ଭିଜିଲାନ୍ସ ଜାଲରେ କୋଟିପତି କିରାଣି

ଧର୍ମଶାଳା, ୧୨ା୧୧(ଡି.ଏନ.ଏ.): ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଧର୍ମଶାଳା ସବ୍‌ରେଜିଷ୍ଟ୍ରାର କାର୍ଯ୍ୟାଳୟର କନିଷ୍ଠ କିରାଣି ରତ୍ନାକର ମହାନ୍ତିଙ୍କ ବାସଭବନରେ ଗୁରୁବାର ଭିଜିଲାନ୍ସ ବିଭାଗ ଚଢ଼ାଉ କରିଛି। କଟକ ଭିଜିଲାନ୍ସ ଏସ୍‌ପିଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ରାପଡା ଭିଜିଲାନ୍ସ ଡିଏସ୍‌ପି ସୁରେନ୍ଦ୍ରନାଥ ରାୟଗୁରୁଙ୍କ ନେତୃତ୍ୱରେ ତିନୋଟି ଟିମ୍‌ ଧର୍ମଶାଳା ଥାନା ଚହଟା ଗାଁରେ ଥିବା ରତ୍ନାକରଙ୍କ ଘର ସମେତ ଜାରକାଠାରେ ଭଡାସୂତ୍ରରେ ଦିଆଯାଇଥିବା ଦୋକାନ ଗୃହ, ଶ୍ୱଶୁର ଘର ଚାନ୍ଦପୁର ଭଳି ୭ ସ୍ଥାନରେ ଚଢ଼ାଉ କରିଥିଲେ। ଚଢ଼ାଉ ସମୟରେ ବାସଭବନରୁ ନଗଦ ୮ଲକ୍ଷ ୨୭ ହଜାର ୫୭ ଟଙ୍କା, ୩ଶହ ଗ୍ରାମ୍‌ ସୁନା ଅଳଙ୍କାର, ବ୍ୟାଙ୍କ ପାସ୍‌ ବୁକ୍‌, ଜମିଜମା ସଂକ୍ରାନ୍ତୀୟ କାଗଜପତ୍ର, ଗାଡି ଆଦି ଜବତ କରାଯାଇଛି। ତାଙ୍କ ସମ୍ପତ୍ତି ମୂଲ୍ୟ ୧ କୋଟି ୩୦ଲକ୍ଷ ଟଙ୍କା ହେବ ବୋଲି ଭିଜିଲାନ୍ସ ବିଭାଗ ପକ୍ଷରୁ ଆକଳନ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରବଳ ଖରା ଯୋଗୁ ସକାଳୁଆ ସ୍କୁଲ, ଜାଣନ୍ତୁ କେଉଁ ଜିଲାରେ ହେଲା ଘୋଷଣା

ନୂଆପଡା,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ସୁବର୍ଣ୍ଣପୁର ପରେ ଏହି ଜିଲାରେ ସ୍କୁଲ ଛୁଟି, ୨୨ରେ ଖୋଲିବ ସ୍କୁଲ

ଭୁବନେଶ୍ୱର,୧୭।୬: ପ୍ରବଳ ଖରା ଏବଂ ଅସହ୍ୟ ଗୁଳୁଗୁଳି ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଇଛି। ଓଡ଼ିଶାର ଅନେକ ଜିଲାରେ ପାରଦ ୪୦ରୁ ୪୫ ଡିଗ୍ରୀ ଉପରେ ରହୁଥିବା ବେଳେ ଉଚ୍ଚ…

ଅଭିଯୋଗ ଦେବାକୁ ଯାଇଥିବା ନାବାଳିକାଙ୍କୁ ଥାନାରେ ଧମକ, ରାଷ୍ଟ୍ରପତିଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ବାରିପଦା/ମୋରଡ଼ା,୧୭ା୬(ନୀଳାଦ୍ରି ବିହାରୀ ଦଣ୍ଡପାଟ/ସ୍ମାରକ ମାଜୀ): ବିବାଦୀୟ ମୋରଡ଼ା ଥାନା ଅଧିକାରୀ ସୁମିତ କୁମାର ସୋରେନ ଅଭିଯୋଗ ଦେବାକୁ ଯାଇଥିବା ଜଣେ ନାବାଳିକାଙ୍କୁ ଥାନାରେ ଧମକ ଦେବା ଘଟଣାକୁ…

କାଠରେ ରାମଦୋଳି ନିଜେ ପ୍ରସ୍ତୁତ କରନ୍ତି ଗାଁର ଯୁବତୀ-ଯୁବକ, ରଜ କୁଇନ୍‌ ପ୍ରତିଯୋଗିତାରେ ନେଲେ ଖୁବ୍‌ ମଜା

ଭଞ୍ଜନଗର,୧୭ା୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ ରଜ ମହୋତ୍ସବ ଧୂମ୍‌ଧାମରେ ପାଳିତ ହୋଇଯାଇଛି। ଭଞ୍ଜନଗର ପାତ୍ର କଲୋନୀରେ ୩ ଦିନ ବ୍ୟାପି ଚାଲିଥିବା ରଜ କୁଇନ୍‌…

ଭୁବନେଶ୍ୱରକୁ ଜଗିଛି ଅଦୃଶ୍ୟ ଶକ୍ତି! ଚମକାଇଲା ବିଶେଷଜ୍ଞଙ୍କ ଆକଳନ, ଆଗକୁ ଭୟଙ୍କର…

ଭୁବନେଶ୍ୱର,୧୭।୬: ଭୁବନେଶ୍ୱରବାସୀ ବର୍ଷାକୁ ଚାହିଁ ଚାହିଁ ନିରାଶ। ଆକାଶରେ ମେଘ ଆସୁଛି, ପବନ ବହୁଛି, ବର୍ଷା ହେବ ବୋଲି ଆଶା ଜାଗୁଛି। କିନ୍ତୁ ଠିକ ସେତିକିବେଳେ ମେଘ…

ରାସ୍ତାକଡ଼ରେ ପଡ଼ିଛି ମୁଣ୍ଡ ନ ଥିବା ମୃତଦେହ, ପାଖରେ ପଡ଼ିଛି ଚପଲ

ରାଜନଗର,୧୭ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ରାଜନଗର ପଟ୍ଟାମୁଣ୍ଡାଇ ମୁଖ୍ୟ ତଳ ରାସ୍ତାର ମଦଭାଟିଠାରୁ କିଛି ଦୂରରେ ରାସ୍ତା ତଳକୁ ଜଣେ ଅଚିହ୍ନା ଯୁବକଙ୍କ ମୃତଦେହ ଦେଖିବାକୁ ମିଳିଛି।…

ଗର୍ଭବତୀଙ୍କ ମୃତ୍ୟୁ ନେଇ ଉତ୍ତେଜନା: ଡାକ୍ତରଙ୍କ ଉପରେ ଆକ୍ରମଣ କଲେ ସମ୍ପର୍କୀୟ

ମାଲକାନଗିରି,୧୭ା୬(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସଦରମହକୁମା ମୁଖ୍ୟ ଚିକିତ୍ସାଳୟରେ ଜଣେ ଗର୍ଭବତୀ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା ଦେଖାଦେଇଛି। ଏଥିସହ ଉକ୍ତ ମହିଳାଙ୍କ ସମ୍ପର୍କୀୟମାନେ ଚିକିତ୍ସାରେ ଅବହେଳା…

ପାଠ୍ୟପୁସ୍ତକରେ ତ୍ରୁଟି: ୩ ଜଣିଆ କମିଟି ଗଠନ କରି ମୁଖ୍ୟମନ୍ତ୍ରୀ କହିଲେ ୭ ଦିନରେ ରିପୋର୍ଟ ଦିଅ, ପରେ…

ଭୁବନେଶ୍ୱର,୧୭ା୬: ରାଜ୍ୟ ସରକାରଙ୍କ ବିଦ୍ୟାଳୟ ପାଠ୍ୟପୁସ୍ତକରେ ପରିଲକ୍ଷିତ ହୋଇଥିବା ତ୍ରୁଟିକୁ ନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବୁଧବାର ଲୋକସେବା ଭବନଠାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରିଛନ୍ତି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri