୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ବେଳେ ଉପ-ଜିଲାପାଳଙ୍କୁ ମାଡି ବସିଲା ଭିଜିଲାନ୍ସ

ଭବାନିପାଟଣା, ୮ା୬(ଉତ୍ତମ ଦାଶ): କଳାହାଣ୍ଡି ଜିଲାର ଧର୍ମଗଡ ଉପ-ଜିଲାପାଳ ଧୀମାନ ଚକ୍ମା, ଆଇଏଏସ (୨୦୨୧ ବ୍ୟାଚ), ଜଣେ ସ୍ଥାନୀୟ କ୍ରସର ମାଲିକଙ୍କଠାରୁ ୧୦ ଲକ୍ଷ ଟଙ୍କାର ଲାଞ୍ଚ ନେବା ବେଳେ ଭିଜିଲାନ୍ସ ତାଙ୍କୁ ରେଡ୍ ହ୍ୟାଣ୍ଡେଡ୍ ଧରିଛି। ଅଭିଯୁକ୍ତ ଉପ-ଜିଲାପାଳ ମୋଟ ୨୦ ଲକ୍ଷ ଟଙ୍କାର ଲାଞ୍ଚ ଦାବି କରିଥିଲେ ଏବଂ ଏହାର ପ୍ରଥମ କିସ୍ତି ଭାବେ ୧୦ ଲକ୍ଷ ଟଙ୍କା ଗ୍ରହଣ କରୁଥିବା ବେଳେ ଧରାପଡ଼ିଛନ୍ତି। ସେ ବ୍ୟବସାୟୀଙ୍କୁ ତାଙ୍କ ବ୍ୟବସାୟ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ନେବାର ଧମକ ଦେଇଥିଲେ।

ଘଟଣା ଅନୁଯାୟୀ, ଅଭିଯୁକ୍ତ ଉପ-ଜିଲାପାଳ ଅଭିଯୋଗକାରୀଙ୍କୁ ତାଙ୍କ ଧର୍ମଗଡ଼ସ୍ଥିତ ସରକାରୀ ବାସଭବନକୁ ଡାକି ଲାଞ୍ଚ ଟଙ୍କା ଗ୍ରହଣ କରିଥିଲେ। ସେ ନିଜ ହାତରେ ଟଙ୍କା ସବୁ ଯାଞ୍ଚ କରି ତାଙ୍କ ବାସଭବନର ଅଫିସ ଟେବୁଲ ଡ୍ରୟରରେ ରଖିଥିଲେ। ତାଙ୍କ ଉଭୟ ହାତ ଧୋଇବା ଏବଂ ଟେବୁଲ ଡ୍ରୟାର ଧୋଇବା ପରେ ରାସାୟନିକ ପରୀକ୍ଷାରେ ସକାରାତ୍ମକ ଫଳାଫଳ ମିଳିଛି।

ଏହା ପରେ, ତାଙ୍କ ସରକାରୀ ବାସଭବନରେ ତଲାସୀ ସମୟରେ ଅତିରିକ୍ତ ୪୭ ଲକ୍ଷ ଟଙ୍କା ନଗଦ ଜବତ କରାଯାଇଛି। ତଲାସୀ କାର୍ଯ୍ୟ ଏବେ ମଧ୍ୟ ଜାରି ରହିଛି। ଏ ସମ୍ପର୍କରେ ଭିଜିଲାନ୍ସ ଏକ ମାମଲା ରୁଜୁ କରି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ପୋଲିସ ସେବା ପୁରସ୍କାର-୨୦୨୬ ଘୋଷଣା: ଓଡ଼ିଶାର ସଞ୍ଜୀବ ପଣ୍ଡା, ସ୍ମୀତାରାଣୀ ମହାନ୍ତିଙ୍କୁ ରାଷ୍ଟ୍ରପତି ପଦକ

ଭୁବନେଶ୍ୱର,୧୪ା୮(ତ୍ରିନାଥ ମହାନ୍ତି): ସ୍ବାଧୀନତା ଦିବସର ଅବ୍ୟବହିତ ପୂର୍ବରୁ ଶୁକ୍ରବାର ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ଓଡ଼ିଶା ସମେତ ଦେଶର ଅନ୍ୟାନ୍ୟ ରାଜ୍ୟ, କେନ୍ଦ୍ର ଶାସିତ ଅଞ୍ଚଳ ଏବଂ ବିଭିନ୍ନ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

୧୮ ବର୍ଷ ପରେ ମା’ ଯୋଗମାୟା ପୀଠକୁ ସ୍ପେନର ଗବେଷକଙ୍କ ପୁନଃ ପରିଦର୍ଶନ

କେସିଙ୍ଗା, ୧୪/୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଗୁର୍ଜିମୁଣ୍ଡାସ୍ଥିତ ମା’ ଯୋଗମାୟା ଶକ୍ତିପୀଠକୁ ୧୮ ବର୍ଷ ପରେ ପୁଣି ଥରେ ପରିଦର୍ଶନ କରିଛନ୍ତି…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri