କୁଚିଣ୍ଡା ବିଇଓଙ୍କୁ ବାଟରୁ ଉଠାଇ ନେଲା ଭିଜିଲାନ୍ସ

ସମ୍ବଲପୁର/କୁଚିଣ୍ଡା, ୧୦।୭ (ବ୍ୟୁରୋ/ଡି.ଏନ.ଏ.)-ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକ୍‌ ଶିକ୍ଷା ଅଧିକାରୀ(ବିଇଓ) ପ୍ରଫୁଲ୍ଲ କୁମାର ନାୟକଙ୍କୁ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ସମ୍ବଲପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ତାଙ୍କୁ ହାଜର କରାଯାଇଥିଲା। ହେଲେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ ଦିଆଯାଇଛି। ତାଙ୍କ ବ୍ୟକ୍ତିଗତ କାରରୁ ୯୯ ହଜାର ୯୫୦ ଟଙ୍କା ଜବତ ହୋଇଛି। ପୂର୍ବାହ୍ନ ୧୧ଟା ୪୦ରେ ବିଇଓ ନାୟକ କୁଚିଣ୍ଡାରୁ ବାହାରି ବରଗଡ ବିଜେପୁରସ୍ଥିତ ନିଜ ଘରକୁ ଯାଉଥିବା ସମୟରେ ସମ୍ବଲପୁର ଭିଜିଲାନ୍ସ ଟିମ୍‌ ତାଙ୍କୁ ବାଟରୁ ଧରିଥିଲା। ଏହି ସମୟରେ କାରରୁ ମିଳିଥିବା ଟଙ୍କାର ସେ ହିସାବ ଦେଇପାରି ନ ଥିଲେ। ଅନ୍ୟପକ୍ଷେ ଭିଜିଲାନ୍ସ ଟିମ୍‌ ବିଇଓଙ୍କ କାର୍ଯ୍ୟାଳୟରେ ମଧ୍ୟ ଚଢ଼ାଉ କରି କାଗଜପତ୍ର ଯାଞ୍ଚ କରିଛି। ଏହାସହ ବିଜେପୁରସ୍ଥିତ ପୈତୃକ ଘର, କୁଚିଣ୍ଡାରେ ରହୁଥିବା ଭଡା ଘରେ ମଧ୍ୟ ଚଢ଼ାଉ କରାଯାଇଛି। ଏ ନେଇ ଭିଜିଲାନ୍ସ ଏକ ମାମଲା (ନଂ. ୧୮/୨୦) ରୁଜୁ କରି ତଦନ୍ତ ଜାରି ରଖିଛି ା
ସୂଚନାଯୋଗ୍ୟ, ନାୟକ କୁଚିଣ୍ଡା ବ୍ଲକ ଶିକ୍ଷା ଅଧିକାରୀ ଭାବେ କାର୍ଯ୍ୟ କରିବା ଦିନଠାରୁ ଆର୍ଥତ୍କ ଅନିୟମିତତା ହେଉଥିବା ନେଇ ଅଭିଯୋଗ ହୋଇ ଆସୁଥିଲା। ଏହାକୁ ନେଇ ଭିଜିଲାନ୍ସ ବିଭାଗ ପାଖରେ ଅଭିଯୋଗ ହୋଇଥିଲା। ଶୁକ୍ରବାର ଅଫିସରୁ ଟଙ୍କା ନେଇ ସେ ଘରକୁ ଯାଉଥିବା ନେଇ ଭିଜିଲାନ୍ସ ବିଭାଗ ଖବର ପାଇଥିଲା। ଅଫିସ କାର୍ଯ୍ୟାଳୟରୁ ସେ ତାଙ୍କ ବ୍ୟକ୍ତିଗତ କାର (ନଂ. ଓଡି ୧୫ ଏମ- ୪୫୨୯ )ରେ ବରଗଡ ଜିଲା ବିଜେପୁର ନିଜ ଘରକୁ ଯାଉଥିଲେ। ଏହି ସମୟରେ ଭିଜିଲାନ୍ସ ଟିମ ତାଙ୍କୁ ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୂକମ୍ପ ଝଟ୍‌କାରେ ଥରିଲା ଜମ୍ମୁ-କଶ୍ମୀରରୁ ନେଇ ଦିଲ୍ଲୀ, ଭୟରେ ଘରୁ ବାହାରକୁ ଦୌଡ଼ିଲେ ଲୋକେ…

ନୂଆଦିଲ୍ଲୀ,୩।୪: ଭାରତର ରାଜଧାନୀ ଦିଲ୍ଲୀ-ଏନ୍‌ସିଆର (Delhi-NCR), ଜମ୍ମୁ-କାଶ୍ମୀର ଏବଂ ଚଣ୍ଡିଗଡ଼ ସମେତ ଉତ୍ତର ଭାରତର ବିଭିନ୍ନ ସ୍ଥାନରେ ଶକ୍ତିଶାଳୀ ଭୂକମ୍ପ ଝଟକା ଅନୁଭୂତ ହୋଇଛି। ଜମ୍ମୁ-କାଶ୍ମୀରରେ ପରସ୍ପର…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

କାଳବୈଶାଖୀ ତାଣ୍ଡବ: ଭାଙ୍ଗିଲା ଗଛ, ଉଡ଼ିଲା ଆଜ୍‌ବେଷ୍ଟସ୍‌

କୋରାପୁଟ,୩।୪(ଅମିତାଭ ବେହେରା): କୋରାପୁଟ ସହରରେ ଶୁକ୍ରବାର ସନ୍ଧ୍ୟାରେ କାଳବୈଶାଖୀ ତାଣ୍ଡବ ରଚିଛି। କାଳବୈଶାଖୀ ପ୍ରଭାବରେ ଅଞ୍ଚଳର ବିଭିନ୍ନ ସ୍ଥାନରେ ଝଡ଼ତୋଫାନ ହୋଇଛି। ଝଡ଼ତୋଫାନରେ କୋରାପୁଟ-ରାୟଗଡ଼ା ସଂଯୋଗ କରୁଥିବା…

ପ୍ରପର୍ଟି କାଗଜପତ୍ର ନାହିଁ, ତଥାପି ମିଳିପାରିବ ହୋମ୍‌ ଲୋନ୍‌? ଜାଣନ୍ତୁ କ’ଣ କହୁଛି ବ୍ୟାଙ୍କ ନିୟମ

ନୂଆଦିଲ୍ଲୀ,୩।୪: ନିଜର ଏକ ସୁନ୍ଦର ଘରଟିଏ କରିବା ସମସ୍ତଙ୍କର ସ୍ବପ୍ନ ଥାଏ। ଏହି ସ୍ବପ୍ନକୁ ସାକାର କରିବାରେ ‘ହୋମ ଲୋନ୍‌’ ବା ଗୃହ ଋଣ ଏକ ମୁଖ୍ୟ…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri