ଭିଜିଲାନ୍ସ ଜାଲରେ ଭିଜିଲାନ୍ସ ଇନ୍ସପେକ୍ଟର

ସମ୍ବଲପୁର,୧୪ା୫(ବ୍ୟୁରୋ): ରାଜ୍ୟ ଭିଜିଲାନ୍ସ ବିଭାଗର ଆଭ୍ୟନ୍ତରୀଣ ଟିମ୍‌ ଫାସରେ ପଡ଼ିଛନ୍ତି ସମ୍ବଲପୁର ଭିଜିଲାନ୍ସ ଡିଭିଜନ ଇନ୍ସପେକ୍ଟର ମାନସୀ ଜେନା। ବରଗଡ଼ର ମୁକେଶ ସାହୁ ନାମକ ଯୁବକଙ୍କୁ ମଧ୍ୟସ୍ଥ କରି ସେ ଶୁକ୍ରବାର ୧୦ ଲକ୍ଷ ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରିଛି। ଟିମ୍‌ ଏକସଙ୍ଗରେ ସମ୍ବଲପୁର ସରକାରୀ କ୍ୱାର୍ଟର୍ସ, ସୁନ୍ଦରଗଡ଼ ଓ ଭୁବନେଶ୍ୱରର ତାଙ୍କ ଘରେ ଚଢ଼ାଉ ଜାରି ରଖିଛି। ମୁକେଶଙ୍କ ବରଗଡ଼ ଘରେ ମଧ୍ୟ ଟିମ୍‌ ଚଢ଼ାଉ କରିଛି। ଜଣେ ସରକାରୀ ଅଧିକାରୀଙ୍କ ନାମରେ ଥିବା ମାମଲାକୁ ରଫାଦଫା କରିବାକୁ ସେ ଏହି ଟଙ୍କା ଲାଞ୍ଚ ନେଉଥିଲେ ବୋଲି ଅଭିଯୋଗ ହେଉଛି। ଅନ୍ୟପଟେ ଦୋଷୀ ଯେକେହି ହୁଅନ୍ତୁ ନା କାହିଁକି ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଭିଜିଲାନ୍ସ ନିର୍ଦ୍ଦେଶକ ଓ୍ବାଇ.କେ. ଜେଠୱା ସୂଚନା ଦେଇଛନ୍ତି।
ରିପୋର୍ଟ ଅନୁସାରେ, ସମ୍ବଲପୁର ଭିଜିଲାନ୍ସ ଡିଭିଜନରେ କାର୍ଯ୍ୟରତ ଜେନା ଜଣେ ଅଧିକାରୀଙ୍କ ନାମରେ ଥିବା ମାମଲାକୁ ନେଇ ଧମକଚମକ ଦେଉଥିଲେ। ପରେ ଟଙ୍କା ଦେଲେ ମାମଲା ଚପାଇ ଦିଆଯିବ ବୋଲି କହିଥିଲେ। ମୁକେଶଙ୍କ ମାଧ୍ୟମରେ ସେ ୧୦ ଲକ୍ଷ ଟଙ୍କା ଲାଞ୍ଚ ମାଗିଥିଲେ। ଏ ନେଇ ଅଧିକାରୀ ଜଣକ ଭିଜିଲାନ୍ସର ଉଚ୍ଚପଦସ୍ଥ ଅଧିକାରୀଙ୍କ ପାଖରେ ଅଭିଯୋଗ କରିଥିଲେ। ଏଥିପାଇଁ ଭିଜିଲାନ୍ସ ବିଭାଗର ଆଭ୍ୟନ୍ତରୀଣ ଟିମ୍‌ ଗଠନ ହୋଇଥିଲା। ଶୁକ୍ରବାର ମାନସୀଙ୍କ ନିର୍ଦ୍ଦେଶକ୍ରମେ ଅଧିକାରୀ ଜଣକ ମୁକେଶଙ୍କୁ ୧୦ ଲକ୍ଷ ଟଙ୍କା ଦେଇଥିଲେ। ଲାଞ୍ଚ ଟଙ୍କା ମୁକେଶ ମାନସୀଙ୍କୁ ଦେବା ସମୟରେ ଭିଜିଲାନ୍ସ ଟିମ୍‌ କାବୁ କରି ନେଇଥିଲା। ମୁକେଶଙ୍କ ପାଖରୁ ରାସାୟନିକ ପ୍ରଲେପ ଦିଆ ନୋଟ୍‌ ଜବତ ହୋଇଛି। ଏ ନେଇ ଭିଜିଲାନ୍ସ ସେଲରେ ୫/୨୨ରେ ମାମଲା ରୁଜୁ ହୋଇଛି। ଭିଜିଲାନ୍ସ ଇନ୍ସପେକ୍ଟର ମାନସୀ ଓ ମୁକେଶଙ୍କୁ ବିଭାଗ ଅଟକ ରଖି ଜେରା କରୁଛି।


Enter your email to get our daily news in your inbox.

All Right Reserved By Dharitri.Com

ଏପଟେ ଜଙ୍ଗଲ ନିଆଁ ଉତ୍ତାପକୁ କରୁଛି ଦ୍ୱିଗୁଣିତ, ସେପଟେ ବିଦ୍ୟୁତ୍‌କାଟ୍‌ ଘୋଷଣା

ଦାରିଙ୍ଗବାଡ଼ି,୨୬ା୪(ଅରୁଣ): କନ୍ଧମାଳ ଜିଲାରେ ଭଞ୍ଜନଗରଠାରୁ ଫୁଲବାଣୀକୁ ଆସିଥିବା ଓଡ଼ିଶା ବିଦ୍ୟୁତ୍‌ ଶକ୍ତି ପରିବହନ ନିଗମ ଲିମିଟେଡ୍‌ (ଓପିଟିସିଏଲ୍‌) ଅଧୀନସ୍ଥ ୧୩୨ କେଭି ଲାଇନର ବାର୍ଷିକ ରକ୍ଷଣାବେକ୍ଷଣ...

ଶୁଖୁଛି ଜଳଭଣ୍ଡାର, ସଙ୍କଟରେ ହାତୀ

କେନ୍ଦୁଝର,୨୬ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାରେ ତାପମାତ୍ରା ୪୩ ଡିଗ୍ରୀ ଉପରେ ରହୁଛି। ଅତ୍ୟଧିକ ଉତ୍ତାପରେ ଜନଜୀବନ ବ୍ୟତିବ୍ୟସ୍ତ ହୋଇପଡ଼ିଛି। ଗରମ ସାଙ୍ଗକୁ ନଦୀ, ନାଳ,...

ଏଏପି ଛାଡିଥିଲେ: ଏବେ ବିଜେଡ଼ିରେ ଯୋଗଦେବେ ବୋଲି ଚର୍ଚ୍ଚା

ବରଗଡ଼,୨୬।୪(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆମ ଆଦମୀ ପାର୍ଟି(ଏଏପି)ର ୪କାର୍ଯ୍ୟକର୍ତ୍ତା ଗୁରୁବାର ଦଳ ଛାଡ଼ିଛନ୍ତି । ସେମାନେ ହେଲେ, ଦଳର ବିଜେପୁର ବ୍ଳକ ସଭାପତି ରାମଚନ୍ଦ୍ର...

ନିର୍ବାଚନୀ ପ୍ରଚାର ପାଇଁ ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ

ଭୁବନେଶ୍ୱର,୨୬।୪: ଓଡ଼ିଶା ଆସିବେ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା। ଆସନ୍ତା ୨୮ ତାରିଖରେ ନଡ୍ଡା ଦିନିକିଆ ଓଡ଼ିଶା ଗସ୍ତରେ ଆସିବେ। ନଡ୍ଡାଙ୍କ ଗସ୍ତକୁ ନେଇ...

ଗୋଟିଏ ଡାଳରେ ଝୁଲିପଡ଼ିଲେ ନାବାଳକ-ଯୁବତୀ

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା...

ଗ୍ରୀଷ୍ମପ୍ରବାହଠୁ ବଳିଯାଉଛି ଇଟାଭାଟି ତାତି

ଧାମନଗର,୨୬।୪ (ସନ୍ତୋଷ କୁମାର ମହାପାତ୍ର): କିଛିଦିନ ହେଲା ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ ଜାରି ରହିଛି। ସକାଳ ୮ଟା ପରେ ଲୋକେ ଘରୁ ବାହାରିବା କଷ୍ଟକର ହୋଇପଡ଼ୁଛି। ଖରା...

ଯେତିକି ଲିଭୁଛି, ସେତିକି ଜଳୁଛି

ବାରିପଦା,୨୬ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ିଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ କରି...

୨ ନବାଗତଙ୍କ ସହ ଅଭିଜ୍ଞଙ୍କ ମୁକାବିଲା

ଅନୁଗୋଳ,୨୬।୪(ଅମିତ କୁମାର ସାମଲ):ଆସନ୍ତା ମେ ୨୫ରେ ହେବ ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ଭୋଟଗ୍ରହଣ। ଏଥର ବିଜେଡି ଅନୁଗୋଳରେ ନୂଆ ରଣନୀତି ଆପଣାଇଛି। ଦଳ ଦୀର୍ଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri