ଲାଞ୍ଚ ନେବାବେଳେ ଏଡିଇଓଙ୍କୁ ରେଡ୍‌ ହ୍ୟାଣ୍ଡରେ ଧରିଲା ଭିଜିଲାନ୍ସ, ପାଖରୁ ମିଳିଲା…

ବାରିପଦା,୬ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ୍‌ ଅଧୀନ ତାଳପଦା ପଞ୍ଚାୟତ ଆକାଉଣ୍ଟାଣ୍ଟ କମ୍‌ ଡାଟା ଏଣ୍ଟ୍ରି ଅପରେଟର(ଏଡିଇଓ) ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଜନୈକ ହିତାଧିକାରୀଙ୍କ ଏମ୍‌ଜିଏନ୍‌ଆରଇଜିଏ ଯୋଜନାର କାର୍ଯ୍ୟ କୋଡ୍‌ ସୃଷ୍ଟି କରିବା ନିମନ୍ତେ ୨୫ ଶହ ଟଙ୍କା ଲାଞ୍ଚ ନେଉଥିଲେ। ତାଙ୍କଠାରୁ ରଙ୍ଗବୋଳା ସମସ୍ତ ନୋଟ୍‌ ଜବତ କରିବା ସହିତ ଆୟ ବହିର୍ଭୂତ ସମ୍ପତ୍ତି ଠୁଳକୁ ନେଇ ବିଭାଗ ପକ୍ଷରୁ ଦୁଇଟି ସ୍ଥାନରେ ଚଢ଼ାଉ କରିଛି। ଏ ସଂକ୍ରାନ୍ତରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକ ମାମଲା ୧୮/୨୫ରେ ରୁଜୁ କରାଯାଇ ଅଭିଯୁକ୍ତକୁ ଗିରଫ କରିଛନ୍ତି। ଅଭିଯୁକ୍ତ ଏଡିଇଓ ଜଣକ ହେଲେ ହେମନ୍ତ କୁମାର ବେହେରା।

ସୂଚନାଯୋଗ୍ୟ, ଏମ୍‌ଜିଏନ୍‌ଆର୍‌ଇଜିଏ ଯୋଜନାରେ ମଞ୍ଜୁର ହୋଇଥିବା ଏକ ଫାର୍ମ ପୋଖରୀ ଖୋଳାକୁ ନେଇ କାର୍ଯ୍ୟ କୋଡ୍‌ ସୃଷ୍ଟି କରିବାକୁ ୨୫ଶହ ଟଙ୍କା ଲାଞ୍ଚ ମାଗିଥିଲେ । ଏଥିରେ ହିତାଧିକାରୀ ଚାଷୀ ଜଣକ ଅତ୍ୟନ୍ତ ଗରିବ ହୋଇଥିବାରୁ ଉକ୍ତ ଟଙ୍କା ଦେବାକୁ ଅସମର୍ଥ ହୋଇଥିଲେ। ଯାହାକୁ ନେଇ ହିତାଧିକାରୀ ଜଣକ ଏକ ମାସ ଧରି ବାରମ୍ବାର କାର୍ଯ୍ୟାଳୟକୁ ଯାଇ ନିରାଶ ହୋଇ ଫେରୁଥିଲେ। ଟଙ୍କା ନ ଦେଲେ କାର୍ଯ୍ୟାଦେଶର କୋଡ୍‌ ଦିଆଯିବ ନାହିଁ ବୋଲି ଅଭିଯୁକ୍ତ ଏଡିଇଓ ବେହେରା ଜିଦ ଧରିଥିଲେ। ନିରୁପାୟ ହୋଇ ହିତାଧିକାରୀ ଜଣକ ବାଲେଶ୍ୱର ଭିଜିଲାନ୍ସ ନିକଟରେ ଅଭିଯୋଗ କରିଥିଲେ। ଯୋଜନା ମୁତାବକ ଲାଞ୍ଚ ଟଙ୍କା ନେଉଥିବା ସମୟରେ ଭିଜିଲାନ୍ସ ବିଭାଗର ଅଧିକାରୀମାନେ ମାଡ଼ି ବସିଥିଲେ।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଗଙ୍ଗପଡ଼ାରେ ମର୍ମନ୍ତୁଦ ଦୁର୍ଘଟଣା; କଣ୍ଟେନରକୁ ଧକ୍କା ଦେଲା ଥାର୍, ୩ ମୃତ

ଖୋର୍ଦ୍ଧା୨୧।୧: ପୁଣିଥରେ ଦୁର୍ଘଟଣା ଘଟାଇଲା ଥାର୍ । ମଙ୍ଗଳବାର ରାତିରେ ଥାର ଦୁର୍ଘଟଣାରେ ଭୁବନେଶ୍ବରରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଆଜି ପୁଣି ଖୋର୍ଦ୍ଧା ଦୁର୍ଘଟଣାରେ...

ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି, ରାସ୍ତାରେ ଭାସିଲା ପରେ ଲୋକେ…

ଭୁବନେଶ୍ୱର,୨୧।୧: ରାଜଧାନୀ ଭୁବନେଶ୍ୱର ପଳାଶୁଣି ଛକରେ ଫାଟିଲା ତେଲ ଟ୍ୟାଙ୍କରର ଟାଙ୍କି । ତେବେ ଏହି ଅଘଟଣ ପରେ ରାସ୍ତାରେ ତେଲ ଭାସୁଥିବା ଦେଖିଯାଇଛି ।...

ଗ୍ରୀନଲ୍ୟାଣ୍ଡକୁ ପୁଣି ଧମକ ଦେଲେ ଟ୍ରମ୍ପ, ଯଦି ହଁ କରନ୍ତି….

ନୂଆଦିଲ୍ଲୀ,୨୧।୧: ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ସ୍ୱିଜରଲ୍ୟାଣ୍ଡର ଡାଭୋସରେ ବିଶ୍ୱ ଅର୍ଥନୈତିକ ଫୋରମ୍ (WEF)ର ବାର୍ଷିକ ବୈଠକରେ ଭାଷଣ ଦେଇ ତାଙ୍କ ପ୍ରଥମ ବର୍ଷ କାର୍ଯ୍ୟକାଳର...

ପଞ୍ଚାୟତ ନିର୍ବାଚନ ପାଇଁ ବିଜେଡିର ରଣନୀତି: ବିଧାୟକଙ୍କ ସହ ନବୀନଙ୍କ ଗୁରୁତ୍ୱପୂର୍ଣ୍ଣ ବୈଠକ

ଭୁବନେଶ୍ୱର,୨୧।୧: ଓଡ଼ିଶାର ଆଗାମୀ ପଞ୍ଚାୟତ ନିର୍ବାଚନ ପାଇଁ ବିଜୁ ଜନତା ଦଳ ପ୍ରସ୍ତୁତି ଜୋରଦାର କରିଛି। ବୁଧବାର ସନ୍ଧ୍ୟାରେ ବିଜେଡି ସୁପ୍ରିମୋ ତଥା ବିରୋଧୀ ଦଳ...

ଜୀବିତ ସତ୍ତ୍ବେ ମୃତ ଦର୍ଶାଇ ଆଧାର ନିଷ୍କ୍ରିୟ: ମଣ୍ଡିରେ ବିକ୍ରି ହୋଇ ପାରିଲାନି ଧାନ, ଘରକୁ ଫେରାଇ…

ବରଗଡ଼,୨୧।୧(ପ୍ରେମାନନ୍ଦ ଖମାରୀ)- ଧାନବିକ୍ରିରେ ଚାଷୀଙ୍କ ଦୁଃଖ ତୁଟୁ ନାହିଁ । ବୈଷୟିକ ତୃଟି ମଧ୍ୟ ଧାନବିକ୍ରିରେ ଚାଷୀଙ୍କ ପାଇଁ କାଳ ସାଜିଛି । ବରଗଡ଼ ଜିଲା...

୫୬ ହଜାରରୁ ଅଧିକ ପରୀକ୍ଷାର୍ଥୀ ଦେଲେ OSSTET ପରୀକ୍ଷା

ଭୁବନେଶ୍ୱର,୨୧।୧: ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ‘ଓଡ଼ିଶା ମାଧ୍ୟମିକ ସ୍କୁଲ ଶିକ୍ଷକ ଯୋଗ୍ୟତା ପରୀକ୍ଷା’ (OSSTET) ବୁଧବାର ଅନୁଷ୍ଠିତ ହୋଇଯାଇଛି। ରାଜ୍ୟର ମୋଟ ୨୨୭ଟି କେନ୍ଦ୍ରରେ...

ଅନାଥ ସାଜିଲେ ୬ ନିଷ୍ପାପ ଶିଶୁ, ସାହାଯ୍ୟର ହାତ ବଢାଇଲେ ବିଧାୟକ

ଥୁଆମୂଳ ରାମପୁର,୨୧।୧ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ଦୁର୍ଗମ କେରପାଇ ଗ୍ରାମପଞ୍ଚାୟତର ମେଲରଫା ଗ୍ରାମରୁ ଏକ ହୃଦୟ ବିଦାରକ ଦୃଶ୍ୟ...

ଛାତ୍ରଙ୍କୁ ମାଡ଼ ମାରି ନିଲମ୍ବିତ ହେଲେ ପ୍ରଧାନଶିକ୍ଷକ, ଜିଲା ନ ଛାଡ଼ିବାକୁ ନିର୍ଦ୍ଦେଶ

ସୁନ୍ଦରଗଡ଼,୨୧।୧(ଜୟନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲା ହେମଗିର ବ୍ଲକରୁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଛାତ୍ରଙ୍କୁ ମାଡ଼ ମାରିବା ଏବଂ କାର୍ଯ୍ୟରେ ଗୁରୁତର ଅବହେଳା ଅଭିଯୋଗରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri