ୟୁକୋ ବ୍ୟାଙ୍କ ପକ୍ଷରୁ ସତର୍କତା ସଚେତନତା ସପ୍ତାହ

ଭୁବନେଶ୍ୱର,୩।୧୧: ୟୁକୋ ବ୍ୟାଙ୍କର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ‘ସତର୍କତା ସଚେତନତା ସପ୍ତାହ’ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କର ଆଞ୍ଚଳିକ କାର୍ଯ୍ୟାଳୟ ଓ ଶାଖା କାର୍ଯ୍ୟାଳୟର କର୍ମଚାରୀମାନେ ମଧ୍ୟ ଶପଥ ଗ୍ରହଣ କରିଥିଲେ। ଏପରିକି ବ୍ୟାଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯାଇଛି। ସେହିଭଳି ସତର୍କତା ସପ୍ତାହ ଉପଲକ୍ଷେ ସ୍ଥାନୀୟ ପୋଖରୀପୁଟସ୍ଥିତ ଡିଏଭି ସ୍କୁଲର ପିଲାମାନଙ୍କ ମଧ୍ୟରେ ‘ପ୍ରିଭେଣ୍ଟିଭ ଭିଜିଲାନ୍ସ’ ବିଷୟବସ୍ତୁ ଉପରେ ଏକ ପ୍ରବନ୍ଧ ଓ ତର୍କ ପ୍ରତିଯୋଗିତା ମଧ୍ୟ ଆୟୋଜିତ ହୋଇଯାଇଛି। ବିଶେଷ କରି ଆଞ୍ଚଳିକ କାର୍ଯ୍ୟାଳୟରେ ମଧ୍ୟ ଏକ କୁଇଜ୍‌ ଓ ସ୍ଲୋଗାନ ଲିଖନ ପ୍ରତିଯୋଗିତା ସହ ଏକ ୱାକାଥନର ମଧ୍ୟ ଆୟୋଜନ କରାଯାଇଥିଲା।

ଉକ୍ତ ୱାକାଥନ ବ୍ୟାଙ୍କର ଆଞ୍ଚଳିକ କାର୍ଯ୍ୟାଳୟରୁ ସ୍ଥାନୀୟ ରାଜମହଲ ସ୍କୋୟାର ଦେଇ ମାଷ୍ଟର କ୍ୟାଣ୍ଟିନ ରେଲ୍‌ୱେ ଷ୍ଟେଶନ ପର୍ଯ୍ୟନ୍ତ ଯାଇ ପୁନର୍ବାର ଆଞ୍ଚଳିକ କାର୍ଯ୍ୟାଳୟକୁ ପ୍ରତ୍ୟାବର୍ତ୍ତନ କରିଥିଲା। ଏହି ଅବସରରେ ବ୍ୟାଙ୍କର ମହାପ୍ରବନ୍ଧକ ତଥା ଆଞ୍ଚଳିକ ମୁଖ୍ୟ ଗୌତମ ପାତ୍ର, ଉପ ମହାପ୍ରବନ୍ଧକ ରମେଶ ଚନ୍ଦ୍ର ସାହୁ, ଉପ ମହାପ୍ରବନ୍ଧକ ସୁଭାଷ ଚନ୍ଦ୍ର ମହାପାତ୍ର, ସହାୟକ ମହାପ୍ରବନ୍ଧକ ଲିଙ୍ଗରାଜ ନାୟକ, ସହାୟକ ମହାପ୍ରବନ୍ଧକ ଦୀପ୍ତି ସେନାପତିଙ୍କ ସମେତ ବ୍ୟାଙ୍କର ଆଞ୍ଚଳିକ କାର୍ଯ୍ୟାଳୟ ବିଲ୍ଡିଂର ସମସ୍ତ କର୍ମଚାରୀ ତଥା ଭୁବନେଶ୍ୱରର ପ୍ରମୁଖ ଶାଖାର ସବୁ ବର୍ଗର କର୍ମଚାରୀ ମଧ୍ୟ ଉକ୍ତ ୱାକାଥନ୍‌ରେ ଯୋଗ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଲୋକ ତଥା ଅନ୍ୟ ଟୁରିଷ୍ଟମାନଙ୍କ ସହ ମଧ୍ୟ ଭାବବିନିମୟର କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ସ୍ଥିରୀକୃତ ହୋଇଛି। ଭାରତ ସରକାରଙ୍କ ନିର୍ଦ୍ଦେଶାବଳୀ ଅନୁଯାୟୀ ୟୁକୋ ବ୍ୟାଙ୍କର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ୨୦୨୨ ଅକ୍ଟୋବର ୩୧ ରୁ ୬ ନଭେମ୍ବର ପର୍ଯ୍ୟନ୍ତ ସତର୍କତା ସଚେତନତା ସପ୍ତାହ ପାଳନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

କେସିଙ୍ଗା ଗସ୍ତରେ ପ୍ରଭାତୀ ପରିଡ଼ା, ବାପାଙ୍କ ଅଧୁରା କାମକୁ ସମ୍ପୂର୍ଣ କରିବି କହି….

କେସିଙ୍ଗା,୯।୨(ତୁମେଶ୍ୱର୍ ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଗସ୍ତରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା  । ଭୁବନେଶ୍ବରରୁ ବିବାନ ଯୋଗେ ଉତ୍କେଲା ଏୟାର ଷ୍ଟିପରେ ସୋମବାର ପୂର୍ବାହ୍ନ ୧୦.୩୦…

ଉକୁଣୀ ନେଲା କୁନି ଝିଅର ଜୀବନ, ଖପୁରୀକୁ ଆକ୍ରାନ୍ତ କରି…

ପୁରୀ,୯।୨: ପୁରୀ ଜିଲା ବଳଙ୍ଗା ଥାନା ଅନ୍ତର୍ଗତ ଚମ୍ପାଗଡ଼ ସାହିରେ ଏକ ଅଜବ ଘଟଣା ଘଟିଛି। ଉକୁଣୀ ପାଇଁ ୧୨ ବର୍ଷିୟା କୁନି ଝିଅର ମୃତ୍ୟୁ ହୋଇଛି।…

ପାକିସ୍ତାନକୁ ୪୪୦ ଭୋଲ୍ଟର ଝଟ୍‌କା ଦେଲା ICC: ସବୁ ସର୍ତ୍ତ ପ୍ରତ୍ୟାଖାନ

ନୂଆଦିଲ୍ଲୀ,୯।୨: ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମ୍ୟାଚ ପାଖେଇ ଆସୁଛି। ଏହା ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଏବଂ ପାକିସ୍ତାନ କ୍ରିକେଟ ବୋର୍ଡ (PCB)…

ପଞ୍ଜାବରେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା

ଚଣ୍ଡିଗଡ଼,୯।୨: ପଞ୍ଜାବର ‘ଉସ୍ମା ଲ’ କଲେଜରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। କଲେଜ ଭିତରେ ସମସ୍ତଙ୍କ ସମ୍ମୁଖରେ ଜଣେ ଆଇନ ଛାତ୍ରୀଙ୍କୁ ଗୁଳି କରି ହତ୍ୟା…

ହଠାତ୍‌ ବିଗିଡିଲା ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା, ହସ୍ପିଟାଲରେ ଭର୍ତ୍ତି

ମୁମ୍ବାଇ,୯।୨:ଏନସିପି ମୁଖ୍ୟ ଶରଦ ପାୱାରଙ୍କ ସ୍ବାସ୍ଥ୍ୟାବସ୍ଥା ବିଗିଡିଯାଇଛି। ତାଙ୍କୁ ଚିକିତ୍ସା ପାଇଁ ପୁଣେର ରୁବି ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଅଜିତ ପାୱାରଙ୍କ ମୃତ୍ୟୁ ପରେ, ଶରଦ ପାୱାର…

ଭୂତଳ ଜଳରେ ୟୁରାନିୟମ

ଦ୍ରୁତ ସହରୀକରଣ, ଶିଳ୍ପାୟନ ତଥା ସଘନ କୃଷି ସହିତ ତାଳଦେଇ ବଢ଼ି ଚାଲିଛି ସମଗ୍ର ପୃଥିବୀରେ ଜଳ ପ୍ରଦୂଷଣ, ବିଶେଷ କରି ନଦୀ ଜଳ। ଏଣୁ ଅଧିକରୁ…

୩୦୮୨ ସେଣ୍ଟରରେ ହେବ ମାଟ୍ରିକ ପରୀକ୍ଷା

ଭୁବନେଶ୍ୱର,୯।୨: ଫେବ୍ରୁଆରୀ ୧୯ରୁ ମାଟ୍ରିକ ପରୀକ୍ଷା। ଏନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଚଳିତ ବର୍ଷ ରାଜ୍ୟର ୩୦୮୨ ସେଣ୍ଟରରେ ମାଟ୍ରିକ ପରୀକ୍ଷା…

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri