ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ

ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର ସକାଳୁ ଚଢ଼ାଉ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି।

ସକାଳ ପ୍ରାୟ ୬ଟାରୁ ଭିଜିଲାନ୍ସର ୩ଟି ଟିମ୍ ଭବାନୀପାଟଣା ଓ ଆଖପାଖ ଅଞ୍ଚଳରେ ଏକକାଳୀନ ଚଢ଼ାଉ ଜାରି ରଖିଛନ୍ତି। ଭବାନୀପାଟଣା ସ୍ପେଶାଲ ଜଜ୍‌ଙ୍କ ସର୍ଚ୍ଚ ୱାରେଣ୍ଟ ଆଧାରରେ ଏହି ରେଡ୍ କରାଯାଉଛି।

ସୂଚନା ଅନୁସାରେ ଭବାନୀପାଟଣା ହିଲ୍ ଟାଉନ୍‌ରେ ଥିବା ଫରେଷ୍ଟରଙ୍କ ତିନି ମହଲା ବାସଭବନ, ଜୁନାଗଡ଼ ଥାନା ଅନ୍ତର୍ଗତ ଦେଉଣ୍ଡି ଗାଁରେ ଥିବା ପୈତୃକ ବାସ ଭବନ ଏବଂ ଭଟାଙ୍ଗପଦର ସେକ୍ସନ ସ୍ଥିତ ଫରେଷ୍ଟରଙ୍କ ସରକାରୀ କାର୍ଯ୍ୟାଳୟରେ ଚଢ଼ାଉ ଜାରି ରହିଛି। ଏହି ଚଢ଼ାଉରେ ୪ ଜଣ ଡିଏସପି, ୭ ଜଣ ଇନ୍ସପେକ୍ଟର, ୪ ଜଣ ଏଏସଆଇ ଏବଂ ଅନ୍ୟ କର୍ମଚାରୀମାନେ ସାମିଲ ଅଛନ୍ତି।

ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ସମସ୍ତ ବ୍ୟାଙ୍କ୍ ଆକାଉଣ୍ଟ, ସୁନା ଗହଣା ଏବଂ ଜମିବାଡ଼ି ସମ୍ପର୍କିତ କାଗଜପତ୍ରର ଯାଞ୍ଚ ଚାଲିଛି। ବର୍ତ୍ତମାନ ସୁଦ୍ଧା କେତେ ପରିମାଣର ସମ୍ପତ୍ତି ଜବତ ହୋଇଛି, ସେ ନେଇ ଭିଜିଲାନ୍ସ ପକ୍ଷରୁ ସ୍ପଷ୍ଟ ସୂଚନା ମିଳିନାହିଁ।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

ସ୍ବାୟତ୍ତ ଶାସନ ଦିବସ ପାଳନ ନେଇ ପ୍ରସ୍ତୁତି ଚୂଡ଼ାନ୍ତ

ଦିଗପହଣ୍ଡି,୨୨।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନ୍‌ଏସି ପକ୍ଷରୁ ଅଗଷ୍ଟ ୩୧ରେ ପାଳନ ହେବାକୁ ଥିବା ସ୍ବାୟତ୍ତ ଶାସନ ଦିବସ ପାଳନ ଉପଲକ୍ଷେ ଏକ ପ୍ରସ୍ତୁତି…

‘ନାରୀ ଶକ୍ତି ହେଉଛି ଦେଶର ଶକ୍ତି’, ମଞ୍ଚରେ ଏମିତି କହି ରାହୁଲ…

ନୂଆଦିଲ୍ଲୀ,୨୨ା୮: କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ମହାରାଷ୍ଟ୍ରର ପୁଣେରେ ‘ସ୍କୁଲ୍‌ସ ଇକୋ’ କାର୍ଯ୍ୟକ୍ରମରେ ଭାଷଣ ଦେବା ଅବସରରେ ନାରୀମାନଙ୍କୁ…

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri