କଲ୍ୟାଣସିଂହପୁର ଲ୍ୟାମ୍ପ ଏମ୍‌ଡିଙ୍କ ଘରେ ଭିଜିଲାନ୍ସ ରେଡ୍, ବେଆଇନ କାରବାର…

କଲ୍ୟାଣସିଂହପୁର,୨୨।୫(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସମବାୟ ସମିତି ଲ୍ୟାମ୍ପରେ ହୋଇଥିବା କୋଟି କୋଟି ଟଙ୍କାର ଅର୍ଥ ହେରଫେର ଘଟଣା ନୂଆ ମୋଡ଼ ନେଇଛି। ଲ୍ୟାମ୍ପର ମ୍ୟାନେଜିଂ ଡାଇରେକ୍ଟର ତାରିଣୀ ତ୍ରିପାଠୀଙ୍କ ଜିଲୁଣ୍ଡା ସ୍ଥିତ ଘରେ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢ଼ାଉ କରାଯାଇଛି । ପୂର୍ବରୁ ବିଭାଗୀୟ ତଦନ୍ତରେ ବ୍ୟାପକ ଦୁର୍ନୀତି ଓ ଅନିୟମିତତାର ଅଭିଯୋଗ ସାମ୍ନାକୁ ଆସିଥିଲା।

ସୂଚନା ଅନୁସାରେ ରାୟଗଡ଼ା ଜିଲା କଲ୍ୟାଣସିଂହପୁର ସମବାୟ ସମିତିର ମ୍ୟାନେଜିଂ ଡାଇରେକ୍ଟର ତାରିଣୀ ତ୍ରିପାଠୀଙ୍କ ଜିଲୁଣ୍ଡା ସ୍ଥିତ ଘରେ ଛଅ ଜଣିଆ ଭିଜିଲାନ୍ସ ଟିମ୍ ଚଢ଼ାଉ କରି ତଦନ୍ତ ଆରମ୍ଭ କରିଛି। ପୂର୍ବରୁ ଲ୍ୟାମ୍ପରେ ବ୍ୟାପକ ଅର୍ଥ ହେରଫେର ହୋଇଥିବା ନେଇ ଅଭିଯୋଗ ହୋଇଥିଲା। ବିଭାଗୀୟ ତଦନ୍ତ ରିପୋର୍ଟ ଅନୁଯାୟୀ, ୩୩ ଜଣ ଚାଷୀଙ୍କ ଅଜାଣତରେ ୨୮ ଲକ୍ଷ ୨୯ ହଜାର ଟଙ୍କା ଉଠାଯାଇଥିବା ଏବଂ ନିଜ ପରିବାର ସଦସ୍ୟଙ୍କ ନାମରେ ୭୫ ଲକ୍ଷ ଟଙ୍କାରୁ ଅଧିକ ଅର୍ଥ ହଡପ କରାଯାଇଥିବା ଉଲ୍ଲେଖ ରହିଛି।
ସେହିପରି MD ତ୍ରିପାଠୀଙ୍କ ମିନି ବ୍ୟାଙ୍କ ଆକାଉଣ୍ଟରୁ ୨୮ ଲକ୍ଷ ୨୯ ହଜାର ଟଙ୍କା, ଭାଇଙ୍କ ନାମରେ ୧୪ ଲକ୍ଷ ୨୧ ହଜାର, ବାପାଙ୍କ ନାମରେ ୩ ଲକ୍ଷ ୬୫ ହଜାର, ସ୍ତ୍ରୀ ଓ ଅନ୍ୟ ସମ୍ପର୍କୀୟଙ୍କ ନାମରେ ୬ ଲକ୍ଷ ୬୫ ହଜାର ଏବଂ ନିଜ ନାମରେ ୨୨ ଲକ୍ଷ ଟଙ୍କା ହିସାବ ରକ୍ଷକଙ୍କ ଅଜାଣତରେ ବ୍ୟାଙ୍କରୁ ଉଠାଯାଇଥିବା ବିଭାଗୀୟ ତଦନ୍ତରୁ ଜଣାପଡ଼ିଛି।
ଘଟଣାକୁ ନେଇ ଅଞ୍ଚଳରେ ଚର୍ଚ୍ଚା ବଢ଼ିଥିବା ବେଳେ ଭିଜିଲାନ୍ସ ବିଭାଗ ପକ୍ଷରୁ ଅଧିକ ତଦନ୍ତ ଜାରି ରହିଛି।

 

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଇନ୍‌ଷ୍ଟାଗ୍ରାମରେ ଭାଜପାକୁ ପଛରେ ପକାଇଲା ‘କକ୍‌ରୋଚ ଜନତା ପାର୍ଟି’: ନୂଆ ଆକାଉଣ୍ଟ ସହ ଫେରିଲେ ପ୍ରତିଷ୍ଠାତା

ନୂଆଦିଲ୍ଲୀ,୨୨ା୫(ପି.ଟି.):ସୋସିଆଲ ମିଡିଆରେ ହଲଚଲ ସୃଷ୍ଟି କରିଥିବା ବ୍ୟଙ୍ଗାତ୍ମକ ଡିଜିଟାଲ ଆନ୍ଦୋଳନ ‘କକ୍‌ରୋଚ ଜନତା ପାର୍ଟି’ (ସିଜେପି) ବିରୋଧରେ ବଡ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଗୁରୁବାର ଏହି ପାର୍ଟିର…

ସ୍ପଷ୍ଟ ଦିବାଲୋକରେ ବିଚ ରାସ୍ତାରେ ଦୁଇ ଯୁବକଙ୍କୁ ନିର୍ଘାତ ମାଡ଼ , ଗୁଣ୍ଡାଗିରିର ଭିଡିଓ ଭାଇରାଲ

ଉଦଳା, ୨୨।୫( ସନ୍ତୋଷ ବାଞ୍ଝିନୀ): ରାସ୍ତା ପାଲଟିଲା ରେସଲିଂ ରିଙ୍ଗ। ପୋଲିସକୁ ନାହିଁ ଭୟ, ଥାନା ଠାରୁ ୫ ଶହ ମିଟର ଦୂରରେ ସ୍ପଷ୍ଟ ଦିବାଲୋକରେ ବିଚ…

ପୁଅ ବିବାହରେ ଯୋଗଦେଲେ ମୋତେ ମାରି ଦିଆଯିବ: କାହିଁକି ଏମିତି କହିଲେ ଟ୍ରମ୍ପ

ଓ୍ବାଶିଂଟନ୍‌,୨୨।୫: ଇରାନ ସମ୍ପର୍କରେ ପରିସ୍ଥିତିରେ ବ୍ୟସ୍ତ ଥିବା ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ପାଖରେ ତାଙ୍କ ନିଜ ପୁଅର ବିବାହରେ ଯୋଗଦେବା ପାଇଁ ସମୟ ନାହିଁ। ଟ୍ରମ୍ପ…

୨୩ରେ ସମ୍ମାନିତ ହେବେ ୯୦%ରୁ ଅଧିକ ମାର୍କ ରଖିଥିବା ୮୪ ଛାତ୍ରୀଛାତ୍ର, ମୁଖ୍ୟ ଅତିଥି ଭାବେ ଯୋଗ ଦେବେ…

ଭବାନୀପାଟଣା,୨୨।୫(ଉତ୍ତମ କୁମାର ଦାଶ): କଳାହାଣ୍ଡିର ଅଗ୍ରଣୀ ଶିକ୍ଷାନୁଷ୍ଠାନ ପ୍ରଗତି ଅନୁଷ୍ଠାନ ପକ୍ଷରୁ ଆସନ୍ତା ୨୩ ତାରିଖ ଶନିବାର ଭବାନୀପାଟଣା ଟାଉନ ହଲରେ ଭବ୍ୟ ସମ୍ବର୍ଦ୍ଧନା ସଭା ମେଧା…

ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ: ସାର କାରଖାନା ଇଫ୍‌କୋରେ ଉତ୍ପାଦନ ବନ୍ଦ

ପାରାଦୀପ,୨୨।୫(ଶରତ ରାଉତ):ଏସିଆ ମହାଦେଶର ସର୍ବବୃହତ୍‌ ସାର କାରଖାନା ପାରାଦୀପ ଇଫ୍‌କୋରେ ବୁଧବାରଠାରୁ ଉତ୍ପାଦନ ବନ୍ଦ ରହିଛି। କାରଣ ଉକ୍ତ କାରଖାନାରେ ଆବଶ୍ୟକ କଞ୍ଚାମାଲ ଅଭାବ ଦେଖାଦେଇଛି। ଏହାର…

ଅକାମୀ ହୋଇପଡିଛି ୨୬ ଲକ୍ଷର ପ୍ରୋଜେକ୍ଟ: ଚାଷୀ ହନ୍ତସନ୍ତ

କେସିଙ୍ଗା,୨୨।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପରଲସିଙ୍ଗା ଗ୍ରାମ ପଞ୍ଚାୟତ ଅଧିନସ୍ଥ ଭମରମାଲ ଗ୍ରାମ ନିକଟରେ ଜଳସେଚନ ପାଇଁ ଗତ ୨୦୨୦-୨୧ରେ ୨୬ ଲକ୍ଷ ୮୨…

ଅବକାରୀ ବିଭାଗର ଚଢ଼ାଉ; ବିପୁଳ ପରିମାଣର ଦେଶୀ ମଦ-ବିଅର ଜବତ, ୧୦ ଗିରଫ

ବାଲେଶ୍ୱର,୨୨ା୫( ବାଞ୍ଛାନିଧି ଦେ): ବାଲେଶ୍ୱର ଅବକାରୀ ଅଧିକ୍ଷକ ମନୋଜ କୁମାର ସେଠୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗ ପକ୍ଷରୁ ଅତର୍କିତ ଚଢ଼ାଉ କରାଯାଇଛି । ଭ୍ରାମ୍ୟମାଣ ସ୍କ୍ୱାର୍ଡ ନିରୀକ୍ଷକ…

ପରିସ୍ଥିତିର ଦାସ ମଣିଷ

ମହାନ୍‌ ମାନବବାଦୀ ନେତା ଆବ୍ରାହମ୍‌ ଲିଙ୍କନ ଥରେ କହିଥିଲେ, ”ମୁଁ ମୋର ସାମ୍ନା କରିଥିବା ପରିସ୍ଥିତିର ଫଳ“ ଅର୍ଥାତ୍‌ ସେ ଯେଉଁ ଆସନରେ ମଣ୍ଡିତ ଥିଲେ ତାହା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri