ଲାଞ୍ଚ ନେଇ ଭିଜିଲାନ୍ସରେ ଧରାପଡିବା ଘଟଣା: ଗିରଫ ହେଲେ ଫାଣ୍ଡି ଅଧିକାରୀ

ଜୟପୁର,୭ା୮(ପବନ ପାଣିଗ୍ରାହୀ): ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ରବିବାର ଧରାପଡିଥିବା ଆମ୍ବାଗୁଡା ଫାଣ୍ଡି ଅଧିକାରୀ ପ୍ରଶାନ୍ତ ମହାନ୍ତିଙ୍କୁ ସୋମବାର ଗିରଫ କରାଯାଇଛି। ସେ ସେଠାରେ ଏସ୍‌ଆଇ ରୂପେ କାର୍ଯ୍ୟ କରୁଥିଲେ। ସେ ଏକ ମାମଲାକୁ ରଫାଦଫା କରିଦେବାକୁ ଛତ୍ରିପୁଟ ଗ୍ରାମର କୃଷ୍ଣ ଗାଦବାଙ୍କଠାରୁ ୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ। ମାମଲା ପାଇଁ ଗାଦବାଙ୍କୁ ଟଙ୍କା ଦେବାକୁ କହିବାରୁ ସେ ସମ୍ମତି ଦେଇଥିଲେ। ତାଙ୍କୁ ଏସ୍‌ଆଇ ମହାନ୍ତି ଟଙ୍କା ଧରି ଉମୁରି ନିକଟକୁ ଆସିବାକୁ କହିଥିଲେ। ଏନେଇ ଗାଦବା ଜୟପୁର ଭିଜିଲାନ୍ସରେ ଜଣାଇଥିଲେ। ତାଙ୍କଠାରୁ ଉମୁରିଠାରେ ଏସ୍‌ଆଇ ମହାନ୍ତି ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ପୂର୍ବରୁ ସେଠାରେ ଜଗି ରହିଥିବା ଭିଜିଲାନ୍ସ ଅଧିକାରୀମାନେ ତାଙ୍କୁ ଧରିଥିଲେ। ପରେ ଭିଜିଲାନ୍ସ ପକ୍ଷରୁ ଜୟପୁର ସଦର ଥାନା, ଥାନା ପରିସରରେ ଥିବା ମହାନ୍ତିଙ୍କ କ୍ୱାଟର୍ସ ଓ ଦାମନଯୋଡି ଭଡା ଘର ଉପରେ ଚଢାଉ କରାଯାଇଥିଲା। ତାଙ୍କ ବାସଭବନରୁ ୫ ଲକ୍ଷରୁ ଊର୍ଦ୍ଧ୍ୱ ନଗଦ ଟଙ୍କା ଜବତ କରାଯାଇଛି ା ସମସ୍ତ ତଥ୍ୟପ୍ରମାଣକୁ ଭିତ୍ତି କରି ଏସଆଇ ମହାନ୍ତିଙ୍କୁ ଗିରଫ କରାଯାଇ କୋର୍ଟଚାଲାଣ କରାଯାଇଥିବା ଭିଜିଲାନ୍ସ ପକ୍ଷରୁ କୁହାଯାଇଛି ା ତାଙ୍କର ସ୍ତାବର ଓ ଅସ୍ଥାବର ସମ୍ପତ୍ତିର ଆକଳନ ଜାରି ରହିଛି ା


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀଛାତ୍ରଙ୍କ ପ୍ରେରଣାର ଉତ୍ସ ଥିଲେ ଶଙ୍କର ପ୍ରସାଦ: ସୁପ୍ରଶାସକଙ୍କ ଭାବପୂର୍ଣ୍ଣ ଅବସର

ଦିଗପହଣ୍ଡି,୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜର ଅଧ୍ୟକ୍ଷ ମେଜର୍‌ ଡ. ଶଙ୍କର ପ୍ରସାଦ ଅଧିକାରୀଙ୍କୁ ତାଙ୍କର…

କାହିଁ ଆମର ସ୍ବାଭିମାନ

ବେଳେ ବେଳେ ମନେହୁଏ, ସ୍ବତନ୍ତ୍ର ଉତ୍କଳ ପ୍ରଦେଶ ଗଠନର ଏତେ ବର୍ଷ ପରେ ଆମେ ଓଡ଼ିଶାର ଅଧିବାସୀ ତଥା ଓଡ଼ିଆ ଭାଷାଭାଷୀମାନେ ସାମଗ୍ରିକ ଭାବରେ ଆମ ରାଜ୍ୟ…

ବଢ଼ୁଛି ସହରୀକରଣ: ୨୧୦୦ ସୁଦ୍ଧା ୩୮% ଲୋକ ବଡ଼ ସହରରେ କରିବେ ବାସ

ନୂଆଦିଲ୍ଲୀ,୧।୭ (ପିଟି):ସମୟର ତାଳେ ତାଳେ ସାରା ବିଶ୍ୱରେ ସହରୀକରଣ ବୃଦ୍ଧି ପାଇବାରେ ଲାଗିଛି। ଆଉ ଏହି ଧାରା ଜାରି ରହିଲେ ୨୧୦୦ ମସିହା ସୁଦ୍ଧା ୩୮% ଲୋକ…

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri