ଭର୍ଚୁଆଲ ଟୁର୍‌ରେ ସାନ୍ତାଳ ଘର ବୁଲି ଦେଖିବେ ଦର୍ଶକ

ଭୁବନେଶ୍ୱର,୪।୭ (ବ୍ୟୁରୋ): ଓଡ଼ିଶାର ସାନ୍ତାଳ ଜନଜାତିମାନେ ମୁଖ୍ୟତଃ ମୟୂରଭଞ୍ଜ, ବାଲେଶ୍ବର, କେଉଁଝର ଜିଲାରେ ବସବାସ କରନ୍ତି। ଦେଶର ଜନଜାତିଙ୍କ ମଧ୍ୟରେ ଏମାନଙ୍କ ସଂଖ୍ୟା ତୃତୀୟ ସ୍ଥାନରେ ରହିଛି। ସାନ୍ତାଳଙ୍କ ବସତିରେ ଗୃହଗୁଡ଼ିକ ସମାନ୍ତରାଳ ଭାବେ ଧାଡ଼ି କରି ନିର୍ମାଣ କରାଯାଇଥାଏ। ଘରଗୁଡ଼ିକ ସମ୍ମୁଖରେ ସର୍ବସାଧାରଣ ରାସ୍ତା ଦେଖିବାକୁ ମିଳେ। ସାନ୍ତାଳମାନେ ବହୁ ପ୍ରକୋଷ୍ଠ ଥିବା ସୌନ୍ଦର୍ଯ୍ୟପୂର୍ଣ୍ଣ ଗୃହ ନିର୍ମାଣ କରିଥାନ୍ତି। ସେମାନଙ୍କ ଘରଗୁଡ଼ିକ ନିର୍ଦ୍ଦିଷ୍ଟ କଳାତ୍ମକ ଢାଞ୍ଚାରେ ତିଆରି ହୋଇଥାଏ। ଘରଗୁଡ଼ିକରେ ପ୍ରଶସ୍ତ ପାଚେରି ଓ ପରିସର ରହିଥାଏ। ସମକୋଣ ଆକୃତିର ଘରଗୁଡ଼ିକର କାନ୍ଥ ଓଦାମାଟିରେ ନିର୍ମାଣ କରାଯାଇଥାଏ। କାନ୍ଥଗୁଡ଼ିକୁ ବିଭିନ୍ନ ରଙ୍ଗ ବିଶେଷତଃ ନାଲି ଓ କଳାରେ ପ୍ରଲେପ ଦିଆଯାଇଥାଏ। ଘରର ଛାତ ନଡ଼ା କିମ୍ବା ଟାଇଲ୍‌ରେ କରାଯାଇଥାଏ। ଏହା ମଧ୍ୟରେ ବୈଠକ ଘର, ରୋଷେଇଶାଳା, ବାରଣ୍ଡା ଓ ଗୃହପାଳିତ ପଶୁ ରହିଥାଏ। ଏମାନଙ୍କ ବିଷୟରେ ଅଧିକ କିଛି ଜାଣିବା ପାଇଁ ଇଚ୍ଛୁକ ଥିବା ବ୍ୟକ୍ତି ରବିବାର ଫେସ୍‌ବୁକ୍‌ ଓ ଟୁଇଟର @stscdev କିମ୍ବା @scstrti ଖୋଲି ସାନ୍ତାଳଙ୍କ ସମ୍ବନ୍ଧରେ ଜାଣିପାରିବେ ବୋଲି ଏସ୍‌ସିଏସ୍‌ଟିଆର୍‌ଟିଆଇର ନିର୍ଦ୍ଦେଶକ ପ୍ରଫେସର (ଡ.) ଅଖିଳ ବିହାରୀ ଓତା କହିଛନ୍ତି। କରୋନା ସଂକ୍ରମଣ ପାଇଁ ରାଜ୍ୟ ଜନଜାତି ସଂଗ୍ରହାଳୟ ଦର୍ଶକଙ୍କ ନିମନ୍ତେ ବନ୍ଦ ରହିଛି। ଏହି ପରିପ୍ରେକ୍ଷୀରେ ଅନୁସୂଚିତ ଜନଜାତି ଓ ଅନୁସୂଚିତ ଜାତି ଉନ୍ନୟନ ବିଭାଗ ପକ୍ଷରୁ ପ୍ରତି ରବିବାର ସଂଗ୍ରହାଳୟକୁ ଏଭଳି ଭର୍ଚୁଆଲ୍‌ ଟୁର୍‌ର ବ୍ୟବସ୍ଥା କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ସ୍ବାମୀ ଲକ୍ଷ୍ମଣାନନ୍ଦଙ୍କ ତଦନ୍ତ ଫାଇଲ ଗାଏବ୍‌ ମାମଲା, ସିବିଆଇ ତଦନ୍ତ ଦାବି କଲେ ପୁଅ-ବୋହୂ

ଭୁବନେଶ୍ୱର,୪।୯(ତ୍ରିନାଥ ମହାନ୍ତି): ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ହତ୍ୟାକୁ ୧୮ ବର୍ଷ ପୂରିଛି। ଶୁକ୍ରବାର ସାରା ରାଜ୍ୟରେ ବଳିଦାନ ଦିବସ ପାଳନ କରାଯାଇ ସ୍ବାମିଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦିଆଯାଇଛି। କିନ୍ତୁ…

ଓଡ଼ିଶା ପାଇଁ ଗୌରବ: ଆଡ଼ଭାନ୍ସ ମାଉଣ୍ଟେନିୟରିଂ ପ୍ରଶିକ୍ଷଣ ପାଇଁ କାଶ୍ମୀର ଯିବେ ବରଗଡ଼ର ଆଶୀର୍ବାଦ ମହାପାତ୍ର

ବରଗଡ଼, ୪।୯(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ଜଣାଶୁଣା ଆନ୍ତର୍ଜାତୀୟ ପର୍ବତାରୋହୀ ତଥା ବରଗଡ଼ ଜିଲା ଅତାବିରା ବ୍ଲକ୍ ଅନ୍ତର୍ଗତ କୁଲିତାଟୁକୁରା ଗ୍ରାମର ବାସିନ୍ଦା ଆଶୀର୍ବାଦ ମହାପାତ୍ର ଆଡ଼ଭାନ୍ସ ମାଉଣ୍ଟେନିୟରିଂ…

ଗାଡ଼ିଚାଳକଙ୍କୁ ଗୋଲାପ ଦେଇ ସୁରକ୍ଷିତ ଯାତ୍ରାର ବାର୍ତ୍ତା ଦେଲା ପୁରୁଷୋତ୍ତମପୁର  ପୋଲିସ

ପୁରୁଷୋତ୍ତମପୁର, ୪।୮ (ସବିତା ମିଶ୍ର): ଗଞ୍ଜାମ ଜିଲ ପୁରୁଷୋତ୍ତମପୁର ପୋଲିସ ପକ୍ଷରୁ ଶୁକ୍ରବାର ସଡ଼କ ଦୁର୍ଘଟଣାଜନିତ ଶୂନ୍ୟ ମୃତାହତ ଲକ୍ଷ୍ୟରେ ସଚେତନତା ସପ୍ତାହ ପାଳିତ ହୋଇଯାଇଛି। ଆଇଆଇସି…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ବିୟୋଗ, ଶେଷ ଦର୍ଶନ କଲେ ବିଧାୟକ

ଗଞ୍ଜାମ, ୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ବ୍ଲକର ପୂର୍ବତନ ଅଧ୍ୟକ୍ଷ ତଥା ବରିଷ୍ଠ କଂଗ୍ରେସ ନେତା ସୁଧୀର ବିଶ୍ୱାଳ (୬୧)ଙ୍କ ବିୟୋଗ ଘଟିଛି। ତାଙ୍କ ବିୟୋଗରେ ସ୍ଥାନୀୟ…

ବିରୋଧୀ ଦଳ ଉପନେତା ପ୍ରସନ୍ନ ଆଚାର୍ଯ୍ୟଙ୍କ ହ୍ବାଟ୍ସଆପ୍ ହ୍ୟାକ୍

ଭୁବନେଶ୍ବର,୪।୯: ବିରୋଧୀ ଦଳ ଉପନେତା ତଥା ରେଢ଼ାଖୋଲ ବିଧାୟକ ପ୍ରସନ୍ନ ଆଚାର୍ଯ୍ୟଙ୍କ ଫୋନ୍ / ହ୍ୱାଟ୍ସଆପ୍ ହ୍ୟାକ୍ ହୋଇଯାଇଛି। ସୋସିଆଲ ମିଡିଆରେ ଆଚାର୍ଯ୍ୟ ଏ ନେଇ ଜଣାଇଛନ୍ତି।…

ଦୂରଶିକ୍ଷା ପାଇଁ ପାଟଣା ଆଞ୍ଚଳିକ ମହାବିଦ୍ୟାଳୟକୁ ଅନୁମତି

ପାଟଣା,୪ା୯(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ମୁଖ୍ୟାଳୟସ୍ଥିତ ଆଞ୍ଚଳିକ ମହାବିଦ୍ୟାଳୟରେ ଚଳିତ ଶିକ୍ଷାବର୍ଷରୁ ରାଜ୍ୟ ମୁକ୍ତ ବିଶ୍ୱବିଦ୍ୟାଳୟ ଅଧୀନରେ ଦୂରଶିକ୍ଷାରେ ସ୍ନାତକ ଓ ସ୍ନାତକୋତ୍ତର ପାଠ୍ୟକ୍ରମ ପାଇଁ…

ଗଛରେ ପିଟହେଲା ଯାତ୍ରୀବାହୀ ବସ୍‌, ଚାଳକ ମୃତ, ୩୦ ଯାତ୍ରୀ ଆହତ, ୧୦ ଗୁରୁତର

ନୟାଗଡ଼,୪।୯(ଲୋକନାଥ ମିଶ୍ର): ନୟାଗଡ଼ ବ୍ଲକ ଇଟାମାଟି ଥାନା ବାଉଁଶିଆପଡ଼ା ଜହ୍ନିପଦା ଛକ ନିକଟ ୫୭ନମ୍ବର ଜାତୀୟ ରାଜପଥରେ ଶୁକ୍ରବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଯାତ୍ରୀବାହୀ…

ଡେବ୍ରିଗଡ଼ ଅଭୟାରଣ୍ୟ: ବିରଳ ବନ୍ୟପ୍ରାଣୀଙ୍କ ସଂଖ୍ୟା ବଢୁଛି

ସାରା ଦେଶରେ ବିରଳ ତଥା ସଂରକ୍ଷିତ ଧାରା ‘ସିଡ୍ୟୁଲ-୧’ ଶ୍ରେଣୀଭୁକ୍ତ ବନ୍ୟପ୍ରାଣୀଙ୍କ ସଂଖ୍ୟା କମୁଥିବା ବେଳେ ଡେବ୍ରିଗଡ଼ ଅଭୟାରଣ୍ୟରେ ଏମାନଙ୍କ ସଂଖ୍ୟା ବୃଦ୍ଧି ପାଉଛି ବୋଲି ହୀରାକୁଦ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri