ଭିଜିଲାନ୍ସ  ଜାଲରେ ସଂଯୋଜିକା: ଲାଞ୍ଚ ନେଇ ଗଲେ ଜେଲ

ବଲାଙ୍ଗୀର ୨୧।୭(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଡିସିପି  ଅଫିସର ସଂଯୋଜିକା ପୁଷ୍ପାଙ୍ଗିନୀ ଯୋଶୀ ଶୁକ୍ରବାର ଲାଞ୍ଚ ନେଇ ଧରାପଡିଛନ୍ତି।  ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକଙ୍କ ଠାରୁ ଲାଞ୍ଚ ନେବା ବେଳେ  ଭିଜିଲାନ୍ସ ବିଭାଗ ତାଙ୍କୁ କାବୁ କରିନେଇଥିଲା।
ବଲାଙ୍ଗୀର ପାଟଣାଗଡ଼ ବ୍ଲକ ସୋଲବନ୍ଧ କସ୍ତୁରବା ଗାନ୍ଧୀ ବାଳିକା ବିଦ୍ୟାଳୟର ପୂର୍ବତନ ପ୍ରଧାନ ଶିକ୍ଷକ ମିତ୍ରଭାନୁ ମାଝି ତାଙ୍କ ବକେୟା ବିଲ ଆଡଜଷ୍ଟମେଣ୍ଟ ଓ ଏନ୍‌ଓସି ସାର୍ଟିଫିକେଟ ପାଇଁ ବାରମ୍ବାର ବଲାଙ୍ଗୀର ଡିପିସି ଅଫିସକୁ  ଯାଉଥିଲେ। ଦାୟିତ୍ୱରେ ଥିବା ଜେଣ୍ଡର କୋ-ଅର୍ଡିନେଟର ପୁଷ୍ପାଙ୍ଗିନୀ ଯୋଶୀ କାଗଜପତ୍ର କାମ କରାଇ ଦେବା ପାଇଁ ୩୧ ହଜାର ଟଙ୍କା ଲାଞ୍ଚ ମାଗିଥିଲେ । ଏ ନେଇ ମିତ୍ରଭାନୁ ବଲାଙ୍ଗୀର ଭିଜିଲାନ୍ସ ବିଭାଗର ସହାୟତା ଲୋଡିଥିଲେ।
ଶୁକ୍ରବାର ନିଜ ଅଫିସ ଭିତରେ ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଟିମ ତାଙ୍କୁ କାବୁ କରି ନେଇଥିଲା ବଲାଙ୍ଗୀ, ସୋନପୁର ଓ ସମ୍ବଲପୁର ଟିମ ମିଳିତ ଭାବରେ ଚଢ଼ାଉ କରି ରଙ୍ଗବୋଳା ଟଙ୍କା ଜବତ  କରିଥିଲେ। ପୁଷ୍ପାଙ୍ଗିନୀଙ୍କୁ ଗିରଫ କରାଯାଇଛି।

Enter your email to get our daily news in your inbox.

All Right Reserved By Dharitri.Com

ଚାଇନାର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ଦେହାନ୍ତ

ବେଜିଂ, ୧୩।୮: ଚାଇନାକୁ ଆଧୁନିକ ଅର୍ଥନୈତିକ ମହାଶକ୍ତି ଭାବରେ ଗଢ଼ିବାରେ ପ୍ରମୁଖ ଭୂମିକା ନେଇଥିବା ଏବଂ ଦେଶକୁ ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ ସାମିଲ କରାଇଥିବା ଚାଇନାର ପୂର୍ବତନ…

୨୪ ସପ୍ତାହ ପର୍ଯ୍ୟନ୍ତ ଗର୍ଭପାତ କରିପାରିବେ ବଳାତ୍କାର ପୀଡ଼ିତା: କୋର୍ଟ ଦେଲେ ବଡ଼ ରାୟ

ଇନ୍ଦୋର,୧୨ା୮(ପି.ଟି.):ବଳାତ୍କାର ପୀଡ଼ିତା ଗର୍ଭବତୀ ହୋଇଥିଲେ, ସେ ୨୪ ସପ୍ତାହ ମଧ୍ୟରେ ଗର୍ଭପାତ କରିବାକୁ ଚାହିଁଲେ ଏଥିପାଇଁ ଅଦାଲତଙ୍କ ଅନୁମତି ନେବାକୁ ପଡ଼ିବ ନାହଁି। ମଧ୍ୟପ୍ରଦେଶ ହାଇକୋର୍ଟ ଏକ…

ପୁରୁଷ ବନ୍ଧୁଙ୍କୁ ବାନ୍ଧି ଯୁବତୀଙ୍କୁ ଗଣବଳାତ୍କାର: ଭଙ୍ଗା ଘରେ ଜଣଙ୍କ ପରେ ଜଣେ…

ନିିଶ୍ଚିନ୍ତକୋଇଲି, ୧୩ା୮(ଅଶୋକ ମହାପାତ୍ର):କେନ୍ଦ୍ରାପଡ଼ା ଜିଲା କଳପଡ଼ା ଅଞ୍ଚଳର ଜଣେ ଯୁବତୀ ଭୁବନେଶ୍ୱରର ଏକ ମଲ୍‌ରେ କାର୍ଯ୍ୟ କରନ୍ତି। ସେଠାରେ ଗାଡ଼ିଚାଳକ ରୂପେ ରହି କାର୍ଯ୍ୟ କରୁଥିବା ନୟାଗଡ଼…

ଗୁଳି ନିର୍ଦ୍ଦେଶ କିଏ ଦେଇଥିଲେ ଜବାବ ଚାହୁଁ: ରାହୁଲ

ନୂଆଦିଲ୍ଲୀ,୧୩ା୮: ଏନ୍‌ଇଇଟି ବିକ୍ଷୋଭ ବେଳେ ପୋଲିସର ମାତ୍ରାଧିକ କାର୍ଯ୍ୟାନୁଷ୍ଠାନ ପ୍ରସଙ୍ଗରେ ବିରୋଧୀ ଦଳଗୁଡ଼ିକ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହାଙ୍କ ବିବୃତି ଦାବି କରି ଦୀର୍ଘଦିନ ହେଲା ପାର୍ଲାମେଣ୍ଟର…

ସ୍କୁଲରେ ଛାତ୍ରଙ୍କ ଅଙ୍ଗୁଳି ଛିଣ୍ଡାଇନେଲା କୁକୁର: କ୍ଷତିପୂରଣ ଦାବି

ବାଲେଶ୍ୱର,୧୩ା୮(ମୃତ୍ୟୁଞ୍ଜୟ ପଟ୍ଟନାୟକ):ବାଲେଶ୍ୱର ସଦର ଥାନା ରସାଳପୁର ନିକଟସ୍ଥ ଭୀମପୁରରେ ପାଗଳ କୁକୁର ଆତଙ୍କ ଦେଖାଦେଇଛି। ମଙ୍ଗଳବାର ଭୀମପୁର ସତ୍ୟନାରାୟଣ ସରକାରୀ ନୋଡାଲ ଉଚ୍ଚ ବିଦ୍ୟାଳୟର ତୃତୀୟ ଶ୍ରେଣୀ…

ଭବାନୀପାଟଣାରେ ଚୋରି ସାମଗ୍ରୀ ଜବତ: ନାବାଳକ ଗିରଫ

ଭବାନୀପାଟଣା,୧୨।୮(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ଥାନା ପୋଲିସ ଚୋରି ସାମଗ୍ରୀ ସହ ଜଣେ ନାବାଳକଙ୍କୁ କାବୁ କରିଛି। ତାଙ୍କ ନିକଟରୁ ବିଭିନ୍ନ ସୁନାଗହଣା, ନଗଦ…

ଦାରିଙ୍ଗବାଡ଼ି ଓଡିଶା ଆଦର୍ଶ ବିଦ୍ୟାଳୟରେ ପୋଲିସ ପକ୍ଷରୁ ସଚେତନତା କାର୍ଯ୍ୟକ୍ରମ: ୧୮ କୃତି ଛାତ୍ରଛାତ୍ରୀ ପୁରସ୍କୃତ

ଦାରିଙ୍ଗବାଡି, ୧୨।୮ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ଓଡିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଜିଲା ପୋଲିସ ପକ୍ଷରୁ ଏସପି ରମେନ୍ଦ୍ର ପ୍ରସାଦ ଏବଂ ବାଲିଗୁଡା…

ତ୍ରିରଙ୍ଗା ଆମ ଦେଶର ଗର୍ବ ଓ ଏକତାର ପ୍ରତୀକ: ହାଟଡିହୀରେ ଭାଜପାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ

ହାଟଡିହୀ,୧୨।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଶାଳଣିଆଁ ମଣ୍ଡଳ ଭାଜପା ପକ୍ଷରୁ ବୁଧବାର ‘ହରଘର ତ୍ରିରଙ୍ଗା’ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri