ୟୁକୋ ବ୍ୟାଙ୍କ ପକ୍ଷରୁ ସତର୍କତା ସଚେତନତା ସପ୍ତାହ

ଭୁବନେଶ୍ୱର,୩।୧୧: ୟୁକୋ ବ୍ୟାଙ୍କର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ‘ସତର୍କତା ସଚେତନତା ସପ୍ତାହ’ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କର ଆଞ୍ଚଳିକ କାର୍ଯ୍ୟାଳୟ ଓ ଶାଖା କାର୍ଯ୍ୟାଳୟର କର୍ମଚାରୀମାନେ ମଧ୍ୟ ଶପଥ ଗ୍ରହଣ କରିଥିଲେ। ଏପରିକି ବ୍ୟାଙ୍କ ପକ୍ଷରୁ ବିଭିନ୍ନ କାର୍ଯ୍ୟକ୍ରମ ମଧ୍ୟ ଆୟୋଜନ କରାଯାଇଛି। ସେହିଭଳି ସତର୍କତା ସପ୍ତାହ ଉପଲକ୍ଷେ ସ୍ଥାନୀୟ ପୋଖରୀପୁଟସ୍ଥିତ ଡିଏଭି ସ୍କୁଲର ପିଲାମାନଙ୍କ ମଧ୍ୟରେ ‘ପ୍ରିଭେଣ୍ଟିଭ ଭିଜିଲାନ୍ସ’ ବିଷୟବସ୍ତୁ ଉପରେ ଏକ ପ୍ରବନ୍ଧ ଓ ତର୍କ ପ୍ରତିଯୋଗିତା ମଧ୍ୟ ଆୟୋଜିତ ହୋଇଯାଇଛି। ବିଶେଷ କରି ଆଞ୍ଚଳିକ କାର୍ଯ୍ୟାଳୟରେ ମଧ୍ୟ ଏକ କୁଇଜ୍‌ ଓ ସ୍ଲୋଗାନ ଲିଖନ ପ୍ରତିଯୋଗିତା ସହ ଏକ ୱାକାଥନର ମଧ୍ୟ ଆୟୋଜନ କରାଯାଇଥିଲା।

ଉକ୍ତ ୱାକାଥନ ବ୍ୟାଙ୍କର ଆଞ୍ଚଳିକ କାର୍ଯ୍ୟାଳୟରୁ ସ୍ଥାନୀୟ ରାଜମହଲ ସ୍କୋୟାର ଦେଇ ମାଷ୍ଟର କ୍ୟାଣ୍ଟିନ ରେଲ୍‌ୱେ ଷ୍ଟେଶନ ପର୍ଯ୍ୟନ୍ତ ଯାଇ ପୁନର୍ବାର ଆଞ୍ଚଳିକ କାର୍ଯ୍ୟାଳୟକୁ ପ୍ରତ୍ୟାବର୍ତ୍ତନ କରିଥିଲା। ଏହି ଅବସରରେ ବ୍ୟାଙ୍କର ମହାପ୍ରବନ୍ଧକ ତଥା ଆଞ୍ଚଳିକ ମୁଖ୍ୟ ଗୌତମ ପାତ୍ର, ଉପ ମହାପ୍ରବନ୍ଧକ ରମେଶ ଚନ୍ଦ୍ର ସାହୁ, ଉପ ମହାପ୍ରବନ୍ଧକ ସୁଭାଷ ଚନ୍ଦ୍ର ମହାପାତ୍ର, ସହାୟକ ମହାପ୍ରବନ୍ଧକ ଲିଙ୍ଗରାଜ ନାୟକ, ସହାୟକ ମହାପ୍ରବନ୍ଧକ ଦୀପ୍ତି ସେନାପତିଙ୍କ ସମେତ ବ୍ୟାଙ୍କର ଆଞ୍ଚଳିକ କାର୍ଯ୍ୟାଳୟ ବିଲ୍ଡିଂର ସମସ୍ତ କର୍ମଚାରୀ ତଥା ଭୁବନେଶ୍ୱରର ପ୍ରମୁଖ ଶାଖାର ସବୁ ବର୍ଗର କର୍ମଚାରୀ ମଧ୍ୟ ଉକ୍ତ ୱାକାଥନ୍‌ରେ ଯୋଗ ଦେଇଥିଲେ। ଏହି ପରିପ୍ରେକ୍ଷୀରେ ସ୍ଥାନୀୟ ଲୋକ ତଥା ଅନ୍ୟ ଟୁରିଷ୍ଟମାନଙ୍କ ସହ ମଧ୍ୟ ଭାବବିନିମୟର କାର୍ଯ୍ୟକ୍ରମ ଆୟୋଜନ କରାଯିବ ବୋଲି ସ୍ଥିରୀକୃତ ହୋଇଛି। ଭାରତ ସରକାରଙ୍କ ନିର୍ଦ୍ଦେଶାବଳୀ ଅନୁଯାୟୀ ୟୁକୋ ବ୍ୟାଙ୍କର ଭୁବନେଶ୍ୱର ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ୨୦୨୨ ଅକ୍ଟୋବର ୩୧ ରୁ ୬ ନଭେମ୍ବର ପର୍ଯ୍ୟନ୍ତ ସତର୍କତା ସଚେତନତା ସପ୍ତାହ ପାଳନ କରାଯିବ।


Enter your email to get our daily news in your inbox.

All Right Reserved By Dharitri.Com

BSNLର ୩୩୬ ଦିନିଆ ପ୍ଲାନ୍‌, ଫେଲ୍‌ ମାରିବେ ଜିଓ, ଏୟାରଟେଲ୍‌

ନୂଆଦିଲ୍ଲୀ,୨୬।୦୭: ଖୁବ୍‌ଶୀଘ୍ର ଦେଶରେ ୪ଜି ସେବା ଲଞ୍ଚ୍‌ କରିବାକୁ ଯାଉଛି ଭାରତ ସଞ୍ଚାର ନିଗମ ବା ବିଏସ୍‌ଏନ୍‌ଏଲ୍‌ । ପ୍ରାଇଭେଟ୍‌ ଟେଲିକମ୍‌ କମ୍ପାନୀମାନଙ୍କୁ ଟକ୍କର ଦେବା...

ବଜେଟ ପରେ ନିର୍ମଳା ସୀତାରମଣଙ୍କ ବଡ଼ ପ୍ରତିକ୍ରିୟା: ‘ମୁଁ ମଧ୍ୟବିତ୍ତ ପରିବାରକୁ ରିହାତି ଦେବାକୁ ଚାହେଁ, କିନ୍ତୁ…’

ନୂଆଦିଲ୍ଲୀ,୨୬ା୭: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଲଗାତାର ସପ୍ତମ ଥର ପାଇଁ ବଜେଟ ଉପସ୍ଥାପନା କରି ରେକର୍ଡ କରିଥିବା ବେଳେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ଏକ...

ଆଜିଠୁୁ ଜିଓର ଫ୍ରିଡମ ଅଫର: ଜାଣନ୍ତୁ କ’ଣ ରହିଛି ସୁବିଧା

ନୂଆଦିଲ୍ଲୀ,୨୬।୭: ଦେଶର ପ୍ରମୁଖ ଘରୋଇ ଟେଲିକମ୍‌ ସେବା ପ୍ରଦାନକାରୀ ‘ଜିଓ’ର ବହୁ ପ୍ରତୀକ୍ଷିତ ସ୍କିମ୍‌ ‘ ଫ୍ରିଡମ ଅଫର’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ଏପରିକି...

ପୁଣି କମିଲା ସୁନା ଦର, ଜାଣନ୍ତୁ ଭୁବନେଶ୍ୱରରେ କେତେ…

ନୂଆଦିଲ୍ଲୀ,୨୫।୭: ଆଜି ଭାରତୀୟ ବଜାରରେ ୨୨ କ୍ୟାରେଟ ସୁନା ଦର ଦଶ ଗ୍ରାମ ପ୍ରତି ୧୦ ଟଙ୍କା କମି ୬୪,୯୪୦ ଟଙ୍କା ହୋଇଥିବା ବେଳେ ୨୪...

ସିଜିୟୁ ଅନ୍ତର୍ଜାତୀୟ ଛାତ୍ରୀଛାତ୍ରଙ୍କ ସ୍ନାତକୋତ୍ତର ଦିବସ

ଭୁବନେଶ୍ୱର, ୨୫।୭: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ତଥା ଭୁବନେଶ୍ୱରର ସି.ଭି. ରମଣ ଗ୍ଲୋବାଲ ୟୁନିଭର୍ସିଟି (ସିଜିୟୁ)  ଅନ୍ତର୍ଜାତୀୟ ଛାତ୍ରୀଛାତ୍ରମାନଙ୍କର ସ୍ନାତକୋତ୍ତର ଦିବସ ନିକଟରେ ପାଳିତ...

ସୀମା ଶୁଳ୍କ ହ୍ରାସ ନିଷ୍ପତ୍ତିକୁ ଲାଲ୍‌ଚାନ୍ଦ୍‌ର ପ୍ରଶଂସା

ଭୁବନେଶ୍ୱର, ୨୫।୭: ଚଳିତ ଆର୍ଥିକ ବର୍ଷର କେନ୍ଦ୍ରୀୟ ବଜେଟରେ କେନ୍ଦ୍ର ସରକାର ସୁନା ଆମଦାନୀ ଶୁକ୍ଳ ହ୍ରାସ କରିଛନ୍ତି। ଏପରିକି ସୀମା ଶୁଳ୍କ ୧୫% ରୁ...

ବଜାରରେ ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ସିଇ ୦୪

ନୂଆଦିଲ୍ଲୀ,୨୫।୭: ଦେଶର ପ୍ରମୁଖ ପ୍ରିମିୟମ ବ୍ରାଣ୍ଡ୍‌ ତଥା ବିଏମ୍‌ଡବ୍ଲ୍ୟୁ ମୋଟୋରାଡ ଇଣ୍ଡିଆର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ବିଏମ୍‌ଡବ୍ଲ୍ୟୁ ସିଇ...

ଜିଏସ୍‌ଟି ସ୍ଲାବ୍‌ର ହୋଇପାରେ ସରଳୀକରଣ

ଭୁବନେଶ୍ୱର, ୨୫।୭(ଅନୁରାଧା ମହାରଣା): ଗୁଡ୍‌ ଆଣ୍ଡ ସର୍ଭିସ୍‌ ଟ୍ୟାକ୍ସ(ଜିଏସ୍‌ଟି) ସ୍ଲାବ୍‌ରେ ସରକାର ବଡ଼ ପରିବର୍ତ୍ତନ ଆଣିବାକୁ ପ୍ରସ୍ତୁତ ହେଉଛନ୍ତି। ଆଗାମୀ ଦିନରେ ଜିଏସ୍‌ଟି ଟ୍ୟାକ୍ସ ସ୍ଲାବ୍‌...

Advertisement
Mettle Meet 2024

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri