ଟିପିସିଓଡିଏଲ୍‌ ପକ୍ଷରୁ ଭିଜିଲାନ୍ସ ସଚେତନତା କର୍ମଶାଳା

ଭୁବନେଶ୍ୱର, ୬।୧୧: ଟିପି ସେଣ୍ଟ୍ରାଲ୍‌ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ୍‌ (ଟିପିସିଓଡିଏଲ୍‌) ପକ୍ଷରୁ ନିକଟରେ ଏକ ୨ଦିନିଆ ଭିଜିଲାନ୍ସ ସଚେତନତା କର୍ମଶାଳାର ଆୟୋଜନ କରାଯାଇଥିଲା। ଚଳିତ ବର୍ଷ ଅକ୍ଟୋବର ୩୦ରୁ ନଭେମ୍ବର ୫ପର୍ଯ୍ୟନ୍ତ ‘ଦୁର୍ନୀତିକୁ କୁହନ୍ତୁ ନା, ଦେଶ ପ୍ରତି ଉତ୍ସର୍ଗୀକୃତ’ ଶୀର୍ଷକ ବିଷୟବସ୍ତୁ ଉପରେ ବିସ୍ତୃତ ଆଲୋଚନା ସହିତ ସତର୍କତା ସଚେତନତା ସପ୍ତାହ-୨୦୨୩କୁ ସଫଳତାର ସହ ପାଳନ କରାଯାଇଥିଲା। ଉକ୍ତ କର୍ମଶାଳାରେ ଟିପିସିଓଡିଏଲ୍‌ର ସିଇଓ ଅରବିନ୍ଦ ସିଂହଙ୍କ ସମେତ ଟାଟା ପାୱାରର ବହୁ ବରିଷ୍ଠ ଅଧିକାରୀ ଓ ଅନ୍ୟ ଅତିଥିମାନେ ଯୋଗ ଦେଇଥିଲେ। ଉଲ୍ଲେଖଯୋଗ୍ୟ, ସତର୍କତା ସଚେତନତା କର୍ମଶାଳାର ପ୍ରଥମ ଦିନରେ ଟିପିସିର ବରିଷ୍ଠ ଉପଦେଷ୍ଟା (ଏସ୍‌ଆଣ୍ଡ୍‌ଭି) ଏସ.ଜଗନ୍ନାଥ ସମ୍ମାନିତ ଅତିଥି ଭାବେ ଯୋଗଦେଇ କର୍ମଶାଳାର ବିଷୟବସ୍ତୁ ସମ୍ପର୍କରେ ମୂଲ୍ୟବାନ ଆଲୋଚନା କରିଥିଲାବେଳେ ସମସ୍ତ ଡିସକମ୍‌ର ୩୮-୪୦ ସତର୍କତା ଅଧିକାରୀ ଯୋଗ ଦେଇଥିଲେ। ସେହିପରି ସତର୍କତା କର୍ମଶାଳାର ଦ୍ୱିତୀୟ ଦିବସରେ ଅନୁସନ୍ଧାନ, ତଦନ୍ତ ପଦ୍ଧତି ଏବଂ ଦୁର୍ନୀତି ନିବାରଣ ନିୟମର ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ଦିଗ ଓ ବ୍ୟବସ୍ଥା ଉପରେ ବିସ୍ତୃତ ଆଲୋଚନା ହୋଇଥିଲା। ଓଡ଼ିଶା ରାଜ୍ୟ ସତର୍କତାର ଆରକ୍ଷୀ ଅଧୀକ୍ଷକ ରାଧାକ୍ରିଷ୍ଣା, ସିବିଆଇର ଅବସରପ୍ରାପ୍ତ ଏସ୍‌ପି. ଜୟନାରାୟଣ ରଣା ପ୍ରମୁଖ ଉପସ୍ଥିତ ଥିଲେ। ଉଦଯାପନୀ ସମାରୋହରେ ଓଡ଼ିଶା ରାଜ୍ୟ ସତର୍କତାର ଭିଜିଲାନ୍ସ ନିର୍ଦ୍ଦେଶକ ଯଶୋବନ୍ତ କୁମାର ଜେଠୱା ସମ୍ମାନିତ ଅତିଥିଭାବେ ଯୋଗ ଦେଇ ସତର୍କତା ମାମଲାରେ ପୂର୍ଣ୍ଣ ସହଯୋଗ ଦେବାକୁ ପ୍ରତିଶ୍ରୁତି ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

ଭାରତରେ ଶିଶୁଙ୍କ ପାଇଁ ବ୍ୟାନ୍ ହେବ ସୋସିଆଲ ମିଡିଆ: କେନ୍ଦ୍ର ସରକାରଙ୍କ ବଡ଼ ପଦକ୍ଷେପ

ନୂଆଦିଲ୍ଲୀ,୧୭।୨: ଭାରତରେ ଶିଶୁ ଏବଂ କିଶୋରମାନଙ୍କ ପାଇଁ ସୋସିଆଲ ମିଡିଆ ବ୍ୟବହାର ଉପରେ ଏକ ବଡ଼ କଟକଣା ଆସିବାକୁ ଯାଉଛି। କୋମଳମତି ପିଲାଙ୍କ ମାନସିକ ସ୍ୱାସ୍ଥ୍ୟ ଏବଂ…

ଚାକିରି ନାଁରେ ଠକେଇ: ଖୋର୍ଦ୍ଧା କୋର୍ଟରେ ଜାମିନ ଆବେଦନ କଲେ ଗିରଫ ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା, ୨୦ରେ… 

ହାଟଡିହୀ,୧୭l୨(ଶୁଭକାନ୍ତ ନାୟକ): ୨୨ ଲକ୍ଷ ଟଙ୍କା  ଠକେଇ ମାମଲାରେ ଗିରଫ ହୋଇଥିବା ଜୟଦୁର୍ଗା ଫାଉଣ୍ଡେଶନ ଅଧ୍ୟକ୍ଷା ସୁରେଶ୍ୱରୀ ସାଗରୀକା ଜେନା ଗିରଫ ପରେ ଜାମିନ ପାଇଁ ଖୋର୍ଦ୍ଧା…

ମହଙ୍ଗା ହେଲା ସିଗାରେଟ୍‌: ଏସବୁ ବ୍ରାଣ୍ଡ ମୂଲ୍ୟରେ ୪୧% ପର୍ଯ୍ୟନ୍ତ ବୃଦ୍ଧି

ନୂଆଦିଲ୍ଲୀ,୧୭।୨: ଦେଶର ଅଗ୍ରଣୀ ସିଗାରେଟ୍ ପ୍ରସ୍ତୁତକାରୀ କମ୍ପାନୀ ITC ଲିମିଟେଡ୍ ଏହାର ପ୍ରମୁଖ ବ୍ରାଣ୍ଡଗୁଡ଼ିକର ମୂଲ୍ୟରେ ବଡ଼ ଧରଣର ବୃଦ୍ଧି ଘଟାଇଛି। ସରକାରଙ୍କ ଦ୍ୱାରା ଲାଗୁ ହୋଇଥିବା…

ଜାତୀୟ ରାଜପଥରେ ପଡି ରହିଛି ପୋଡ଼ା କାର୍‌: ନିଆଁ ଲଗାଇ ଦିଆଯାଇଥିବା ସନ୍ଦେହ

ଧୂଷୁରୀ,୧୭।୨(ଦୀପ୍ତି ରଞ୍ଜନ ନାୟକ): ଧୂଷୁରୀ ଥାନା ଆରଡି ଫାଣ୍ଡି ଅଧୀନ ସାଠିବାଙ୍କୁଡା ନିକଟରେ ୨୦ ନମ୍ବର ଜାତୀୟ ରାଜପଥ ପାଶର୍‌ବରେ ଏକ କାର୍‌ ପୋଡିଯାଇ ପଡି ରହିଥିବା…

ନିର୍ବାଚନୀ ବୈତରଣୀ ପାର ହେବାକୁ ‘ନଗଦ ଟଙ୍କା’ ମୁଖ୍ୟ ଅସ୍ତ୍ର: ଶିକ୍ଷା, ସ୍ୱାସ୍ଥ୍ୟରେ କମୁଛି ଖର୍ଚ୍ଚ

ନୂଆଦିଲ୍ଲୀ,୧୭।୨: ଭାରତୀୟ ରାଜନୀତିରେ ଏବେ ‘ସିଧାସଳଖ ନଗଦ ହସ୍ତାନ୍ତର’ ସବୁଠାରୁ ବଡ଼ ନିର୍ବାଚନୀ ଅସ୍ତ୍ର ପାଲଟିଛି। ୧୬ଶ ଅର୍ଥ କମିଶନଙ୍କ ରିପୋର୍ଟ ଅନୁଯାୟୀ, ୨୦୧୮-୧୯ରେ ରାଜ୍ୟଗୁଡ଼ିକର ମୋଟ…

ଜଙ୍ଗଲରେ ଚାଲିଥିଲା ବଡ଼ ଧରଣର ଜୁଆ ଆଡ୍ଡା: ଗୋଡ଼ାଇ ଗୋଡ଼ାଇ ୨୦ ଜୁଆଡ଼ିଙ୍କୁ ଗିରଫ କଲା ପୋଲିସ

ଖୋର୍ଦ୍ଧା,୧୭।୨(ପ୍ରଭାତ ): ଟାଙ୍ଗୀ ପୋଲିସ ମଙ୍ଗଳବାର ଏକ ବଡ଼ଧରଣର ଜୁଆ ଆଡ୍ଡା ଉପରେ ଚଢାଉ କରିଛି। ଚଢାଉ ବେଳେ ପୋଲିସ ଜୁଆ ଆଡ୍ଡାରୁ ୧୦ଲକ୍ଷ ୩୮ ହଜାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri