୮୦ ହଜାର ଲାଞ୍ଚ ନେବାବେଳେ ମାଡି ବସିଲା ଭିଜିଲାନ୍ସ

ମାଲକାନଗିରି,୨୬ା୬(ଡି.ଏନ୍‌.ଏ.)-ସରକାରୀ ଜାଗାରେ ଘର କରିବା ନେଇ ହୋଇଥିବା ମାମଲାକୁ ଉଠାଇଦେବାକୁ କହି ଜଣେ ବ୍ୟକ୍ତିଙ୍କଠାରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟର ଜଣେ ବରିଷ୍ଠ କିରାଣି ୮୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଶୁକ୍ରବାର ଭିଜିଲାନ୍ସ ହାତରେ ଧରା ପଡିଛନ୍ତି। ତାଙ୍କ ନାମ ଅକ୍ଷୟ ନାୟକ।
ଖବରରୁ ଜଣାପଡିଛି, ମୋଟୁ ଥାନା ଅନ୍ତର୍ଗତ ଏମ୍‌ଭି-୮୨ ଗ୍ରାମର ଜୀବନ ମଣ୍ଡଳ ମାଲକାନଗିରି ସଦର ମହକୁମାସ୍ଥିତ ଡିଏନ୍‌କେଠାରେ ଏକ ସରକାରୀ ଜମିରେ ଘର କରୁଥିଲେ। ଏନେଇ ପ୍ରଶାସନ ପକ୍ଷରୁ ଏକ ମାମଲା ହୋଇଥିଲା। ଏହି ମାମଲାକୁ ଉଠାଇଦେବାକୁ କହି ନାୟକ ତାଙ୍କୁ ଏଥିପାଇଁ ୮୦ ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏ ସମ୍ପର୍କରେ ଜୀବନ ମାଲକାନଗିରି ଭିଜିଲାନ୍ସ ଡିଏସ୍‌ପି ସୁଶାନ୍ତ କୁମାର ବିଶ୍ୱାଳଙ୍କୁ ଜଣାଇଥିଲେ। ଶୁକ୍ରବାର ନାୟକ ଟଙ୍କା ନେଉଥିବା ବେଳେ ଡିଏସ୍‌ପି ବିଶ୍ୱାଳ, ଆର୍‌. ବିଜୟ କୁମାର, ଜୟପୁରର ଇନ୍ସପେକ୍ଟର ଆର୍‌.ଡି. ନାୟକ ଏବଂ ସଞ୍ଜୀବ କୁମାର ସାହୁ ଚଢାଉ କରି ନାୟକଙ୍କ ହାତରୁ ଟଙ୍କା ଜବତ କରି ତାଙ୍କୁ ଗିରଫ କରିଥିଲେ। ତାଙ୍କୁ ଅଧିକ ପଚରାଉଚରା ଜାରି ରହିଛି। ଏଥିସହ ତାଙ୍କ ବାସଗୃହ ଓ ଅନ୍ୟାନ୍ୟ ସ୍ଥାନରେ ମଧ୍ୟ ଚଢାଉ ଜାରି ରହିଛି। ଏ ସମ୍ପର୍କରେ ଭିଜିଲାନ୍ସ ଡିଏସ୍‌ପି ବିଶ୍ୱାଳ କହିଛନ୍ତି, ଏକ ସରକାରୀ ଜମିରେ ଘର କରାଯାଇଥିବା ନେଇ ପ୍ରଶାସନ ପକ୍ଷରୁ ଏକ ମାମଲା ରୁଜୁ ହୋଇଥିଲା। ଏହି ମାମଲାକୁ ଉଠାଇ ଦେବାପାଇଁ ନାୟକ ମଣ୍ଡଳଙ୍କୁ ୧ ଲକ୍ଷ ଟଙ୍କା ମାଗିଥିଲେ। ମଣ୍ଡଳ ଗୁରୁବାର କିରାଣି ନାୟକଙ୍କୁ ୨୦ ହଜାର ଟଙ୍କା ଦେଇଥିବା ବେଳେ ଶୁକ୍ରବାର ୮୦ ହଜାର ଟଙ୍କା ଦେଉଥିଲେ। ଏହି ଟଙ୍କା ନେବା ବେଳେ ସେ ଧରାପଡିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ଜନ୍ମାଷ୍ଟମୀ: ମନ ମୋହିଲା କୁନିକୁନି ପିଲାଙ୍କ ରାଧାକୃଷ୍ଣ ବେଶ

ଗଞ୍ଜାମ,୪ା୯(ବିଦ୍ୟାଧର ସାହୁ): ଗଞ୍ଜାମ ସହରସ୍ଥିତ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିର ପକ୍ଷରୁ ଜନ୍ମାଷ୍ଟମୀ ଉତ୍ସବ ମହାସମାରୋହରେ ଶୁକ୍ରବାର ପାଳିତ ହୋଇଯାଇଛି। ଏହି ଅବସରରେ କୁନି ଶିଶୁମାନଙ୍କ ରାଧାକୃଷ୍ଣଙ୍କ ବେଶ…

୧୫୦୦ କିଲୋଗ୍ରାମ ପ୍ରସାଦ ସହ ୫୦୦ରୁ ଅଧିକ ବ୍ୟଞ୍ଜନର ନୈବେଦ୍ୟ, ଜନ୍ମାଷ୍ଟମୀ ପାଇଁ ନୋଏଡାରେ ସ୍ବତନ୍ତ୍ର ବ୍ୟବସ୍ଥା

ନୂଆଦିଲ୍ଲୀ,୪।୯: ଶୁକ୍ରବାର, ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଅବସରରେ, ନୋଏଡାର ମନ୍ଦିରଗୁଡ଼ିକ ଭକ୍ତି, ମହିମା ଏବଂ ରାନ୍ଧଣା ଆନନ୍ଦର ଏକ ଅନନ୍ୟ ମିଶ୍ରଣ ଦେଖିବେ। କିଛି ସ୍ଥାନରେ, ଭଗବାନ ଶ୍ରୀକୃଷ୍ଣଙ୍କ…

ସ୍କୁଲ ବସ୍‌ ଭିତରେ ୩ ବର୍ଷର ଶିଶୁକୁ ବଳାତ୍କାର କଲେ ଡ୍ରାଇଭର, ଘରେ ପହଞ୍ଚି ଜେଜେମାଆଙ୍କୁ କହିଲେ…

ନଭି ମୁମ୍ବାଇ,୪।୯: ମହାରାଷ୍ଟ୍ରର ନଭି ମୁମ୍ବାଇରେ ସ୍କୁଲ ବସ୍‌ ଭିତରେ ଜଣେ ୩ ବର୍ଷର ଶିଶୁକୁ ଯୌନ ନିର୍ଯାତନା ଦିଆଯାଇଥିବା ଅଭିଯୋଗ ସାମ୍ନାକୁ ଆସିଛି। ଏହି ମାମଲାରେ…

ଜାହାଜ ଦୁର୍ଘଟଣା ପରେ ବି ଚେତୁନାହାନ୍ତି ଟ୍ରଲର ମାଲିକ, ବିପଦସଙ୍କୁଳ ଅବସ୍ଥାରେ ଚାଲିଛି ମାଛଧରା

ମହାକାଳପଡ଼ା,୪ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳରେ ୧୦ହଜାରରୁ ଅଧିକ ପାରମ୍ପରିକ ମତ୍ସ୍ୟଜୀବୀ ବଙ୍ଗୋପସାଗର ଉପରେ ନିର୍ଭର କରନ୍ତି। ମାଛ ଧରିଲେ ପରିବାର…

ଅଜିତ ଅଗରକରଙ୍କୁ ନେଇ ବଢ଼ିଲା ଚର୍ଚ୍ଚା, ରୋହିତ ଶର୍ମାଙ୍କୁ ମିଳିଗଲା ‘ଅଭୟଦାନ’!

ମୁମ୍ବାଇ,୪।୯: ଟିମ ଇଣ୍ଡିଆର ଚିଫ ସିଲେକ୍ଟର ଅଜିତ ଅଗରକର ପୁଣିଥରେ ଚର୍ଚ୍ଚାରେ। ଗୁରୁବାର BCCIର ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ମୁମ୍ବାଇ ସ୍ଥିତ ମୁଖ୍ୟାଳୟରେ ଅନୁଷ୍ଠିତ ହୋଇଥିଲା। ବୈଠକରେ…

ଜଗନ୍ନାଥପ୍ରସାଦରେ ଚାଞ୍ଚଲ୍ୟ; ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ, ସ୍ବାମୀ ଅଟକ

ଜଗନ୍ନାଥପ୍ରସାଦ,୪।୯(ବିଭୁ ପ୍ରସାଦ ପଟ୍ଟନାୟକ): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ଥାନା ଅନ୍ତର୍ଗତ ପଞ୍ଚଭୂତି ଗ୍ରାମର ଖଦାଳ ସାହିରେ ଅଭାବନୀୟ ଘଟଣା ଘଟିଯାଇଛି । ଜଣେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁକୁ…

କନ୍ୟା ରାଶିରେ ପ୍ରବେଶ କରିବେ ବୁଧ: ୭ ସେପ୍ଟେମ୍ବରରୁ ଏହି ୩ ରାଶିକୁ ଘାରିବ ସଙ୍କଟ, ରହନ୍ତୁ ସତର୍କ ନଚେତ୍‌…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ ଆସନ୍ତା ୭ ସେପ୍ଟେମ୍ବର ୨୦୨୬ରେ ବୁଧଦେବ କନ୍ୟା ରାଶିରେ ପ୍ରବେଶ କରିବେ। କନ୍ୟା ରାଶିକୁ ବୁଧଙ୍କ ସ୍ବରାଶି ଏବଂ ଉଚ୍ଚ ରାଶି ଭାବେ…

ବଡ଼ ଚମତ୍କାର: ନେପାଳ ବନ୍ୟାର ୯ ଦିନ ପରେ ମାଟି ତଳୁ ଜୀବନ୍ତ ଉଦ୍ଧାର ହେଲେ ୨ ବ୍ୟକ୍ତି, ଏବେ ବି ଶୁଣାଯାଉଛି ଆହୁରି ସ୍ବର

କାଠମାଣ୍ଡୁ,୪।୯: ନେପାଳରେ ଭୟଙ୍କର ବନ୍ୟାର ୯ ଦିନ ପରେ ଏକ ବଡ଼ ଚମତ୍କାର ଘଟଣା ସାମ୍ନାକୁ ଆସିଛି। ରସୁୱା ଜିଲାରେ ବନ୍ୟା ପରେ ତ୍ରିଶୁଳୀ-୩ଏ ହାଇଡ୍ରୋପାୱାର ପ୍ରକଳ୍ପର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri