ଭବାନୀପାଟଣା,୮।୬(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ କଳାହାଣ୍ଡି ଜଳବିଭାଜିକା ବିଭାଗର କର୍ମଚାରୀ ତଥା ମନରେଗା ସହାୟିକା ପ୍ରିୟଙ୍କା ଜେନା। ଫାର୍ମ ପଣ୍ଡ କାମରେ ବିଲ୍ କରାଇ ଦେବା ନେଇ ଜଣେ ହିତାଧିକାରୀଙ୍କ ଠାରୁ ଭବାନୀପାଟଣା ଇରିଗେସନ କଲୋନୀ ଛକ ନିକଟରେ ୩୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାବୁଡ଼ରେ ପଡିଛନ୍ତି। ଏ ନେଇ ଭିଜିଲାନ୍ସ ବିଭାଗ ଅଧିକ ସୂଚନା ପାଇଁ ତାଙ୍କୁ ଅଟକ ରଖି ପଚରାଉଚରା ଜାରି ରଖିଛି।