ପୂର୍ବତନ ଡିଏସ୍‌ଡବ୍ଲ୍ୟୁଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ଭୁବନେଶ୍ୱର,୨୨ା୬(ସତ୍ୟଜିତ୍‌ ରାଉତ): ଭଦ୍ରକର ପୂର୍ବତନ ଜିଲା ସାମାଜିକ ମଙ୍ଗଳ ଅଧିକାରଣୀ (ଡିଏସ୍‌ଡବ୍ଲୂ୍ୟଓ) ଜୟନ୍ତୀ ବେହେରା ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ଜୟନ୍ତୀଙ୍କ ଘର ସମେତ ବାଲେଶ୍ୱର, ଭଦ୍ରକ ଓ ଭୁବନେଶ୍ୱରର ୧୧ଟି ସ୍ଥାନରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଏକକାଳୀନ ଚଢ଼ାଉ କରାଯାଉଛି।

ବାଲେଶ୍ୱର ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ଙ୍କ ଯାଞ୍ଚ ଓ୍ବାରେଣ୍ଟ ବଳରେ ହେଉଥିବା ଏହି ଚଢ଼ାଉରେ ଜଣେ ଅତିରିକ୍ତ ଏସ୍‌ପି, ୪ ଡିଏ୍‌ପି, ୮ ଇନ୍ସପେକ୍ଟର ଓ ଅନ୍ୟାନ୍ୟ କର୍ମଚାରୀ ନିୟୋଜିତ ହୋଇଛନ୍ତି। ଜୟନ୍ତୀ ବଦଳି ହୋଇ ବର୍ତ୍ତମାନ ମହିଳା ଓ ଶିଶୁ କଲ୍ୟାଣ ବିଭାଗରେ କାର୍ଯ୍ୟ କରୁଛନ୍ତି।

ବାଲେଶ୍ୱରରେ ଜୟନ୍ତୀଙ୍କର ୩ଟି ବହୁମହଲା ବିଶିଷ୍ଟ କୋଠା, ୪ଟି ପ୍ଲଟ୍‌, ଭୁବନେଶ୍ୱରରେ ୨ଟି ଫ୍ଲାଟ୍‌, ପୋଷ୍ଟାଲ ଓ ଜୀବନବୀମା ଜମା ୫୩ ଲକ୍ଷ, ନଗଦ ୨ ଲକ୍ଷ ୭୯ ହଜାର, ଗୋଟିଏ ଚାରିଚକିଆ ଯାନ ସମେତ ଅନ୍ୟାନ୍ୟ ସାମଗ୍ରୀ ଠାବ ହୋଇସାରିଲାଣି। ଚଢ଼ାଉ ଜାରି ରହିଥିବାରୁ ମୋଟ୍‌ ସମ୍ପତ୍ତିର ଆକଳନ କରାଯାଇପାରିନାହିଁଁ।

ଅନ୍ୟପକ୍ଷରେ ଗଣମାଧ୍ୟମକୁ ତାଙ୍କ ପୁଅ କହିଛନ୍ତି, ଭଦ୍ରକରେ ଭଡ଼ାଘର ଆଉ ଭୁବନେଶ୍ୱରେ ଗୋଟିଏ ଘର ରହିଛି। ମିଡିଲ କ୍ଲାସ ପରିବାରରେ ଯେତିକି ଆବଶ୍ୟକତା ଆମ ପାଖରେ ତାହା ଅଛି। ଆମ ବିରୋଧରେ ଷଡ଼ଯନ୍ତ୍ର କରି ଏହି ରେଡ୍‌ କରାଯାଉଛି ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଇଂଲଣ୍ଡ ପହଞ୍ଚୁ ପହଞ୍ଚୁ ଟିମ୍‌ ଇଣ୍ଡିଆକୁ ବଡ଼ ଝଟ୍‌କା: ଦିନିକିଆ ସିରିଜରୁ ବାଦ୍‌ ପଡ଼ିବେ ଏହି ଷ୍ଟାର ଖେଳାଳି!

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍ ହରାଇବା ପରେ ଭାରତୀୟ ଦଳ ଏବେ ଇଂଲଣ୍ଡରେ ପହଞ୍ଚି ସାରିଛି। ଜୁଲାଇ ୧ ତାରିଖରୁ ଭାରତ ଏବଂ ଇଂଲଣ୍ଡ ମଧ୍ୟରେ…

ବୈଭବ ସୂର୍ଯ୍ୟବଂଶୀଙ୍କୁ ପୁଣି ମିଳିବନି ସୁଯୋଗ? ଡେବ୍ୟୁକୁ ନେଇ ଏ କ’ଣ କହିଦେଲେ ଅଧିନାୟକ

ନୂଆଦିଲ୍ଲୀ,୩୦।୬: ଆୟରଲ୍ୟାଣ୍ଡ ବିପକ୍ଷ ଟି-୨୦ ସିରିଜ୍‌ରେ ଆଶ୍ଚର୍ଯ୍ୟଜନକ ପରାଜୟ ପରେ ଭାରତୀୟ ଦଳର ବ୍ୟାଟିଂ ଲାଇନ୍-ଅପ୍‌କୁ ନେଇ ଅନେକ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ବିଶେଷ କରି ଚମତ୍କାର…

ବରଗଡ଼ ଆସିବେ ଅମିତ୍ ଶାହା: ୨ଜି ଇଥାନଲ ପ୍ଲାଣ୍ଟର କରିବେ ଉଦଘାଟନ, ଗସ୍ତ ପୂର୍ବରୁ ପ୍ରଶାସନ ତତ୍ପର

ବରଗଡ଼,୩୦।୬(ପ୍ରେମାନନ୍ଦ ଖମାରୀ)- ସ୍ଵରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଆସନ୍ତା ଜୁଲାଇ ମାସ ୪ତାରିଖ ବରଗଡ଼ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ଆସି ସେ ଭଟଲି…

ବିଦ୍ୟୁତ୍ ବିଭାଗର ଚରମ ଅବହେଳା ପ୍ରତିବାଦରେ ଉତ୍ତେଜନା: ସବଷ୍ଟେସନରେ ତାଲା ପକାଇ ଗ୍ରାମବାସୀଙ୍କ ଧାରଣା

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ବିଦ୍ୟୁତ୍ ବିଭାଗର ଚରମ ଅବହେଳାକୁ ନେଇ ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡା ଗ୍ରାମରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଗତ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତଙ୍କ ଉଦ୍ୟମରେ ମେଗା ରକ୍ତଦାନ ଶିବିର: ୪୦ ୟୁନିଟ୍ ରକ୍ତ ସଂଗ୍ରହ

ଦିଗପହଣ୍ଡି, ୩୦।୬(ଅଶେଷ ନାଥ ମିଶ୍ର): ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଯୋଗୁ ବ୍ରହ୍ମପୁର ବଡ଼ ଡାକ୍ତରଖାନା ରକ୍ତ ଭଣ୍ଡାରରେ ଦେଖାଦେଇଥିବା ରକ୍ତ ଅଭାବକୁ ଦୂର କରିବା ପାଇଁ ଏକ…

ଥୁଆମୂଳ ରାମପୁରରେ ଦୁର୍ଘଟଣା: ଗୁରୁତରଙ୍କୁ ମିଳିଲାନି ଆମ୍ବୁଲାନ୍ସ, ବେସରକାରୀ ଗାଡ଼ିରେ ମେଡିକାଲ ସ୍ଥାନାନ୍ତର, ବଢ଼ିଲା ଅସନ୍ତୋଷ

ଥୁଆମୂଳ ରାମପୁର, ୩୦।୬ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ଥାନା ସଦର ସ୍ଥିତ ତାଳବନ୍ଧ ପଡ଼ା ଓ କାଲି ମନ୍ଦିର ପଡ଼ା ମଝିରେ ଥିବା ଦୁଇଟି ବନ୍ଧ…

ବିଶ୍ୱକପ୍‌ରୁ ବିଦାୟ ନେବା ପରେ ମୁହିଁ ଖୋଲିଲେ ଅଧିନାୟକ, କହିଲେ…

ଫକ୍ସବରୋ,୩୦ା୬: କ୍ରମାଗତ ତୃତୀୟଥର ପାଇଁ ଜର୍ମାନୀ ବିଶ୍ୱକପ୍‌ର ପ୍ରାରମ୍ଭିକ ପର୍ଯ୍ୟାୟରୁ ବିଦାୟ ନେଇଛି। ଏଥର ଦଳ ପେନାଲ୍ଟି ଶୁଟ୍‌ଆଉଟ୍‌ରେ ପାରାଗୁଏଠାରୁ ଲଜ୍ଜାଜନକ ପରାଜୟ ବରଣ କରିଛନ୍ତି। ଦକ୍ଷିଣ…

ଅଧ୍ୟକ୍ଷା ସ୍ମିତାରାଣୀଙ୍କ ଅବସର ପରେ ସୁଶାନ୍ତ ନେଲେ ଅଧ୍ୟକ୍ଷ ଦାୟିତ୍ୱ

ଭଞ୍ଜନଗର,୩୦।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସାବିତ୍ରୀ ମହିଳା ମହାବିଦ୍ୟାଳୟ ଅଧ୍ୟକ୍ଷା ଡ. ସ୍ମିତାରାଣୀ ପଣ୍ଡା ମଙ୍ଗଳବାର ଚାକିରିରୁ ଅବସର ନେଇଛନ୍ତି। ଏହି ଅବସରରେ ନୂତନ ଭାରପ୍ରାପ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri