମର ଜମି କିମ୍ବା ବଗିଚାରେ ସମାନ ଭାବରେ ଶ୍ରମ ପ୍ରଦାନ କରିଥାନ୍ତି ।

ଡଙ୍ଗରିଆ ଓ ସେମାନଙ୍କ ବିଭିନ୍ନ ପ୍ରକାର ଶ୍ରମ ସମବାୟ ଉପରେ ଅଧିକ ତଥ୍ୟ ଦେବ ରାଜ୍ୟ ଜନଜାତି ସଂଗ୍ରହାଳୟର ଭର୍ଚୁଆଲ ଟୁର୍‌। ଏଥିପାଇଁ ଆଗ୍ରହୀ ଦର୍ଶକମାନେ ରବିବାର ଫେସ୍‌ବୁକ୍‌ ଓ ଟୁଇଟୁର ପେଜ୍‌ @stscdev କିମ୍ବା @scstrtiକୁ ଯିବାକୁ ଏସ୍‌ସିଏସ୍‌ଟିଆର୍‌ଟିଆଇର ନିର୍ଦ୍ଦେଶକ ପ୍ରଫେସର ଡ. ଅଖିଳ ବିହାରୀ ଓତା ପ୍ରକାଶ କରିଛନ୍ତି। ସୂଚନା ଯୋଗ୍ୟ, କରୋନା ପାଇଁ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ଅଧୀନ ଏସ୍‌ସିଏସ୍‌ଟିଆର୍‌ଟିଆଇ ପରିସରରେ ଥିବା ଜନଜାତି ସଂଗ୍ରହାଳୟ ବନ୍ଦ ରହିଛି । ବିଭାଗ ପକ୍ଷରୁ ପ୍ରତି ରବିବାର ଏପରି ଭର୍ଚୁଆଲ ଟୁର୍‌ର ବ୍ୟବସ୍ଥା କରାଯାଇଛି ।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ…

ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ହ୍ବାଟ୍ସଆପ୍ ହ୍ୟାକ୍

ଭୁବନେଶ୍ବର,୪।୯: ବିରୋଧୀ ଦଳ ଉପନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଫୋନ୍ / ହ୍ୱାଟ୍ସଆପ୍ ହ୍ୟାକ୍ ହୋଇଯାଇଛି। ସୋସିଆଲ ମିଡିଆରେ ଆଚାର୍ଯ୍ୟ ଏ ନେଇ ଜଣାଇଛନ୍ତି।…

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…

ଗଛରେ ପିଟହେଲା ଯାତ୍ରୀବାହୀ ବସ୍‌, ଚାଳକ ମୃତ, ୩୦ ଯାତ୍ରୀ ଆହତ, ୧୦ ଗୁରୁତର

ନୟାଗଡ଼,୪।୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକ ଇଟାମାଟି ଥାନା ବାଉଁଶିଆପଡ଼ା ଜହ୍ନିପଦା ଛକ ନିକଟ ୫୭ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri