ଫାର୍ମରେ ବିଦ୍ୟୁତ ସଂଯୋଗ ଲାଗି ନେଉଥିଲେ ଲାଞ୍ଚ, ଲାଇନ୍‌ ମ୍ୟାନ୍‌ଙ୍କୁ ଗିରଫ କଲା ଭିଜିଲାନ୍ସ

ପିପିଲି,୨୩।୧୨(ଡି.ଏନ୍‌.ଏ.): ପୁରୀ ଜିଲା ପିପିଲିର ଭାରତୀପୁର ବିଦ୍ୟୁତ୍‌ ସେକ୍ସନରେ ଲାଇନ ମ୍ୟାନ୍‌ ଭାବେ କାର୍ଯ୍ୟ କରୁଥିବା ମାନସ ରଞ୍ଜନ ସାହୁ ଶୁକ୍ରବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଏକ ବିଦ୍ୟୁତ୍‌ ସଂଯୋଗ କରିବା ପାଇଁ ମାନସ ଜଣେ ବ୍ୟକ୍ତିଙ୍କଠାରୁ ୭, ୫୦୦ଟଙ୍କା ନେଉଥିବା ବେଳେ ଭୁବନେଶ୍ୱର ଭିଜିଲାନ୍ସ ଟିମ୍‌ ଧରି ଗିରଫ କରିଛି। ଏ ନେଇ ଭିଜିଲାନ୍ସ ଟିମ୍‌ ପକ୍ଷରୁ ମାନସଙ୍କ ବିରୋଧରେ ଏକ ମାମଲା(ନଂ.୪୩/୨୨) ରୁଜୁ କରିବା ସହ ଲାଞ୍ଜ ଟଙ୍କା ୭,୫୦୦କୁ ଜବତ କରିଛି।

ସୂଚନା ମୁତାବକ, ଡେଲାଙ୍ଗ ବ୍ଲକ ତଥା ଭାରତୀପୁର ବିଦ୍ୟୁତ୍‌ ସେକ୍ସନ ଅନ୍ତର୍ଗତ ପଥରଢ଼ିଆ ଗ୍ରାମର ଜଣେ ବ୍ୟକ୍ତି ଏକ କୁକୁଡ଼ା ଫାର୍ମ କରିବା ପାଇଁ ଯୋଜନା କରିଥିଲେ। ଏଥିପାଇଁ ସେଠାରେ ବିଦ୍ୟୁତ୍‌ ସଂଯୋଗ କରିବା ପାଇଁ ଭାରତୀପୁର ବିଦ୍ୟୁତ୍‌ କାର୍ଯ୍ୟାଳୟକୁ ସେ ଯାଇଥିଲେ। ତେବେ ଲାଇନ ମ୍ୟାନ୍‌ ମାନସ ବିଦ୍ୟୁତ୍‌ ସଂଯୋଗ କରିବା ପାଇଁ ତାଙ୍କୁ ୭ହଜାର ୫ଶହ ଟଙ୍କା ଲାଞ୍ଚ ମାଗିଥିଲେ। ଏ ନେଇ ବ୍ୟକ୍ତି ଜଣକ ଭୁବନେଶ୍ୱର ଭିଜିଲାନ୍ସ କାର୍ଯ୍ୟାଳୟରେ ଅଭିଯୋଗ କରିଥିଲେ। ତେବେ ଶୁକ୍ରବାର ପଥରଢିଆ ଗ୍ରାମରୁ ଉକ୍ତ ବ୍ୟକ୍ତିଙ୍କଠାରୁ ୭,୫୦୦ଟଙ୍କା ଲାଞ୍ଚ ମାନସ ନେଉଥିବା ବେଳେ ପୂର୍ବ ଯୋଜନା ମୁତାବକ ଛକି ରହିଥିବା ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ରାଜ୍ୟରେ ଆରମ୍ଭ ହେଲା ନାମାଙ୍କନ ପ୍ରକ୍ରିୟା

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ରାଜ୍ୟର ପ୍ରଥମ ପର୍ଯ୍ୟାୟ (ସମଗ୍ର ଦେଶର ଚତୁର୍ଥ ପର୍ଯ୍ୟାୟ) ନିର୍ବାଚନ ମେ’ ୧୩ରେ ଅନୁଷ୍ଠିତ ହେବ। ଏଥିପାଇଁ ଗୁରୁବାର ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ କାର୍ଯ୍ୟାଳୟ...

ସାମାନ୍ୟ ବଚସାରୁ ୧୬ଥର ଛୁରି ଭୁସି ହତ୍ୟା

କେନ୍ଦ୍ରାପଡ଼ା,୧୯ା୪(ଜଗନ୍ନାଥ ଧଳ):କେନ୍ଦ୍ରାପଡ଼ା ଟାଉନ ଥାନା ଅନ୍ତର୍ଗତ ଟାଉନ ବଳରାମପୁର ହନୁମାନ ମନ୍ଦିର ନିକଟରେ ଗୁରୁବାର ଅପରାହ୍ନରେ ସାମାନ୍ୟ ବଚସାରୁ ଜଣେ ଯୁବକ ଅନ୍ୟ ଜଣେ ଯୁବକଙ୍କୁ...

ସାଙ୍ଗଙ୍କୁ ପଥରରେ ଛେଚି ମାରିଦେଲେ

କେନ୍ଦୁଝର,୧୯ା୪(ଦୀପକ ମିଶ୍ର/ ନରେଶ ଚନ୍ଦ୍ର ପଟ୍ଟନାୟକ):କେନ୍ଦୁଝର ଜିଲା ଟାଉନ ଥାନା କାଶିପୁର ମୁଣ୍ଡା ସାହିରେ ସାମାନ୍ୟ ବଚସାକୁ ନେଇ ଏକ ହତ୍ୟାକାଣ୍ଡ ଘଟିଯାଇଛି। ନିଶାସକ୍ତ ଅବସ୍ଥାରେ...

ନିର୍ମାଣ କାମ ବେଳେ ଧସିଲା ମାଟି ଅତଡ଼ା

କଟକ,୧୮ା୪(କାର୍ତ୍ତିକ ସାହୁ): ମାଲଗୋଦାମ ଅଞ୍ଚଳରେ ଏକ ନିର୍ମାଣ କାମ ଚାଲୁଥିବା ବେଳେ ମାଟି ଅତଡ଼ା ଧସି ଜଣେ ଶ୍ରମିକ ସେଥିରେ ପୋତି ହୋଇଯାଇଥିଲେ। ଖବର ପାଇ...

ଅଷ୍ଟପ୍ରହର ନାମଯଜ୍ଞରେ ଗୁଳିମାଡ଼

ଘଣ୍ଟାପଡ଼ା/ଖୁଣ୍ଟିଗୋରା,୧୮।୪ (ପ୍ରଭାତ କୁମାର ସାହୁ/ମକରନ୍ଦ ସାହୁ)-ବୌଦ୍ଧ ଜିଲା କଣ୍ଟାମାଳ ଥାନା ଲମ୍ବସୱରୀ ଗ୍ରାମପଞ୍ଚାୟତର ପିପଲପାଲି ଗ୍ରାମରେ ରାମନବମୀ ପାଇଁ ଅଷ୍ଟପ୍ରହର ନାମଯଜ୍ଞ ଚାଲିଥିବାବେଳେ ବୁଧବାର ରାତି...

ଏଏପି ପରେ ଓଡ଼ିଶାରେ ପ୍ରାର୍ଥୀ ଘୋଷଣା କଲା ସିପିଆଇଏମ, ଭୁବନେଶ୍ୱର ଲୋକ ସଭା ଆସନରୁ ଲଢିବେ ଏହି ନେତା

ଭୁବନେଶ୍ୱର,୧୮।୪: ରାଜ୍ୟର ୩୭ଟି ବିଧାନସଭା ପାଇଁ ଆମ ଆଦମୀ ପାର୍ଟି ନିଜର ପ୍ରାର୍ଥୀ ଘୋଷଣା କରିଥିବା ବେଳେ ସିପିଆଇ(ଏମ ) ମଧ୍ୟ ଆଜି ଭୁବନେଶ୍ୱର ଲୋକ...

ନିର୍ବାଚନ ପୂର୍ବରୁ ଜବତ ହେଲା ଲକ୍ଷ ଲକ୍ଷ ଟଙ୍କା

ବରଗଡ଼,୧୮।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ପୋଲିସ ସହର ଉପକଣ୍ଠ ହଲଦୀପାଲି ଛକରେ ଯାଞ୍ଚ ଚଲାଇ ଥିବାବେଳେ ବୁଧବାର ୧୦ଲକ୍ଷ ଟଙ୍କା ଜବତ କରିଛି ।...

ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଡକାୟତି

ବରପାଲି,୧୮।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲିସ୍ଥିତ ଏକ ହୋଟେଲ ତଳ ମହଲାରେ ଥିବା ଉତ୍କଳ ଗ୍ରାମୀଣ ବ୍ୟାଙ୍କରୁ ଗୁରୁବାର ସଶସ୍ତ୍ର ଡକାୟତ ହୋଇଛି। ଡକାୟତମାନେ ବ୍ୟାଙ୍କରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri