ଭିଜିଲାନ୍ସ ଜାଲରେ ସେକ୍ସନ ଅଫିସର୍‌, ଶିକ୍ଷକଙ୍କ ଠାରୁ ଲାଞ୍ଚ ନେବାବେଳେ ଧରିଲା ଭିଜିଲାନ୍ସ

ଝାରସୁଗୁଡା,୨୨।୪(ଆଶିଷ ରଞ୍ଜନ ଦାଶ): ଲାଞ୍ଚ ନେଇ ଭିଜିଲାନ୍ସ ଜାଲରେ ଝାରସୁଗୁଡା ଜିଲା ମୁଖ୍ୟ ଚିକିତ୍ସାଳୟର ସେକ୍ସନ ଅଫିସର୍‌। ଜିଏନଏମ ଛାତ୍ରୀମାନଙ୍କୁ ପ୍ରାକ୍ଟିକାଲ ଟ୍ରେନିଂ ପାଇଁ ବିଭିନ୍ନ ପିଏଚସି ଓ ସିଏଚସି ସହିତ ସଂଯୋଗ କରିବା ପାଇଁ ଆବେଦନ ଫାଇଲର ପ୍ରୋସେସିଙ୍ଗ ପାଇଁ ଲାଞ୍ଚ ନେଉଥିବା ବେଳେ ସେକ୍ସନ ଅଫିସର୍‌ ଅନିତ କୁମାର ଗୁରୁଙ୍କୁ ଗିରଫ କରାଯାଇଛି। ଝାରସୁଗୁଡା ଭିଜିଲାନ୍ସ ଡିଏସପି କଳାବତୀ ବାଗଙ୍କ ସୂଚନା ଅନୁସାରେ ୨୦୨୬-୨୭ ଶିକ୍ଷାବର୍ଷ ପାଇଁ ନର୍ସିଂ ସ୍କୁଲର ଛାତ୍ରୀମାନଙ୍କୁ ସରକାରୀ ହସ୍ପିଟାଲରେ ତାଲିମ ପାଇଁ ଅନୁମତି ପ୍ରଦାନ କରିବା ସହ ଜିଲାର ନର୍ସିଂ ସ୍କୁଲଗୁଡ଼ିକରୁ ଆସୁଥିବା ଆବେଦନଗୁଡ଼ିକୁ ପ୍ରୋସେସ କରିବା ପାଇଁ ଗୁରୁ ବାରମ୍ବାର ଲାଞ୍ଚ ଦାବି କରି ହଇରାଣ କରୁଥିବା ନେଇ ପୂର୍ବରୁ ଅଭିଯୋଗ ହୋଇଥିଲା। ଏହି କ୍ରମରେ ବ୍ରଜରାଜନଗର ଜିଏନଏମ ସେଣ୍ଟର ନର୍ସିଂ ଶିକ୍ଷକ ବିନୋଦ ବିହାରୀ ରୋହିଦାସ ଯେତେବେଳେ ନିଜ ଛାତ୍ରୀଛାତ୍ରଙ୍କ ଟ୍ରେନିଂ ପାଇଁ ଅନୁରୋଧ କରିଥିଲେ, ସେକ୍ସନ ଅଫିସର ଜଣକ ୨,୫୦୦ ଟଙ୍କା ଦାବି କରିଥିଲେ। ଏଥିରେ ଅତିଷ୍ଠ ହୋଇ ଶିକ୍ଷକ ଜଣକ ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଆଜି ଯୋଜନାବଦ୍ଧ ଭାବେ ଝାରସୁଗୁଡା ଡିଏସପି କଳାବତୀ ବାଗ ଏବଂ ସୁନ୍ଦରଗଡ଼ ଡିଏସପି ଦୈତାରୀ ଘଡେଇ ଏବଂ ଭିଜିଲାନ୍ସ ଟିମ ମିଶି ଚଢାଉ କରି ଲାଞ୍ଚ ଟଙ୍କା ଗ୍ରହଣ କରୁଥିବା ସମୟରେ ଅନିତ କୁମାର ଗୁରୁଙ୍କୁ ରଙ୍ଗେ ହାତ ଧରିଥିଲେ। ତାଙ୍କ ନିକଟରୁ ସମସ୍ତ ଲାଞ୍ଚ ଟଙ୍କା ଜବତ କରାଯାଇଛି। ଏହି ଘଟଣା ପରେ ଅଭିଯୁକ୍ତଙ୍କ ଆୟ ବହିର୍ଭୂତ ସମ୍ପତ୍ତି ଉପରେ ସନ୍ଦେହ କରି ଭିଜିଲାନ୍ସ ଟିମ ପକ୍ଷରୁ ଅନିତଙ୍କର ଝାରସୁଗୁଡା ବେଇମୁଣ୍ଡା ସ୍ଥିତ ନିଜ ଘର ସହିତ ଦୁଇଟି ସ୍ଥାନରେ ଏକକାଳୀନ ଚଢାଉ ଜାରି ରହିଛି।ଏହି ସମ୍ପର୍କରେ ରାଉରକେଲା ଭିଜିଲାନ୍ସ ପୋଲିସ ଷ୍ଟେଶନରେ କେସ ନଂ-୨/୨୦୨୬ ଅନୁସାରେ ଦୁର୍ନୀତି ନିବାରଣ ଅଧିନିୟମ, ୨୦୧୮ର ଧାରା ୭ ଅନୁଯାୟୀ ମାମଲା ରୁଜୁ କରାଯାଇଛି। ବର୍ତ୍ତମାନ ଘଟଣାର ଅଧିକ ତଦନ୍ତ ଜାରି ରହିଛି ଏବଂ ଆଗକୁ ସବିଶେଷ ତଥ୍ୟ ବିଷୟରେ ସୂଚନା ଦିଆଯିବ ବୋଲି ଝାରସୁଗୁଡା ଡିଏସପି କଳାବତୀ ବାଗ ପ୍ରକାଶ କରିଛନ୍ତି।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବିକ୍ରି ନ ହୋଇ ମଣ୍ଡିରେ ପଡ଼ିଛି ଧାନ, ଏପଟେ ବରଗଡ଼ରୁ ଆନ୍ଧ୍ରକୁ ହେଉଛି ଚାଲାଣ

ବରଗଡ଼,୧୩ା୬(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ରବି ଧାନ ସଂଗ୍ରହ ପ୍ରକ୍ରିୟାକୁ ମାସେ ବିତି ଯାଇଛି। ତେବେ ଜିଲାରେ ଏବେ ମଧ୍ୟ ଧାନ ଉଠାଣ ପ୍ରକ୍ରିୟା ଶୀଥିଳ ଗତିରେ…

ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷାଙ୍କ ବିୟୋଗ: ବାସଭବନରେ ପହଞ୍ଚି ପରିବାରବର୍ଗଙ୍କୁ ଭେଟିଲେ ମନ୍ତ୍ରୀ-ବିଧାୟକ

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦର ଅଧ୍ୟକ୍ଷା ଶର୍ମିଷ୍ଠା ପ୍ରଧାନଙ୍କ ଗତ ବୁଧବାର ଅକାଳରେ ବିୟୋଗ ଘଟିଥିଲା। ଏ ନେଇ ଛତ୍ରପୁର ଓ ଆଖପାଖ ଅଞ୍ଚଳରେ ଶୋକ ଛାୟା…

ବିଲରୁ ଅଚିହ୍ନା ମହିଳାଙ୍କ ମୃତଦେହ ଜବତ

ହାଟଡିହୀ/ଆନନ୍ଦପୁର,୧୩ା୬(ଶୁଭକାନ୍ତ ନାୟକ/ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଥାନା ତରତରା ଅଞ୍ଚଳରୁ ଜଣେ ପ୍ରାୟ ୪୫ ବର୍ଷ ବୟସ୍କା ମହିଳାଙ୍କ ମୃତଦେହ ଏକ ବିଲରୁ ଉଦ୍ଧାର…

କୋଟିଆ ନେରିଡିବାଲସାରେ ହାତୀ ଆତଙ୍କ, ଆନ୍ଧ୍ରରୁ ସିୟୁରା ଆଡ଼କୁ ଆସି…

ପଟାଙ୍ଗି,୧୩ା୬(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତ ସୀମାନ୍ତ ଗ୍ରାମରେ ହାତୀ ଆତଙ୍କରେ ଲୋକେ ଭୟଭୀତ ହୋଇପଡ଼ିଛନ୍ତି। ସୂଚନା ଅନୁଯାୟୀ, ଉକ୍ତ…

ଓଲଟିଲା ଜିମ୍ପସନ୍‌ ବୋଝେଇ ହାଇଓ୍ବା, ବିଲ ଭିତରେ ପଡ଼ିଲା ସବୁତକ…

ପାଟଣା,୧୩ା୬(ବୀରକିଶୋର ଦାଶ): କେନ୍ଦୁଝର ଜିଲା ଢେଙ୍କିକୋଟ ପାଟଣା ୨୨୦ ନମ୍ବର ଜାତୀୟ ରାଜପଥ କୁଆପଶି ରାଇସିମିଲ୍‌ ପୋଖରୀ ନିକଟରେ ଶନିବାର ଏକ ଜିମ୍ପସନ ବୋଝେଇ ଓଡି ୨୧ଟି…

ପଡ଼ୋଶୀଙ୍କ ଆକ୍ରମଣରେ ଜଣେ ଗୁରୁତର, ଠେଙ୍ଗାମାଡ଼ରେ…

ଦିଗପହଣ୍ଡି,୧୩ା୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡି. ଆମ୍ବଠା ଗ୍ରାମର ଧ୍ରୁବ ରାଉତ ତାଙ୍କ ପଡ଼ୋଶୀ ଅର୍ଜୁନ ନାହାକଙ୍କୁ ଶନିବାର ସକାଳ ପ୍ରାୟ ସାଢ଼େ…

ନିର୍ମାଣାଧୀନ କାର୍ଯ୍ୟ ପରିଦର୍ଶନ କଲେ ମନ୍ତ୍ରୀ, ସମୀକ୍ଷା କରି କହିଲେ…

ଛତ୍ରପୁର,୧୩ା୬(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ବ୍ଲକ ଅନ୍ତର୍ଗତ ରଘୁନାଥପୁର ଛକଠାରେ ନିର୍ମାଣାଧୀନ ରିଙ୍ଗ୍‌ରୋଡ୍‌କୁ ଓଡ଼ିଶା ସରକାରଙ୍କ ଆଇନ, ପୂର୍ତ୍ତ ଓ ଅବକାରୀ ବିଭାଗର ମନ୍ତ୍ରୀ ପୃଥ୍ବୀରାଜ…

ବିବାହିତା ମହିଳାଙ୍କୁ ପ୍ରେମ କରିବା ପଡ଼ିଲା ମହଙ୍ଗା, ଯୁବକ ନେଲେ ଚରମ ନିଷ୍ପତ୍ତି…

ହାଟଡିହୀ/ଛେନାପଦୀ,୧୩ା୬(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ବଣିଆପଙ୍କ ଗ୍ରାମ ନିକଟରେ ଶନିବାର ଜଣେ ଯୁବକ ଜଣେ ବିବାହିତା ମହିଳାଙ୍କୁ ପ୍ରେମ କରି ଧୋକା ଖାଇବାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri