ଲୋକାୟୁକ୍ତଙ୍କ ଭିଜିଲାନ୍ସ ତଦନ୍ତ ନିର୍ଦ୍ଦେଶ

ଯାଜପୁର,୮ା୯(ହର୍ଷବର୍ଦ୍ଧନ ବେହେରା): ସମାଜରେ ସବୁଠାରୁ ଅବହେଳିତ ଯାଯାବର ମାଙ୍କଡିଆ ସମ୍ପ୍ରଦାୟ ଜନଜାତିଙ୍କ ପାଇଁ ଉଦ୍ଦିଷ୍ଟ ବସତି କଲୋନୀ ନିର୍ମାଣରେ ଅନିୟମିତତା ହୋଇଥିବା ଅଭିଯୋଗ ଉପରେ ଲୋକାୟୁକ୍ତ ଭିଜିଲାନ୍ସକୁ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି। ଏହାପରେ ସମ୍ପୃକ୍ତ ଯନ୍ତ୍ରୀ ଓ ଠିକାଦାର ବିବାଦ ଘେରକୁ ଠେଲି ହୋଇଯାଇଥିବା ଚର୍ଚ୍ଚା ଜୋର ଧରିଛି। ସାମାଜିକ କର୍ମୀ ମଣ୍ଟୁ ଦାସଙ୍କ ଅଭିଯୋଗ କ୍ରମେ ଲୋକାୟୁକ୍ତ ୩୪୬/୨୦୨୩ ନମ୍ବରରେ ଏକ ମାମଲା ରୁଜୁ କରିଥିଲେ। ଅଭିଯୋଗ ସେ ଦର୍ଶାଇଥିଲେ, ମାଙ୍କଡିଆ ଜନଜାତି ଜଙ୍ଗଲ ଉପରେ ସମ୍ପୂର୍ଣ୍ଣ ନିର୍ଭରଶୀଳ। ଯାଜପୁର, ମୟୂରଭଞ୍ଜ, ସମ୍ବଲପୁର ଓ କଳାହାଣ୍ଡି ଜିଲାରେ ଏହି ଜନଜାତି ବସବାସ କରିଥାନ୍ତି। ଏମାନେ ପାର୍ଟିକୁଲାର ଭୁଲନେରେବୁଲ ଟ୍ରାଇବାଲ ଗ୍ରୁପ (ପିଭିଟିଜି) କେଟେଗୋରୀ ଅଧୀନରେ ଆସୁଛନ୍ତି। ବର୍ତ୍ତମାନ ଏହି ସମ୍ପ୍ରଦାୟର ୮୭ ପରିବାର କାଳିଆପାଣି ଖଣି ନିକଟସ୍ଥ ମଲ୍ଲାରସାହି ଗ୍ରାମରେ ବସବାସ କରୁଛନ୍ତି। ଏମାନଙ୍କୁ ଡିଏମ୍‌ଏଫ୍‌ (ଜିଲା ଖଣିଜ ପ୍ରତିଷ୍ଠାନ)ପାଣ୍ଠିରୁ ପ୍ରତ୍ୟେକ ପରିବାରଙ୍କୁ ଘର ସମେତ ପାନୀୟ ଜଳ, ବାଥରୁମ, ଇଲେକ୍ଟି ଯୋଗାଇ ଦେବାକୁ ପାଣ୍ଠି ମଞ୍ଜୁର ହୋଇଛି। ହେଲେ ମଞ୍ଜୁର ପାଣ୍ଠିରୁ ପ୍ରାୟ ୮୭ ପ୍ରତିଶତ ଖର୍ଚ୍ଚ ହୋଇ ସାରିଛି। ଏହାସହ ଘର ସମେତ ଅନ୍ୟାନ୍ୟ ଆନୁଷଙ୍ଗିକ ସୁବିଧା ୨୧ା୨ା୨୦୨୦ ସୁଦ୍ଧା ଶେଷ ହେବା କଥା। କିନ୍ତୁ ୩ ବର୍ଷ ଅତିକ୍ରାନ୍ତ ହୋଇ ସାରିଥିଲେ ହେଁ ମାତ୍ର ୩୦% କାମ ସରିଛି। ଫଳରେ ଏହିସବୁ ପ୍ରତିଶ୍ରୁତି ନୀରିହ ମାଙ୍କଡିଆ ଜନଜାତି ପରିବାରଙ୍କ ପାଇଁ ସ୍ବପ୍ନ ହୋଇଛି।
ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନ-୧ର ନିର୍ବାହୀ ଯନ୍ତ୍ରୀଙ୍କ ୨୦ା୭ା୨୦୨୩ରେ ଜିଲାପାଳଙ୍କୁ ଦେଇଥିବା ବିନିଯୋଗ ପତ୍ର (ୟୁସି) ରିପୋର୍ଟ ଅନୁସାରେ ରାଆଁସୋଲ ମାଙ୍କଡ଼ିଆ ଜନଜାତିଙ୍କ ଥଇଥାନ କଲୋନୀ ନିର୍ମାଣ ପାଇଁ ୨୦୨୦-୨୧ରେ ଡିଏମଏଫ୍‌ ପାଣ୍ଠିରୁ ୨ କୋଟି ୮୧ ଲକ୍ଷ ୨୦ ହଜାର ଟଙ୍କା ଗ୍ରହଣ କରାଯାଇଛି। ସେଥିରୁ ୨ କୋଟି ୮୧ ଲକ୍ଷ ୧୯ ହଜାର ୯୨୯ ଟଙ୍କା ଖର୍ଚ୍ଚର ୟୁସି ଦାଖଲ ହୋଇଛି। ଗୃହ ନିର୍ମାଣ ବାବଦକୁ ୩ କୋଟି ୨୫ ଲକ୍ଷ ୧୮ ହଜାର ୩୯୨ ଟଙ୍କା ମଞ୍ଜୁର ହୋଇଥିଲା। ଏହି କ୍ରମରେ ମାତ୍ର ୪୩ ଲକ୍ଷ ୯୮ ହଜାର ୪୬୩ ଟଙ୍କା ବାକି ରହିଥିବାବେଳେ ଥଇଥାନ ବସତି ଗୃହଗୁଡ଼ିକର ଅଧିକାଂଶ କାର୍ଯ୍ୟ ବାକି ପଡିଛି। ତେଣୁ ଏଭଳି ବିନିଯୋଗକୁ ଅବଲୋକନ କଲେ ଗୃହ ନିର୍ମାଣ ନିମ୍ନମାନର ହେବା ସହ ବ୍ୟାପକ ଅନିୟମିତତା ହୋଇଥିବା ଅଭିଯୋଗ କରାଯାଇଛି। ଅଭିଯୋଗ ଉପରେ ଯାଜପୁର ଜିଲାପାଳଙ୍କ ସମେତ, ସୁକିନ୍ଦା ବିଡିଓ, ଯାଜପୁର ଗ୍ରାମ୍ୟ ନିର୍ମାଣ ଡିଭିଜନ-୧ର ଅଧୀକ୍ଷଣ ଯନ୍ତ୍ରୀ ଓ ଠିକାଦାର ଭାଗବତ ଖଟୁଆଙ୍କୁ ୪ ସପ୍ତାହ ମଧ୍ୟରେ ଜବାବ ଦାଖଲ କରିବାକୁ ଲୋକାୟୁକ୍ତଙ୍କ ପକ୍ଷରୁ ଅଧ୍ୟକ୍ଷ ଓ ସଦସ୍ୟ ପୂର୍ବରୁ ନିର୍ଦ୍ଦେଶ ଦେଇଥିଲେ। ସୂଚନାଯୋଗ୍ୟ, ଲୋକାୟୁକ୍ତରେ ମାମଲା ରୁଜୁ ହେବା ପରେ ସେହି ଘରଗୁଡିକର ମରାମତି କାର୍ଯ୍ୟ ଆରମ୍ଭ ହୋଇଥିବା ସୂଚନା ମିଳିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ଘଟଣାରେ ଭାଜପା ନେତାଙ୍କ ପରଲୋକ

ଭଞ୍ଜନଗର,୨୧।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନ ଯୁବ ଆଇନଜୀବୀ ତଥା ଭାଜପା ନେତା ଅରୁଣ ପ୍ରଧାନଙ୍କ ରବିବାର ରାତିରେ ତାରସିଂ ଥାନା ଅନ୍ତର୍ଗତ...

ଆର୍ଥିକ ସଙ୍କଟରେ ପାକିସ୍ତାନ ହକି ଖେଳାଳି

କରାଚୀ, ୨୧ା୧୨: ପାକିସ୍ତାନ ହକି ଖେଳାଳିମାନେ ଆର୍ଥିକ ସମସ୍ୟା ସହିତ ଜଡ଼ିତ ଅଛନ୍ତି। କାରଣ ସେମାନଙ୍କର ଲକ୍ଷ ଲକ୍ଷ ଟଙ୍କା ବକେୟା ପାଉଣା ପଡ଼ି ରହିଛି।...

ଖସଡ଼ା ଜଳପ୍ରପାତକୁ ସଫା କରି ସମାଜକୁ ଦେଲେ ନିଆରା ବାର୍ତ୍ତା, ପର୍ଯ୍ୟଟନସ୍ଥଳୀର ସୁରକ୍ଷା ନିମନ୍ତେ ଅଣ୍ଟା ଭିଡ଼ିଲେ….

ମୋହନା,୨୧/୧୨( ମନ୍ମଥ ମିଶ୍ର ): ନୂଆବର୍ଷ ପାଖେଇ ଆସୁଥିବା ବେଳେ ଦିନକୁ ଦିନ ବଣଭୋଜି ପାଇଁ ବିଭିନ୍ନ ଦର୍ଶନୀୟ ସ୍ଥାନରେ ଜନ ସମାଗମ ଦେଖିବାକୁ ମିଳୁଛି...

ଭଞ୍ଜନଗରରେ ୩ଟି ଦୁର୍ଘଟଣା, ଜଣେ ମୃତ ୨ ଗୁରୁତର

ଭଞ୍ଜନଗର,୨୧/୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅଞ୍ଚଳରେ ରବିବାର ଅପରାହ୍ନରେ ଦୁଇଟି ଦୁର୍ଘଟଣା ଘଟିଛି। ଏଥିସହ ଶନିବାର ବିଳମ୍ବିତ ରାତିରେ ତାରସିଂ ଥାନା ଅଞ୍ଚଳରେ ଆଉ...

ହ୍ୟୁମାନ ମୃତ୍ୟୁ: ଏତଲାରେ ବୋହୂଙ୍କ ନାଁ, ଆବେଗଭରା ମନ୍ତବ୍ୟ ଦେଇ କହିଲେ ଅର୍ପିତା ଚୌଧୁରୀ….

କଟକ,୨୧ା୧୨: ହ୍ୟୁମାନ ସାଗରଙ୍କ ମୃତ୍ୟୁକୁ ଦିନ ପରେ ଦିନ ଗଡିଯାଉଥିବା ବେଳେ ସସପେନ୍ସ ଉପରୁ ପରଦା ଉଠିପାରୁ ନାହିଁ । ଆଜି ମା ଶେଫାଳି ସୁନା...

ବଡ଼ଦିନ ପୂର୍ବରୁ ଅଘଟଣ, ନାଳକୁ ଲୁଗା ସଫା କରିବାକୁ ଯାଇଥିବା ବେଳେ ସାପ କାମୁଡ଼ାରେ ମହିଳାଙ୍କ ମୃତ୍ୟୁ

ଗଜପତି୨୧/୧୨ (ଗିରିଧାରୀ ପରିଛା): ନଦୀକୁ ଲୁଗାପଟା ସଫା କରିବାକୁ ଯାଇ ସାପ କାମୁଡ଼ାରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି । ଆଜି ଏମିତି ଏକ ହୃଦୟ...

ଅଜଣା ଗାଡି ଧକ୍କାରେ ୨ ମୃତ, କ୍ଷତିପୂରଣ ଦାବିରେ ହରଡଖୋଲରେ ଏନଏଚ ଅବରୋଧ

ସୋନପୁର,୨୧/୧୨(ମୃତ୍ୟୁଞ୍ଜୟ ଶତପଥୀ): ସୋନପୁର ଥାନା ଅଧିନସ୍ଥ ୫୭ ନମ୍ବର ଜାତୀୟ ରାଜପଥର ହରଡ଼ଖୋଲ୍ ନିକଟରେ ରବିବାର ସନ୍ଧ୍ୟା ୬ଟାରେ ଏକ ମର୍ମନ୍ତୁଦ ସଡ଼କ ଦୁ୍ର୍ଘଟଣା ଘଟିଛି...

୫୦ ଫୁଟ ତଳକୁ ଖସିଲା ପିକନିକ୍ ବସ୍, ଜଣେ ମୃତ ୪ ଗୁରୁତର

ପାତ୍ରପୁର ୨୧/୧୨(ଉମା ଚରଣ ନେପାକ): ଗଞ୍ଜାମ ଜିଲା ଜରଡା ଥାନା ଅନ୍ତର୍ଗତ ବୁରାତାଲ୍ ପଞ୍ଚାୟତ ସାପୁଆଖତ ଠାରେ ବ୍ରହ୍ମପୁର ଏକ ଘୋରଇ ସ୍କୁଲ୍ ବସ ଦୁର୍ଘଟଣା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri