ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଇନ୍ସପେକ୍ଟର

ସମ୍ବଲପୁର,୧୪ା୫(ବ୍ୟୁରୋ): ରାଜ୍ୟ ଭିଜିଲାନ୍ସ ବିଭାଗର ଆଭ୍ୟନ୍ତରୀଣ ଟିମ୍‌ ଫାସରେ ପଡ଼ିଛନ୍ତି ସମ୍ବଲପୁର ଭିଜିଲାନ୍ସ ଡିଭିଜନ ଇନ୍ସପେକ୍ଟର ମାନସୀ ଜେନା। ବରଗଡ଼ର ମୁକେଶ ସାହୁ ନାମକ ଯୁବକଙ୍କୁ ମଧ୍ୟସ୍ଥ କରି ସେ ଶୁକ୍ରବାର ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରିଛି। ଟିମ୍‌ ଏକସଙ୍ଗରେ ସମ୍ବଲପୁର ସରକାରୀ କ୍ୱାର୍ଟର୍ସ, ସୁନ୍ଦରଗଡ଼ ଓ ଭୁବନେଶ୍ୱରର ତାଙ୍କ ଘରେ ଚଢ଼ାଉ ଜାରି ରଖିଛି। ମୁକେଶଙ୍କ ବରଗଡ଼ ଘରେ ମଧ୍ୟ ଟିମ୍‌ ଚଢ଼ାଉ କରିଛି। ଜଣେ ସରକାରୀ ଅଧିକାରୀଙ୍କ ନାମରେ ଥିବା ମାମଲାକୁ ରଫାଦଫା କରିବାକୁ ସେ ଏହି ଟଙ୍କା ଲାଞ୍ଚ ନେଉଥିଲେ ବୋଲି ଅଭିଯୋଗ ହେଉଛି। ଅନ୍ୟପଟେ ଦୋଷୀ ଯେକେହି ହୁଅନ୍ତୁ ନା କାହିଁକି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଭିଜିଲାନ୍ସ ନିର୍ଦ୍ଦେଶକ ଓ୍ବାଇ.କେ. ଜେଠୱା ସୂଚନା ଦେଇଛନ୍ତି।
ରିପୋର୍ଟ ଅନୁସାରେ, ସମ୍ବଲପୁର ଭିଜିଲାନ୍ସ ଡିଭିଜନରେ କାର୍ଯ୍ୟରତ ଜେନା ଜଣେ ଅଧିକାରୀଙ୍କ ନାମରେ ଥିବା ମାମଲାକୁ ନେଇ ଧମକଚମକ ଦେଉଥିଲେ। ପରେ ଟଙ୍କା ଦେଲେ ମାମଲା ଚପାଇ ଦିଆଯିବ ବୋଲି କହିଥିଲେ। ମୁକେଶଙ୍କ ମାଧ୍ୟମରେ ସେ ୧୦ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ। ଏ ନେଇ ଅଧିକାରୀ ଜଣକ ଭିଜିଲାନ୍ସର ଉଚ୍ଚପଦସ୍ଥ ଅଧିକାରୀଙ୍କ ପାଖରେ ଅଭିଯୋଗ କରିଥିଲେ। ଏଥିପାଇଁ ଭିଜିଲାନ୍ସ ବିଭାଗର ଆଭ୍ୟନ୍ତରୀଣ ଟିମ୍‌ ଗଠନ ହୋଇଥିଲା। ଶୁକ୍ରବାର ମାନସୀଙ୍କ ନିର୍ଦ୍ଦେଶକ୍ରମେ ଅଧିକାରୀ ଜଣକ ମୁକେଶଙ୍କୁ ୧୦ ଲକ୍ଷ ଟଙ୍କା ଦେଇଥିଲେ। ଲାଞ୍ଚ ଟଙ୍କା ମୁକେଶ ମାନସୀଙ୍କୁ ଦେବା ସମୟରେ ଭିଜିଲାନ୍ସ ଟିମ୍‌ କାବୁ କରି ନେଇଥିଲା। ମୁକେଶଙ୍କ ପାଖରୁ ରାସାୟନିକ ପ୍ରଲେପ ଦିଆ ନୋଟ୍‌ ଜବତ ହୋଇଛି। ଏ ନେଇ ଭିଜିଲାନ୍ସ ସେଲରେ ୫/୨୨ରେ ମାମଲା ରୁଜୁ ହୋଇଛି। ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଓ ମୁକେଶଙ୍କୁ ବିଭାଗ ଅଟକ ରଖି ଜେରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଖୋଲିବ ହର୍ମୁଜ! ଇରାନ ରଖିଲା ଲମ୍ବା ସର୍ତ୍ତ, ରାଜି ହେଲେ ଟ୍ରମ୍ପ? ଜାଣନ୍ତୁ…

ତେହରାନ, ୭।୪: ଇରାନ ଏକ ଅସ୍ତ୍ରବିରତି ପ୍ରସ୍ତାବକୁ ଆନୁଷ୍ଠାନିକ ଭାବରେ ସୋମବାର ପ୍ରତ୍ୟାଖ୍ୟାନ କଲା ଏବଂ ଏହା ବଦଳରେ ଯୁଦ୍ଧ ଶେଷ କରିବା ପାଇଁ ଏକ ୧୦-ସୂତ୍ରୀ…

କୋମାରେ ଇରାନର ସୁପ୍ରିମ ଲିଡର? କାହିଁକି ବ୍ୟାପିଛି ଏଭଳି ଖବର? ଜାଣନ୍ତୁ ଏହା ପଛର କାରଣ

ତେହରାନ,୭।୪: ବ୍ରିଟିଶ ଖବରକାଗଜ ଦି ଟାଇମ୍ସ ଏକ ଗୁରୁତ୍ୱପୂର୍ଣ୍ଣ ଖୁଲାସା କରିଛି। ରିପୋର୍ଟରେ କୁହାଯାଇଛି ଯେ ମୋଜତାବା ଖାମେନେଇ ଅଚେତ ଅଛନ୍ତି ଏବଂ ବର୍ତ୍ତମାନ ତାଙ୍କjର ଏହି…

ପାଣିପାଗ ବିଭାଗର ସତର୍କ ସୂଚନା, ଏପ୍ରିଲ ୧୦ ପର୍ଯ୍ୟନ୍ତ କାଳବୈଶାଖୀ…

ଭୁବନେଶ୍ୱର,୭।୪(ବନ୍ଦନା ସେଠୀ): ସମୁଦ୍ର ପତ୍ତନଠାରୁ ୦.୯ କି.ମି. ଉଚ୍ଚରେ ଓଡ଼ିଶା ଏବଂ ପଡ଼ୋଶୀ ରାଜ୍ୟ ଉପରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି । ଏଥିସହ ଦକ୍ଷିଣ ଉପକୂଳ…

ମଧ୍ୟାହ୍ନଭୋଜନରେ ବ୍ୟାପକ ଅନିୟମିତତା:ହରିଲୁଟ୍‌ କରୁଥିଲେ ଶିକ୍ଷକ-ଶକ୍ଷୟିତ୍ରୀ, ଫିଟିଲା ଗୁମର

ଭୁବନେଶ୍ୱର, ୭।୪(ରବିନାରାୟଣ ଜେନା):ରାଜ୍ୟରେ ପୂର୍ବ ସରକାର ଅମଳରେ ଛାତ୍ରୀଛାତ୍ରଙ୍କ ଯୋଜନା କିଭଳି ହରିଲୁଟ୍‌ ହେଉଥିଲା ତା’ର ଗୁମର ପଦାକୁ ଆସିଛି। ଶିକ୍ଷୟିତ୍ରୀ/ଶିକ୍ଷକମାନେ ଛାତ୍ରୀଛାତ୍ରଙ୍କ ନାଁରେ ସରକାରଙ୍କ ମଧ୍ୟାହ୍ନଭୋଜନଠାରୁ…

ଭାରସାମ୍ୟ ହରାଇ ସାଲୁର୍ ଘାଟରେ ଓଲଟିଲା ଚାଉଳ ଟ୍ରକ୍, ୬ ଘଣ୍ଟା ଜାତୀୟ ରାଜପଥ…

ପଟ୍ଟାଙ୍ଗି,୭।୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍ ସୀମାକୁ ଲାଗି ରହିଥିବା ପଡୋଶୀ ଆନ୍ଧ୍ର ସୀମା ଭିତରେ ସାଲୁର୍ ଘାଟିରେ ଦୁର୍ଘଟଣା । ଏକ ଟ୍ରକ୍…

ପୂର୍ବତନ ଟେନିସ ଖେଳାଳି, ଓକିଲ ,ମିଡିଆ ହାଉସ ମାଲିକାଣି …, କିଏ ଆସାମ ମୁଖ୍ୟମନ୍ତ୍ରୀଙ୍କ ପତ୍ନୀ ରିନିକି ଭୂୟାଁ ଶର୍ମା? ଜାଣନ୍ତୁ…

ଗୁଆହାଟି,୭।୪: ଆସାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ଆରମ୍ଭ ହେବାକୁ ଆଉ କିଛି ଘଣ୍ଟା ବାକି ଥିବାବେଳେ, ରାଜ୍ୟରେ ରାଜନୈତିକ ତାପମାତ୍ରା କ୍ରମାଗତ ଭାବରେ ବୃଦ୍ଧି ପାଇବାରେ…

ରାତିଅଧରେ ବଡ ବ୍ଲାଷ୍ଟ, ହୁତୁ ହୁତୁ ଜଳିଲା ରେଲୱେ ଗ୍ରୀଡ୍

ବଣାଇଁ,୭।୪(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ ଜିଲା ଚାନ୍ଦିପୋଷ ଥାନା ପଛ ପଟେ ଥିବା ରେଲୱେ ଷ୍ଟେସନ ଗ୍ରୀଡ଼ରେ ଅଗ୍ନିକାଣ୍ଡ ହୋଇଛି । ସୋମବାର ରାତି ପ୍ରାୟ ୧୧ଟାରେ ହଠାତ…

ଧୁରନ୍ଧର ୨ ଦେଖିବା ପରେ କୋହଲି ଦେଲେ ଏମିତି ପ୍ରତିକ୍ରିୟା: ଚାରିଆଡ଼େ ଚର୍ଚ୍ଚା

ମୁମ୍ବାଇ,୭।୪: ରଣବୀର ସିଂହଙ୍କ ଅଭିନୀତ ଧୁରନ୍ଧର ୨ ଇତିହାସ ରଚିଛି। ଏହି ଫିଲ୍ମଟି ବକ୍ସ ଅଫିସ୍‌ରେ ଏପର୍ଯ୍ୟନ୍ତ ୧୬୦୦ କୋଟିରୁ ଅଧିକ ଟଙ୍କା ରୋଜଗାର କରିଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri