ରମାପୁର ଘାଇ ଘଟଣାର ଭିଜିଲାନ୍ସ ତଦନ୍ତ ଆରମ୍ଭ

ଧର୍ମଶାଳା,୨୩।୧(ଡି.ଏନ.ଏ.): ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅଧୀନ କେଲୁଅ ନଦୀର ରମାପୁରଠାରେ ହୋଇଥିବା ଘାଇ ଘଟଣାର ଭିଜିଲାନ୍ସ ତଦନ୍ତ ଆରମ୍ଭ ହୋଇଛି। ଶୁକ୍ରବାର କଟକ ଭିଜିଲାନ୍ସ ସେଲ୍‌ର ଏକ ୫ ଜଣିଆ ବୈଷୟିକ ଟିମ୍‌ ଘାଇ ସ୍ଥଳକୁ ଆସି ମାପଚୁପ କରି ଫେରିଛନ୍ତି। କଟକ ଭିଜିଲାନ୍ସ ସେଲ୍‌ ପକ୍ଷରୁ ଅତିରିକ୍ତ ଏସ୍‌ପି ହରନାରାୟଣ ପତିଙ୍କ ନେତୃତ୍ୱରେ ଅତିରିକ୍ତ ଏସ୍‌ପି ରଞ୍ଜନ କୁମାର ଦାସ, ଜଳସେଚନ ବିଭାଗ ମୁଖ୍ୟଯନ୍ତ୍ରୀ ଶିଶିର କୁମାର ପଟ୍ଟନାୟକ ପ୍ରମୁଖ ତଦନ୍ତରେ ସାମିଲ ହୋଇଛନ୍ତି। ତେବେ ଭିଜିଲାନ୍ସ ଟିମ୍‌ ଗସ୍ତ ସମ୍ପର୍କରେ ଜଳସେଚନ, ପୂର୍ତ୍ତ ବିଭାଗ ଓ ଧର୍ମଶାଳା ପୋଲିସକୁ ସୂଚନା ଦିଆଯାଇ ନ ଥିବା ଜଣାପଡ଼ିଛି।
ସୂଚନାଯୋଗ୍ୟ, ଗତ ଅଗଷ୍ଟ ୨୮ରେ ବ୍ରାହ୍ମଣୀ ନଦୀରେ ବଡ଼ ଧରଣର ବନ୍ୟା ଆସିବା ଯୋଗୁ ରମାପୁରଠାରେ ୩୦୦ ଫୁଟରୁ ଊର୍ଦ୍ଧ୍ୱର ଘାଇ ହୋଇଥିଲା। ଫଳରେ ସ୍ଥାନୀୟ ୫ ପଞ୍ଚାୟତର ଲୋକେ ପ୍ରଭାବିତ ହୋଇଥିଲେ। ହେକ୍ଟର ହେକ୍ଟର ଫସଲ ନଷ୍ଟ ହୋଇଥିଲା। ତେବେ ଏହା ଏକ ମନୁଷ୍ୟକୃତ ଘାଇ ବୋଲି ଅଭିଯୋଗ ହେବା ସହ ଜାରକା ଜଳସେଚନ ବିଭାଗ ପକ୍ଷରୁ ଥାନାରେ ଅଭିଯୋଗ ହୋଇଥିଲା। ସ୍ଥାନୀୟ ବିଧାୟକ ପ୍ରଣବ ବଳବନ୍ତରାୟ ଓ ତାଙ୍କ ମାମୁ ଆର୍‌ଏଣ୍ଡ୍‌ବି ଜେଇ ନରେନ ଜେନା ଷଡ଼ଯନ୍ତ୍ର କରି ଘାଇ କରିଥିବା ବିରୋଧୀ ଅଭିଯୋଗ କରିଥିଲେ। ଏପରି କି ଡିନାମାଇଟ ସାହାଯ୍ୟରେ ଘାଇ କରାଯାଇଥିବା କୁହାଯାଇଥିଲା। ଏହି ଘଟଣା ରାଜ୍ୟବ୍ୟାପୀ ତୁମ୍ବିତୋଫାନ ସୃଷ୍ଟି କରିଥିବା ବେଳେ ଭାଜପା ଓ କଂଗ୍ରେସ ଦଳର ଏକ ଟିମ୍‌ ଆସି ସ୍ଥିତି ପରଖିବା ସହ ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ଦାବି କରିଥିଲେ। ପରେ ଘଟଣାକୁ ନେଇ ସ୍ଥାନୀୟ ଅଞ୍ଚଳର ସୂଚନା ଅଧିକାର କର୍ମୀ ସର୍ବେଶ୍ୱର ବେହୁରା ଲୋକାୟୁକ୍ତଙ୍କ ନିକଟରେ ଅଭିଯୋଗ କରିଥିଲେ। ଘଟଣାରେ ଲୋକାୟୁକ୍ତ ସ୍ଥାନୀୟ ବିଧାୟକ ଓ ତାଙ୍କ ମାମୁଙ୍କ ସମେତ ୬ ଜଣଙ୍କୁ ନୋଟିସ୍‌ କରିଥିଲେ। ପରବର୍ତ୍ତୀ ସମୟରେ ଲୋକାୟୁକ୍ତ ଭିଜିଲାନ୍ସ ସେଲ୍‌କୁ ଘଟଣାର ତଦନ୍ତ କରି ୨ ମାସ ମଧ୍ୟରେ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ମିଶ୍ରଣ ପର୍ବରେ ବିଜେଡି କର୍ମୀଙ୍କୁ ଟାର୍ଗେଟ୍‌ କଲେ କଂଗ୍ରେସ କର୍ମୀ

ମୋରଡ଼ା,୨୫ା୪(ସ୍ମାରକ ମାଜୀ): ଆଗାମୀ ସାଧାରଣ ନିର୍ବାଚନ ପାଇଁ କଂଗ୍ରେସ ବଳ ଗୋଟାଇବାରେ ଲାଗିଛି। ଏହି ପରିପ୍ରେକ୍ଷୀରେ ଗୁରୁବାର ମୋରଡା ବ୍ଲକ ଅଧୀନ କଲରାଫୁଲିଆସ୍ଥିତ କଂଗ୍ରେସ କାର୍ଯ୍ୟାଳୟରେ...

ପୋଖରୀରେ ଗାଧୋଇବା ବେଳେ ବୁଡ଼ିଗଲେ ଦୁଇ ଭଉଣୀ

ଗୋପ,୨୫ା୪(ଭାରତୀ ଭୂଷଣ): ପୋଖରୀରେ ଗାଧୋଇବା ହେଲା କାଳ। ଦୁଇ ଭଉଣୀ ଗୁରୁବାର ପୋଖରୀରେ ବୁଡ଼ି ମୃତ୍ୟୁବରଣ କରିଛନ୍ତି। ପୁରୀ ଜିଲା ଗୋପ ଥାନା ଡଭାର ଗାଁରେ...

ପୁରୀରେ ପହଞ୍ଚିଲା ତୃତୀୟ ପର୍ଯ୍ୟାୟ ରଥକାଠ

ପୁରୀ,୨୫ା୪: ପ୍ରଭୁ ଶ୍ରୀଜଗନ୍ନାଥଙ୍କ ବିଶ୍ବ ପ୍ରସିଦ୍ଧ ରଥଯାତ୍ରା ପାଇଁ ନୟାଗଡ଼ରୁ ତୃତୀୟ ପର୍ଯ୍ୟାୟ ରଥକାଠ ଆସି ବଡ଼ଦାଣ୍ଡସ୍ଥିତ ରଥଖଳାରେ ପହଞ୍ଚିଛି। ଆସିଥିବା କାଠରେ ୨୩ ଖଣ୍ଡ...

ନିଜେ ପଞ୍ଚମ ଫେଲ୍, ଚାକିରି ଦେବା ଆଳରେ ଠକିନେଲେ ୨କୋଟିରୁ ଊର୍ଦ୍ଧ୍ୱ ଟଙ୍କା 

ସୋର, ୨୫।୪: (ଜନ୍ମେଜୟ ମିଶ୍ର): ଚାକିରି କରାଇ ଦେବାର ଆଳ ଦେଖାଇ ବାଲେଶ୍ୱର ଜିଲା ସୋର ଅଞ୍ଚଳର ଜଣେ ଯୁବକ ବିଭିନ୍ନ ଲୋକଙ୍କଠାରୁ ୨କୋଟିରୁ ଊର୍ଦ୍ଧ୍ୱ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri