ରମାପୁର ଘାଇ ଘଟଣାର ଭିଜିଲାନ୍ସ ତଦନ୍ତ ଆରମ୍ଭ

ଧର୍ମଶାଳା,୨୩।୧(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ କେଲୁଅ ନଦୀର ରମାପୁରଠାରେ ହୋଇଥିବା ଘାଇ ଘଟଣାର ଭିଜିଲାନ୍ସ ତଦନ୍ତ ଆରମ୍ଭ ହୋଇଛି। ଶୁକ୍ରବାର କଟକ ଭିଜିଲାନ୍ସ ସେଲ୍‌ର ଏକ ୫ ଜଣିଆ ବୈଷୟିକ ଟିମ୍‌ ଘାଇ ସ୍ଥଳକୁ ଆସି ମାପଚୁପ କରି ଫେରିଛନ୍ତି। କଟକ ଭିଜିଲାନ୍ସ ସେଲ୍‌ ପକ୍ଷରୁ ଅତିରିକ୍ତ ଏସ୍‌ପି ହରନାରାୟଣ ପତିଙ୍କ ନେତୃତ୍ୱରେ ଅତିରିକ୍ତ ଏସ୍‌ପି ରଞ୍ଜନ କୁମାର ଦାସ, ଜଳସେଚନ ବିଭାଗ ମୁଖ୍ୟଯନ୍ତ୍ରୀ ଶିଶିର କୁମାର ପଟ୍ଟନାୟକ ପ୍ରମୁଖ ତଦନ୍ତରେ ସାମିଲ ହୋଇଛନ୍ତି। ତେବେ ଭିଜିଲାନ୍ସ ଟିମ୍‌ ଗସ୍ତ ସମ୍ପର୍କରେ ଜଳସେଚନ, ପୂର୍ତ୍ତ ବିଭାଗ ଓ ଧର୍ମଶାଳା ପୋଲିସକୁ ସୂଚନା ଦିଆଯାଇ ନ ଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଗତ ଅଗଷ୍ଟ ୨୮ରେ ବ୍ରାହ୍ମଣୀ ନଦୀରେ ବଡ଼ ଧରଣର ବନ୍ୟା ଆସିବା ଯୋଗୁ ରମାପୁରଠାରେ ୩୦୦ ଫୁଟରୁ ଊର୍ଦ୍ଧ୍ୱର ଘାଇ ହୋଇଥିଲା। ଫଳରେ ସ୍ଥାନୀୟ ୫ ପଞ୍ଚାୟତର ଲୋକେ ପ୍ରଭାବିତ ହୋଇଥିଲେ। ହେକ୍ଟର ହେକ୍ଟର ଫସଲ ନଷ୍ଟ ହୋଇଥିଲା। ତେବେ ଏହା ଏକ ମନୁଷ୍ୟକୃତ ଘାଇ ବୋଲି ଅଭିଯୋଗ ହେବା ସହ ଜାରକା ଜଳସେଚନ ବିଭାଗ ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା। ସ୍ଥାନୀୟ ବିଧାୟକ ପ୍ରଣବ ବଳବନ୍ତରାୟ ଓ ତାଙ୍କ ମାମୁ ଆର୍‌ଏଣ୍ଡ୍‌ବି ଜେଇ ନରେନ ଜେନା ଷଡ଼ଯନ୍ତ୍ର କରି ଘାଇ କରିଥିବା ବିରୋଧୀ ଅଭିଯୋଗ କରିଥିଲେ। ଏପରି କି ଡିନାମାଇଟ ସାହାଯ୍ୟରେ ଘାଇ କରାଯାଇଥିବା କୁହାଯାଇଥିଲା। ଏହି ଘଟଣା ରାଜ୍ୟବ୍ୟାପୀ ତୁମ୍ବିତୋଫାନ ସୃଷ୍ଟି କରିଥିବା ବେଳେ ଭାଜପା ଓ କଂଗ୍ରେସ ଦଳର ଏକ ଟିମ୍‌ ଆସି ସ୍ଥିତି ପରଖିବା ସହ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଥିଲେ। ପରେ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳର ସୂଚନା ଅଧିକାର କର୍ମୀ ସର୍ବେଶ୍ୱର ବେହୁରା ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ କରିଥିଲେ। ଘଟଣାରେ ଲୋକାୟୁକ୍ତ ସ୍ଥାନୀୟ ବିଧାୟକ ଓ ତାଙ୍କ ମାମୁଙ୍କ ସମେତ ୬ ଜଣଙ୍କୁ ନୋଟିସ୍‌ କରିଥିଲେ। ପରବର୍ତ୍ତୀ ସମୟରେ ଲୋକାୟୁକ୍ତ ଭିଜିଲାନ୍ସ ସେଲ୍‌କୁ ଘଟଣାର ତଦନ୍ତ କରି ୨ ମାସ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଧୋନୀ, କପିଲଙ୍କୁ କ୍ଷମା ମାଗିଲେ ଯୁବରାଜ, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୩ା୪: କିମ୍ୱଦନ୍ତୀ ଅଲରାଉଣ୍ଡର ଯୁବରାଜ ସିଂଙ୍କ ବାପା ଯୋଗରାଜ ସିଂ କିଛି ବର୍ଷ ତଳେ ଦେଶର ଦୁଇ ମହାନ୍‌ କ୍ରିକେଟ ଅଧିନାୟକ ମହେନ୍ଦ୍ର ସିଂ ଧୋନୀ ଓ…

ଥମୁନି ଦାଦନ ଦୁଖଃ: ତାମିଲନାଡୁରେ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ

ପାତ୍ରପୁର,୩ା୪(ଉମା ଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ଜଣେ ଦାଦନ ଶ୍ରମିକଙ୍କ କୋଏମ୍ୱାଟୁରରେ ହୃଦ୍‌ଘାତରେ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ବେହେରା(୪୫)।…

ଏମିତି ବି ଆସେ ମୃତ୍ୟୁ: ରାତିରେ ଖାଇପିଇ ଶୋଇଲେ ସକାଳକୁ…

ପାତ୍ରପୁର,୩।୪(ଉମାଚରଣ ନେପାକ): ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ କୋଳିହଳା ଗ୍ରାମର ବାସୁଦେବ ବେହେରା(୪୫)କୋଏମ୍ବାଟୁରର ଏକ ସୁତା କଳରେ ଦାଦନ ଖଟୁଥିବା ବେଳେ ଗୁରୁବାର ରାତିରେ ହୃଦଘାତରେ ତାଙ୍କର…

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri