ଭିଜିଲାନ୍ସ ଜାଲରେ କନିଷ୍ଠଯନ୍ତ୍ରୀ, ଚଢ଼ାଉ ଜାରି

ଝାରସୁଗୁଡ଼ା ଅଫିସ,୫।୮: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ୍‌ରେ କାର୍ଯ୍ୟରତ କନିଷ୍ଠଯନ୍ତ୍ରୀ ଟିକନାଥ ଭଇଁସାଲ ଜଣେ ଭେଣ୍ଡରଙ୍କ ନିକଟରୁ ୨୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଏ ନେଇ ଭିଜିଲାନ୍ସ ଟିମ୍‌ ଏକ ମାମଲା (ନଂ.୧୫/୨୨) ରୁଜୁକରି ଯନ୍ତ୍ରୀଙ୍କୁ ଅଟକ ରଖି ପଚରାଉଚରା କରୁଛି। ଏପରି କି ଭିଜିଲାନ୍ସ ଅଧିକାରୀମାନେ ଶୁକ୍ରବାର ମଧ୍ୟ ଚଢ଼ାଉ ଜାରି ରଖିଛନ୍ତି। ସୁନ୍ଦରଗଡ଼ ଜିଲାରେ ଥିବା ଟିକନାଥଙ୍କ ବାସଭବନ ସାଙ୍ଗକୁ ଲଖନପୁର ସ୍ଥିତ ସରକାରୀ କ୍ୱାର୍ଟର୍ସରେ ଚଢ଼ାଉ ଚାଲିଛି। ଏପରି କି ଅଧିକାରମାନେ ଚଢ଼ାଉ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଥିବା ଜଣାପଡିଛି। ଚଢ଼ାଉରେ ଝାରସୁଗୁଡ଼ା ଭିଜିଲାନ୍ସ ଡିଏସ୍‌ପି ପ୍ରଦୀପ କୁମାର ଆଇନ୍ଦ୍‌, ଦେବଗଡ଼ ଭିଜିଲାନ୍ସ ଡିଏସ୍‌ପି ଯୋଗେଶ ପଟେଲ ପ୍ରମୁଖ ସାମିଲ ହୋଇଛନ୍ତି। ପିଥିଣ୍ଡା ଗ୍ରାମର କୌଶଳ ବେହେରା ନାମକ ଜଣେ ଭେଣ୍ଡରଙ୍କ ବକେୟା ବିଲ୍‌ ପାସ୍‌ କରିଦେବା ପାଇଁ କନିଷ୍ଠଯନ୍ତ୍ରୀ ଭଇଁସାଲ ତାଙ୍କୁ ୨୫ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏ ସମ୍ପର୍କରେ ଭେଣ୍ଡର ବେହେରା ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ରାଉରକେଲା ଭିଜିଲାନ୍ସ ଏସ୍‌ପି ଦେବନାରାୟଣ ଦାସଙ୍କ ନିର୍ଦ୍ଦେଶ କ୍ରମେ ଝାରସୁଗୁଡ଼ା ଓ ଦେବଗଡ଼ ଭିଜିଲାନ୍ସ ଅଧିକାରୀଙ୍କୁ ନେଇ ଏକ ଟିମ୍‌ ଗଠନ କରାଯାଇଥିଲା। ଏହି ଟିମ୍‌ ପ୍ରସ୍ତୁତ ହୋଇ ରହିଥିବା ବେଳେ କନିଷ୍ଠଯନ୍ତ୍ରୀ ଭେଣ୍ଡରଙ୍କ ନିକଟରୁ ଟଙ୍କା ନେଉଥିବା ବେଳେ ତାଙ୍କୁ ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ ସହ ଲୁଟ୍, ଜେଲ ଗଲେ ୩ ଅଭିଯୁକ୍ତ

ଦିଗପହଣ୍ଡି,୧୩|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ଗ୍ରାମ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ଅଟକାଇ ଦମ୍ପତିଙ୍କୁ ହତ୍ୟା ଉଦ୍ୟମ କରିବା ସହ ୨୨୦୦…

Chamoli Pipalkoti Tunnel Collapse: ସୁଡଙ୍ଗରେ ହଠାତ ପଶିଗଲା ପାଣି କାଦୁଅ, ଫସି ରହିଛନ୍ତି ୨୦ରୁ ଅଧିକ ଶ୍ରମିକ, ୧୦ ଜୀବିତ ଉଦ୍ଧାର

ଚାମୋଲି,୧୩।୮: ଉତ୍ତରାଖଣ୍ଡର ପର୍ବତମାଳାରେ ପ୍ରକୃତି ପୁଣିଥରେ ତା’ର ବିନାଶକାରୀ ଶକ୍ତି ପ୍ରଦର୍ଶନ କରିଛି। ଚାମୋଲିର ପିପଲକୋଟି ଅଞ୍ଚଳରେ ଏକ ପ୍ରମୁଖ ସୁଡ଼ଙ୍ଗ ପ୍ରକଳ୍ପ ସମୟରେ ଏକ ଦୁର୍ଘଟଣା…

ଗାଲେ ଟେଷ୍ଟ ପୂର୍ବରୁ କୋଚ୍‌ଙ୍କ ବଡ଼ ବୟାନ, ଏହି ୩ ସ୍ପିନର ଦଳରେ ହୋଇପାରନ୍ତି ସାମିଲ

ଗାଲେ,୧୩ା୮: ଶନିବାରଠାରୁ ଶ୍ରୀଲଙ୍କା ବିପକ୍ଷରେ ଖେଳାଯିବାକୁ ଥିବା ପ୍ରଥମ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଲାଗି ଭାରତୀୟ ଦଳରେ ୩ ବାମହାତୀ ସ୍ପିନରଙ୍କୁ ସାମିଲ କରାଯାଇପାରେ। ଏ ନେଇ…

ବିରୋଧୀଙ୍କ ହଟ୍ଟଗୋଳ, ସଂସଦ ଅଚଳ! ଲୋକ ସଭାରେ ୧୯% ଏବଂ ରାଜ୍ୟ ସଭାରେ ୩୯% କାର୍ଯ୍ୟ ସହିତ ମୌସୁମୀ ଅଧିବେଶନ ଶେଷ

ନୂଆଦିଲ୍ଲୀ,୧୩।୮: ଗୁରୁବାର (୧୩ ଅଗଷ୍ଟ, ୨୦୨୬) ଦିନ ଲୋକ ସଭା କାର୍ଯ୍ୟ ଅନିର୍ଦ୍ଦିଷ୍ଟ କାଳ ପାଇଁ ମୁଲତବୀ ରଖାଯାଇଥିଲା। ମୌସୁମୀ ଅଧିବେଶନ ସମୟରେ, ଲୋକ ସଭାରେ ୧୯…

ଟାଟା ଗ୍ରୁପ୍‌ର ପ୍ରକୃତ ମାଲିକ କିଏ? କେଉଁଠାକୁ ଯାଏ ଏତେ ବଡ଼ କମ୍ପାନୀର ଆୟ…ଜାଣିଲେ ହେବେ ତାଜୁବ

ନୂଆଦିଲ୍ଲୀ,୧୩।୮: ଭାରତର ସର୍ବବୃହତ୍ ଏବଂ ସବୁଠାରୁ ଭରସାଯୋଗ୍ୟ ବ୍ୟବସାୟିକ ଗ୍ରୁପ୍‌ଗୁଡ଼ିକ ମଧ୍ୟରେ ‘ଟାଟା ଗ୍ରୁପ୍’ (Tata Group) ଅନ୍ୟତମ। କିନ୍ତୁ ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ,…

ବାଦଲ ଫଟା ବର୍ଷା, ଜାତୀୟ ରାଜପଥରେ ଅଣ୍ଟାଏ ପାଣି

କୁଆଁରମୁଣ୍ଡା,୧୩।୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଞ୍ଚଳରେ ଗୁରୁବାର ବାଦଲ ଫଟା ବର୍ଷା ହୋଇଛି। ଏହି ବର୍ଷା ଚଳିତ ବର୍ଷର ରେକର୍ଡ ସୃଷ୍ଟି କରିଛି।…

ନ୍ୟାୟ ଦାବିରେ ଶ୍ୱଶୁର ଘର ଆଗରେ ବସିଲେ ମହିଳା, ସ୍ବାମୀ ବାହାର ରାଜ୍ୟରେ ଅନ୍ୟ ମହିଳାଙ୍କୁ ବିବାହ କରିଥିବା ଅଭିଯୋଗ

ଦିଗପହଣ୍ଡି,୧୩।୮(ଅଶେଷ ନାଥ ମିଶ୍ର): ଶ୍ୱଶୁର ଘର ଆଗରେ ଧାରଣା ଦେଲେ ବୋହୂ । ଦିଗପହଣ୍ଡି ଥାନା ଭୀଷ୍ମଗିରି ଗାଁ ବ୍ରାହ୍ମଣସାହିରେ ଧାରଣା । ସ୍ବାମୀ ବାହାର ରାଜ୍ୟରେ…

ବିପଦ ସଙ୍କେତ ଟପିଲା ବୈତରଣୀ, ତଳିଆ ଅଞ୍ଚଳରେ ବନ୍ୟା ଆଶଙ୍କା

ପାଟଣା,୧୩।୮(ବୀର କିଶୋର ଦାଶ): ଲଘୁଚାପ ଜନିତ ଲଗାଣ ବର୍ଷାରେ କେନ୍ଦୁଝର ଜିଲା ପାଟଣା ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଗୁରୁବାର ଅପରାହ୍ନରେ ପାଟଣା ଅଞ୍ଚଳରେ ବୈତରଣୀ ନଦୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri