ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଗୁରୁବାର ପୂର୍ବାହ୍ନରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି।
କେନ୍ଦୁଝର ଭିଜିଲାନ୍ସ ଡିଏସ୍‌ପି ସୁଧାଂଶୁ ଶେଖର ପୂଜାରୀଙ୍କ ନେତୃତ୍ୱରେ ଏକ ଟିମ୍‌ ପାଟଣା ତହସିଲ କାର୍ଯ୍ୟାଳୟରେ ପହଞ୍ଚି ଯାଞ୍ଚ ଆରମ୍ଭ କରିଛି। ଡଳଙ୍ଗ ଅଞ୍ଚଳର ଜଣେ ବ୍ୟକ୍ତି ପରିବାରର ଜମି ପାର୍ଟିଶନ ପାଇଁ ଆବେଦନ କରିଥିବାବେଳେ ଉମାଶଙ୍କର ତାଙ୍କୁ ଲାଞ୍ଚ ମାଗିଥିବା ଅଭିଯୋଗ ହୋଇଥିଲା। ଏନେଇ ସମ୍ପୃକ୍ତ ବ୍ୟକ୍ତି ବୁଧବାର ଭିଜିଲାନ୍ସର ଦ୍ୱାରସ୍ଥ ହୋଇଥିଲେ। ଅଭିଯୋଗ ଆଧାରରେ ଗୁରୁବାର ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଥିଲା। ଏହାପରେ ତହସିଲଦାର ଅଶ୍ୱିନୀ କୁମାର ନାଏକ ଓ ମୁଖ୍ୟ କିରାଣିଙ୍କଠାରୁ ଉମାଶଙ୍କରଙ୍କ ସମ୍ପର୍କିତ ବିଭିନ୍ନ ଫାଇଲ ନେଇ ଭିଜିଲାନ୍ସ ଟିମ୍‌ ଯାଞ୍ଚ ଚଳାଇଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଟିଏ, ଡିଏ ନାଁରେ କରିଥିଲେ ଦେଢ଼କୋଟି ଟଙ୍କା ଚଳୁ, ଡାଟା ଏଣ୍ଟ୍ରି ଅପରେଟରଙ୍କୁ ବାନ୍ଧିଲା ପୋଲିସ

କଟକ,୨୮ା୮(ପ୍ରଭୁକଲ୍ୟାଣ ପାଲ): ଟିଏ, ଡିଏ ନାଁରେ ଦେଢ଼ କୋଟି ଟଙ୍କା ଚଳୁ କରି ଶେଷରେ ବନ୍ଧା ହୋଇଛନ୍ତି ଡାଟା ଏଣ୍ଟ୍ରି ଅପରେଟର। ଅନ୍ୟ ଲୋକଙ୍କ ଦରମାରେ ନିଜେ…

ଗଞ୍ଜେଇ ଲିଙ୍କ: ଫାଣ୍ଡି ଅଧିକାରୀ ସସ୍‌ପେଣ୍ଡ, ବିଦା ହେଲେ ହୋମଗାର୍ଡ

ବୌଦ୍ଧ,୨୮।୭: ଗଞ୍ଜେଇ ଚୋରା ଚାଲାଣ ଲିଙ୍କ୍‌ରେ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅଧିକାରୀ ତଥା SI ପ୍ରାଣବନ୍ଧୁ ସାହୁଙ୍କୁ ଚାକିରିରୁ ସସ୍‌ପେଣ୍ଡ କରାଯାଯାଇଛି। ଏପରିକି ହୋମଗାର୍ଡ ମାନଭଞ୍ଜନ…

ଆଜି କମିଛି ସୁନା ଦର! ରୁପା ଦରରେ ବି ବଡ଼ ପରିବର୍ତ୍ତନ; ଚେକ୍ କରନ୍ତୁ ନୂଆ ମୂଲ୍ୟ…

ରାଖୀ ପୂର୍ଣ୍ଣିମା ଅବସରରେ ସୁନା ଓ ରୁପା ଦରକୁ ନେଇ ଆସିଲା ବଡ଼ ଖବର। କାଲି ଅପେକ୍ଷା ଆଜି କମିଛି ସୁନା ଦର। କିଣିବା ପୂର୍ବରୁ ଏଠାରେ…

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

ଭାଗ୍ୟ ବଦଳାଇବ ସୂର୍ଯ୍ୟଙ୍କ ମହାଗୋଚର! ସେପ୍ଟେମ୍ବରରୁ ଏହି ୩ ରାଶିଙ୍କୁ ମିଳିବ ବଡ଼ ଫାଇଦା! କ୍ୟାରିୟରରୁ ବ୍ୟବସାୟ ଯାଏ…

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ୧୭ ସେପ୍ଟେମ୍ବର ୨୦୨୬ରେ ସୂର୍ଯ୍ୟ ମହାଗୋଚର କରିବେ। ସିଂହ ରାଶିରେ ନିଜ ଯାତ୍ରା ଶେଷ କରି ସୂର୍ଯ୍ୟ କନ୍ୟା ରାଶିରେ ପ୍ରବେଶ କରିବେ।…

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି…

ଛାତ ଉପରେ ଶର୍ଟ ଉଡାଇଲେ ଯୁବକ, ଉଦ୍ଧାର ପାଇଁ ପହଞ୍ଚିଲା ହେଲିକପ୍ଟର: ନେପାଳର ବନ୍ୟାର ଛାତିଥରା ଭିଡିଓ ଭାଇରାଲ

କାଠମାଣ୍ଡୁ,୨୮।୮: ପ୍ରକୃତି ନେପାଳରେ ତାଣ୍ଡବ ସୃଷ୍ଟି କରିଛି। ସବୁଠି ପାଣି, କାଦୁଅ ଏବଂ ବିନାଶ ଦୃଶ୍ୟମାନ ହେଉଛି। ନଦୀଗୁଡ଼ିକ ପ୍ରବାହିତ ହେଉଛି, ରାସ୍ତାଗୁଡ଼ିକ ଭାସି ଯାଇଛି ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri