ନିଲମ୍ବିତ ପିଇଓଙ୍କୁ ଉଠାଇନେଲା ଭିଜଲାନ୍ସ, ୩ ପଞ୍ଚାୟତରୁ କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରି…

ନବରଙ୍ଗପୁର,୨୨ା୧୨(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ୩ଟି ପଞ୍ଚାୟତ ତୁରୁଡ଼ିହି, କଚରାପରା -୩ ଓ ପରଚିପାରା ଦାୟିତ୍ୱରେ ଥିବା ପିଇଓ ସୁରେନ୍ଦ୍ର ଭତ୍ରା କୋଟିଏରୁ ଊର୍ଦ୍ଧ୍ୱ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଛି। ତୁରୁଡ଼ିହି ପଞ୍ଚାୟତରେ ୬୫ ଲକ୍ଷ ଟଙ୍କା ଆତ୍ମସାତ୍‌ ଅଭିଯୋଗରେ ପ୍ରଥମେ ସେପ୍ଟେମ୍ବରରେ କୁନ୍ଦେଇ ଥାନାରେ ଅଭିଯୋଗ ହୋଇଥିଲା। ପରେ ପିଇଓଙ୍କୁ ଜିଲାପାଳ ନିଲମ୍ବନ କରିଥିଲେ। ଏବେ ଭିଜିଲାନ୍ସ
ଆଉ ଦୁଇ ପଞ୍ଚାୟତର ୫୦ ଲକ୍ଷରୁ ଊର୍ଦ୍ଧ୍ୱ ସରକାରୀ ଟଙ୍କା ଆତ୍ମସାତ୍‌ ଅଭିଯୋଗରେ ସମ୍ପୃକ୍ତ ନିଲମ୍ବିତ ପିଇଓଙ୍କୁ ଉଠାଇ ନେଲା ନବରଙ୍ଗପୁର ଭିଜିଲାନ୍ସ। କୋରାପୁଟ ଜିଲା ଜୟପୁରସ୍ଥିତ ଭିଜିଲାନ୍ସ ଏସ୍‌ପିଙ୍କ କାର୍ଯ୍ୟାଳୟରେ ଅଟକ ରଖି ପଚରାଉଚରା ଚଳାଇଛି।

ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅନ୍ତର୍ଗତ ପରଚିପାରା ଓ କଚରାପାରା-୩ ପଞ୍ଚାୟତର ନିଲମ୍ବିତ ପଞ୍ଚାୟତ ନିର୍ବାହୀ ଅଧିକାରୀ (ପିଇଓ ) ସୁରେନ୍ଦ୍ର ଭତ୍ରାଙ୍କୁ ଗତକାଲି ରାତିରେ ନବରଙ୍ଗପୁର ସହରରୁ ଭିଜିଲାନ୍ସ ଉଠାଇନେଇଛି। ସୁରେନ୍ଦ୍ର ପରଚିପାରା ପଞ୍ଚାୟତରେ କାର୍ଯ୍ୟରତ ଥିବା ସମୟରେ ଚାଉଳ, ଉନ୍ନୟନମୂଳକ କାର୍ଯ୍ୟ, ପେନ୍‌ସନ୍‌, ସିଏଫ୍‌ସି, ଏସ୍‌ଏଫ୍‌ସି ପାଣ୍ଠିରୁ ୧୫ ଲକ୍ଷରୁ ଊର୍ଦ୍ଧ୍ୱ ସରକାରୀ ଟଙ୍କା ଆତ୍ମସାତ କରିଥିବା ବେଳେ କଚରାପାରା-୩ ପଞ୍ଚାୟତର ମଧ୍ୟ ସେହିଭଳି ୩୫ ଲକ୍ଷରୁ ଊର୍ଦ୍ଧ୍ୱ ସରକାରୀ ଟଙ୍କା ହଡ଼ପ କରିଥିବା ଅଭିଯୋଗ ଆସିଥିଲା। ସେହି ସମୟରେ ନବରଙ୍ଗପୁର ଭିଜିଲାନ୍ସ ନିଜପଟୁ ୨ଟି ମାମଲା (କେସ୍‌ ନଂ- ୨୭ଓ ୨୮/୪୪)ରୁଜୁ କରି ତଦନ୍ତ ଚଳାଇଥିବା ବେଳେ ଗତକାଲି ରାତିରେ ନବରଙ୍ଗପୁର ସହରରୁ ତାଙ୍କୁ ଭିଜିଲାନ୍ସ ଉଠାଇନେଇଛି l
ପୂର୍ବରୁ ସେ ଉକ୍ତ ବ୍ଲକର ତୁରୁଡିହି ପଞ୍ଚାୟତର ୬୫ ଲକ୍ଷରୁ ଊର୍ଦ୍ଧ୍ୱ ସରକାରୀ ଟଙ୍କା ହଡ଼ପ କରିଥିବା ନେଇ ରାଇଘର ବିଡିଓ ଲକ୍ଷ୍ମୀସାଗର ମାଝୀ କୁନ୍ଦେଇ ଥାନାରେ ଏତଲା ଦେଇ ବିଭାଗୀୟ ତଦନ୍ତ କରିଥିଲେ। ସେହି ତଦନ୍ତ ଆଧାରରେ ନବରଙ୍ଗପୁର ଜିଲାପାଳ ସୁରେନ୍ଦ୍ରଙ୍କୁ ନିଲମ୍ବନ କରିଥିଲେ। ପିଇଓ ସୁରେନ୍ଦ୍ର ଭତ୍ରା ୩ଟି ପଞ୍ଚାୟତ (ପରଚିପାରା, କଚରାପାରା ଓ ତୁରୁଡ଼ିହି)ର ଦାୟିତ୍ୱ ଥିବା ବେଳେ ୧ କୋଟିରୁ ଊର୍ଦ୍ଧ୍ୱ ସରକାରୀ ଟଙ୍କା ଆତ୍ମସାତ କରିଥିବା ଅଭିଯୋଗ ହୋଇଛି। ସେ କୁନ୍ଦେଇ ଥାନା ମାମଲାକୁ ନେଇ ସର୍ତ୍ତମୂଳକ ଜାମିନରେ ଆସି କାର୍ଯ୍ୟରେ ଯୋଗ ନ ଦେବା ସହ କୌଣସି ସହଯୋଗ ମଧ୍ୟ କରୁ ନ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ଟ୍ରମ୍ପଙ୍କ ଚେତାବନୀ…’ତେଲ ଦରକାର ତ ଆମଠୁ କିଣ, ନଚେତ୍ ହର୍ମୁଜ୍‌କୁ ନିଜେ ଦଖଲ କର’

ୱାଶିଂଟନ,୩୧।୩: ଇରାନ ଯୁଦ୍ଧ ମଧ୍ୟରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ନିଜର ସହଯୋଗୀ ଦେଶମାନଙ୍କ ଉପରେ ବର୍ଷିଛନ୍ତି। ଯୁଦ୍ଧରେ ବ୍ୟାକଫୁଟକୁ ଯିବା ପରେ ରାଗିଯାଇ ଟ୍ରମ୍ପ ନିଜର…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri