ଡେପୁଟି ମ୍ୟାନେଜରଙ୍କ ଘରେ ଭିଜିଲାନ୍ସ: ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ

ପଟ୍ଟାଙ୍ଗି,୨୦।୧୨(ଡି.ଏନ.ଏ.): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ ଅମ୍ପାବାଲି ପଞ୍ଚାୟତ ସ୍ଥିତ ଇଡିକଲ କମ୍ପାନୀର କାର୍ଯ୍ୟରତ ଡେପୁଟି ମ୍ୟାନେଜର ଗୟା ସାନ୍ତରାଙ୍କ ବିରୋଧରେ ଆୟ ବହୁର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗକୁ ନେଇ ଚଢାଉ ଜାରି ରହିଛି। କଟକରୁ ଆସିଥିବା ଦୁଇଟି ଭିଜିଲାନ୍ସ ଦଳ ଚଢ଼ାଉ କରି ବିଭିନ୍ନ କାଗଜପତ୍ର ଜବତ କରିଥିବା ଜଣାପଡିଛି।

ସୂଚନାଯୋଗ୍ୟ, କଟକରୁ ଭିଜିଲାନ୍ସ ବିଭାଗର ଦୁଇ ଡିଏସ୍‌ପି ପ୍ରଦ୍ୟୁମ୍ନ ଦିବେଦୀ ଏବଂ ଡିଏସ୍‌ପି ଶକୁନ୍ତଳା ଦେବୀଙ୍କ ସମେତ ୭ ଜଣ ଓ ୪ ଜଣ ସାକ୍ଷୀଙ୍କୁ ନେଇ ପଟ୍ଟାଙ୍ଗି ବ୍ଲକର ସୁଙ୍କି ପଞ୍ଚାୟତ ସ୍ଥିତ ତଥା ହାଇସ୍କୁଲ ନିକଟସ୍ଥ ଇଡିକଲ କମ୍ପାନୀର ଡେପୁଟି ମ୍ୟାନେଜରଙ୍କ ଉପସ୍ଥିତିରେ ତାଙ୍କ ବାସଗୃହ ସହ କାର୍ଯ୍ୟାଳୟରେ ଚଢାଉ କରାଯାଇଛି। ଏଥିରେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରି ତଦନ୍ତ ଆରମ୍ଭ କରିଛି ଭିଜିଲାନ୍ସ। ଅନ୍ୟପକ୍ଷରେ ଉକ୍ତ ଅଞ୍ଚଳରେ ଏହି ପରି ଏକ କମ୍ପାନୀର ଡେପୁଟି ମ୍ୟାନେଜରଙ୍କ ବାସଗୃହ ତଥା କାର୍ଯ୍ୟାଳୟ ସମେତ ବିଭିନ୍ନ ସ୍ଥାନ ଯଥା ମୁନିଗୁଡା, ରାୟଗଡ଼ା ସହ ଭୁବନେଶ୍ୱରର ତିନୋଟି ସ୍ଥାନ ଏବଂ ସୁନାବେଡା ପ୍ରମୁଖ ୭ଟି ସ୍ଥାନରେ ଏକକାଳୀନ ଚଢାଉ ଜାରି ରହିଛି। ତେବେ ସୁଙ୍କିରେ ପ୍ରଥମ ଥର ଏହିପରି ଭିଜିଲାନ୍ସ ଚଢାଉ ହେଉଥିବା ସହ ଏହା ପଛରେ କମ୍ପାନୀର ଅନେକ କର୍ମଚାରୀ ଓ ସ୍ଥାନୀୟ ଅଞ୍ଚଳର ଲୋକଙ୍କ ସମ୍ପୃକ୍ତି ରହିଛି। ସେମାନଙ୍କୁ ମଧ୍ୟ ତଦନ୍ତ ଘେରକୁ ଅଣାଯିବା ସହ ଅମ୍ପାବାଲି ପଞ୍ଚାୟତର ଗଜପତି ସିମେଣ୍ଟ କାରଖାନାରେ ବ୍ୟବହୃତ ହେଉଥିବା ଚୂନ ପଥର ନେଇ କାମ କରୁଥିବା ବେଳେ ଉକ୍ତ ସିମେଣ୍ଟ କାରଖାନାକୁ ମଧ୍ୟ ତଦନ୍ତ ପରିସରରକୁ ଅଣାଯିବା ଉଚିତ ବୋଲି ଅଞ୍ଚଳବାସୀ ଦାବି କରିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri