ମୂଲିଆ ବେଶରେ ଧରିଲେ ଭିଜିଲାନ୍ସ ଅଧିକାରୀ

ବୁଗୁଡ଼ା,୧୯ା୨: ଗଞ୍ଜାମ ଜିଲା ଭଞ୍ଜନଗର ଉଦ୍ୟାନ ବିଭାଗ କାର୍ଯ୍ୟାଳୟର ବୁଗୁଡ଼ା ଦାୟିତ୍ୱରେ ଥିବା ଓଭରସିୟର ଶୁକ୍ରବାର ଲାଞ୍ଚ ନେଇ ଗିରଫ ହୋଇଛନ୍ତି। ସେ ହେଲେ ଉମା ଶଙ୍କର ବେହେରା। ବୁଗୁଡ଼ା ଥାନା ଅନ୍ତର୍ଗତ କରଚୁଲିଠାରେ ଚାଷୀ ପୂର୍ଣ୍ଣଚନ୍ଦ୍ର ପାତ୍ରଙ୍କଠାରୁ ଉମାଶଙ୍କର ୨୬ ହଜାର ଟଙ୍କା ନେଉଥିବା ବେଳେ ଭିଜିଲାନ୍ସ କର୍ମଚାରୀ ତାଙ୍କୁ କାବୁ କରିଛନ୍ତି। ଏ ନେଇ ନଂ. ୨/୨୧ରେ ଏକ ମାମଲା ରୁଜୁ ହୋଇଥିବା ବ୍ରହ୍ମପୁର ଭିଜିଲାନ୍ସ ଡିଏସ୍‌ପି ଅରୁଣ କୁମାର ନାୟକ ସୂଚନା ଦେଇଛନ୍ତି। ଭଞ୍ଜନଗର ଲଣ୍ଡେଇସାହିରେ ଥିବା ଉମାଶଙ୍କରଙ୍କ ବାସଭବନରେ ଭିଜିଲାନ୍ସର ଏକ ଟିମ୍‌ ଚଢ଼ାଉ କରିଛି।
ଗତ ଅକ୍ଟୋବର ମାସରେ କରଚୁଲିରେ ପରିବା ଚାଷରେ ଲତା ବାଡ଼ କରିବା ପାଇଁ ଓଭରସିୟର ଉମାଶଙ୍କର ୧୩ ଚାଷୀଙ୍କୁ ୧୨,୫୦୦ ଟଙ୍କା ଲେଖାଏ କାର୍ଯ୍ୟାଦେଶ ଦେଇଥିଲେ। ବାଡ଼ କାମ ସରିବା ପରେ ଉମାଶଙ୍କର ୧୦ ଜଣଙ୍କୁ ବିଲ୍‌ ବାବଦ ଅର୍ଥ ଦେଇଥିବା ବେଳେ ୩ ଜଣଙ୍କ ବିଲ୍‌ କରି ନ ଥିଲେ। ଏହି ୩ ଜଣଙ୍କ ବିଲ୍‌ ପାସ କରିବାକୁ ସେ ପୂର୍ଣ୍ଣଚନ୍ଦ୍ରଙ୍କୁ ୧୩ ଚାଷୀଙ୍କଠାରୁ ୨୦୦୦ ଟଙ୍କା ଲେଖାଏ ଆଦାୟ କରି ୨୬ ହଜାର ଟଙ୍କା ଲାଞ୍ଚ ଦେବାକୁ କହିଥିଲେ। ଏଥିରେ ଚାଷୀମାନେ ରାଜି ହୋଇ ନ ଥିଲେ। ପୂର୍ଣ୍ଣଚନ୍ଦ୍ର ଏ ସମ୍ପର୍କରେ ବ୍ରହ୍ମପୁର ଭିଜିଲାନ୍ସ କାର୍ଯ୍ୟାଳୟରେ ଅଭିଯୋଗ କରିଥିଲେ। ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସ ଡିଏସ୍‌ପି ନାୟକଙ୍କ ନେତୃତ୍ୱରେ ଇନ୍ସପେକ୍ଟର ରାଜେନ୍ଦ୍ର କୁମାର ନାୟକ ଓ ଶରତ ଚନ୍ଦ୍ର ସାହୁ ପ୍ରମୁଖଙ୍କ ସମେତ ବ୍ରହ୍ମପୁର ପୂର୍ତ୍ତ ବିଭାଗ ସହକାରୀ ଯନ୍ତ୍ରୀ ପ୍ରଭାକର ସେଠୀ ଓ କିରାଣି ସୂର୍ଯ୍ୟନାରାୟଣ ପଣ୍ଡା କରଚୁଲିରେ ପୂର୍ଣ୍ଣଚନ୍ଦ୍ରଙ୍କ ଫାର୍ମ ହାଉସକୁ ଆସିଥିଲେ। ସେମାନେ ଯୋଜନା ପ୍ରକାରେ ମୂଲିଆ ବେଶ ହୋଇ ମାଟି ଖୋଳା ଓ ଫାର୍ମହାଉସରେ ରଙ୍ଗ ଦେବା କାମ କରିବା ଅଭିନୟ କରିଥିଲେ। ଏହି ସମୟରେ ଓଭରସିୟର ଉମାଶଙ୍କର ସେଠାକୁ ଆସି ପୂର୍ଣ୍ଣଚନ୍ଦ୍ରଙ୍କଠାରୁ ୨୬ ହଜାର ଟଙ୍କା ନେବା ବେଳେ ଭିଜିଲାନ୍ସ ଟିମ୍‌ ତାଙ୍କୁ କାବୁ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଣାର୍କ ମନ୍ଦିର ଗର୍ଭଗୃହକୁ ବାଟ ଫିଟିଲା: ମନ୍ଦିର କାନ୍ଥରେ ଖୋଳା ହେଲା ଟନେଲ୍‌

ପୁରୀ,୮।୧୨: ବିଶ୍ୱପ୍ରସିଦ୍ଧ କୋଣାର୍କ ସୂର୍ଯ୍ୟମନ୍ଦିରର ଗର୍ଭଗୃହରେ ଥିବା ବାଲି କାଢ଼ିବା ପୂର୍ବରୁ ଆଜି ମନ୍ଦିର କାନ୍ଥର ସ୍ଥିତି ଅନୁଧ୍ୟାନ କରିବା ପାଇଁ ୯ ମିଟର (ପ୍ରାୟ...

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

‘ସବୁ ଓଡ଼ିଆଙ୍କୁ କଷ୍ଟ ଦେଉଛି’: ବିକାଶମୂଳକ ଖର୍ଚ୍ଚ ଅବହେଳା ପାଇଁ ସରକାରଙ୍କୁ ନବୀନଙ୍କ କଡ଼ା ସମାଲୋଚନା

ଭୁବନେଶ୍ୱର,୮।୧୨: ବିରୋଧୀ ଦଳ ନେତା ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର ମୋହନ ମାଝୀ ସରକାରଙ୍କୁ ଓଡ଼ିଶାର ଲୋକଙ୍କ କଲ୍ୟାଣ ଏବଂ ବିକାଶ ପାଇଁ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ନବୀନଙ୍କ ଟାର୍ଗେଟ୍‌ ପରେ ମୁଖ୍ୟମନ୍ତ୍ରୀଙ୍କ ପାଲଟା ଜବାବ: ‘ଗୃହରେ ୨ ମିନିଟ୍‌ ବସିବାକୁ ଧୈର୍ଯ୍ୟ ନାହିଁ’

ଭୁବନେଶ୍ୱର,୮।୧୨: ରାଜଗାଙ୍ଗପୁର ଲଞ୍ଜିବେଣ୍ଡା ଠାରେ ଜଣେ କଲେଜ ଛାତ୍ରୀଙ୍କୁ ଜାଳି ଦିଆଯିବା ଘଟଣାକୁ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀଦଳ ନେତା ନବୀନ ପଟ୍ଟନାୟକ ରାଜ୍ୟ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri