ନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନଙ୍କୁ ବାନ୍ଧିଲା ଭିଜିଲାନ୍ସ: ନିଜ ଆୟଠାରୁ ୧୧୯% ଅଧିକ ସମ୍ପତ୍ତି ଠୁଳ ଅଭିଯୋଗ

ଭୁବନେଶ୍ୱର/ସମ୍ବଲପୁର,୨୪।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭଲପମେଣ୍ଟ ଅଥରିଟି (ସିଏଡିଏ) ବା ସେଚାଞ୍ଚଳ ଉନ୍ନୟନ ପ୍ରାଧିକରଣ ନିର୍ବାହୀ ଯନ୍ତ୍ରୀ (କୃଷି) ଇଂ. ପଦ୍ମଲୋଚନ ନାୟକଙ୍କୁ ବୁଧବାର ଗିରଫ କରିଛି ଭିଜିଲାନ୍ସ। ନିଜ ଆୟଠାରୁ ୧୧୯% ଅଧିକ ସମ୍ପତ୍ତି ଠୁଳ ଅଭିଯୋଗରେ ତାଙ୍କୁ ଗିରଫ କରାଯାଇଛି। ରେଡ ବେଳେ ୩ଟି ବିଲ୍ଡିଂ ଓ ୧୮ଟି ପ୍ଲଟ ଠାବ ହୋଇଥିଲା। ୩.୪୫ ଲକ୍ଷ କ୍ୟାସ, ୩ଟି ଚାରିଚକିଆ, ୨ ଜେସିବି, ଟ୍ରାକ୍ଟର, ଟ୍ରେଲର ମିଳିଥିଲା। ୨୦ ଲକ୍ଷ ଟଙ୍କା ମୂଲ୍ୟରେ ସୁନା ଗହଣା ଓ ଘରକରଣା ସାମଗ୍ରୀ ମଧ୍ୟ ମିଳିଛି।
ସୂଚନାଯୋଗ୍ୟ, ଆୟ ବହିର୍ଭୂତ ସମ୍ପତ୍ତି ରଖିଥିବା ଅଭିଯୋଗରେ ମଙ୍ଗଳବାର ସମ୍ବଲପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟଙ୍କ ସର୍ଚ୍ଚ ୱାରେଣ୍ଟ ବଳରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ ଏକକାଳୀନ ପଦ୍ମଲୋଚନଙ୍କ ୭ଟି ସ୍ଥାନରେ ଚଢ଼ାଉ ହୋଇଥିଲା। ଭିଜିଲାନ୍ସ ଟିମ୍‌ ସମ୍ବଲପୁର, କଟକ, ବାଲେଶ୍ୱର ଏବଂ ମାଲକାନଗିରି ଜିଲାରେ ଥିବା ପଦ୍ମଲୋଚନଙ୍କ ବିଭିନ୍ନ ଠିକଣାରେ ଖାନତଲାସ କରିଥିଲା।
ଏହି କ୍ରମରେ ସମ୍ବଲପୁର ଧନୁପାଲିସ୍ଥିତ ତାଙ୍କ ଭଡ଼ାଘର ଏବଂ ସେହି ଅଞ୍ଚଳରେ ଥିବା ସରକାରୀ କାର୍ଯ୍ୟାଳୟ ପ୍ରକୋଷ୍ଠରେ ଯାଞ୍ଚ ଚାଲଥିଲା। ଏହାସହ କଟକ ବିଦ୍ୟାଧରପୁରରେ ଥିବା ତାଙ୍କର ୭ହଜାର ବର୍ଗଫୁଟର ୩ ମହଲା ବିଶିଷ୍ଟ ଆବାସିକ ଗୃହ ଏବଂ ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମୁକୁଳିସି ଗ୍ରାମରେ ଥିବା ୧୪୬୫ ବର୍ଗଫୁଟର ୨ମହଲା କୋଠା ଉପରେ ମଧ୍ୟ ଚଢ଼ାଉ କରାଯାଇଥିଲା। କେବଳ ସେତିକି ନୁହେଁ, ପଦ୍ମଲୋଚନଙ୍କ ସହଯୋଗୀ ମଧ୍ୟ ଭିଜିଲାନ୍ସ ଜାଲରେ ଛନ୍ଦି ହୋଇଛନ୍ତି। କଟକ ସହରରେ ଥିବା ତାଙ୍କର ୨ଜଣ ସହଯୋଗୀଙ୍କ ବାସଭବନ ଏବଂ ମାଲକାନଗିରି ଜିଲାର କାଲିମେଳା ସ୍ଥିତ ଆଉ ଜଣେ ସହଯୋଗୀଙ୍କ ବାସଭବନରେ ମଧ୍ୟ ଏକକାଳୀନ ସର୍ଚ୍ଚ ଅପରେଶନ କରାଯାଇଥିଲା। ଚଢାଉବେଳେ ପଦ୍ମଲୋଚନଙ୍କର ଓ ତାଙ୍କ ପରିଜନଙ୍କ ନାମରେ ଥିବା ବହୁ କୋଟି ଟଙ୍କାର ସ୍ଥାବର ଓ ଅସ୍ଥାବର ଅମାପ ସମ୍ପତ୍ତି ଠାବ କରାଯାଇଥିଲା ଭୁବନେଶ୍ୱର, କଟକ, ଯାଜପୁରର କୋରେଇ, ବାଲେଶ୍ୱରର ବସ୍ତା ଏବଂ ପୁରୀର ଡେଲାଙ୍ଗ ଭଳି ସ୍ଥାନରେ ପ୍ରାୟ ୧୫ଟି ମୂଲ୍ୟବାନ୍‌ ପ୍ଲଟ୍‌ ଠାବ ହୋଇଛି। କେବଳ ସେତିକି ନୁହେଁ, ପଦ୍ମଲୋଚନଙ୍କଠାରୁ ନଗଦ ୩,୪୫,୦୦୦ ଟଙ୍କା ସମେତ ଶ୍ରୀଲଙ୍କା, ନେପାଳ, ବାହାରିନ୍‌ ଏବଂ ଆମେରିକା (ୟୁଏସ୍‌ ଡଲାର) ଭଳି ବିଦେଶୀ ମୁଦ୍ରା ମଧ୍ୟ ଜବତ କରାଯାଇଛି। ତାଙ୍କର ବିଭିନ୍ନ ବ୍ୟାଙ୍କ ଓ ଡାକଘର ଜମା ସହ ଅନ୍ୟାନ୍ୟ ଆର୍ଥିକ ପ୍ରତିଷ୍ଠାନରେ ହୋଇଥିବା ପୁଞ୍ଜିନିବେଶର ଯାଞ୍ଚ୍‌ କରାଯାଇଛି।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ଲଗାଣ ବର୍ଷା ନେଲା ଜୀବନ: ରେମୁଣାରେ ମାଟି କାନ୍ଥ ଭୁଷୁଡ଼ି ବାପା ମୃତ, ପୁଅ ଗୁରୁତର

ବାଲେଶ୍ୱର,୨୩ା୯(ମୃତ୍ୟୁଞ୍ଜୟ ପଟ୍ଟନାୟକ): ଲଘୁଚାପ ଜନିତ ଲଗାଣ ବର୍ଷା ଫଳରେ ରେମୁଣାରେ ବଡ଼ ଅଘଟଣ ଘଟିଯାଇଛି । ଖରିଦମୁଖୁରା ଗ୍ରାମରେ ମାଟି କାନ୍ଥ ଭୁଶୁଡ଼ି ପଡ଼ି ବାପାଙ୍କ ମୃତ୍ୟୁ…

କ୍ରିକେଟରେ ହଲଚଲ! ହଠାତ୍ ଇସ୍ତଫା ଦେଲେ କୋଚ୍, କାରଣ ଜାଣିଲେ ହେବେ ଚକିତ

ନୂଆଦିଲ୍ଲୀ,୨୩ା୯: ଚାକିରି ବଦଳାଇବା ଏବେ ସାଧାରଣ କଥା। କିନ୍ତୁ କୌଣସି ଜାତୀୟ କ୍ରିକେଟ୍ ଦଳର କୋଚ୍ ଅନ୍ୟ ଏକ ଟିମ୍‌ରେ ଚାକିରି ପାଇଁ ଇସ୍ତଫା ଦେବା ନିଶ୍ଚିତ…

ଭାଙ୍ଗିଲା ପାଚେରି, ବିଦ୍ୟାଳୟ ଭିତରେ ପଶିଲା ଗାଁର ମଇଳା ପାଣି

ପାତ୍ରପୁର,୨୩ା୯(ଉମାଚରଣ ନେପାକ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ଗଞ୍ଜାମ ଜିଲା ପାତ୍ରପୁର ଅଞ୍ଚଳରେ ପ୍ରବଳ ବର୍ଷା ଲାଗି ରହିଛି। ତୁହାକୁ ତୁହା ବର୍ଷା ସହ ପନ…

ଅଶ୍ବିନଙ୍କ ବଡ଼ ଖୁଲାସା; CSK ହେଡ୍ କୋଚ୍ ହେବାକୁ ଏହି ଖେଳାଳିଙ୍କୁ ମିଳିଥିଲା ଅଫର, ହେଲେ…

ଚେନ୍ନାଇ,୨୩।୯: ଆଇପିଏଲ୍‌ ୨୦୨୭ ପାଇଁ ଚେନ୍ନାଇ ସୁପର କିଙ୍ଗ୍ସ (CSK) ଜାହିର ଖାନ୍‌ଙ୍କୁ ନୂଆ ହେଡ୍ କୋଚ୍ ଭାବେ ନିଯୁକ୍ତ କରିଛି। ସେ ଷ୍ଟିଫେନ୍ ଫ୍ଲେମିଂଙ୍କ ସ୍ଥାନ…

ମହିଳାଙ୍କ ସଲୱାର୍‌ ଖୋଲିବାକୁ ଚେଷ୍ଟା କରିବା ବଳାତ୍କାର ଉଦ୍ୟମ ନୁହେଁ? ପାଟନା ହାଇକୋର୍ଟଙ୍କ ରାୟରେ ସୁପ୍ରିମକୋର୍ଟ ଅସନ୍ତୁଷ୍ଟ; ପ୍ରଧାନ ବିଚାରପତି କହିଲେ…

ନୂଆଦିଲ୍ଲୀ,୨୩।୯: ପାଟନା ହାଇକୋର୍ଟଙ୍କ ଏକ ରାୟକୁ ନେଇ ସୁପ୍ରିମକୋର୍ଟ ଉଦବେଗ ପ୍ରକାଶ କରିଛନ୍ତି। ଉକ୍ତ ରାୟରେ କୁହାଯାଇଥିଲା ଯେ ଜଣେ ମହିଳାଙ୍କ ‘ସଲୱାର’ ଖୋଲିବାକୁ ଚେଷ୍ଟା କରିବା…

ଅବପାତ ମୁକାବିଲା ପାଇଁ ଜିଲା ପ୍ରଶାସନର ବ୍ୟାପକ ପଦକ୍ଷେପ, ଲୋକଙ୍କୁ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲାରେ ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗକୁ ଦୃଷ୍ଟିରେ ରଖି ଜନସାଧାରଣଙ୍କ ସୁରକ୍ଷା ଓ ଜରୁରୀ ସେବା ସୁନିଶ୍ଚିତ କରିବା…

UPI ଚାର୍ଜକୁ ନେଇ ବଡ଼ ଖୁଲାସା! କାର୍ଡ ପେମେଣ୍ଟଠାରୁ ୮୦% ଶସ୍ତା କାହିଁକି? ଜାଣନ୍ତୁ ପୂରା ହିସାବ

ନୂଆଦିଲ୍ଲୀ,୨୩।୯ : UPI ପେମେଣ୍ଟକୁ ନେଇ ଆସିଛି ନୂଆ ନିୟମ । ଅକ୍ଟୋବର ୧୫, ୨୦୨୬ରୁ ୨ ହଜାର ଟଙ୍କାରୁ ଅଧିକ କିଛି UPI ଟ୍ରାଞ୍ଜାକ୍ସନରେ ୦.୪…

ଅସ୍ବାସ୍ଥ୍ୟକର ହେବ ନାହିଁ ଟ୍ରେନ ଖାଦ୍ୟ; ମୂଷା କିମ୍ବା ଅସରପା ଦେଖାଗଲେ ସିଧାସଳଖ ସତର୍କ ସୂଚନା (alert) ପଠାଇବ AI କ୍ୟାମେରା

ସମସ୍ତିପୁର,୨୩।୯: ସମସ୍ତିପୁର ଦେଇ ଯାଉଥିବା ପ୍ରମୁଖ ଟ୍ରେନଗୁଡ଼ିକ (ଯେପରିକି ସ୍ବାଧୀନତା ସେନାନୀ ଏକ୍ସପ୍ରେସ, ବିହାର ସମ୍ପର୍କ କ୍ରାନ୍ତି ଏକ୍ସପ୍ରେସ, ବୈଶାଳୀ ଏକ୍ସପ୍ରେସ ଏବଂ ବାଗମତୀ ଏକ୍ସପ୍ରେସ)ର ପ୍ୟାଣ୍ଟ୍ରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?