ଆଜିଠାରୁ ଭିଜିଲାନ୍ସ ସଚେତନତା ସପ୍ତାହ

ଭୁବନେଶ୍ୱର,୩୧ା୧୦(ବ୍ୟୁରୋ): ସୋମବାରଠାରୁ ଭିଜିଲାନ୍ସ ସଚେତନତା ସପ୍ତାହ ଆରମ୍ଭ ହେଉଛି। ଏଥିପାଇଁ ଭିଜିଲାନ୍ସ ପକ୍ଷରୁ ସପ୍ତାହବ୍ୟାପୀ ବିଭିନ୍ନ କାର୍ଯ୍ୟକ୍ରମ କରାଯିବ। ଲୋକସେବା ଭବନରେ ସୋମବାର ପୂର୍ବାହ୍ନ ୧୧ଟାରେ ଏହି କାର୍ଯ୍ୟକ୍ରମକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଉଦ୍‌ଘାଟନ କରିବେ। ସମ୍ମାନିତ ଅତିଥି ଭାବ ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଚଳିତବର୍ଷ ଏହି ସପ୍ତାହର ବିଷୟବସ୍ତୁ ରହିଛି ‘ଏକ ବିକଶିତ ରାଷ୍ଟ୍ର ପାଇଁ ଦୁର୍ନୀତିମୁକ୍ତ ଭାରତ’। ଏହି ଅବସରରେ ସରକାରୀ ଅଧିକାରୀମାନେ ସଚେତନତା କାର୍ଯ୍ୟକ୍ରମରେ ଯୋଗଦେଇ ଦୁର୍ନୀତିମୁକ୍ତ ଭାରତ ପାଇଁ ଶପଥ ନେବେ। ଏଥିସହ ଏହି କାର୍ଯ୍ୟକ୍ରମରେ ୭୦ ଲକ୍ଷ ସ୍ବୟଂ ସହାୟକ ମହିଳା ଗ୍ରୁପର ସଦସ୍ୟା ମଧ୍ୟ ଯୋଡି ହେବେ। ସେହିଭଳି ଇଲେକ୍ଟ୍ରୋନିକ୍ସ ଆଣ୍ଡ୍‌ ଆଇଟି ବିଭାଗ ପକ୍ଷରୁ ସମସ୍ତ ଜିଲାପାଳ ଓ ବ୍ଲକ ଅଫିସକୁ ଭିଡିଓ କନ୍‌ଫରେନ୍ସିଂ ଜରିଆରେ ଯୋଡାଯିବ । ନଭେମ୍ବର ୬ ତାରିଖ ପର୍ଯ୍ୟନ୍ତ ସପ୍ତାହ ପାଳନ ଅବସରରେ ଜିଲା ଓ ବ୍ଲକସ୍ତରରେ ସାଧାରଣ ସଭାର ଆୟୋଜନ କରାଯିବ। ଏଥିରେ ଛାତ୍ର, ଯୁବକ, ଶିକ୍ଷାବିତ୍‌, ଅବସରପ୍ରାପ୍ତ ସରକାରୀ ଅଧିକାରୀ, ସ୍ବୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କୁ ଦୁର୍ନୀତି
ସଚେତନ କରାଯିବ। ଅଧିକ ସଚେତନତା ପାଇଁ ବିଦ୍ୟାଳୟ ଓ କଲେଜରେ ବିତର୍କ, କୁଇଜ୍‌, କାର୍ଟୁନ୍‌, ଦୁର୍ନୀତି ନିବାରଣ ପ୍ରସଙ୍ଗ ଉପରେ ସ୍ଲୋଗାନ, ପେଣ୍ଟିଂ, ରଙ୍ଗୋଲି ଏବଂ ପୋଷ୍ଟର ପ୍ରତିଯୋଗିତା କରାଯିବ। ଏହା ବ୍ୟତୀତ ଗ୍ରାମାଞ୍ଚଳରେ ଏନେଇ ଅଧିକ ସଚେତନ କରାଯିବାର ଲକ୍ଷ୍ୟ ରଖାଯାଇଛି। ଲୋକମାନେ ଭିଜିଲାନ୍ସ ଟୋଲ୍‌ ଫ୍ରି ନମ୍ବର (୧୦୬୪)ରେ କଲ୍‌ କିମ୍ବା ଏସ୍‌ଏମ୍‌ଏସ୍‌ କରି ଦୁର୍ନୀତି ସଂକ୍ରାନ୍ତରେ ଅଭିଯୋଗ କରିପାରିବେ। ଏଥିସହ ଅନ୍‌ଲାଇନ୍‌ରେ ଦୁର୍ନୀତି ବିରୋଧରେ ଭିଜିଲାନ୍ସ ୱେବ୍‌ସାଇଟରେ ଅଭିଯୋଗର ପଞ୍ଜୀକରଣ କରିପାରିବେ ବୋଲି ଭିଜିଲାନ୍ସ ପକ୍ଷରୁ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୋଟିଏ ଦିନରେ ରେକର୍ଡ ଭାଙ୍ଗିଲା ସୁନା-ରୁପା ଦର! କିଣିବା ପୂର୍ବରୁ ମୁଣ୍ଡରେ ହାତ ଦେଲେଣି ଗ୍ରାହକ,ବିଶେଷଜ୍ଞ ଚକିତ… 

ନୂଆଦିଲ୍ଲୀ,୮।୪: ପୁଣି ବଢ଼ିଲା ସୁନା-ରୁପା ଦର। ବୁଧବାର ବଜାରରେ ଏକ ବଡ଼ ପରିବର୍ତ୍ତନ ଦେଖିବାକୁ ମିଳିଛି, ଯାହା ବିଶେଷଜ୍ଞଙ୍କୁ ମଧ୍ୟ ଆଶ୍ଚର୍ଯ୍ୟ କରିଦେଇଛି। ରୁପା ଦରରେ ଗୋଟିଏ…

ନାଗାବଳି ନଦୀରେ ବୁଡି ଯୁବକ ମୃତ, ସ୍ନାନ ପାଇଁ ଯାଇଥିଲେ…

କଲ୍ୟାଣସିଂହପୁର,୮।୪ ( ଦୀପକ କୁମାର ପରିଡା ): ରାୟଗଡା ଜିଲା କଲ୍ୟାଣସିଂହପୁର ଅଞ୍ଚଳରେ ଘଟିଛି ଏକ ଦୁଃଖଦ ଘଟଣା। ନାଗାବଳି ନଦୀରେ ବୁଡି ଜଣେ ୩୬ ବର୍ଷୀୟ…

ଯୁଦ୍ଧ ଅଟକାଇ ବାଃ ବାଃ ସାଉଣ୍ଟିଲା ପାକିସ୍ତାନ, ମଧ୍ୟପ୍ରାଚ୍ୟରେ ବଢ଼ିବ ଦବ୍‌ଦବା ? ରହିଛି ଅନେକ ସ୍ବାର୍ଥ

ଇସଲାମାବାଦ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଏକ ବଡ଼ ଧରଣର ଯୁଦ୍ଧବିରତି (ସିଜ୍‌ଫାୟାର୍‌) ହୋଇଛି। ଏହି ପ୍ରକ୍ରିୟାରେ ପାକିସ୍ତାନ ଏକ ମୁଖ୍ୟ ‘ଦୂତ’…

ଜଙ୍ଗଲରେ ଚାଲିଥିଲା ଜୁଆ ଖେଳ, ମାଡ଼ି ବସିଲା ବରପାଲି ପୋଲିସ: ୧୬ ଗିରଫ ସହ ଲକ୍ଷାଧିକ …

ବରପାଲି, ୮ ।୪(ଚିତ୍ତରଞ୍ଜନ ସାହୁ): ବରଗଡ଼ ଜିଲା ବରପାଲି ଥାନା ଅନ୍ତର୍ଗତ ବରମକେଲା ଗ୍ରୀଣ୍ଡୋଲା ଜଙ୍ଗଲରେ ଚାଲିଥିବା ଏକ ବଡ଼ ଧରଣର ଜୁଆ ଆଡ୍ଡା ଉପରେ ପୋଲିସ…

ହର୍ମୁଜ୍ ପ୍ରଣାଳୀରେ ତେଲ ଚ୍ୟାଙ୍କରକୁ ଅଟକାଇଲା ଇରାନ, ଯୁଦ୍ଧବିରତି ଭଙ୍ଗ କରିବାକୁ ଧମକ ଦେଲା…

ତେହେରାନ,୮।୪: ଆମେରିକା ଏବଂ ଇରାନ ମଧ୍ୟରେ ଯୁଦ୍ଧବିରତି ସତ୍ତ୍ବେ ଉତ୍ତେଜନା ଜାରି ରହିଛି । ବୁଧବାର ସକାଳେ ଯୁଦ୍ଧବିରତି ଘୋଷଣା ହେବା ପରେ ମଧ୍ୟ ଆକ୍ରମଣର ରିପୋର୍ଟ…

ଦିଗପହଣ୍ଡିରେ ଆଇନ ମନ୍ତ୍ରୀଙ୍କୁ ସମ୍ବର୍ଦ୍ଧନା, ଉନ୍ନତିକରଣ କାର୍ଯ୍ୟ…

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ଗସ୍ତରେ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଗଞ୍ଜାମ ଜିଲା ଦିଗପହଣ୍ଡି ଠାରେ ବୁଧବାର ରାଜ୍ୟ ଆଇନ, ପୂର୍ତ୍ତ ଓ ଅବକାରୀ ମନ୍ତ୍ରୀ…

ବଚସା ହେଲା କାଳ….ଏୟାର ଗନ୍ ବ୍ୟବହାର କରି ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ଭରିଦେଲେ ପବନ, ତାପରେ….

ଚଣ୍ଡିଗଡ଼,୮ା୪: ହରିୟାଣାର ଗୁରୁଗ୍ରାମରେ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ଏୟାର ଗନ୍ ବ୍ୟବହାର କରି ଜଣେ ବ୍ୟକ୍ତିଙ୍କ ଗୁପ୍ତାଙ୍ଗରେ ବାୟୁ ପ୍ରବେଶ କରିବାରୁ ତାଙ୍କର…

ଦିଗପହଣ୍ଡି ଏନଏସି କାଉନସିଲ ପକ୍ଷରୁ ପରିବର୍ଦ୍ଧିତ ସଭାରେ ଯୋଗଦେଲେ ବିଧାୟକ, ବିଦ୍ୟୁତ-ପାନୀୟ….

ଦିଗପହଣ୍ଡି,୮।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି କାଉନସିଲର ୨୨ ତମ ପରିବର୍ଦ୍ଧିତ ଆଲୋଚନା ସଭା ବୁଧବାର ଅନୁଷ୍ଠିତ ହୋଇଯାଇଛି । କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri