ଭିଜିଲାନ୍ସ ଜାଲରେ କନିଷ୍ଠଯନ୍ତ୍ରୀ, ଚଢ଼ାଉ ଜାରି

ଝାରସୁଗୁଡ଼ା ଅଫିସ,୫।୮: ଝାରସୁଗୁଡ଼ା ଜିଲା ଲଖନପୁର ବ୍ଲକ୍‌ରେ କାର୍ଯ୍ୟରତ କନିଷ୍ଠଯନ୍ତ୍ରୀ ଟିକନାଥ ଭଇଁସାଲ ଜଣେ ଭେଣ୍ଡରଙ୍କ ନିକଟରୁ ୨୫ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗୁରୁବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଏ ନେଇ ଭିଜିଲାନ୍ସ ଟିମ୍‌ ଏକ ମାମଲା (ନଂ.୧୫/୨୨) ରୁଜୁକରି ଯନ୍ତ୍ରୀଙ୍କୁ ଅଟକ ରଖି ପଚରାଉଚରା କରୁଛି। ଏପରି କି ଭିଜିଲାନ୍ସ ଅଧିକାରୀମାନେ ଶୁକ୍ରବାର ମଧ୍ୟ ଚଢ଼ାଉ ଜାରି ରଖିଛନ୍ତି। ସୁନ୍ଦରଗଡ଼ ଜିଲାରେ ଥିବା ଟିକନାଥଙ୍କ ବାସଭବନ ସାଙ୍ଗକୁ ଲଖନପୁର ସ୍ଥିତ ସରକାରୀ କ୍ୱାର୍ଟର୍ସରେ ଚଢ଼ାଉ ଚାଲିଛି। ଏପରି କି ଅଧିକାରମାନେ ଚଢ଼ାଉ ବେଳେ କିଛି ଗୁରୁତ୍ୱପୂର୍ଣ୍ଣ କାଗଜପତ୍ର ଜବତ କରିଥିବା ଜଣାପଡିଛି। ଚଢ଼ାଉରେ ଝାରସୁଗୁଡ଼ା ଭିଜିଲାନ୍ସ ଡିଏସ୍‌ପି ପ୍ରଦୀପ କୁମାର ଆଇନ୍ଦ୍‌, ଦେବଗଡ଼ ଭିଜିଲାନ୍ସ ଡିଏସ୍‌ପି ଯୋଗେଶ ପଟେଲ ପ୍ରମୁଖ ସାମିଲ ହୋଇଛନ୍ତି। ପିଥିଣ୍ଡା ଗ୍ରାମର କୌଶଳ ବେହେରା ନାମକ ଜଣେ ଭେଣ୍ଡରଙ୍କ ବକେୟା ବିଲ୍‌ ପାସ୍‌ କରିଦେବା ପାଇଁ କନିଷ୍ଠଯନ୍ତ୍ରୀ ଭଇଁସାଲ ତାଙ୍କୁ ୨୫ହଜାର ଟଙ୍କା ଲାଞ୍ଚ ମାଗିଥିଲେ। ଏ ସମ୍ପର୍କରେ ଭେଣ୍ଡର ବେହେରା ଭିଜିଲାନ୍ସରେ ଅଭିଯୋଗ କରିଥିଲେ। ଅଭିଯୋଗକୁ ଭିତ୍ତିକରି ରାଉରକେଲା ଭିଜିଲାନ୍ସ ଏସ୍‌ପି ଦେବନାରାୟଣ ଦାସଙ୍କ ନିର୍ଦ୍ଦେଶ କ୍ରମେ ଝାରସୁଗୁଡ଼ା ଓ ଦେବଗଡ଼ ଭିଜିଲାନ୍ସ ଅଧିକାରୀଙ୍କୁ ନେଇ ଏକ ଟିମ୍‌ ଗଠନ କରାଯାଇଥିଲା। ଏହି ଟିମ୍‌ ପ୍ରସ୍ତୁତ ହୋଇ ରହିଥିବା ବେଳେ କନିଷ୍ଠଯନ୍ତ୍ରୀ ଭେଣ୍ଡରଙ୍କ ନିକଟରୁ ଟଙ୍କା ନେଉଥିବା ବେଳେ ତାଙ୍କୁ ଧରିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ପଦ୍ମପୁର ଆସନରେ ପ୍ରାର୍ଥୀ ଘୋଷଣା ଦ୍ୱନ୍ଦ୍ୱ

ପଦ୍ମପୁର,୨୮।୩. (ପ୍ରଦୀପ୍ତ ଦାଶ): ବରଗଡ଼ ଜିଲାରେ ଥିବା ବିଧାନସଭା ଆସନ ପାଇଁ ବିଜେଡି ବୁଧବାର ପ୍ରାର୍ଥୀ ଘୋଷଣା କରିଛି। କିନ୍ତୁ ପଦ୍ମପୁର ବିଧାନସଭା ଆସନ ପାଇଁ...

ମା’ ପୁଅଙ୍କୁ ହତ୍ୟା କଲେ ମାଓବାଦୀ

ରାଉରକେଲା,୨୮।୩(ସଙ୍ଗୀତା ଜେନା): ଓଡ଼ିଶା-ଝାଡ଼ଖଣ୍ଡ ସୀମାବର୍ତ୍ତୀ ପଶ୍ଚିମ ସିଂହଭୂମ ଚାଇଁବାସା ଅଞ୍ଚଳରେ ମାଓବାଦୀମାନେ ଜଣେ ବୃଦ୍ଧା ଓ ତାଙ୍କ ପୁଅଙ୍କୁ ହତ୍ୟା କରିଛନ୍ତି। ମୃତକ ହେଲେ ଚାଇଁବାସା...

ବସ୍‌ ଧକ୍କାରେ ଚାଲିଗଲା ଜୈନ ସନ୍ନ୍ୟାସିନୀଙ୍କ ଜୀବନ

ଫୁଲନଖରା,୨୮ା୩(ସତ୍ୟରଞ୍ଜନ ଦାସମହାପାତ୍ର): ଭୁବନେଶ୍ୱର-କଟକ ୧୬ ନମ୍ବର ଜାତୀୟ ରାଜପଥର ବମ୍ଫକୁଦ ନିକଟରେ ଏକ ଯାତ୍ରୀବାହୀ ବସ୍‌ ଧକ୍କାରେ ଜଣେ ଜୈନ ସନ୍ନ୍ୟାସିନୀଙ୍କ ମୃତ୍ୟୁ ଘଟିଛି। ସେ...

ରାଜ୍ୟରେ ବଢିବ ତାପମାତ୍ରା, ୨ଦିନରେ ୪୦ ଛୁଇଁବ

ଭୁବନେଶ୍ୱର,୨୮।୩(ଅସମାପିକା ସାହୁ): ମାର୍ଚ୍ଚ ମାସ ଶେଷ ନ ହେଉଣୁ ରାଜ୍ୟରେ ପାରଦ ଉପରମୁହାଁ ହୋଇଛି। ଗୁରୁବାର ରାଜ୍ୟର ୧୬ଟି ସହରରେ ତାପମାତ୍ରା ୩୮ଡିଗ୍ରୀ ଅତିକ୍ରମ କରିଥିବାବେଳେ...

ମାହାଙ୍ଗା ଡବଲ ମର୍ଡର ମାମଲା: ଅନ୍ତରୀଣ ସୁରକ୍ଷା ବଳବତ୍ତର

କଟକ,୨୮ା୩ (କାର୍ତ୍ତିକ ସାହୁ) ମାହାଙ୍ଗା ଡବଲ ମର୍ଡର ମାମଲାରେ ବିଧାୟକ ପ୍ରତାପ ଜେନାଙ୍କ ଅନ୍ତରୀଣ ସୁରକ୍ଷାକୁ ହାଇକୋର୍ଟ ବଳବତ୍ତର ରଖିଛନ୍ତି। ନିମ୍ନକୋର୍ଟର ନିର୍ଦ୍ଦେଶ ବିରୋଧରେ ବିଧାୟକ...

ଦୁର୍ଘଟଣାରେ ଶ୍ୱଶୁର ମୃତ, ଜ୍ୱାଇଁ ଗୁରୁତର

ଭେଡ଼େନ,୨୮।୩ (ସୁଦନ ମହାକୁର): ବରଗଡ଼ ଜିଲା ଭେଡ଼େନ ଥାନା ଅଧୀନ ଭେଡ଼େନ-ରେମଣ୍ଡା ରାସ୍ତାର ଅପାମରା ନିକଟରେ ଗୁରୁବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇାକ୍‌...

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ବିଧାୟକ, ବିଜେଡିରେ ଯୋଗଦେବା ସମ୍ଭାବନା

ନୂଆଦିଲ୍ଲୀ ,୨୮।୩: ବିଧାନସଭା ନିର୍ବାଚନ ପୂର୍ବରୁ ଟିଟିଲାଗଡର ପୂର୍ବତନ ବିଧାୟକ ସୁରେନ୍ଦ୍ର ସିଂ ଭୋଇ କଂଗ୍ରେସ ଦଳରୁ ଇସ୍ତଫା ଦେଇଛନ୍ତି। ତିନିଥର ପୂର୍ବତନ କଂଗ୍ରେସ ବିଧାୟକ...

ଭାଜପା ସହ ହେଲା ନାହିଁ ମେଣ୍ଟ ତ ନବୀନ ଖେଳିଲେ ନୂଆ ଗେମ! ପୁରୁଷଙ୍କ ଟିକେଟ କାଟି ପତ୍ନୀମାନଙ୍କୁ କଲେ ପ୍ରାର୍ଥୀ

ନୂଆଦିଲ୍ଲୀ/ଭୁବନେଶ୍ୱର,୨୮।୩: ଓଡ଼ିଶାରେ ଶାସକ ବିଜୁ ଜନତା ଦଳ (ବିଜେଡି) ଆଗାମୀ ବିଧାନସଭା ନିର୍ବାଚନ ପାଇଁ ୪ ମହିଳାଙ୍କୁ ସେମାନଙ୍କ ସ୍ବାମୀଙ୍କ ସ୍ଥାନରେ ପ୍ରାର୍ଥୀ କରିଛି। ଏହି...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri